< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 39 >

1 ଯୋଷେଫ ମିସର ଦେଶକୁ ଅଣାଯାʼନ୍ତେ, ଫାରୋଙ୍କର ଜଣେ ଭୃତ୍ୟ ଅର୍ଥାତ୍‍, ମିସରୀୟ ପୋଟୀଫର ନାମକ ରକ୍ଷକ ସେନାପତି, ତାଙ୍କର ଆନୟନକାରୀ ଇଶ୍ମାୟେଲୀୟମାନଙ୍କଠାରୁ ଯୋଷେଫଙ୍କୁ କିଣି ଥିଲା।
A Józef został zaprowadzony do Egiptu. I Potifar, dworzanin faraona, dowódca straży, Egipcjanin, kupił go od Izmaelitów, którzy go tam zaprowadzili.
2 ମାତ୍ର ସଦାପ୍ରଭୁ ଯୋଷେଫଙ୍କର ସହବର୍ତ୍ତୀ ଥିଲେ, ଏଣୁ ସେ ସମୃଦ୍ଧ ହେଲେ; ଆଉ ସେ ଆପଣା ମିସରୀୟ କର୍ତ୍ତାର ଗୃହରେ ବାସ କଲେ।
PAN był z Józefem, tak że stał się człowiekiem, któremu się dobrze powodziło, i mieszkał w domu swego pana Egipcjanina.
3 ଏଥିରେ ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ଅଛନ୍ତି ଓ ସେ ଯେଉଁ ଯେଉଁ କାର୍ଯ୍ୟ କଲେ, ସଦାପ୍ରଭୁ ତାଙ୍କ ହାତରେ ସେହି ସମସ୍ତ ସିଦ୍ଧ କରୁଅଛନ୍ତି, ଏହା ତାଙ୍କର କର୍ତ୍ତା ଦେଖିଲା।
Jego pan widział, że PAN jest z nim i że PAN szczęści mu we wszystkim, co on czyni.
4 ଏଣୁ ଯୋଷେଫ ତାହାର ଦୃଷ୍ଟିରେ ଅନୁଗ୍ରହ ପାଇ ତାହାର ସେବାରେ ନିଯୁକ୍ତ ହେଲେ, ପୁଣି, ସେ ଯୋଷେଫଙ୍କୁ ଆପଣାର ଗୃହାଧ୍ୟକ୍ଷ କରି ତାଙ୍କର ହସ୍ତରେ ସର୍ବସ୍ୱ ସମର୍ପଣ କଲା।
I Józef znalazł łaskę w jego oczach, i służył mu. Uczynił go zarządcą swego domu i wszystko, co miał, oddał w jego ręce.
5 ଏହି ପ୍ରକାରେ ସେ ଯୋଷେଫଙ୍କୁ ଆପଣା ଗୃହ ଓ ସର୍ବସ୍ୱର ଅଧ୍ୟକ୍ଷ କରିବା ଦିନଠାରୁ ସଦାପ୍ରଭୁ ଯୋଷେଫଙ୍କ ଲାଗି ସେହି ମିସରୀୟ ଲୋକର ଗୃହ ଉପରେ ଆଶୀର୍ବାଦ କଲେ; ପୁଣି, ଗୃହ ଓ କ୍ଷେତ୍ରସ୍ଥିତ ସମସ୍ତ ସମ୍ପଦ ପ୍ରତି ସଦାପ୍ରଭୁଙ୍କର ଆଶୀର୍ବାଦ ବର୍ତ୍ତିଲା।
A od tego czasu, gdy uczynił go zarządcą swego domu i wszystkiego, co miał, PAN błogosławił domowi Egipcjanina ze względu na Józefa. I błogosławieństwo PANA było nad wszystkim, co miał w domu i na polu.
6 ଏହେତୁ ସେ ଯୋଷେଫଙ୍କ ହସ୍ତରେ ଆପଣା ସର୍ବସ୍ୱର ଏରୂପ ଭାର ଦେଲା, ଯେ ଆପଣା ଭୋଜନ ବିନୁ ଆଉ କୌଣସି ବିଷୟର ତତ୍ତ୍ୱ ନେଲା ନାହିଁ। ଯୋଷେଫ ରୂପରେ ଓ ସୌନ୍ଦର୍ଯ୍ୟରେ ମନୋହର ଥିଲେ।
Dlatego oddał wszystko, co miał, w ręce Józefa i o niczym u siebie nie wiedział, tylko o chlebie, który spożywał. A Józef był przystojny i miły dla oka.
7 ଆଉ ଉକ୍ତ ଘଟଣା ଉତ୍ତାରେ ତାଙ୍କର ପ୍ରଭୁର ଭାର୍ଯ୍ୟା ଯୋଷେଫଙ୍କ ଉପରେ ଦୃଷ୍ଟି ପକାଇବାକୁ ଲାଗିଲା; ତହୁଁ ତାଙ୍କୁ କହିଲା, “ତୁମ୍ଭେ ମୋʼ ସଙ୍ଗେ ଶୟନ କର।”
Po tych wydarzeniach żona jego pana zwróciła swe oczy na Józefa i powiedziała: Połóż się ze mną.
8 ମାତ୍ର ଯୋଷେଫ ଅସ୍ୱୀକାର କରି ଆପଣା ପ୍ରଭୁର ଭାର୍ଯ୍ୟାକୁ କହିଲେ, “ଦେଖ, ଏ ଗୃହରେ ଯାହା ଅଛି ମୋʼ ପ୍ରଭୁ ତହିଁର ତତ୍ତ୍ୱ ନିଅନ୍ତି ନାହିଁ, ସେ ମୋʼ ହସ୍ତରେ ଆପଣାର ସର୍ବସ୍ୱ ସମର୍ପଣ କରିଅଛନ୍ତି।
Ale odmówił i powiedział do żony swego pana: Mój pan nie wie tak dobrze jak ja, co [jest] w jego domu, bo wszystko, co miał, oddał w moje ręce.
9 ଏହି ଗୃହରେ ମୋʼ ଠାରୁ ବଡ଼ କେହି ନାହିଁ; ତୁମ୍ଭେ ତାଙ୍କର ଭାର୍ଯ୍ୟା, ଏନିମନ୍ତେ କେବଳ ତୁମ୍ଭ ଛଡ଼ା ମୋʼ ପ୍ରତି ଆଉ କିଛି ମନା ନାହିଁ। ଏହେତୁ ମୁଁ କିପରି ଏଡ଼େ ବଡ଼ ଦୁଷ୍ଟତା ଓ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିପାରେ?”
I nie ma w tym domu nikogo większego ode mnie, i nie zabronił mi niczego oprócz ciebie, bo ty jesteś jego żoną. Jak więc mógłbym popełnić tak wielkie zło i zgrzeszyć przeciwko Bogu?
10 ତଥାପି ସେ ସ୍ତ୍ରୀ ଦିନକୁ ଦିନ ଯୋଷେଫଙ୍କୁ ଏପରି କହେ; ମାତ୍ର ଯୋଷେଫ ତାହା ସଙ୍ଗେ ଶୟନ କରିବାକୁ କିମ୍ବା ତାହା ନିକଟରେ ରହିବାକୁ ସମ୍ମତ ହୁଅନ୍ତି ନାହିଁ।
I chociaż namawiała Józefa dzień w dzień, on nie zgadzał się z nią położyć [ani] z nią być.
11 ଏଥିଉତ୍ତାରେ ଦିନକରେ ଯୋଷେଫ ନିଜ କାର୍ଯ୍ୟ ନିମନ୍ତେ ଗୃହ ଭିତରକୁ ଗଲେ, ପୁଣି, ଗୃହର ଦାସ ମଧ୍ୟରୁ କେହି ସେଠାରେ ନ ଥିଲା।
Pewnego dnia, gdy wszedł do domu, aby wykonać swoje obowiązki, a nie było tam nikogo z domowników;
12 ତେଣୁ ସେ ଯୋଷେଫଙ୍କର ବସ୍ତ୍ର ଧରି “ମୋʼ ସଙ୍ଗେ ଶୟନ କର ବୋଲି ଟଣାଟଣି କଲା;” ମାତ୍ର ଯୋଷେଫ ତାହା ହସ୍ତରେ ଆପଣା ବସ୍ତ୍ର ଛାଡ଼ି ବାହାରକୁ ପଳାଇଗଲେ।
Uchwyciła go za szatę i powiedziała: Połóż się ze mną. Ale on zostawił swoją szatę w jej ręku, uciekł i wyszedł na zewnątrz.
13 ଯେତେବେଳେ ସେ ସ୍ତ୍ରୀ ଯୋଷେଫଙ୍କୁ ତାହା ହସ୍ତରେ ଆପଣା ବସ୍ତ୍ର ଛାଡ଼ି ବାହାରକୁ ପଳାଇ ଯିବାର ଦେଖିଲା,
A gdy ona zobaczyła, że zostawił szatę w jej ręku i uciekł na zewnątrz;
14 ସେତେବେଳେ ସେ ନିଜ ଗୃହର ଲୋକମାନଙ୍କୁ ଡାକି କହିଲା, “ଦେଖ, ସେ ଆମ୍ଭମାନଙ୍କ ସଙ୍ଗରେ ପରିହାସ କରିବା ନିମନ୍ତେ ଜଣେ ଏବ୍ରୀୟକୁ ଆଣିଅଛନ୍ତି; ସେ ମୋʼ ସଙ୍ଗେ ଶୟନ କରିବା ପାଇଁ ଭିତରକୁ ମୋʼ କତିକି ଆସିଥିଲା; ତହିଁରେ ମୁଁ ବଡ଼ ପାଟି କରି ଡାକ ପକାଇଲି;
Zawołała swoich domowników i powiedziała do nich: Patrzcie, [pan] sprowadził do nas Hebrajczyka, aby nas zelżył. Przyszedł [bowiem] do mnie, aby się ze mną położyć, ale krzyknęłam donośnym głosem.
15 ମୋହର ବଡ଼ ପାଟି କରି ଡାକିବାର ଶୁଣି ସେ ଆପଣା ବସ୍ତ୍ର ମୋʼ ନିକଟରେ ପକାଇଦେଇ ବାହାରକୁ ପଳାଇଗଲା।”
A gdy usłyszał, że podnoszę swój głos i wołam, zostawił szatę u mnie, uciekł i wyszedł na zewnątrz.
16 ପୁଣି, ସେହି ସ୍ତ୍ରୀ ତାହାର କର୍ତ୍ତାର ଗୃହାଗମନ ପର୍ଯ୍ୟନ୍ତ ସେହି ବସ୍ତ୍ର ଆପଣା ନିକଟରେ ରଖିଲା।
I zatrzymała u siebie jego szatę, aż przyszedł do domu jego pan;
17 ଏଥିଉତ୍ତାରେ ସେ ଆପଣା ସ୍ୱାମୀକୁ ସେହି କଥାନୁସାରେ କହିଲା, “ତୁମ୍ଭେ ଯେଉଁ ଏବ୍ରୀୟ ଦାସକୁ ଆମ୍ଭମାନଙ୍କ ପାଖକୁ ଆଣିଅଛ, ସେ ମୋʼ ସଙ୍ଗେ ପରିହାସ କରିବା ନିମନ୍ତେ ମୋʼ କତିକି ଆସିଥିଲା,
I powiedziała do niego te słowa: Przyszedł do mnie sługa, ten Hebrajczyk, którego przyprowadziłeś do nas, aby mnie zelżyć.
18 ପୁଣି, ମୁଁ ବଡ଼ ପାଟି କରି ଡାକ ପକାଇବାରୁ ସେ ମୋʼ ନିକଟରେ ଏହି ବସ୍ତ୍ର ପକାଇଦେଇ ବାହାରକୁ ପଳାଇଗଲା।”
A gdy podniosłam swój głos i zawołałam, zostawił szatę u mnie i uciekł na zewnątrz.
19 ସେତେବେଳେ “ତୁମ୍ଭର ଦାସ ମୋʼ ପ୍ରତି ଏପ୍ରକାର ବ୍ୟବହାର କରିଅଛି,” ଆପଣା ଭାର୍ଯ୍ୟାର ମୁଖରୁ ଏ କଥା ଶୁଣି ଯୋଷେଫଙ୍କର ପ୍ରଭୁ କ୍ରୋଧରେ ପ୍ରଜ୍ୱଳିତ ହେଲା।
Gdy jego pan usłyszał słowa swojej żony, które do niego powiedziała: Tak mi uczynił twój sługa, rozgniewał się bardzo.
20 ଆଉ ଯୋଷେଫଙ୍କର ପ୍ରଭୁ ତାଙ୍କୁ ନେଇ ରାଜବନ୍ଦୀମାନଙ୍କ ବାସସ୍ଥାନ କାରାଗାରରେ ରଖିଲା; ତହୁଁ ଯୋଷେଫ ସେହି କାରାଗାରରେ ରହିଲେ।
Potem pan Józefa wziął go i oddał do więzienia, tam gdzie sadzano więźniów królewskich. I przebywał tam w więzieniu.
21 ମାତ୍ର ସଦାପ୍ରଭୁ ଯୋଷେଫଙ୍କର ସହବର୍ତ୍ତୀ ଥିଲେ, ପୁଣି, ତାଙ୍କ ପ୍ରତି କୃପା ପ୍ରକାଶ କରି କାରାରକ୍ଷକର ଦୃଷ୍ଟିରେ ତାଙ୍କୁ ଅନୁଗ୍ରହପାତ୍ର କଲେ।
A PAN był z Józefem, okazał mu miłosierdzie i dał mu łaskę w oczach przełożonego więzienia.
22 ତହିଁରେ ସେହି କାରାରକ୍ଷକ ବନ୍ଦୀଶାଳାସ୍ଥିତ ସମସ୍ତ ବନ୍ଦୀଲୋକଙ୍କ ଭାର ଯୋଷେଫଙ୍କ ହସ୍ତରେ ସମର୍ପଣ କଲା; ପୁଣି, ସେମାନେ ଯାହା କଲେ, ସେହି ସକଳର କର୍ତ୍ତା ସେ ହେଲେ।
Przełożony więzienia oddał więc pod władzę Józefa wszystkich więźniów, którzy byli w więzieniu; a wszystkim, co tam się działo, on zarządzał.
23 କାରାରକ୍ଷକ ଯୋଷେଫଙ୍କର ହସ୍ତଗତ କୌଣସି ବିଷୟରେ ଦୃଷ୍ଟିପାତ କଲା ନାହିଁ, କାରଣ ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ଥିଲେ; ପୁଣି, ସେ ଯାହା କଲେ, ସଦାପ୍ରଭୁ ତାହା ସିଦ୍ଧ କଲେ।
A przełożony więzienia nie doglądał tego, co mu powierzył, bo PAN był z nim, i co on czynił, to PAN szczęścił.

< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 39 >