+ ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1 >

1 ଆଦ୍ୟରେ ପରମେଶ୍ୱର ସ୍ୱର୍ଗସମୂହ ଓ ପୃଥିବୀକୁ ସୃଷ୍ଟି କଲେ।
A farko-farko, Allah ya halicci sama da ƙasa.
2 ପୃଥିବୀ ନିର୍ଜନ ଓ ଶୂନ୍ୟ ଥିଲା, ଆଉ ଗଭୀର ଜଳ ଉପରେ ଅନ୍ଧକାର ଥିଲା; ପୁଣି, ପରମେଶ୍ୱରଙ୍କ ଆତ୍ମା ଜଳ ଉପରେ ବ୍ୟାପ୍ତ ଥିଲେ।
To, ƙasa dai ba ta da siffa, babu kuma kome a cikinta, duhu ne kawai ya rufe ko’ina, Ruhun Allah kuwa yana yawo a kan ruwan.
3 ଏଥିଉତ୍ତାରେ ପରମେଶ୍ୱର କହିଲେ, “ଦୀପ୍ତି ହେଉ,” ତହିଁରେ ଦୀପ୍ତି ହେଲା।
Sai Allah ya ce, “Bari haske yă kasance,” sai kuwa ga haske.
4 ଆଉ ପରମେଶ୍ୱର ଦୀପ୍ତିକୁ ଦେଖିଲେ ଯେ ତାହା ଉତ୍ତମ; ତହୁଁ ପରମେଶ୍ୱର ଅନ୍ଧକାରରୁ ଦୀପ୍ତିକୁ ଭିନ୍ନ କଲେ।
Allah ya ga hasken yana da kyau, sai ya raba tsakanin hasken da duhu.
5 ପୁଣି, ପରମେଶ୍ୱର ଦୀପ୍ତିର ନାମ “ଦିବସ,” ଓ ଅନ୍ଧକାରର ନାମ “ରାତ୍ରି” ଦେଲେ। ତହୁଁ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ପ୍ରଥମ ଦିବସ ହେଲା।
Allah ya kira hasken “yini,” ya kuma kira duhun “dare.” Yamma ta kasance, safiya kuma ta kasance, kwana ta fari ke nan.
6 ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ମଧ୍ୟରେ ଶୂନ୍ୟ ଜାତ ହୋଇ ଜଳକୁ ଦୁଇ ଭାଗରେ ଭିନ୍ନ କରୁ।”
Allah ya ce, “Bari sarari yă kasance tsakanin ruwaye domin yă raba ruwa da ruwa.”
7 ଏହିରୂପେ ପରମେଶ୍ୱର ଶୂନ୍ୟ ନିର୍ମାଣ କରି ଶୂନ୍ୟର ଊର୍ଦ୍ଧ୍ୱସ୍ଥ ଜଳରୁ ଶୂନ୍ୟର ଅଧଃସ୍ଥ ଜଳକୁ ଭିନ୍ନ କଲେ; ତହିଁରେ ସେହିରୂପ ହେଲା।
Saboda haka Allah ya yi sarari ya raba ruwan da yake ƙarƙashin sararin da ruwan da yake bisansa. Haka kuwa ya kasance.
8 ଆଉ ପରମେଶ୍ୱର ସେହି ଶୂନ୍ୟର ନାମ “ଆକାଶମଣ୍ଡଳ” ଦେଲେ। ପୁଣି, ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଦ୍ୱିତୀୟ ଦିବସ ହେଲା।
Allah ya kira sararin “sama.” Yamma ta kasance, safiya kuma ta kasance, kwana ta biyu ke nan.
9 ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆକାଶମଣ୍ଡଳର ଅଧଃସ୍ଥ ସମଗ୍ର ଜଳ ଏକ ସ୍ଥାନରେ ସଂଗୃହୀତ ହେଉ ଓ ସ୍ଥଳ ପ୍ରକାଶ ହେଉ,” ତହିଁରେ ସେହିରୂପ ହେଲା।
Allah ya ce, “Bari ruwan da yake ƙarƙashin sama yă tattaru wuri ɗaya, bari kuma busasshiyar ƙasa tă bayyana.” Haka kuwa ya kasance.
10 ପୁଣି, ପରମେଶ୍ୱର ସ୍ଥଳର ନାମ “ପୃଥିବୀ,” ଓ ଜଳରାଶିର ନାମ “ସମୁଦ୍ର” ଦେଲେ; ଆଉ ପରମେଶ୍ୱର ତାହା ଉତ୍ତମ ଦେଖିଲେ।
Allah ya kira busasshiyar ƙasar “doron ƙasa,” ruwan da ya taru kuma, ya kira “tekuna.” Allah ya ga yana da kyau.
11 ଏଉତ୍ତାରୁ ପରମେଶ୍ୱର କହିଲେ, “ପୃଥିବୀ ତୃଣ ଓ ସବୀଜ ଶାକ ଓ ବୀଜ ସମ୍ବଳିତ ସ୍ୱ ସ୍ୱ ଜାତି ଅନୁଯାୟୀ ଫଳୋତ୍ପାଦକ ଫଳବୃକ୍ଷ ଭୂମି ଉପରେ ଉତ୍ପନ୍ନ କରୁ,” ତହିଁରେ ସେପରି ହେଲା।
Sa’an nan Allah ya ce, “Bari ƙasa tă fid da tsire-tsire, da shuke-shuke, da itatuwa a bisa ƙasa masu ba da amfani da’ya’ya a cikinsu, bisa ga irinsu.” Haka kuwa ya kasance.
12 ଅର୍ଥାତ୍‍, ପୃଥିବୀ ତୃଣ ଓ ସ୍ୱ ସ୍ୱ ଜାତି ଅନୁସାରେ ବୀଜଉତ୍ପାଦକ ଶାକ ଓ ସ୍ୱ ସ୍ୱ ଜାତି ଅନୁସାରେ ସବୀଜ ଫଳୋତ୍ପାଦକ ବୃକ୍ଷ ଉତ୍ପନ୍ନ କଲା; ପୁଣି, ପରମେଶ୍ୱର ତାହା ଉତ୍ତମ ଦେଖିଲେ।
Ƙasar ta fid da tsire-tsire, da shuke-shuke masu ba da’ya’ya bisa ga irinsu, ta fid kuma da itatuwa masu ba da’ya’ya da iri a cikinsu bisa ga irinsu. Allah ya ga yana da kyau.
13 ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ତୃତୀୟ ଦିବସ ହେଲା।
Yamma ta kasance, safiya kuma ta kasance, kwana ta uku ke nan.
14 ଏଥିଉତ୍ତାରେ ପରମେଶ୍ୱର କହିଲେ, “ରାତ୍ରିରୁ ଦିବସକୁ ପୃଥକ କରିବା ପାଇଁ ଆକାଶମଣ୍ଡଳରେ ଜ୍ୟୋତିର୍ଗଣ ଉତ୍ପନ୍ନ ହେଉନ୍ତୁ; ପୁଣି, ସେ ସବୁ ଚିହ୍ନ ଓ ଋତୁ ଓ ଦିବସ ଆଉ ବର୍ଷର କାରଣ ହେଉନ୍ତୁ।
Allah kuma ya ce, “Bari haskoki su kasance a sararin sama domin su raba yini da dare, bari su zama alamu domin su nuna yanayi, da ranaku, da kuma shekaru,
15 ଆଉ ପୃଥିବୀରେ ଆଲୁଅ ଦେବା ପାଇଁ ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ଥାଉନ୍ତୁ,” ତହିଁରେ ସେପରି ହେଲା।
bari kuma haskokin su kasance a sararin sama domin su ba da haske a duniya.” Haka kuwa ya kasance.
16 ଏହି ପ୍ରକାରେ ପରମେଶ୍ୱର ଦିବସରେ କର୍ତ୍ତୃତ୍ଵ କରିବାକୁ ଏକ ମହାଜ୍ୟୋତି ଓ ରାତ୍ରିରେ କର୍ତ୍ତୃତ୍ଵ କରିବାକୁ ତାହାଠାରୁ ସାନ ଏକ ଜ୍ୟୋତିଃ, ଏହି ଦୁଇ ମହାଜ୍ୟୋତି, ଆଉ ମଧ୍ୟ ତାରାଗଣ ନିର୍ମାଣ କଲେ।
Allah ya yi manyan haskoki biyu, babban hasken yă mallaki yini, ƙaramin kuma yă mallaki dare. Ya kuma yi taurari.
17 ତହୁଁ ପୃଥିବୀରେ ଦୀପ୍ତି ଦେବା ପାଇଁ ଓ ଦିବା ଓ ରାତ୍ରି ଉପରେ କର୍ତ୍ତୃତ୍ୱ କରିବା ପାଇଁ,
Allah ya sa su a sararin sama domin su ba da haske a duniya,
18 ଆଉ ଦୀପ୍ତିକୁ ଅନ୍ଧକାରରୁ ପୃଥକ କରିବା ପାଇଁ, ପରମେଶ୍ୱର ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ସ୍ଥାପନ କଲେ; ଆଉ ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ।
su mallaki yini da kuma dare, su kuma raba haske da duhu. Allah kuwa ya ga yana da kyau.
19 ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଚତୁର୍ଥ ଦିବସ ହେଲା।
Yamma ta kasance, safiya kuma ta kasance, kwana ta huɗu ke nan.
20 ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ବହୁଳ ରୂପେ ଜଙ୍ଗମ ପ୍ରାଣୀବର୍ଗରେ ପ୍ରାଣୀମୟ ହେଉ ଓ ପୃଥିବୀର ଉପରିସ୍ଥ ଆକାଶମଣ୍ଡଳରେ ପକ୍ଷୀଗଣ ଉଡ଼ନ୍ତୁ।”
Allah ya ce, “Bari ruwa yă cika da halittu masu rai, bari tsuntsaye kuma su tashi sama a bisa duniya a sararin sama.”
21 ଆଉ ପରମେଶ୍ୱର ବୃହତ ତିମିଙ୍ଗିଳ ପ୍ରଭୃତି ଓ ସ୍ୱ ସ୍ୱ ଜାତି ଅନୁସାରେ ବହୁଳ ରୂପେ ଜଳଜ ଜଙ୍ଗମ ପ୍ରାଣୀବର୍ଗ ଓ ସ୍ୱ ସ୍ୱ ଜାତି ଅନୁସାରେ ପକ୍ଷୀଗଣର ସୃଷ୍ଟି କଲେ। ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ।
Allah ya halicci manyan halittun teku, da kowane mai rai da abin da yake motsi a ruwa, bisa ga irinsu, da kuma kowane tsuntsu mai fiffike bisa ga irinsa. Allah kuwa ya ga yana da kyau.
22 ପୁଣି, ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କରି କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୋଇ ସମୁଦ୍ରର ଜଳ ପରିପୂର୍ଣ୍ଣ କର, ଆଉ ପୃଥିବୀରେ ପକ୍ଷୀଗଣ ବହୁସଂଖ୍ୟକ ହେଉନ୍ତୁ।”
Allah ya albarkace su ya ce, “Ku yi ta haihuwa ku kuma ƙaru da yawa, ku cika ruwan tekuna, bari kuma tsuntsaye su yi yawa a bisa duniya.”
23 ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ପଞ୍ଚମ ଦିବସ ହେଲା।
Yamma ta kasance, safiya kuma ta kasance, kwana ta biyar ke nan.
24 ଏଥିଉତ୍ତାରେ ପରମେଶ୍ୱର କହିଲେ, “ପୃଥିବୀରେ ସ୍ୱ ସ୍ୱ ଜାତି ଅନୁସାରେ ପ୍ରାଣୀବର୍ଗ, (ଅର୍ଥାତ୍‍), ଗ୍ରାମ୍ୟ ପଶୁ ଓ ଉରୋଗାମୀ ଜନ୍ତୁ ଓ ସ୍ୱ ସ୍ୱ ଜାତି ଅନୁସାରେ ପୃଥିବୀର ବନ୍ୟ ପଶୁଗଣ ଉତ୍ପନ୍ନ ହେଉନ୍ତୁ,” ତହିଁରେ ସେପରି ହେଲା।
Allah kuwa ya ce, “Bari ƙasa tă ba da halittu masu rai bisa ga irinsu; dabbobi da halittu masu rarrafe, da kuma namun jeji, kowane bisa ga irinsa.” Haka kuwa ya kasance.
25 ଏହିରୂପେ ପରମେଶ୍ୱର ସ୍ୱ ସ୍ୱ ଜାତି ଅନୁଯାୟୀ ବନ୍ୟ ପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ଗ୍ରାମ୍ୟପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ପ୍ରତ୍ୟେକ ଭୂଚର ଉରୋଗାମୀ ଜନ୍ତୁ ନିର୍ମାଣ କଲେ; ଆଉ ପରମେଶ୍ୱର ସେସମସ୍ତ ଉତ୍ତମ ଦେଖିଲେ।
Allah ya halicci namun jeji bisa ga irinsu, dabbobi bisa ga irinsu, da kuma dukan halittu masu rarrafe a ƙasa bisa ga irinsu. Allah kuwa ya ga yana da kyau.
26 ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆମ୍ଭେମାନେ ଆପଣା ପ୍ରତିମୂର୍ତ୍ତିରେ ଓ ଆପଣା ସାଦୃଶ୍ୟରେ ମନୁଷ୍ୟକୁ ନିର୍ମାଣ କରୁ। ସେମାନେ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ପଶୁଗଣ ଓ ସମସ୍ତ ପୃଥିବୀ ଓ ଭୂମିରେ ଗମନଶୀଳ ସବୁ ଉରୋଗାମୀ ଜନ୍ତୁ ଉପରେ କର୍ତ୍ତୃତ୍ୱ କରିବେ।”
Sa’an nan Allah ya ce, “Bari mu yi mutum cikin siffarmu, cikin kamanninmu, bari kuma su yi mulki a bisa kifin teku, tsuntsayen sama, da kuma dabbobi, su yi mulki a bisa dukan duniya, da kuma a bisa dukan halittu, da masu rarrafe a ƙasa.”
27 ଏଥିଉତ୍ତାରେ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ସୃଷ୍ଟି କଲେ; ପରମେଶ୍ୱରଙ୍କ ପ୍ରତିମୂର୍ତ୍ତିରେ ସେ ତାହାକୁ ସୃଷ୍ଟି କଲେ; ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ।
Saboda haka Allah ya halicci mutum cikin siffarsa. Cikin kamannin Allah, Allah ya halicci mutum. Miji da mace ya halicce su.
28 ଆଉ ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କଲେ; ପୁଣି, ପରମେଶ୍ୱର ସେମାନଙ୍କୁ କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୁଅ, ପୁଣି, ପୃଥିବୀକୁ ପରିପୂର୍ଣ୍ଣ କରି ବଶୀଭୂତ କର, ଆଉ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ଭୂଚର ଉରୋଗାମୀ ଜନ୍ତୁଗଣ ଉପରେ କର୍ତ୍ତୃତ୍ଵ କର।”
Allah ya albarkace su, ya kuma ce musu, “Ku yi ta haihuwa ku ƙaru da yawa, ku mamaye duniya, ku mallake ta. Ku yi mulki a bisa kifin teku, da tsuntsayen sararin sama, da kuma bisa kowace halitta mai rai wadda take rarrafe a ƙasa.”
29 ପରମେଶ୍ୱର ଆହୁରି କହିଲେ, “ଦେଖ, ଆମ୍ଭେ ଭୂମିସ୍ଥ ସବୁ ସବୀଜ ଶାକ ଓ ସବୁ ସବୀଜ ଫଳଦାୟକ ବୃକ୍ଷ ତୁମ୍ଭମାନଙ୍କୁ ଦେଲୁ, ତାହା ତୁମ୍ଭମାନଙ୍କର ଖାଦ୍ୟ ହେବ।
Sa’an nan Allah ya ce, “Ga shi, na ba ku kowane tsiro mai ba da’ya’ya masu kwaya da suke a fāɗin duniya, da dukan itatuwa masu ba da’ya’ya, don su zama abinci a gare ku.
30 ପୁଣି, ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଉରୋଗାମୀ ଜନ୍ତୁ, ଏହି ସମସ୍ତ ପ୍ରାଣୀଙ୍କ ଭକ୍ଷ୍ୟ ନିମନ୍ତେ ଆମ୍ଭେ ସବୁ ହରିତ୍‍ ଶାକ ଦେଲୁ,” ତହିଁରେ ସେହିପରି ହେଲା।
Na kuma ba da dukan dabbobin ƙasa, da dukan tsuntsayen sama, da dukan abin da yake rarrafe a ƙasa, da dai iyakar abin da yake numfashi; haka kuma na ba da ganyaye su zama abinci.” Haka kuwa ya kasance.
31 ପରମେଶ୍ୱର ଆପଣା ନିର୍ମିତ ପ୍ରତ୍ୟେକ ବସ୍ତୁ ପ୍ରତି ଦୃଷ୍ଟି କଲେ, ଆଉ ଦେଖ, ସମସ୍ତ ଅତ୍ୟୁତ୍ତମ ହେଲା। ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଷଷ୍ଠ ଦିବସ ହେଲା।
Allah ya ga dukan abin da ya yi, yana da kyau ƙwarai. Yamma ta kasance, safiya kuma ta kasance, kwana ta shida ke nan.

+ ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1 >