< ଯିଶାଇୟ 14 >

1 କାରଣ ସଦାପ୍ରଭୁ ଯାକୁବ ପ୍ରତି ଦୟା କରିବେ, ପୁଣି, ଇସ୍ରାଏଲକୁ ପୁନର୍ବାର ମନୋନୀତ କରିବେ ଓ ସେମାନଙ୍କୁ ସେମାନଙ୍କ ଦେଶରେ ସ୍ଥାପନ କରିବେ, ତହିଁରେ ବିଦେଶୀ ଲୋକ ସେମାନଙ୍କ ସଙ୍ଗେ ସଂଯୁକ୍ତ ହେବ, ସେମାନେ ଯାକୁବ ବଂଶ ପ୍ରତି ଆସକ୍ତ ହେବେ।
For the LORD will have compassion on Jacob, and will yet choose Israel, and set them in their own land: and the stranger shall join himself with them, and they shall cleave to the house of Jacob.
2 ପୁଣି, ନାନା ଗୋଷ୍ଠୀୟ ଲୋକମାନେ ସେମାନଙ୍କୁ ନେଇ ସେମାନଙ୍କ ନିଜ ସ୍ଥାନରେ ପହଞ୍ଚାଇ ଦେବେ; ଆଉ, ଇସ୍ରାଏଲ ବଂଶ ସଦାପ୍ରଭୁଙ୍କ ଦେଶରେ ସେମାନଙ୍କୁ ଦାସଦାସୀ ରୂପେ ଅଧିକାର କରିବେ; ପୁଣି, ସେମାନେ ଯେଉଁମାନଙ୍କର ବନ୍ଦୀ ହୋଇଥିଲେ, ସେମାନଙ୍କୁ ବନ୍ଦୀ କରି ନେବେ ଓ ସେମାନେ ଆପଣା ଉପଦ୍ରବକାରୀମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ।
And the peoples shall take them, and bring them to their place: and the house of Israel shall possess them in the land of the LORD for servants and for handmaids: and they shall take them captive, whose captives they were; and they shall rule over their oppressors.
3 ପୁଣି, ଯେଉଁ ଦିନ ସଦାପ୍ରଭୁ ତୁମ୍ଭକୁ ତୁମ୍ଭର ଦୁଃଖ ଓ କ୍ଲେଶରୁ ଓ ଯେଉଁ କଠୋର ଦାସତ୍ୱରେ ତୁମ୍ଭକୁ ଦାସ୍ୟକର୍ମ କରିବାକୁ ହେଲା, ତହିଁରୁ ବିଶ୍ରାମ ଦେବେ,
And it shall come to pass in the day that the LORD shall give thee rest from thy sorrow, and from thy trouble, and from the hard service wherein thou wast made to serve,
4 ସେହି ଦିନ ତୁମ୍ଭେ ବାବିଲ ରାଜା ବିରୁଦ୍ଧରେ ଏହି ଦୃଷ୍ଟାନ୍ତ କଥା ନେଇ କହିବ, ଯଥା, “ଉପଦ୍ରବକାରୀ କିପରି ଶେଷ ହୋଇଅଛି! ସୁବର୍ଣ୍ଣ ନଗରୀ କିପରି ଶେଷ ହୋଇଅଛି!
that thou shalt take up this parable against the king of Babylon, and say, How hath the oppressor ceased! the golden city ceased!
5 ଯେଉଁମାନେ କୋପରେ ନାନା ଗୋଷ୍ଠୀକୁ ଅନବରତ ଆଘାତ କଲେ ଓ ନାନା ଦେଶୀୟ ଲୋକଙ୍କୁ କ୍ରୋଧରେ ଶାସନ କରି ଅନିବାରିତ ରୂପେ ତାଡ଼ନା କଲେ,
The LORD hath broken the staff of the wicked, the sceptre of the rulers;
6 ସଦାପ୍ରଭୁ ସେହି ଦୁଷ୍ଟମାନଙ୍କର ଯଷ୍ଟି ଓ ଶାସନକର୍ତ୍ତାମାନଙ୍କ ରାଜଦଣ୍ଡ ଭାଙ୍ଗି ପକାଇଅଛନ୍ତି।
that smote the peoples in wrath with a continual stroke, that ruled the nations in anger, with a persecution that none restrained.
7 ସମୁଦାୟ ପୃଥିବୀ ଶାନ୍ତ ଓ ସୁସ୍ଥିର ହୋଇଅଛି; ସେମାନେ ଆନନ୍ଦରେ ଗାନ କରୁଅଛନ୍ତି।
The whole earth is at rest, [and] is quiet: they break forth into singing.
8 ହଁ, ଦେବଦାରୁ ଓ ଲିବାନୋନର ଏରସ ବୃକ୍ଷସକଳ ତୁମ୍ଭ ବିଷୟରେ ଆନନ୍ଦ କରି କହନ୍ତି, ‘ତୁମ୍ଭେ ଭୂମିସାତ୍‍ ହେବାଠାରୁ କୌଣସି ଛେଦନକର୍ତ୍ତା ଆମ୍ଭମାନଙ୍କ ପ୍ରତିକୂଳରେ ଆସି ନାହିଁ।’
Yea, the fir trees rejoice at thee, [and] the cedars of Lebanon, [saying], Since thou art laid down, no feller is come up against us.
9 ତୁମ୍ଭ ଆଗମନ ସମୟରେ ତୁମ୍ଭ ସଙ୍ଗେ ସାକ୍ଷାତ କରିବା ପାଇଁ ଅଧଃସ୍ଥ ପାତାଳ ଚାଳିତ ହୁଏ; ତାହା ତୁମ୍ଭ ନିମନ୍ତେ ମୃତମାନଙ୍କୁ, ପୃଥିବୀର ପ୍ରଧାନମାନଙ୍କୁ ହିଁ ଜଗାଏ; ତାହା ଗୋଷ୍ଠୀବର୍ଗର ରାଜାସକଳକୁ ସେମାନଙ୍କ ସିଂହାସନରୁ ଉଠାଇଅଛି। (Sheol h7585)
Hell from beneath is moved for thee to meet thee at thy coming: it stirreth up the dead for thee, even all the chief ones of the earth; it hath raised up from their thrones all the kings of the nations. (Sheol h7585)
10 ସେମାନେ ସମସ୍ତେ ଉତ୍ତର ଦେଇ ତୁମ୍ଭକୁ କହିବେ, ‘ତୁମ୍ଭେ ମଧ୍ୟ କʼଣ ଆମ୍ଭମାନଙ୍କ ପରି କ୍ଷୀଣବଳ ହେଲ? ତୁମ୍ଭେ କʼଣ ଆମ୍ଭମାନଙ୍କର ସମାନ ହେଲ?’
All they shall answer and say unto thee, Art thou also become weak as we? art thou become like unto us?
11 ତୁମ୍ଭର ଐଶ୍ୱର୍ଯ୍ୟ ଓ ତୁମ୍ଭ ନେବଲ ଯନ୍ତ୍ରର ସ୍ୱର ପାତାଳ ପର୍ଯ୍ୟନ୍ତ ଅବରୋହିତ ହୋଇଅଛି; କୀଟ ତୁମ୍ଭ ତଳେ ପ୍ରସାରିତ (ବିଛଣା) ଓ କୃମି ତୁମ୍ଭର ଆଚ୍ଛାଦନ ହୋଇଅଛି। (Sheol h7585)
Thy pomp is brought down to hell, [and] the noise of thy viols: the worm is spread under thee, and worms cover thee. (Sheol h7585)
12 ହେ ପ୍ରଭାତୀତାରା, ପ୍ରତ୍ୟୁଷର ପୁତ୍ର! ତୁମ୍ଭେ କିପରି ସ୍ୱର୍ଗରୁ ପତିତ ହେଲ! ଗୋଷ୍ଠୀଗଣକୁ ତୁମ୍ଭେ ଯେ ନତ କରିଥିଲ, ତୁମ୍ଭେ କିପରି ଭୂମିରେ ନିକ୍ଷିପ୍ତ ହେଲ!
How art thou fallen from heaven, O day star, son of the morning! how art thou cut down to the ground, which didst lay low the nations!
13 ପୁଣି, ତୁମ୍ଭେ ମନେ ମନେ କହିଥିଲ, ‘ଆମ୍ଭେ ସ୍ୱର୍ଗାରୋହଣ କରିବା, ଆମ୍ଭେ ପରମେଶ୍ୱରଙ୍କ ନକ୍ଷତ୍ରଗଣର ଊର୍ଦ୍ଧ୍ୱରେ ଆପଣା ସିଂହାସନ ଉଚ୍ଚୀକୃତ କରିବା; ଆମ୍ଭେ ଉତ୍ତର ଦିଗର ପ୍ରାନ୍ତସ୍ଥିତ ସମାଗମ ପର୍ବତରେ ଉପବିଷ୍ଟ ହେବା;
And thou saidst in thine heart, I will ascend into heaven, I will exalt my throne above the stars of God; and I will sit upon the mount of congregation, in the uttermost parts of the north:
14 ଆମ୍ଭେ ମେଘମାଳର ଉଚ୍ଚସ୍ଥଳୀର ଊର୍ଦ୍ଧ୍ୱକୁ ଆରୋହଣ କରିବା; ଆମ୍ଭେ ସର୍ବୋପରିସ୍ଥଙ୍କର ତୁଲ୍ୟ ହେବା।’
I will ascend above the heights of the clouds; I will be like the Most High.
15 ମାତ୍ର ତୁମ୍ଭେ ପାତାଳକୁ, ଗର୍ତ୍ତର ପ୍ରାନ୍ତ ସୀମାକୁ ଅବରୋହିତ ହେବ। (Sheol h7585)
Yet thou shalt be brought down to hell, to the uttermost parts of the pit. (Sheol h7585)
16 ଯେଉଁମାନେ ତୁମ୍ଭକୁ ଦେଖନ୍ତି, ସେମାନେ ସୂକ୍ଷ୍ମ ରୂପେ ନିରୀକ୍ଷଣ କରି ତୁମ୍ଭ ବିଷୟ ବିବେଚନା କରି କହିବେ, ‘ଯେ ପୃଥିବୀକୁ କମ୍ପାନ୍ୱିତ କଲା, ଯେ ରାଜ୍ୟସମୂହକୁ ଥରହର କରାଇଲା;
They that see thee shall narrowly look upon thee, they shall consider thee, [saying], Is this the man that made the earth to tremble, that did shake kingdoms;
17 ଯେ ଜଗତକୁ ଅରଣ୍ୟ ତୁଲ୍ୟ କଲା ଓ ତହିଁର ନଗରସମୂହକୁ ଉତ୍ପାଟନ କଲା; ଯେ ଆପଣା ବନ୍ଦୀଗଣକୁ ସେମାନଙ୍କ ଗୃହକୁ ଯିବାକୁ ଛାଡ଼ିଲା ନାହିଁ, ସେ କି ଏହି ପୁରୁଷ?’
that made the world as a wilderness, and overthrew the cities thereof; that let not loose his prisoners to their home?
18 ଗୋଷ୍ଠୀବର୍ଗର ରାଜାଗଣ, ସେମାନଙ୍କର ସମସ୍ତେ ହିଁ, ସମ୍ଭ୍ରମରେ ଆପଣା ଆପଣା ଗୃହରେ ଶୟନ କରୁଅଛନ୍ତି।
All the kings of the nations, all of them, sleep in glory, every one in his own house.
19 ମାତ୍ର ତୁମ୍ଭେ ଘୃଣିତ ଶାଖା ତୁଲ୍ୟ, ଖଡ୍ଗବିଦ୍ଧ ଓ ଗର୍ତ୍ତର ପ୍ରସ୍ତର ମଧ୍ୟରେ ନିକ୍ଷିପ୍ତ ହତ ଲୋକ ଦ୍ୱାରା ଆଚ୍ଛାଦିତ ହୋଇ, ଆପଣା କବରଠାରୁ ଦୂରରେ ନିକ୍ଷିପ୍ତ ହୋଇଅଛ; ତୁମ୍ଭେ ପଦଦଳିତ ଶବ ତୁଲ୍ୟ ହୋଇଅଛ।
But thou art cast forth away from thy sepulchre like an abominable branch, clothed with the slain, that are thrust through with the sword, that go down to the stones of the pit; as a carcase trodden under foot.
20 ତୁମ୍ଭେ ସେମାନଙ୍କ ସଙ୍ଗେ କବରସ୍ଥ ହେବ ନାହିଁ, କାରଣ ତୁମ୍ଭେ ଆପଣା ଦେଶ ଉଚ୍ଛିନ୍ନ କରିଅଛ, ତୁମ୍ଭେ ଆପଣା ଲୋକମାନଙ୍କୁ ବଧ କରିଅଛ, କୁକ୍ରିୟାକାରୀମାନଙ୍କ ବଂଶର ନାମ ଅନନ୍ତକାଳ ଉଲ୍ଲିଖିତ ହେବ ନାହିଁ।
Thou shalt not be joined with them in burial, because thou hast destroyed thy land, thou hast slain thy people; the seed of evil-doers shall not be named for ever.
21 ତାହାର ସନ୍ତାନଗଣ ଉଠି ଯେପରି ପୃଥିବୀ ଅଧିକାର ନ କରନ୍ତି ଓ ଜଗତକୁ ନଗରରେ ପରିପୂର୍ଣ୍ଣ ନ କରନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କ ପୂର୍ବପୁରୁଷଗଣର ଅପରାଧ ସକାଶୁ ସେମାନଙ୍କ ପାଇଁ ହତ୍ୟାସ୍ଥାନ ପ୍ରସ୍ତୁତ କର।”
Prepare ye slaughter for his children for the iniquity of their fathers; that they rise not up, and possess the earth, and fill the face of the world with cities.
22 ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଉଠିବା, ସଦାପ୍ରଭୁ କହନ୍ତି, ଆମ୍ଭେ ବାବିଲରୁ ନାମ ଓ ଅବଶିଷ୍ଟାଂଶ, ପୁତ୍ର ଓ ପୌତ୍ର, ଉଚ୍ଛିନ୍ନ କରିବା,”
And I will rise up against them, saith the LORD of hosts, and cut off from Babylon name and remnant, and son and son’s son, saith the LORD.
23 ଆହୁରି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଆମ୍ଭେ ସେହି ନଗରକୁ ଝିଙ୍କ ପକ୍ଷୀର ଅଧିକାର ଓ ଜଳାଶୟ କରିବା ଓ ଆମ୍ଭେ ସଂହାରରୂପ ଝାଡୁ ଦ୍ୱାରା ତାହାକୁ ଝାଡ଼ି ପକାଇବା।”
I will also make it a possession for the porcupine, and pools of water: and I will sweep it with the besom of destruction, saith the LORD of hosts.
24 ସୈନ୍ୟାଧିପତି ସଦାପ୍ରଭୁ ଶପଥ କରି କହିଅଛନ୍ତି, “ଆମ୍ଭେ ଯାହା ଭାବିଅଛୁ, ନିଶ୍ଚୟ ତଦ୍ରୂପ ଘଟିବ ଓ ଆମ୍ଭେ ଯେପରି ମନ୍ତ୍ରଣା କରିଅଛୁ, ସେହିପରି ସ୍ଥିର ହେବ;
The LORD of hosts hath sworn, saying, Surely as I have thought, so shall it come to pass; and as I have purposed, so shall it stand:
25 ଆମ୍ଭେ ଆପଣା ଦେଶରେ ଅଶୂରୀୟକୁ ଭଗ୍ନ କରିବା ଓ ଆପଣା ପର୍ବତ ଉପରେ ତାହାକୁ ପଦ ତଳେ ଦଳିତ କରିବା; ତେବେ ଲୋକମାନଙ୍କଠାରୁ ତାହାର ଯୁଆଳି ଓ ସେମାନଙ୍କ ସ୍କନ୍ଧରୁ ତାହାର ଭାର ଦୂରୀକୃତ ହେବ।”
that I will break the Assyrian in my land, and upon my mountains tread him under foot: then shall his yoke depart from off them, and his burden depart from off their shoulder.
26 ସମୁଦାୟ ପୃଥିବୀ ବିଷୟରେ ଏହି ମନ୍ତ୍ରଣା ସ୍ଥିର ହୋଇଅଛି ଓ ଏହି ହସ୍ତ ସମସ୍ତ ଗୋଷ୍ଠୀ ଉପରେ ବିସ୍ତୀର୍ଣ୍ଣ ହୋଇଅଛି।
This is the purpose that is purposed upon the whole earth: and this is the hand that is stretched out upon all the nations.
27 କାରଣ ସୈନ୍ୟାଧିପତି ସଦାପ୍ରଭୁ ମନ୍ତ୍ରଣା କରିଅଛନ୍ତି, ଆଉ ତାହା କିଏ ଅନ୍ୟଥା କରିବ? ଓ ତାହାଙ୍କର ହସ୍ତ ବିସ୍ତାରିତ ହୋଇଅଛି, ଆଉ କିଏ ତାହା ଫେରାଇବ?
For the LORD of hosts hath purposed, and who shall disannul it? and his hand is stretched out, and who shall turn it back?
28 ଯେଉଁ ବର୍ଷରେ ଆହସ୍‌ ରାଜାଙ୍କର ମୃତ୍ୟୁୁ ହେଲା, ସେହି ବର୍ଷର ଏହି ଭାବବାଣୀ।
In the year that king Ahaz died was this burden.
29 “ହେ ପଲେଷ୍ଟୀୟେ, ଯେଉଁ ଦଣ୍ଡ ତୁମ୍ଭକୁ ପ୍ରହାର କଲା, ତାହା ଭଗ୍ନ ହୋଇଅଛି ବୋଲି ତୁମ୍ଭେ ସମସ୍ତେ ଆନନ୍ଦ କର ନାହିଁ; କାରଣ ସର୍ପର ମୂଳରୁ କାଳସର୍ପ ଉତ୍ପନ୍ନ ହେବ ଓ ଅଗ୍ନିମୟ ଉଡ଼ନ୍ତା ସର୍ପ ତାହାର ଫଳ ହେବ।
Rejoice not, O Philistia, all of thee, because the rod that smote thee is broken: for out of the serpent’s root shall come forth a basilisk, and his fruit shall be a fiery flying serpent.
30 ପୁଣି, ଦରିଦ୍ରର ପ୍ରଥମଜାତ ସନ୍ତାନ ଭୋଜନ କରିବ ଓ ଦୀନହୀନମାନେ ନିରାପଦରେ ଶୟନ କରିବେ; ପୁଣି, ଆମ୍ଭେ ଦୁର୍ଭିକ୍ଷ ଦ୍ୱାରା ତୁମ୍ଭର ମୂଳ ନଷ୍ଟ କରିବା ଓ ତୁମ୍ଭର ଅବଶିଷ୍ଟାଂଶ ସଂହାରିତ ହେବ।
And the firstborn of the poor shall feed, and the needy shall lie down in safety: and I will kill thy root with famine, and thy remnant shall be slain.
31 ହେ ନଗର-ଦ୍ୱାର, ହାହାକାର କର; ହେ ନଗର, କ୍ରନ୍ଦନ କର; ହେ ପଲେଷ୍ଟୀୟେ, ତୁମ୍ଭର ସମୁଦାୟ ତରଳି ଯାଇଅଛି; କାରଣ ଉତ୍ତର ଦିଗରୁ ଧୂମ ଆସୁଅଛି ଓ କେହି ଆପଣା ନିରୂପିତ ସମୟରେ ଦୂରରେ ଠିଆ ହେଉ ନାହିଁ।”
Howl, O gate; cry, O city; thou art melted away, O Philistia, all of thee; for there cometh a smoke out of the north, and none standeth aloof at his appointed times.
32 ଆଉ, ଏହି ଗୋଷ୍ଠୀର ଦୂତଗଣକୁ କି ଉତ୍ତର ଦିଆଯିବ? ଏହି ଯେ, “ସଦାପ୍ରଭୁ ସିୟୋନର ଭିତ୍ତିମୂଳ ସ୍ଥାପନ କରିଅଛନ୍ତି ଓ ତହିଁ ମଧ୍ୟରେ ତାହାଙ୍କର ଦୁଃଖଗ୍ରସ୍ତ ଲୋକମାନେ ଆଶ୍ରୟ ନିଅନ୍ତି।”
What then shall one answer the messengers of the nation? That the LORD hath founded Zion, and in her shall the afflicted of his people take refuge.

< ଯିଶାଇୟ 14 >