< ହବକ୍‍କୂକ 3 >

1 ହବକ୍କୂକ ଭବିଷ୍ୟଦ୍‍ବକ୍ତାଙ୍କର ପ୍ରାର୍ଥନା। ସ୍ୱରଶିଗୀୟୋନତ୍‍।
शिगायूनोत के सुर पर हबक़्क़ूक़ नबी की दु'आ:
2 ହେ ସଦାପ୍ରଭୁ, ମୁଁ ତୁମ୍ଭ ବିଷୟକ ବାର୍ତ୍ତା ଶୁଣି ଭୀତ ଅଛି; ହେ ସଦାପ୍ରଭୁ, ବର୍ଷମାନର ମଧ୍ୟରେ ଆପଣା କର୍ମ ସଜୀବ କର, ବର୍ଷମାନର ମଧ୍ୟରେ ତାହା ଜ୍ଞାତ କରାଅ; କୋପ ସମୟରେ ଦୟା ସ୍ମରଣ କର।
ऐ ख़ुदावन्द, मैंने तेरी शोहरत सुनी, और डर गया; ऐ ख़ुदावन्द, इसी ज़माने में अपने काम को पूरा कर। इसी ज़माने में उसको ज़ाहिर कर; ग़ज़ब के वक़्त रहम को याद फ़रमा।
3 ପରମେଶ୍ୱର ତୈମନ୍‍ରୁ ଆସିଲେ ଓ ଯେ ଧର୍ମମୟ, ସେ ପାରଣ ପର୍ବତରୁ ଆସିଲେ। (ସେଲା) ତାହାଙ୍କର ପ୍ରତାପ ଆକାଶମଣ୍ଡଳକୁ ଆଚ୍ଛନ୍ନ କଲା, ଆଉ ପୃଥିବୀ ତାହାଙ୍କ ପ୍ରଶଂସାରେ ପରିପୂର୍ଣ୍ଣ ହେଲା।
ख़ुदा तेमान से आया, और कु़द्दूस फ़ारान के पहाड़ से। उसका जलाल आसमान पर छा गया, और ज़मीन उसकी ता'रीफ़ से मा'मूर हो गई।
4 ପୁଣି, ତାହାଙ୍କର ତେଜ ଦୀପ୍ତି ତୁଲ୍ୟ ହେଲା; ତାହାଙ୍କ ହସ୍ତରୁ କିରଣ ନିର୍ଗତ ହେଲା; ଆଉ, ସେ ସ୍ଥାନ ତାହାଙ୍କ ପରାକ୍ରମର ଅନ୍ତରାଳ।
उसकी जगमगाहट नूर की तरह थी, उसके हाथ से किरनें निकलती थीं, और इसमें उसकी क़ुदरत छिपी हुई थी,
5 ତାହାଙ୍କ ଆଗେ ଆଗେ ମହାମାରୀ ଗମନ କଲା, ଆଉ ତାହାଙ୍କ ପଦଚିହ୍ନରୁ ଅଗ୍ନିବାଣ ନିର୍ଗତ ହେଲା।
बीमारी उसके आगे — आगे चलती थी, और आग के तीर उसके क़दमों से निकलते थे।
6 ସେ ଠିଆ ହୋଇ ପୃଥିବୀର ପରିମାଣ କଲେ। ସେ ଦୃଷ୍ଟିପାତ କରି ଗୋଷ୍ଠୀଗଣକୁ ଭିନ୍ନ ଭିନ୍ନ କରି ତଡ଼ିଦେଲେ; ଆଉ, ଚିରସ୍ଥାୟୀ ପର୍ବତଗଣ ଛିନ୍ନଭିନ୍ନ କରାଗଲେ, ନିତ୍ୟସ୍ଥାୟୀ ଉପପର୍ବତଗଣ ନତ ହେଲେ; ତାହାଙ୍କର ଗତି ପୁରାତନ କାଳର ଗତି ତୁଲ୍ୟ ଥିଲା।
वह खड़ा हुआ और ज़मीन थर्रा गई, उसने निगाह की और क़ौमें तितर — बितर हो गईं। अज़ली पहाड़ टुकड़े — टुकड़े हो गए; पुराने टीले झुक गए, उसके रास्ते अज़ली हैं।
7 ମୁଁ କୂଶନର ତମ୍ବୁସକଳକୁ କ୍ଳେଶରେ ଥିବାର ଦେଖିଲି; ମିଦୀୟନ ଦେଶର ଯବନିକାସକଳ କମ୍ପିତ ହେଲା।
मैंने कूशन के खे़मों को मुसीबत में देखा: मुल्क — ए — मिदियान के पर्दे हिल गए।
8 ସଦାପ୍ରଭୁ କି ନଦ-ନଦୀ ପ୍ରତି ଅସନ୍ତୁଷ୍ଟ ହେଲେ? ତୁମ୍ଭର କ୍ରୋଧ କି ନଦ-ନଦୀର ଉପରେ ବର୍ତ୍ତିଲା, ଅବା ତୁମ୍ଭର କୋପ କି ସମୁଦ୍ରର ଉପରେ ବର୍ତ୍ତିଲା ଯେ, ତୁମ୍ଭେ ଆପଣା ଅଶ୍ୱଗଣର ଉପରେ, ଆପଣା ତ୍ରାଣ ସ୍ୱରୂପ ରଥସମୂହରେ ଆରୋହଣ କଲ?
ऐ ख़ुदावन्द, क्या तू नदियों से बेज़ार था? क्या तेरा ग़ज़ब दरियाओं पर था? क्या तेरा ग़ज़ब समन्दर पर था कि तू अपने घोड़ों और फ़तहयाब रथों पर सवार हुआ?
9 ତୁମ୍ଭର ଧନୁ ଅନାବୃତ ହେଲା; ଗୋଷ୍ଠୀଗଣର ପ୍ରତି ଶପଥ ସ୍ଥିରୀକୃତ ବାକ୍ୟ ହେଲା। (ସେଲା) ତୁମ୍ଭେ ନଦ-ନଦୀ ଦ୍ୱାରା ପୃଥିବୀକୁ ବିଦୀର୍ଣ୍ଣ କଲ।
तेरी कमान ग़िलाफ़ से निकाली गई, तेरा 'अहद क़बाइल के साथ उस्तवार था। (सिलाह) तूने ज़मीन को नदियों से चीर डाला।
10 ପର୍ବତଗଣ ତୁମ୍ଭଙ୍କୁ ଦେଖି ଭୀତ ହେଲେ; ପ୍ରଚଣ୍ଡ ଜଳରାଶି ବହିଗଲା; ବାରିଧି ଆପଣା ରବ ଶୁଣାଇଲା ଓ ଆପଣା ହସ୍ତ ଉଚ୍ଚକୁ ଉଠାଇଲା।
पहाड़ तुझे देखकर काँप गए: सैलाब गुज़र गए; समन्दर से शोर उठा, और मौजें बुलन्द हुई।
11 ତୁମ୍ଭର ବାଣସ୍ୱରୂପ ଦୀପ୍ତିର ଗତିରେ, ତୁମ୍ଭର ଝଲମଲ ବର୍ଚ୍ଛାର ତେଜରେ ସୂର୍ଯ୍ୟ ଓ ଚନ୍ଦ୍ର ଆପଣା ଆପଣା ବାସ ସ୍ଥାନରେ ସ୍ଥଗିତ ହୋଇ ରହିଲେ।
तेरे उड़ने वाले तीरों की रोशनी से, तेरे चमकीले भाले की झलक से, चाँद — ओ — सूरज अपने बुर्जों में ठहर गए।
12 ତୁମ୍ଭେ କୋପରେ ପୃଥିବୀ ମଧ୍ୟଦେଇ ଯାତ୍ରା କଲ। ତୁମ୍ଭେ କ୍ରୋଧରେ ଗୋଷ୍ଠୀଗଣକୁ (ଶସ୍ୟ ପରି) ମର୍ଦ୍ଦନ କଲ।
तू ग़ज़बनाक होकर मुल्क में से गुज़रा; तूने ग़ज़ब से क़ौमों को पस्त किया।
13 ତୁମ୍ଭେ ଆପଣା ଲୋକମାନଙ୍କର ପରିତ୍ରାଣ ନିମନ୍ତେ, ଆପଣା ଅଭିଷେକୀର ପରିତ୍ରାଣ ନିମନ୍ତେ ଯାତ୍ରା କଲ। ତୁମ୍ଭେ ଦୁଷ୍ଟର ଗୃହରୁ ମସ୍ତକ ଚୂର୍ଣ୍ଣ କଲ, ତୁମ୍ଭେ କଣ୍ଠସରିକି ମୂଳଦୁଆ ଅନାବୃତ କଲ। (ସେଲା)
तू अपने लोगों की नजात की ख़ातिर निकला, हाँ, अपने मम्सूह की नजात की ख़ातिर तूने शरीर के घर की छत गिरा दी, और उसकी बुनियाद बिल्कुल खोद डाली।
14 ତୁମ୍ଭେ ତାହାର ନିଜ ଯଷ୍ଟି ଦ୍ୱାରା ତାହାର ଯୋଦ୍ଧାମାନଙ୍କର ମସ୍ତକ ବିଦ୍ଧ କଲ: ସେମାନେ ମୋତେ ଛିନ୍ନଭିନ୍ନ କରିବା ପାଇଁ ଘୂର୍ଣ୍ଣବାୟୁର ନ୍ୟାୟ ଆସିଲେ; ଦରିଦ୍ରକୁ ଗୋପନରେ ଗ୍ରାସ କରିବା ପାଇଁ ସେମାନଙ୍କର ଆନନ୍ଦ ଥିଲା।
तूने उसी की लाठी से उसके बहादुरों के सिर फोड़े; वह मुझे बिखेरने को हवा के झोके की तरह आए, वह ग़रीबों को तन्हाई में निगल जाने पर ख़ुश थे।
15 ତୁମ୍ଭେ ଆପଣା ଅଶ୍ୱଗଣ ଦ୍ୱାରା ସମୁଦ୍ରକୁ, ମହାଜଳରାଶିକୁ ଦଳି ପକାଇଲ।
तू अपने घोड़ों पर सवार होकर समन्दर से, हाँ, बड़े सैलाब से पार हो गया।
16 ମୁଁ ଶୁଣିଲି ଓ ମୋʼ ଉଦର କମ୍ପିଲା, ସେହି ରବରେ ମୋର ଓଷ୍ଠାଧର ଥରଥର ହେଲା; ମୋʼ ଅସ୍ଥିସକଳରେ ପଚାଭାବ ପ୍ରବେଶ କଲା ଓ ମୁଁ ସ୍ୱ ସ୍ଥାନରେ କମ୍ପିତ ହେଲି; ତହିଁରେ ଯେଉଁମାନେ ସୈନ୍ୟଦଳ ଘେନି ତାହାକୁ ଆକ୍ରମଣ କରିବାକୁ ଆସିବେ, ସେହି ଲୋକମାନଙ୍କ ବିରୁଦ୍ଧରେ ଯେତେବେଳେ ଦିନ ଆସିବ, ସେତେବେଳେ ସେହି ସଙ୍କଟ ଦିନରେ ମୋତେ ବିଶ୍ରାମ କରିବାକୁ ହେବ।
मैंने सुना और मेरा दिल दहल गया, उस शोर की वजह से मेरे लब हिलने लगे; मेरी हड्डियाँ बोसीदा हो गईं, और मैं खड़े — खड़े काँपने लगा। लेकिन मैं सुकून से उनके बुरे दिन का मुन्तज़िर हूँ, जो इकट्ठा होकर हम पर हमला करते हैं।
17 କାରଣ ଯଦ୍ୟପି ଡିମ୍ବିରିବୃକ୍ଷ ପୁଷ୍ପିତ ନୋହିବ, କିଅବା ଦ୍ରାକ୍ଷାଲତାରେ ଫଳ ନ ଧରିବ; ଜୀତବୃକ୍ଷ ଫଳ ନ ଫଳିବ ଓ କ୍ଷେତ୍ର ଖାଦ୍ୟଦ୍ରବ୍ୟ ଉତ୍ପନ୍ନ ନ କରିବ; ଖୁଆଡ଼ରୁ ମେଷପଲ ଉଚ୍ଛିନ୍ନ ହେବ, ଆଉ ଗୋଠରେ ଗୋରୁପଲ ନ ଥିବ;
अगरचे अंजीर का दरख़्त न फूले, और डाल में फल न लगें, और जै़तून का फल ज़ाय' हो जाए, और खेतों में कुछ पैदावार न हो, और भेड़ख़ाने से भेड़ें जाती रहें, और तवेलों में जानवर न हों,
18 ତଥାପି ମୁଁ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବି। ମୁଁ ଆପଣା ତ୍ରାଣର ପରମେଶ୍ୱରଙ୍କଠାରେ ଉଲ୍ଲାସ କରିବି।
तोभी मैं ख़ुदावन्द से ख़ुश रहूँगा, और अपनी नजात बख़्श ख़ुदा से खु़श वक़्त हूँगा।
19 ପ୍ରଭୁ ସଦାପ୍ରଭୁ ମୋର ବଳ ସ୍ୱରୂପ ଓ ସେ ମୋର ଚରଣ ହରିଣୀର ଚରଣ ସଦୃଶ କରନ୍ତି, ପୁଣି ମୋର ଉଚ୍ଚସ୍ଥଳୀରେ ମୋତେ ଗମନ କରାଇବେ। ମୋର ତାରଯୁକ୍ତ ଯନ୍ତ୍ରରେ ପ୍ରଧାନ ବାଦ୍ୟକର ନିମନ୍ତେ।
ख़ुदावन्द ख़ुदा, मेरी ताक़त है; वह मेरे पैर हिरनी के से बना देता है, और मुझे मेरी ऊँची जगहों में चलाता है।

< ହବକ୍‍କୂକ 3 >