< ଯିଶାଇୟ 57 >

1 ଧାର୍ମିକ ଲୋକ ବିନଷ୍ଟ ହେଉଅଛି ଓ ସେ ବିଷୟରେ କେହି ମନୋଯୋଗ କରୁ ନାହିଁ; ପୁଣି, ଭକ୍ତ ଲୋକମାନେ ନିଆଯାଉଅଛନ୍ତି, ଧାର୍ମିକମାନେ ଯେ ଆସନ୍ତା ବିପଦରୁ ନିଆଯାଉଅଛନ୍ତି, ଏହା କେହି ବିବେଚନା କରୁ ନାହିଁ।
Den retfærdige omkom, og ingen tænkte derover, fromme Mænd reves bort, det ænsede ingen; thi bort blev den retfærdige revet for Ondskabens Skyld
2 ସେ ଶାନ୍ତିରେ ପ୍ରବେଶ କରେ; ସରଳ-ପଥଗାମୀମାନେ ପ୍ରତ୍ୟେକେ ଆପଣା ଆପଣା ଶଯ୍ୟାରେ ବିଶ୍ରାମ କରନ୍ତି।
og gik ind til Fred; på Gravlejet hviler nu de, som vandrede ret.
3 ହେ ଗଣିକାର ପୁତ୍ରଗଣ, ପାରଦାରିକ ଓ ବେଶ୍ୟାର ବଂଶ, ତୁମ୍ଭେମାନେ ନିକଟକୁ ଆସ।
Men I, kom nu her, I Troldkvindens Børn, I, Horkarls og Skøges Yngel:
4 ତୁମ୍ଭେମାନେ କାହାକୁ ଉପହାସ କରୁଅଛ? ତୁମ୍ଭେମାନେ କାହାଆଡ଼େ ମୁଖ ମେଲାଇ ଜିହ୍ୱା ବାହାର କରୁଅଛ? ତୁମ୍ଭେମାନେ କି ଅଧର୍ମର ସନ୍ତାନ ଓ ଅସତ୍ୟତାର ବଂଶ ନୁହଁ?
Hvem er det, I spotter? Hvem vrænger I Mund, hvem rækker I Tunge ad? Er I ej Syndens Børn og Løgnens Yngel?
5 ତୁମ୍ଭେମାନେ ଅଲୋନ ବୃକ୍ଷଗଣ ମଧ୍ୟରେ, ପ୍ରତ୍ୟେକ ହରିତ୍‍ପୂର୍ଣ୍ଣ ବୃକ୍ଷ ତଳେ ଆସକ୍ତିରୂପ ଅନଳରେ ଆପଣାମାନଙ୍କୁ କି ଉତ୍ତପ୍ତ କରୁ ନାହଁ; ତୁମ୍ଭେମାନେ ନାନା ଉପତ୍ୟକାରେ, ଶୈଳଗଣର ଫାଟ ତଳେ ସନ୍ତାନଗଣକୁ କି ବଧ କରୁ ନାହଁ?
I, som er i Brynde ved Ege, under hvert grønt Træ, I, som slagter Børn i Dale. i Klippernes Kløfter!
6 ଉପତ୍ୟକାର ଚିକ୍କଣ ପ୍ରସ୍ତରସକଳ ମଧ୍ୟରେ ତୁମ୍ଭର ଅଂଶ, ସେହି ସବୁ ତୁମ୍ଭର ଅଧିକାର; ଆଉ, ସେମାନଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ପେୟ-ନୈବେଦ୍ୟ ଢାଳିଅଛ, ନୈବେଦ୍ୟ ଉତ୍ସର୍ଗ କରିଅଛ। ଏହିସବୁ ସକାଶୁ ଆମ୍ଭେ କି ଶାନ୍ତ ହେବା?
Dalenes glatte Sten er din Del og din Lod, du udgyder Drikofre for dem, bringer dem Gaver. Skal jeg være tilfreds med sligt?
7 ଉଚ୍ଚ ଓ ଉନ୍ନତ ପର୍ବତ ଉପରେ ତୁମ୍ଭେ ଆପଣା ଶଯ୍ୟା ପାତିଅଛ; ସେହି ସ୍ଥାନକୁ ମଧ୍ୟ ତୁମ୍ଭେ ବଳିଦାନ କରିବା ପାଇଁ ଯାଇଅଛ।
På høje og knejsende Bjerge redte du Leje, også der steg du op for at slagte dit Offer;
8 ପୁଣି, କବାଟ ଓ ଚୌକାଠର ପଛରେ ତୁମ୍ଭେ ତୁମ୍ଭର ସ୍ମରଣାର୍ଥକ ସ୍ତମ୍ଭ ସ୍ଥାପନ କରିଅଛ; କାରଣ ତୁମ୍ଭେ ଆମ୍ଭ ଛଡ଼ା ଅନ୍ୟ ପ୍ରତି ଆପଣାକୁ ଅନାବୃତ କରି ଉପରକୁ ଯାଇଅଛ; ତୁମ୍ଭେ ଆପଣା ଶଯ୍ୟା ବଢ଼ାଇ ସେମାନଙ୍କ ସଙ୍ଗେ ନିୟମ କରିଅଛ; ତୁମ୍ଭେ ଯେଉଁଠାରେ ସେମାନଙ୍କ ଶଯ୍ୟା ଦେଖିଲ, ତାହା ଭଲ ପାଇଅଛ।
bag Døren og Dørens Stolpe satte du dit Tegn; thi du sveg mig og blotted dig, steg op, gjorde lejet bredt, købte Samlejets Elskov af dem, så deres Skam;
9 ପୁଣି, ତୁମ୍ଭେ ତୈଳ ଘେନି ମଲେକ୍ ଦେବତା ନିକଟକୁ ଯାଇଅଛ ଓ ଆପଣା ସୁଗନ୍ଧି ଦ୍ରବ୍ୟ ବୃଦ୍ଧି କରିଅଛ, ଆଉ ତୁମ୍ଭେ ଦୂର ଦେଶକୁ ଆପଣା ଦୂତଗଣ ପଠାଇଅଛ ଓ ପାତାଳ ପର୍ଯ୍ୟନ୍ତ ଆପଣାକୁ ଅଧମ କରିଅଛ। (Sheol h7585)
du salved dig med Olie for Molok og ødsled med Røgelse, sendte dine Bud til det fjerne, steg ned til Dødsriget, (Sheol h7585)
10 ତୁମ୍ଭେ ଆପଣା ମାର୍ଗର ଦୀର୍ଘତା ହେତୁ କ୍ଳାନ୍ତ ହୋଇଥିଲ, ତଥାପି ଆଉ ଭରସା ନାହିଁ ବୋଲି କହିଲ ନାହିଁ; ତୁମ୍ଭର ବଳ ସତେଜ ହେଲା ବୋଲି ବୋଧ ପାଇଲ, ଏଥିପାଇଁ ତୁମ୍ଭେ କ୍ଳାନ୍ତ ହେଲ ନାହିଁ।
du blev træt af den lange Vej, men opgav ej Ævred; du samlede atter din Kraft og gav ikke op.
11 ପୁଣି, କାହାର ସକାଶୁ ତୁମ୍ଭେ ଏପରି ତ୍ରାସଯୁକ୍ତା ଓ ଭୀତା ହୋଇଅଛ ଯେ, ତୁମ୍ଭେ ମିଥ୍ୟା କହୁଅଛ ଓ ଆମ୍ଭକୁ ସ୍ମରଣ କରି ନାହଁ, କିଅବା ଆପଣା ମନ ତହିଁରେ ଦେଇ ନାହଁ? ଆମ୍ଭେ କି ଦୀର୍ଘ କାଳ ନୀରବ ରହି ନାହୁଁ, ତେଣୁ ତୁମ୍ଭେ କି ଆମ୍ଭକୁ ଭୟ କରୁ ନାହଁ?
For hvem var du ræd og angst? Thi på Løgn var du inde, og mig kom du ikke i Hu, brød dig ikke om mig. Jeg er jo stum og blind, mig frygted du ikke.
12 ଆମ୍ଭେ ତୁମ୍ଭର ଧାର୍ମିକତା ପ୍ରକାଶ କରିବା; ପୁଣି, ତୁମ୍ଭର କର୍ମସକଳ ତୁମ୍ଭର ଉପକାରୀ ହେବ ନାହିଁ।
Ja, jeg vil forkynde din Retfærd og dine Gerninger;
13 ତୁମ୍ଭେ ଯେଉଁମାନଙ୍କୁ ସଂଗ୍ରହ କରିଅଛ, ତୁମ୍ଭେ କାନ୍ଦିବା ବେଳେ ସେମାନେ ଉଦ୍ଧାର କରନ୍ତୁ; ମାତ୍ର ବାୟୁ ସେମାନଙ୍କୁ ଉଡ଼ାଇ ନେବ, ଏକ ନିଶ୍ୱାସ ସେସମସ୍ତଙ୍କୁ ନେଇଯିବ; କିନ୍ତୁ ଯେଉଁ ଲୋକ ଆମ୍ଭର ଶରଣ ନିଏ, ସେ ଦେଶ ଅଧିକାର କରିବ ଓ ଆମ୍ଭ ପବିତ୍ର ପର୍ବତର ଅଧିକାରୀ ହେବ।
din Gudeflok hjælper og redder dig ej på dit Råb; en Storm bortfejer dem alle, el Vindstød tager dem. Men den, der lider på mig, skal arve Landet og eje mit hellige Bjerg.
14 ଆଉ, ସେ କହିବେ, “ତୁମ୍ଭେମାନେ ଉଚ୍ଚ କର, ଉଚ୍ଚ କର, ପଥ ପ୍ରସ୍ତୁତ କର, ଆମ୍ଭ ଲୋକମାନଙ୍କ ପଥରୁ ବିଘ୍ନ ଦୂର କର।”
Og det lyder: "Byg Vej, byg Vej og ban den. ryd Hindringer bort for mit Folk!"
15 କାରଣ ଯେ ଅନନ୍ତ କାଳନିବାସୀ, ଯାହାଙ୍କର ନାମ ପବିତ୍ର, ସେହି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କହନ୍ତି; “ଆମ୍ଭେ ଊର୍ଦ୍ଧ୍ୱ ଓ ପବିତ୍ର ସ୍ଥାନରେ ବାସ କରୁ, ମଧ୍ୟ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନମ୍ରମନା ଲୋକର ସଙ୍ଗରେ ହେଁ ବାସ କରୁ।
Thi så siger den højt ophøjede, som troner evigt, hvis Navn er "Hellig": I Højhed og Hellighed bor jeg, hos den knuste, i Ånden bøjede for at kalde de bøjedes Ånd og de knustes Hjerte til Live.
16 କାରଣ ଆମ୍ଭେ ସର୍ବଦା ବିରୋଧ କରିବା ନାହିଁ, ଅଥବା ନିରନ୍ତର କ୍ରୋଧ କରିବା ନାହିଁ; କଲେ, ଆତ୍ମା ଓ ଆମ୍ଭ ନିର୍ମିତ ପ୍ରାଣୀସକଳ ଆମ୍ଭ ସମ୍ମୁଖରେ କ୍ଷୀଣ ହେବେ।
Thi evigt går jeg ikke i Rette, evindelig vredes jeg ej; så vansmægted Ånden for mit Ansigt, Sjæle, som jeg har skabt,
17 ଆମ୍ଭେ ତାହାର ଲୋଭରୂପ ଅପରାଧ ହେତୁ କ୍ରୁଦ୍ଧ ହୋଇ ତାହାକୁ ଆଘାତ କଲୁ, ଆମ୍ଭେ ଆପଣା ମୁଖ ଲୁଚାଇ କ୍ରୁଦ୍ଧ ହେଲୁ, ତହିଁରେ ସେ ଅବାଧ୍ୟ ହୋଇ ଆପଣା ମନର ମାର୍ଗରେ ଚାଲିଲା।
For hans Gridskheds Skyld blev jeg vred, slog ham og skjulte mig i Harme; han fulgte i Frafald sit Hjertes Vej.
18 ଆମ୍ଭେ ତାହାର ଗତି ଦେଖିଅଛୁ ଓ ତାହାକୁ ସୁସ୍ଥ କରିବା; ମଧ୍ୟ ଆମ୍ଭେ ତାହାକୁ ପଥ କଢ଼ାଇବା, ପୁଣି ତାହାକୁ ଓ ତାହାର ଶୋକାକୁଳ ଲୋକମାନଙ୍କୁ ପୁନର୍ବାର ସାନ୍ତ୍ୱନା ଦେବା।
Jeg så hans Vej, men nu vil jeg læge og lede ham og give ham Trøst til Bod;
19 ଆମ୍ଭେ ଓଷ୍ଠାଧରର ଫଳ ସୃଷ୍ଟି କରୁ; ସଦାପ୍ରଭୁ କହନ୍ତି, ଦୂରବର୍ତ୍ତୀ ଓ ନିକଟବର୍ତ୍ତୀ ଲୋକ ପ୍ରତି ଶାନ୍ତି, ଶାନ୍ତି ହେଉ ଓ ଆମ୍ଭେ ତାହାକୁ ସୁସ୍ଥ କରିବା।
hos de sørgende skaber jeg Læbernes Frugt, Fred, Fred for fjern og nær, siger HERREN, og nu vil jeg læge ham.
20 ମାତ୍ର ଦୁଷ୍ଟମାନେ ତରଙ୍ଗିତ ସମୁଦ୍ର ତୁଲ୍ୟ, କାରଣ ତାହା ସ୍ଥିର ହୋଇପାରେ ନାହିଁ, ଆଉ ତହିଁର ଜଳରେ ପଙ୍କ ଓ କାଦୁଅ ଉଠେ।
Men de gudløse er som det oprørte Hav, der ikke kan komme til Ro, hvis Bølger opskyller Mudder og Dynd.
21 ଆମ୍ଭର ପରମେଶ୍ୱର କହନ୍ତି, ଦୁଷ୍ଟମାନଙ୍କର କିଛି ହିଁ ଶାନ୍ତି ନାହିଁ।”
De gudløse har ingen Fred, siger min Gud.

< ଯିଶାଇୟ 57 >