< ହୋଶେୟ 3 >

1 ଏଥିଉତ୍ତାରେ ସଦାପ୍ରଭୁ ଆମ୍ଭକୁ କହିଲେ, “ଇସ୍ରାଏଲ-ସନ୍ତାନଗଣ ଅନ୍ୟ ଦେବଗଣର ପ୍ରତି ଫେରିଲେ ମଧ୍ୟ ଓ ଦ୍ରାକ୍ଷାଚକ୍ତି ଭଲ ପାଇଲେ ମଧ୍ୟ ସଦାପ୍ରଭୁ ଯେପରି ସେମାନଙ୍କୁ ପ୍ରେମ କରନ୍ତି, ସେହିପରି ତୁମ୍ଭେ ପୁନଶ୍ଚ ଯାଇ ଆପଣା ମିତ୍ରର ପ୍ରିୟତମା ଅଥଚ ବ୍ୟଭିଚାରିଣୀ ଏକ ସ୍ତ୍ରୀକୁ ପ୍ରେମ କର।”
YHWH said to me, "Go again, love a woman who loves another, and is an adulteress, even as YHWH loves the children of Israel, though they turn to other gods, and love cakes of raisins."
2 ତହିଁରେ ମୁଁ ପନ୍ଦର ରୌପ୍ୟ ମୁଦ୍ରା, ଏକ ହୋମର ଓ ଅର୍ଦ୍ଧ ହୋମର ଯବ ଦେଇ ସେ ସ୍ତ୍ରୀକୁ କିଣିଲି;
So I bought her for myself for fifteen pieces of silver and a homer and a half of barley.
3 ଆଉ, ମୁଁ ତାହାକୁ କହିଲି, “ତୁମ୍ଭେ ଅନେକ ଦିନ ପର୍ଯ୍ୟନ୍ତ ମୋʼ ନିମନ୍ତେ ରହିବ; ତୁମ୍ଭେ ବେଶ୍ୟାବୃତ୍ତି କରିବ ନାହିଁ ଓ ତୁମ୍ଭେ ଅନ୍ୟ କୌଣସି ପୁରୁଷର ଭାର୍ଯ୍ୟା ହେବ ନାହିଁ ଓ ମୁଁ ମଧ୍ୟ ତୁମ୍ଭ ପ୍ରତି ସେହିପରି ବ୍ୟବହାର କରିବି।”
I said to her, "You shall stay with me many days. You shall not play the prostitute, and you shall not be with any other man. I will also be so toward you."
4 କାରଣ ଇସ୍ରାଏଲ-ସନ୍ତାନଗଣ ଅନେକ ଦିନ ପର୍ଯ୍ୟନ୍ତ ରାଜାହୀନ, ଅଧିପତିହୀନ, ଯଜ୍ଞହୀନ, ସ୍ତମ୍ଭହୀନ ଓ ଏଫୋଦ ଅବା ଠାକୁରହୀନ ହୋଇ ରହିବେ;
For the children of Israel shall abide many days without king, and without prince, and without sacrifice, and without sacred stone, and without ephod or idols.
5 ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଫେରି ଆସିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କୁ ଓ ଆପଣାମାନଙ୍କର ରାଜା ଦାଉଦଙ୍କୁ ଅନ୍ଵେଷଣ କରିବେ; ଆଉ, ଶେଷ କାଳରେ ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁଙ୍କ ନିକଟକୁ ଓ ତାହାଙ୍କ ଅନୁଗ୍ରହର ନିକଟକୁ ଆସିବେ।
Afterward the children of Israel shall return, and seek YHWH their God, and David their king, and shall come with trembling to YHWH and to his blessings in the last days.

< ହୋଶେୟ 3 >