< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 7 >

1 ଏଥିଉତ୍ତାରେ ସଦାପ୍ରଭୁ ନୋହଙ୍କୁ କହିଲେ, “ତୁମ୍ଭେ ସପରିବାରରେ ଜାହାଜରେ ପ୍ରବେଶ କର; କାରଣ ଏହି କାଳର ଲୋକମାନଙ୍କ ମଧ୍ୟରେ ଆମ୍ଭେ ଆପଣା ସାକ୍ଷାତରେ ତୁମ୍ଭକୁ ଧାର୍ମିକ ଦେଖିଅଛୁ।
ויאמר יהוה לנח בא אתה וכל ביתך אל התבה כי אתך ראיתי צדיק לפני בדור הזה
2 ଆଉ ପୃଥିବୀରେ ବଂଶ ରକ୍ଷା କରିବା ପାଇଁ ପ୍ରତ୍ୟେକ ଶୁଚି ପଶୁଜାତିର ସାତ ସାତ ଦମ୍ପତି ଓ ପ୍ରତ୍ୟେକ ଅଶୁଚି ପଶୁଜାତିର ଏକ ଏକ ଦମ୍ପତି;
מכל הבהמה הטהורה תקח לך שבעה שבעה--איש ואשתו ומן הבהמה אשר לא טהרה הוא שנים--איש ואשתו
3 ପ୍ରତ୍ୟେକ ଖେଚର ପକ୍ଷୀଜାତିର ସାତ ସାତ ଦମ୍ପତି ଆପଣା ସଙ୍ଗରେ ନିଅ।
גם מעוף השמים שבעה שבעה זכר ונקבה לחיות זרע על פני כל הארץ
4 ଯେହେତୁ ସାତ ଦିନ ଉତ୍ତାରେ ଆମ୍ଭେ ଚାଳିଶ ଦିବାରାତ୍ର ପୃଥିବୀରେ ବୃଷ୍ଟି କରାଇ ପୃଥିବୀସ୍ଥିତ ଆମ୍ଭର ନିର୍ମିତ ସମସ୍ତ ପ୍ରାଣୀକୁ ଲୁପ୍ତ କରିବା।”
כי לימים עוד שבעה אנכי ממטיר על הארץ ארבעים יום וארבעים לילה ומחיתי את כל היקום אשר עשיתי מעל פני האדמה
5 ନୋହ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସବୁ କର୍ମ କଲେ।
ויעש נח ככל אשר צוהו יהוה
6 ନୋହଙ୍କର ଛଅ ଶହ ବର୍ଷ ବୟସରେ ପୃଥିବୀ ଉପରେ ଜଳପ୍ଳାବନ ହେଲା।
ונח בן שש מאות שנה והמבול היה מים על הארץ
7 ତହୁଁ ଜଳପ୍ଳାବନରୁ ରକ୍ଷା ପାଇବା ନିମନ୍ତେ ନୋହ ଓ ତାଙ୍କର ଭାର୍ଯ୍ୟା ଆଉ ପୁତ୍ରଗଣ ଓ ପୁତ୍ରବଧୂଗଣ ଜାହାଜରେ ପ୍ରବେଶ କଲେ।
ויבא נח ובניו ואשתו ונשי בניו אתו--אל התבה מפני מי המבול
8 ପୁଣି, ନୋହଙ୍କ ପ୍ରତି ପରମେଶ୍ୱରଙ୍କ ଆଜ୍ଞାନୁସାରେ ଶୁଚି ଓ ଅଶୁଚି ପଶୁପକ୍ଷୀବର୍ଗ ଓ ଭୂଚର ଉରୋଗାମୀ ଜନ୍ତୁବର୍ଗ ଯୋଡ଼ା ଯୋଡ଼ା ହୋଇ
מן הבהמה הטהורה ומן הבהמה אשר איננה טהרה ומן העוף--וכל אשר רמש על האדמה
9 ନୋହଙ୍କ ନିକଟକୁ ଯାଇ ଜାହାଜରେ ପ୍ରବେଶ କଲେ।
שנים שנים באו אל נח אל התבה--זכר ונקבה כאשר צוה אלהים את נח
10 ଆଉ ସେହି ସାତ ଦିନ ଉତ୍ତାରେ ପୃଥିବୀରେ ଜଳପ୍ଳାବନର ଆରମ୍ଭ ହେଲା।
ויהי לשבעת הימים ומי המבול היו על הארץ
11 ନୋହଙ୍କର ବୟସର ଛଅ ଶହ ବର୍ଷ ଦ୍ୱିତୀୟ ମାସର ସପ୍ତଦଶ ଦିନରେ ମହାସମୁଦ୍ରର ସମସ୍ତ ଜଳାକର ଭାଙ୍ଗିଗଲା, ପୁଣି, ଆକାଶସ୍ଥ ଦ୍ୱାରସବୁ ମୁକ୍ତ ହେଲା।
בשנת שש מאות שנה לחיי נח בחדש השני בשבעה עשר יום לחדש--ביום הזה נבקעו כל מעינת תהום רבה וארבת השמים נפתחו
12 ତହିଁରେ ଚାଳିଶ ଦିବାରାତ୍ର ପୃଥିବୀରେ ବୃଷ୍ଟି ହେଲା।
ויהי הגשם על הארץ ארבעים יום וארבעים לילה
13 ସେହି ଦିନରେ ନୋହ, ପୁଣି, ଶେମ ଓ ହାମ ଓ ଯେଫତ୍‍ ନାମକ ନୋହଙ୍କର ପୁତ୍ରମାନେ, ଆଉ ସେମାନଙ୍କ ସହିତ ନୋହଙ୍କର ଭାର୍ଯ୍ୟା ଓ ତିନି ପୁତ୍ରବଧୂ ଜାହାଜରେ ପ୍ରବେଶ କଲେ।
בעצם היום הזה בא נח ושם וחם ויפת בני נח ואשת נח ושלשת נשי בניו אתם--אל התבה
14 ପୁଣି, ସବୁ ଜାତୀୟ ଗ୍ରାମ୍ୟ ଓ ବନ୍ୟ ପଶୁ ଓ ସବୁ ଜାତୀୟ ଉରୋଗାମୀ ଓ ସବୁ ଜାତୀୟ ଭୂଚର ଓ ଖେଚର ପକ୍ଷୀ;
המה וכל החיה למינה וכל הבהמה למינה וכל הרמש הרמש על הארץ למינהו וכל העוף למינהו כל צפור כל כנף
15 ଅର୍ଥାତ୍‍, ପ୍ରାଣବାୟୁ ବିଶିଷ୍ଟ ସର୍ବପ୍ରକାର ଜୀବଜନ୍ତୁ ଯୋଡ଼ା ଯୋଡ଼ା ହୋଇ ନୋହଙ୍କ ନିକଟକୁ ଯାଇ ଜାହାଜରେ ପ୍ରବେଶ କଲେ।
ויבאו אל נח אל התבה שנים שנים מכל הבשר אשר בו רוח חיים
16 ପରମେଶ୍ୱରଙ୍କ ଆଜ୍ଞାନୁସାରେ ସର୍ବପ୍ରକାର ପ୍ରାଣୀ ଦମ୍ପତିକ୍ରମେ ପ୍ରବେଶ କଲେ; ତହୁଁ ସଦାପ୍ରଭୁ ତାହାର ପାର୍ଶ୍ୱ-ଦ୍ୱାର ବନ୍ଦ କଲେ।
והבאים זכר ונקבה מכל בשר באו כאשר צוה אתו אלהים ויסגר יהוה בעדו
17 ଏଥିଉତ୍ତାରେ ଚାଳିଶ ଦିନ ପର୍ଯ୍ୟନ୍ତ ପୃଥିବୀରେ ଜଳପ୍ଳାବନ ହେଲା; ପୁଣି, ଜଳ ବଢ଼ୁ ବଢ଼ୁ ଜାହାଜ ଭୂମିକୁ ଛାଡ଼ି ଭାସି ଉଠିଲା।
ויהי המבול ארבעים יום על הארץ וירבו המים וישאו את התבה ותרם מעל הארץ
18 ଆଉ ପୃଥିବୀରେ କ୍ରମଶଃ ଜଳ ପ୍ରବଳ ହୋଇ ଅତିଶୟ ବଢ଼ୁ ବଢ଼ୁ ଜାହାଜ ଜଳ ଉପରେ ଭାସିଲା।
ויגברו המים וירבו מאד על הארץ ותלך התבה על פני המים
19 ପୃଥିବୀ ଉପରେ ଜଳ ଅତିଶୟ ବଢ଼ି ଆକାଶ ତଳସ୍ଥ ସବୁ ଉଚ୍ଚ ପର୍ବତ ମଗ୍ନ କଲା।
והמים גברו מאד מאד--על הארץ ויכסו כל ההרים הגבהים אשר תחת כל השמים
20 ତହିଁ ଉପରେ ପନ୍ଦର ହାତ ପର୍ଯ୍ୟନ୍ତ ଜଳ ଉଠିଲା; ତହୁଁ ପର୍ବତମାନ ମଗ୍ନ ହେଲେ।
חמש עשרה אמה מלמעלה גברו המים ויכסו ההרים
21 ତେଣୁ ସମଗ୍ର ଭୂଚର ପ୍ରାଣୀ ପ୍ରାଣତ୍ୟାଗ କଲେ, ଅର୍ଥାତ୍‍, ପକ୍ଷୀ, ଗ୍ରାମ୍ୟ ଓ ବନ୍ୟ ପଶୁ ଓ ପୃଥିବୀରେ ଗମନଶୀଳ ଉରୋଗାମୀ ଜନ୍ତୁ ଓ ପ୍ରତ୍ୟେକ ମନୁଷ୍ୟ,
ויגוע כל בשר הרמש על הארץ בעוף ובבהמה ובחיה ובכל השרץ השרץ על הארץ--וכל האדם
22 ଆଉ ଶୁଷ୍କଭୂମିସ୍ଥ ଯେତେ ପ୍ରାଣୀର ନାସିକାରେ ପ୍ରାଣବାୟୁ ଥିଲା, ସମସ୍ତେ ମଲେ।
כל אשר נשמת רוח חיים באפיו מכל אשר בחרבה--מתו
23 ଏହିରୂପେ ପୃଥିବୀର ଉପରିସ୍ଥ ସମୁଦାୟ ପ୍ରାଣୀ ଲୁପ୍ତ ହେଲେ, ଅର୍ଥାତ୍‍, ମନୁଷ୍ୟ, ପଶୁ, ଉରୋଗାମୀ ଜନ୍ତୁ, ଖେଚର ପକ୍ଷୀ, ସମସ୍ତେ ପୃଥିବୀରୁ ଲୁପ୍ତ ହେଲେ; କେବଳ ନୋହ ଓ ଜାହାଜସ୍ଥ ତାଙ୍କର ସଙ୍ଗୀ ସମସ୍ତେ ବଞ୍ଚିଲେ।
וימח את כל היקום אשר על פני האדמה מאדם עד בהמה עד רמש ועד עוף השמים וימחו מן הארץ וישאר אך נח ואשר אתו בתבה
24 ଏହିରୂପେ ପୃଥିବୀ ଏକ ଶହ ପଚାଶ ଦିନ ପର୍ଯ୍ୟନ୍ତ ଜଳରେ ବୁଡ଼ି ରହିଲା।
ויגברו המים על הארץ חמשים ומאת יום

< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 7 >

The Great Flood
The Great Flood