< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 9 >

1 ଏଥିଉତ୍ତାରେ ପରମେଶ୍ୱର ନୋହ ଓ ତାଙ୍କ ପୁତ୍ରମାନଙ୍କୁ ଆଶୀର୍ବାଦ କରି କହିଲେ, “ତୁମ୍ଭେମାନେ ପ୍ରଜାବନ୍ତ ଓ ବହୁବଂଶ ହୋଇ ପୃଥିବୀକୁ ପରିପୂର୍ଣ୍ଣ କର।
Kisha Mungu akambariki Nuhu na wanawe, na kuwaambia, “Zaeni, mkaongezeke, na muijaze nchi.
2 ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଓ ଉରୋଗାମୀ ଜନ୍ତୁ ଓ ସମୁଦ୍ରର ମତ୍ସ୍ୟ, ସମସ୍ତେ ତୁମ୍ଭମାନଙ୍କଠାରୁ ଭୀତ ଓ ଶଙ୍କାଯୁକ୍ତ ହେବେ; ସେହି ସମସ୍ତ ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଟନ୍ତି।
Hofu na utisho wenu vitakuwa juu ya kila mnyama aliye hai juu ya nchi, juu ya kila ndege wa angani, juu ya kila kitu kiendacho chini juu ya ardhi, na juu ya samaki wote wa baharini. Vimetolewa katika mikono yenu.
3 ପ୍ରତ୍ୟେକ ଗମନଶୀଳ ପ୍ରାଣୀ ତୁମ୍ଭମାନଙ୍କର ଖାଦ୍ୟ ହେବ, ଆମ୍ଭେ ହରିତ୍‍ ଶାକ ପରି ଏହି ସମସ୍ତ ତୁମ୍ଭମାନଙ୍କୁ ଦେଲୁ।
Kila kitu kiendacho kilicho hai kitakuwa chakula kwa ajili yenu. Kama nilivyo wapa mimea, sasa nawapa kila kitu.
4 ମାତ୍ର ତୁମ୍ଭେମାନେ ସପ୍ରାଣ (ଅର୍ଥାତ୍‍) ସରକ୍ତ ମାଂସ ଖାଇବ ନାହିଁ।
Lakini msile nyama pamoja na uhai wake - yaani damu yake - ndani yake.
5 ପୁଣି, ଆମ୍ଭେ ତୁମ୍ଭମାନଙ୍କ ଜୀବନରୂପ ରକ୍ତପାତର ପରିଶୋଧ ନିତାନ୍ତ ନେବା; ପ୍ରତ୍ୟେକ ପଶୁଠାରୁ ହେଉ କି ମନୁଷ୍ୟଠାରୁ ହେଉ, ତାହାରି ପରିଶୋଧ ନେବା; ଆମ୍ଭେ ପ୍ରତ୍ୟେକ ମନୁଷ୍ୟର ଭ୍ରାତାଠାରୁ ମନୁଷ୍ୟର ପ୍ରାଣର ପରିଶୋଧ ନେବା।
Lakini kwa ajili ya damu yenu, uhai uliomo katika damu yenu nitataka malipo. Kutoka katika mkono wa kila mnyama nitaitaka. Kutoka katika mkono wa kila mtu, yaani, kutoka katika mkono wa yule ambaye amemuua ndugu yake, nitataka fidia kwa ajili ya uhai wa mtu huyo.
6 ଯେକେହି ମନୁଷ୍ୟର ରକ୍ତପାତ କରିବ, ମନୁଷ୍ୟ ଦ୍ୱାରା ତାହାର ରକ୍ତପାତ କରାଯିବ; ଯେହେତୁ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ନିର୍ମାଣ କରିଅଛନ୍ତି।
Yeyote amwagaye damu ya mtu, kwa njia ya mtu damu yake itamwagwa, kwa sababu ilikuwa ni katika mfano wa Mungu kwamba Mungu alimuumba mtu.
7 ତୁମ୍ଭେମାନେ ପ୍ରଜାବନ୍ତ ଓ ବହୁବଂଶ ହୁଅ, ଆଉ ପୃଥିବୀକୁ ପରିପୂର୍ଣ୍ଣ କରି ବର୍ଦ୍ଧିଷ୍ଣୁ ହୁଅ।”
Na hivyo nanyi zaeni na kuongezeka, sambaeni katika inchi yote na muongezeke juu yake.”
8 ଏଥିଉତ୍ତାରେ ପରମେଶ୍ୱର ନୋହଙ୍କୁ ଓ ତାଙ୍କର ସଙ୍ଗୀ ପୁତ୍ରମାନଙ୍କୁ କହିଲେ,
Kisha Mungu akazungumza na Nuhu na wanae pamoja naye, akisema,
9 “ଦେଖ, ତୁମ୍ଭମାନଙ୍କ ସହିତ ଓ ତୁମ୍ଭମାନଙ୍କ ଭବିଷ୍ୟତ ବଂଶ ସହିତ ଓ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ଜୀବଜନ୍ତୁ ସହିତ,
“Kwa ajili yangu, sikiliza! Ninakwenda kulithibitisha agano langu pamoja nawe na uzao wenu baada yenu,
10 ଅର୍ଥାତ୍‍, ଜାହାଜରୁ ବହିର୍ଗତ ଗ୍ରାମ୍ୟ ଓ ବନ୍ୟ ପଶୁ ଓ ପକ୍ଷୀ ପ୍ରଭୃତି ପୃଥିବୀସ୍ଥ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଆପଣା ନିୟମ ସ୍ଥିର କରୁଅଛୁ।
na kwa kila kiumbe hai kilicho pamoja nawe, pamoja na ndege, mnyama wa kufugwa, na kila kiumbe cha nchi pamoja nawe, kuanzia kwa wote waliotoka kwenye safina, mpaka kwa kila kiumbe hai juu ya nchi.
11 ଆମ୍ଭେ ତୁମ୍ଭମାନଙ୍କ ସହିତ ଏହି ନିୟମ ସ୍ଥିର କରିବୁ, ସମସ୍ତ ପ୍ରାଣୀ ଜଳପ୍ଳାବନ ଦ୍ୱାରା ଆଉ ଉଚ୍ଛିନ୍ନ ହେବେ ନାହିଁ; ପୁଣି, ପୃଥିବୀକୁ ବିନାଶ କରିବା ପାଇଁ ଆଉ ଜଳପ୍ଳାବନ ହେବ ନାହିଁ।”
Kwa sababu hii ninalithibitisha agano langu pamoja nanyi, kwamba hapatatokea kuangamizwa kwa mwenye mwili kwa njia ya maji ya gharika. Tena hapatatokea gharika ya kuangamiza nchi.”
12 ପୁନଶ୍ଚ, ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭମାନଙ୍କ ସହିତ ଓ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ପ୍ରାଣୀବର୍ଗ ସହିତ ପୁରୁଷାନୁକ୍ରମେ ଅନନ୍ତକାଳ ପର୍ଯ୍ୟନ୍ତ ଯେଉଁ ନିୟମ ସ୍ଥିର କଲୁ, ତହିଁର ଚିହ୍ନ ଏହି;
Mungu akasema, “na hii ndiyo ishara ya agano ambalo ninafanya kati yangu na ninyi pamoja na kila kiumbe hai kilicho pamoja nanyi, kwa vizazi vyote vya baadaye:
13 ଆମ୍ଭେ ମେଘରେ ଆପଣା ଧନୁ ସ୍ଥାପନ କରୁଅଛୁ, ତାହା ପୃଥିବୀ ସହିତ ଆମ୍ଭ ନିୟମର ଚିହ୍ନ ହେବ।
Nimeweka upinde wangu wa mvua katika wingu, na itakuwa ndiyo ishara ya agano kati yangu na nchi.
14 ଯେତେବେଳେ ଆମ୍ଭେ ପୃଥିବୀ ଉପରେ ମେଘ ସଞ୍ଚାର କରିବା, ସେତେବେଳେ ସେହି ଧନୁ ମେଘରେ ଦେଖାଯିବ;
Hata itakuwa nitakapoleta wingu juu ya nchi na upinde wa mvua ukaonekana katika wingu,
15 ତହିଁରେ ତୁମ୍ଭମାନଙ୍କ ସହିତ ଓ ମାଂସବିଶିଷ୍ଟ ସମୁଦାୟ ପ୍ରାଣୀ ସହିତ ଆମ୍ଭର ଯେଉଁ ନିୟମ ଅଛି, ତାହା ଆମ୍ଭର ସ୍ମରଣ ହେବ, ତହିଁରେ ସବୁ ପ୍ରାଣୀର ବିନାଶାର୍ଥେ ଜଳପ୍ଳାବନ ଆଉ ହେବ ନାହିଁ।
ndipo nitakumbuka agano langu, ambalo ni kati yangu na ninyi na kila kiumbe hai cha wote mwenye mwili. Maji hayatafanyika tena gharika kuharibu wote wenye mwili.
16 ପୁଣି, ମେଘଧନୁ ହେଲେ, ଆମ୍ଭେ ତାହା ପ୍ରତି ଦୃଷ୍ଟିପାତ କରିବା, ତହିଁରେ ପୃଥିବୀସ୍ଥ ମାଂସବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ପରମେଶ୍ୱରଙ୍କର ଯେଉଁ ଅନନ୍ତକାଳସ୍ଥାୟୀ ନିୟମ ଅଛି, ତାହା ଆମ୍ଭେ ସ୍ମରଣ କରିବା।”
Upinde wa mvua utakuwa katika mawingu na nitauona, ili kukumbuka agano la milele kati ya Mungu na kila kiumbe hai cha wote wenye mwili ambacho kiko juu ya nchi.”
17 ପରମେଶ୍ୱର ନୋହଙ୍କୁ କହିଲେ, “ପୃଥିବୀସ୍ଥ ମାଂସବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଯେଉଁ ନିୟମ ସ୍ଥିର କରିଅଛୁ, ତହିଁର ଏହି ଚିହ୍ନ ହେବ।”
Kisha Mungu akamwambia Nuhu, “Hii ni ishara ya agano ambalo nimelithibitisha kati yangu na wenye mwili wote ambao wako juu ya nchi.”
18 ନୋହଙ୍କର ଯେଉଁ ପୁତ୍ରମାନେ ଜାହାଜରୁ ବହିର୍ଗତ ହେଲେ, ସେମାନଙ୍କ ନାମ ଶେମ ଓ ହାମ ଓ ଯେଫତ୍‍; ହାମ କିଣାନର ପିତା।
Wana wa Nuhu ambao walitoka katika safina walikuwa ni Shemu, Hamu, na Yafethi. Na Hamu akamzaa kanaani.
19 ଏହି ତିନି ଜଣ ନୋହଙ୍କର ପୁତ୍ର; ଏମାନଙ୍କ ବଂଶସବୁ ପୃଥିବୀରେ ବ୍ୟାପ୍ତ ହେଲା।
Watatu hawa walikuwa ndio wana wa Nuhu, na kutokea kwa hawa nchi yote ikajaa watu.
20 ଏଥିଉତ୍ତାରେ ନୋହ କୃଷି କର୍ମରେ ପ୍ରବୃତ୍ତ ହୋଇ ଦ୍ରାକ୍ଷାକ୍ଷେତ୍ର କଲେ।
Nuhu akaanza kuwa mkulima, na akapanda mizabibu.
21 ତହିଁରେ ସେ ଦ୍ରାକ୍ଷାରସ ପାନ କରି ମତ୍ତ ହୋଇ ତମ୍ବୁ ମଧ୍ୟରେ ବିବସ୍ତ୍ର ହୋଇ ପଡ଼ିଲେ।
Akanywa sehemu ya divai na akalewa. Akawa amelala hemeani uchi.
22 ଏପରି ସମୟରେ କିଣାନର ପିତା ହାମ ଆପଣା ପିତାଙ୍କର ଉଲଙ୍ଗତା ଦେଖି ବାହାରେ ଆପଣା ଦୁଇ ଭାଇଙ୍କୁ ସମାଚାର ଦେଲା।
Kisha Hamu, baba yake na Kanaani, akaona uchi wa baba yake na akawaambia ndugu zake wawili waliokuwa nje.
23 ସେତେବେଳେ ଶେମ ଓ ଯେଫତ୍‍ ସ୍କନ୍ଧରେ ବସ୍ତ୍ର ଘେନି ପଶ୍ଚାଦ୍‍ଗତି କରି ଆପଣାମାନଙ୍କ ପିତାଙ୍କର ଉଲଙ୍ଗତା ଆଚ୍ଛାଦନ କଲେ; ସେମାନେ ପଛଆଡ଼କୁ ମୁଖ ରଖି ଯିବାରୁ ପିତାଙ୍କର ଉଲଙ୍ଗତା ଦେଖିଲେ ନାହିଁ।
Kwa hiyo Shemu na Yafethi wakachukua kanzu wakaitanda juu ya mabega yao, na wakatembea kinyumenyume na wakaufunika uchi wa baba yao. Nyuso zao zikiwa zimegeuka nyuma upande mwingine, kwa hiyo hawakuona uchi wa baba yao.
24 ଏଉତ୍ତାରୁ ନୋହ ଦ୍ରାକ୍ଷାରସର ନିଦ୍ରାରୁ ଜାଗ୍ରତ ହୋଇ ଆପଣା ପ୍ରତି କନିଷ୍ଠ ପୁତ୍ରର ଆଚରଣ ଜ୍ଞାତ ହେଲେ।
Nuhu alipozinduka kutoka katika ulevi wake, alijua ni jambo gani mtoto wake mdogo amemfanyia.
25 ପୁଣି, ସେ କହିଲେ, “କିଣାନ ଶାପଗ୍ରସ୍ତ ହେଉ; ସେ ଆପଣା ଭ୍ରାତୃଗଣର ଦାସାନୁଦାସ ହେବ।”
Hivyo akasema, “Alaaniwe Kanaani. Na awe mtumishi kwa watumishi wa ndugu zake.”
26 ଆଉ ସେ କହିଲେ, “ଶେମର ପରମେଶ୍ୱର ସଦାପ୍ରଭୁ ଧନ୍ୟ ହେଉନ୍ତୁ; କିଣାନ ଶେମର ଦାସ ହେଉ।
Akasema pia, Yahwe, Mungu wa Shemu, abarikiwe, Kanaani na awe mtumwa wake.
27 ପରମେଶ୍ୱର ଯେଫତ୍‍କୁ ବର୍ଦ୍ଧିଷ୍ଣୁ କରନ୍ତୁ; ପୁଣି, ସେ ଶେମର ତମ୍ବୁରେ ବାସ କରୁ; ଆଉ କିଣାନ ତାହାର ଦାସ ହେଉ।”
Mungu na apanuwe mipaka ya Yafethi, na afanye makazi yake katika hema za Shemu. Kanaani na awe mtumwa wake.”
28 ଜଳପ୍ଳାବନ ଉତ୍ତାରେ ନୋହ ଆଉ ତିନି ଶହ ପଚାଶ ବର୍ଷ ବଞ୍ଚିଲେ।
Baada ya gharika, Nuhu aliishi miaka miatatu na hamsini.
29 ପୁଣି, ନୋହଙ୍କର ବୟସ ସର୍ବସୁଦ୍ଧା ନଅ ଶହ ପଚାଶ ବର୍ଷ ଥିଲା; ତହୁଁ ସେ ମଲେ।
Siku zote za Nuhu zilikuwa ni miaka mia tisa na hamsini, na kisha alikufa.

< ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 9 >