< ଯିଶାଇୟ 10 >

1 ଯେଉଁମାନେ ଅଧର୍ମ ବ୍ୟବସ୍ଥା ସ୍ଥାପନ କରନ୍ତି ଓ ଯେଉଁ ଲେଖକମାନେ ଉପଦ୍ରବର କଥା ଲେଖନ୍ତି, ସେମାନେ ସନ୍ତାପର ପାତ୍ର!
הוי החקקים חקקי און ומכתבים עמל כתבו
2 ସେମାନେ ବିଧବାମାନଙ୍କୁ ଆପଣାମାନଙ୍କର ଲୁଟିତ ଦ୍ରବ୍ୟ ସ୍ୱରୂପ କରିବା ପାଇଁ, ପିତୃହୀନମାନଙ୍କୁ ଆପଣାମାନଙ୍କର ମୃଗୟା ସ୍ୱରୂପ କରିବା ପାଇଁ, ଦରିଦ୍ରମାନଙ୍କୁ ନ୍ୟାୟବିଚାରରୁ ଫେରାଇ ଦିଅନ୍ତି ଓ ମୋହର ଦୁଃଖୀ ଲୋକମାନଙ୍କର ଅଧିକାର ହରଣ କରନ୍ତି।
להטות מדין דלים ולגזל משפט עניי עמי--להיות אלמנות שללם ואת יתומים יבזו
3 ଏଣୁ ପ୍ରତିଫଳ ଦେବାର ଦିନରେ ଓ ଦୂରରୁ ଆସନ୍ତା ବିନାଶ ସମୟରେ ତୁମ୍ଭେମାନେ କଅଣ କରିବ? ସାହାଯ୍ୟ ନିମନ୍ତେ ତୁମ୍ଭେମାନେ କାହା ନିକଟକୁ ପଳାଇବ? ଓ ତୁମ୍ଭମାନଙ୍କର ପ୍ରତାପ କେଉଁଠାରେ ରଖିବ?
ומה תעשו ליום פקדה ולשואה ממרחק תבוא על מי תנוסו לעזרה ואנה תעזבו כבודכם
4 ସେମାନେ କେବଳ ବନ୍ଦୀ ଲୋକମାନଙ୍କର ପଦ ତଳେ ନତ ହେବେ ଓ ହତ ଲୋକମାନଙ୍କର ତଳେ ପଡ଼ିବେ। ଏହିସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।
בלתי כרע תחת אסיר ותחת הרוגים יפלו בכל זאת לא שב אפו ועוד ידו נטויה
5 ହାୟ ଅଶୂର! ସେ ଆମ୍ଭର କ୍ରୋଧରୂପ ଦଣ୍ଡ, ତାହାର ହସ୍ତରେ ଆମ୍ଭର କୋପରୂପ ଯଷ୍ଟି ଅଛି।
הוי אשור שבט אפי ומטה הוא בידם זעמי
6 ଆମ୍ଭେ ତାହାକୁ ଲୁଟିତ ଦ୍ରବ୍ୟ ଓ ମୃଗୟା ନେଇଯିବା ନିମନ୍ତେ ଓ ଲୋକମାନଙ୍କୁ ବାଟର କାଦୁଅ ତୁଲ୍ୟ ଦଳିତ କରିବା ନିମନ୍ତେ ଧର୍ମହୀନ ଗୋଷ୍ଠୀର ଓ ଆମ୍ଭ କ୍ରୋଧପାତ୍ର ଲୋକମାନଙ୍କ ବିରୁଦ୍ଧରେ ଆଜ୍ଞା ଦେବା।
בגוי חנף אשלחנו ועל עם עברתי אצונו--לשלל שלל ולבז בז ולשימו (ולשומו) מרמס כחמר חוצות
7 ତଥାପି ତାହାର ଅଭିପ୍ରାୟ ସେହିପରି ନୁହେଁ, କିଅବା ତାହାର ହୃଦୟ ସେହିପରି ଭାବେ ନାହିଁ; ମାତ୍ର ବିନାଶ କରିବାକୁ ଓ ଅନେକ ଗୋଷ୍ଠୀଙ୍କୁ ଉଚ୍ଛିନ୍ନ କରିବାକୁ ତାହାର ହୃଦୟରେ ଅଛି।
והוא לא כן ידמה ולבבו לא כן יחשב כי להשמיד בלבבו ולהכרית גוים לא מעט
8 କାରଣ ସେ କହେ, “ଆମ୍ଭର ସେନାପତିଗଣ ସମସ୍ତେ କି ରାଜା ନୁହନ୍ତି?
כי יאמר הלא שרי יחדו מלכים
9 କଲ୍‍ନୋ ସହର କି କର୍କମୀଶ୍‍ ସହର ତୁଲ୍ୟ ନୁହେଁ? ହମାତ୍‍ ସହର କି ଅର୍ପଦ ସହର ତୁଲ୍ୟ ନୁହେଁ? ଶମରୀୟା କି ଦମ୍ମେଶକ ତୁଲ୍ୟ ନୁହେଁ?
הלא ככרכמיש כלנו אם לא כארפד חמת אם לא כדמשק שמרון
10 ଯେଉଁ ପ୍ରତିମାଗଣର ରାଜ୍ୟସକଳର ଖୋଦିତ ମୂର୍ତ୍ତିସମୂହ, ଯିରୂଶାଲମର ଓ ଶମରୀୟାର ମୂର୍ତ୍ତିଗଣ ଅପେକ୍ଷା ଶ୍ରେଷ୍ଠ, ସେହି ସବୁ ରାଜ୍ୟ ଆମ୍ଭର ହସ୍ତଗତ ହୋଇଅଛି;
כאשר מצאה ידי לממלכת האליל ופסיליהם מירושלם ומשמרון
11 ଆମ୍ଭେ ଶମରୀୟା ଓ ତାହାର ପ୍ରତିମାଗଣ ପ୍ରତି ଯେପରି କରିଅଛୁ, ଯିରୂଶାଲମ ଓ ତାହାର ପ୍ରତିମାଗଣ ପ୍ରତି କʼଣ ସେହିପରି କରିବା ନାହିଁ?”
הלא כאשר עשיתי לשמרון--ולאליליה כן אעשה לירושלם ולעצביה
12 ଏହେତୁ ଏପରି ଘଟିବ ଯେ, ପ୍ରଭୁ ସିୟୋନ ପର୍ବତରେ ଓ ଯିରୂଶାଲମରେ ଆପଣାର ସମସ୍ତ କାର୍ଯ୍ୟ ସାଧନ କଲା ଉତ୍ତାରେ ଆମ୍ଭେ ଅଶୂର-ରାଜର ଅହଙ୍କାରମୟ ଚିତ୍ତରୂପ ଫଳର ଓ ତାହାର ଉଚ୍ଚ ଦୃଷ୍ଟିରୂପ ଆଡ଼ମ୍ବରର ପ୍ରତିଫଳ ଦେବା।
והיה כי יבצע אדני את כל מעשהו בהר ציון ובירושלם--אפקד על פרי גדל לבב מלך אשור ועל תפארת רום עיניו
13 କାରଣ ସେ କହିଅଛି, “ମୁଁ ବୁଦ୍ଧିମାନ ହେବାରୁ ଆପଣା ହସ୍ତର ବଳ ଓ ଆପଣା ଜ୍ଞାନ ଦ୍ୱାରା ଏହା କରିଅଛି; ପୁଣି, ମୁଁ ନାନା ଗୋଷ୍ଠୀର ସୀମା ଦୂର କରିଅଛି ଓ ସେମାନଙ୍କର ସଞ୍ଚିତ ଧନ ହରଣ କରିଅଛି, ଆଉ ମୁଁ ବିକ୍ରମଶାଳୀ ଲୋକ ତୁଲ୍ୟ ସିଂହାସନୋପବିଷ୍ଟ ଲୋକମାନଙ୍କୁ ତଳକୁ ଓହ୍ଲାଇ ଆଣିଅଛି;
כי אמר בכח ידי עשיתי ובחכמתי כי נבנותי ואסיר גבולת עמים ועתידתיהם (ועתודתיהם) שושתי ואוריד כאביר יושבים
14 ପୁଣି, ମୋହର ହସ୍ତ ନାନା ଗୋଷ୍ଠୀର ଧନ ପକ୍ଷୀର ବସା ତୁଲ୍ୟ ପ୍ରାପ୍ତ ହୋଇଅଛି ଓ କେହି ଯେପରି ତ୍ୟକ୍ତ ଡିମ୍ବ ସଂଗ୍ରହ କରେ, ସେହିପରି ମୁଁ ସମୁଦାୟ ପୃଥିବୀକୁ ସଂଗ୍ରହ କରିଅଛି; ଆଉ, ପକ୍ଷ ହଲାଇବାକୁ କିଅବା ଥଣ୍ଟ ଫିଟାଇବାକୁ ଅବା ଚିଁ ଚିଁ ଶବ୍ଦ କରିବାକୁ କେହି ନ ଥିଲା।”
ותמצא כקן ידי לחיל העמים וכאסף ביצים עזבות כל הארץ אני אספתי ולא היה נדד כנף ופצה פה ומצפצף
15 କୁହ୍ରାଡ଼ି କʼଣ ତଦ୍ଦ୍ୱାରା ଛେଦନକର୍ତ୍ତା ବିରୁଦ୍ଧରେ ଦର୍ପ କରିବ? କରତ କʼଣ କରତୀୟାର ପ୍ରତିକୂଳରେ ଆପଣାକୁ ଶ୍ରେଷ୍ଠ କରିବ? ଯେଉଁମାନେ ଦଣ୍ଡ ଉଠାନ୍ତି, ଦଣ୍ଡ କʼଣ ସେମାନଙ୍କୁ ହଲାଇବ? ଯେ କାଷ୍ଠ ନୁହେଁ, ଯଷ୍ଟି କʼଣ ତାହାକୁ ଉଠାଇବ?
היתפאר הגרזן על החצב בו אם יתגדל המשור על מניפו כהניף שבט ואת מרימיו כהרים מטה לא עץ
16 ଏହେତୁ ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ତାହାର ସ୍ଥୂଳକାୟ ଲୋକମାନଙ୍କ ମଧ୍ୟରେ କ୍ଷୀଣତା ପଠାଇବେ ଓ ତାହାର ପ୍ରତାପର ତଳେ ଅଗ୍ନିଦାହ ତୁଲ୍ୟ ଦାହ ହେବ।
לכן ישלח האדון יהוה צבאות במשמניו--רזון ותחת כבדו יקד יקד כיקוד אש
17 ପୁଣି, ଇସ୍ରାଏଲର ଜ୍ୟୋତିଃ ଅଗ୍ନି ସ୍ୱରୂପ ହେବ ଓ ତାହାର ଧର୍ମସ୍ୱରୂପ ଅଗ୍ନିଶିଖା ସଦୃଶ ହେବେ, ଆଉ ତାହା ଜ୍ୱଳି ଗୋଟିଏ ଦିନରେ ତାହାର କାନକୋଳି ଓ କଣ୍ଟକ ବୃକ୍ଷସବୁ ଗ୍ରାସ କରିବ।
והיה אור ישראל לאש וקדושו ללהבה ובערה ואכלה שיתו ושמירו--ביום אחד
18 ଆଉ, ସେ ତାହାର ବନ ଓ ଉର୍ବରା କ୍ଷେତ୍ରର ଗୌରବକୁ ପ୍ରାଣ ଓ ଶରୀର ସୁଦ୍ଧା ସଂହାର କରିବେ; ତହିଁରେ ଧ୍ୱଜାଧାରୀ କ୍ଷୀଣ ହେବା ବେଳେ ଯେପରି ହୁଏ, ସେହିପରି ହେବ।
וכבוד יערו וכרמלו מנפש ועד בשר יכלה והיה כמסס נסס
19 ପୁଣି, ତାହାର ବନର ଅବଶିଷ୍ଟ ବୃକ୍ଷ ଏତେ ଅଳ୍ପ ହେବ ଯେ, ଗୋଟିଏ ବାଳକ ତାହା ଲେଖି ପାରିବ।
ושאר עץ יערו מספר יהיו ונער יכתבם
20 ପୁଣି, ସେହି ଦିନରେ ଏପରି ଘଟିବ ଯେ, ଇସ୍ରାଏଲର ଅବଶିଷ୍ଟାଂଶ ଓ ଯାକୁବ ବଂଶର ରକ୍ଷାପ୍ରାପ୍ତ ଲୋକେ ଆପଣାମାନଙ୍କ ପ୍ରହାରକାରୀର ଉପରେ ଆଉ ନିର୍ଭର କରିବେ ନାହିଁ; ମାତ୍ର ସେମାନେ ସତ୍ୟ ଭାବରେ ଇସ୍ରାଏଲର ଧର୍ମସ୍ୱରୂପ ସଦାପ୍ରଭୁଙ୍କ ଉପରେ ନିର୍ଭର କରିବେ।
והיה ביום ההוא לא יוסיף עוד שאר ישראל ופליטת בית יעקב להשען על מכהו ונשען על יהוה קדוש ישראל--באמת
21 ଅବଶିଷ୍ଟାଂଶ, ଅର୍ଥାତ୍‍, ଯାକୁବର ଅବଶିଷ୍ଟାଂଶ, ପରାକ୍ରାନ୍ତ ପରମେଶ୍ୱରଙ୍କ ନିକଟକୁ ଫେରି ଆସିବେ।
שאר ישוב שאר יעקב--אל אל גבור
22 କାରଣ ତୁମ୍ଭ ଇସ୍ରାଏଲ ଲୋକେ ସମୁଦ୍ରର ବାଲି ପରି ହେଲେ ହେଁ ସେମାନଙ୍କର କେବଳ ଅବଶିଷ୍ଟାଂଶ ଫେରି ଆସିବେ; ଧାର୍ମିକତାର ବଢ଼ି ସ୍ୱରୂପ ଉଚ୍ଛିନ୍ନତା ନିରୂପିତ ହୋଇଅଛି।
כי אם יהיה עמך ישראל כחול הים--שאר ישוב בו כליון חרוץ שוטף צדקה
23 ଯେହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ସମୁଦାୟ ପୃଥିବୀରେ ଉଚ୍ଛିନ୍ନତା, ନିରୂପିତ ଉଚ୍ଛିନ୍ନତା, ସିଦ୍ଧ କରିବେ।
כי כלה ונחרצה--אדני יהוה צבאות עשה בקרב כל הארץ
24 ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ହେ ସିୟୋନ ନିବାସୀ ଆମ୍ଭର ଲୋକମାନେ, ଯଦ୍ୟପି ଅଶୂର ମିସରର ରୀତି ଅନୁସାରେ ତୁମ୍ଭକୁ ଦଣ୍ଡାଘାତ କରେ ଓ ତୁମ୍ଭ ବିପରୀତରେ ଆପଣା ଯଷ୍ଟି ଉଠାଏ, ତଥାପି ତାହା ବିଷୟରେ ଭୀତ ହୁଅ ନାହିଁ।
לכן כה אמר אדני יהוה צבאות אל תירא עמי ישב ציון מאשור בשבט יככה ומטהו ישא עליך בדרך מצרים
25 କାରଣ ଅତ୍ୟଳ୍ପ କାଳ ଉତ୍ତାରେ କ୍ରୋଧ ଓ ସେମାନଙ୍କ ବିନାଶରେ ଆମ୍ଭର କୋପ ସିଦ୍ଧ ହେବ।
כי עוד מעט מזער וכלה זעם ואפי על תבליתם
26 ପୁଣି, ସୈନ୍ୟାଧିପତି ସଦାପ୍ରଭୁ, ଓରେବ ଶୈଳରେ ମିଦୀୟନର ହତ୍ୟା କାଳରେ ଯେପରି କରିଥିଲେ, ସେହିପରି ତାହାର ପ୍ରତିକୂଳରେ ଆପଣା କୋରଡ଼ା ହଲାଇବେ; ଆଉ, ତାହାଙ୍କର ଦଣ୍ଡ ସାଗର ଉପରେ ରହିବ ଓ ମିସରର ରୀତି ଅନୁସାରେ ସେ ତାହା ଉଠାଇବେ।
ועורר עליו יהוה צבאות שוט כמכת מדין בצור עורב ומטהו על הים ונשאו בדרך מצרים
27 ପୁଣି, ସେହି ଦିନରେ ତାହାର ବୋଝ ତୁମ୍ଭ ସ୍କନ୍ଧରୁ ଓ ତାହାର ଯୁଆଳି ତୁମ୍ଭ ଗ୍ରୀବାରୁ ଦୂର କରାଯିବ, ପୁଣି ଅଭିଷେକ ସକାଶୁ ଯୁଆଳି ବିନଷ୍ଟ ହେବ।”
והיה ביום ההוא יסור סבלו מעל שכמך ועלו מעל צוארך וחבל על מפני שמן
28 ସେ ଅୟାତକୁ ଆସିଅଛି, ସେ ମିଗ୍ରୋଣ ମଧ୍ୟଦେଇ ଯାଇଅଛି; ସେ ମିକ୍‍ମସରେ ଆପଣା ଦ୍ରବ୍ୟ ସାମଗ୍ରୀ ରଖୁଅଛି;
בא על עית עבר במגרון למכמש יפקיד כליו
29 ସେମାନେ ଘାଟି ପାର ହୋଇ ଯାଇଅଛନ୍ତି; ସେମାନେ ଗେବାରେ ବସା କରିଅଛନ୍ତି; ରାମା କମ୍ପୁଅଛି; ଶାଉଲର ଗିବୀୟା ପଳାୟନ କରିଅଛି।
עברו מעברה גבע מלון לנו חרדה הרמה--גבעת שאול נסה
30 ଆଗୋ ଗଲ୍ଲୀମର କନ୍ୟେ, ତୁମ୍ଭେ ଆପଣା ରବରେ ଉଚ୍ଚ ଶବ୍ଦ କର, ହେ ଲୟିଶ୍‍, କର୍ଣ୍ଣପାତ କର, ଆଃ ଦୁଃଖିନୀ ଅନାଥୋତ୍‍,
צהלי קולך בת גלים הקשיבי לישה עניה ענתות
31 ମଦମେନା ପଳାତକ ହୋଇଅଛି; ଗେବୀମ ନିବାସୀମାନେ ପଳାଇବା ପାଇଁ ଏକତ୍ର ହେଉଅଛନ୍ତି।
נדדה מדמנה ישבי הגבים העיזו
32 ସେ ଆଜି ନୋବରେ ରହିବ; ସେ ସିୟୋନ କନ୍ୟାର ପର୍ବତ ଯିରୂଶାଲମ ଗିରି ପ୍ରତି ହସ୍ତ ହଲାଉଅଛି।
עוד היום בנב לעמד ינפף ידו הר בית (בת) ציון גבעת ירושלם
33 ଦେଖ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ଭୟଙ୍କର ରୂପରେ ଶାଖାସବୁ କାଟି ପକାଇବେ; ପୁଣି, ଉଚ୍ଚ ଆକୃତିସବୁ ହଣା ଯିବ ଓ ଉନ୍ନତସବୁ ନତ କରାଯିବ।
הנה האדון יהוה צבאות מסעף פארה במערצה ורמי הקומה גדועים והגבהים ישפלו
34 ସେ ଲୌହ ଦ୍ୱାରା ବନର ନିବିଡ଼ ସ୍ଥାନସବୁ କାଟି ପକାଇବେ, ପୁଣି ଏକ ମହାପରାକ୍ରମୀ ଦ୍ୱାରା ଲିବାନୋନ ନିପାତିତ ହେବ।
ונקף סבכי היער בברזל והלבנון באדיר יפול

< ଯିଶାଇୟ 10 >