< ଯିରିମୀୟ 20 >

1 ଯିରିମୀୟ ଏହିସବୁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବା ବେଳେ ଇମ୍ମେର ଯାଜକର ପୁତ୍ର, ସଦାପ୍ରଭୁଙ୍କ ଗୃହର ପ୍ରଧାନ ଅଧ୍ୟକ୍ଷ ପଶ୍‍ହୂର ତାହା ଶୁଣିଲା।
Now Pashhur, the son of Immer the priest, who was chief officer in the house of Jehovah, heard Jeremiah prophesying these things.
2 ତହିଁରେ ପଶ୍‍ହୂର ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କୁ ପ୍ରହାର କରି, ସଦାପ୍ରଭୁଙ୍କ ଗୃହସ୍ଥିତ ବିନ୍ୟାମୀନ୍ ନାମକ ଉପର ଦ୍ୱାରରେ ଥିବା ହରିକାଠରେ ତାଙ୍କୁ ବନ୍ଦ କରି ରଖିଲା।
Then Pashhur smote Jeremiah the prophet, and put him in the stocks that were in the upper gate of Benjamin, which was in the house of Jehovah.
3 ପୁଣି, ତହିଁ ପରଦିନ ପଶ୍‍ହୂର ଯିରିମୀୟଙ୍କୁ ହରିକାଠରୁ ବାହାର କରି ଆଣିଲା। ତହିଁରେ ଯିରିମୀୟ ତାହାକୁ କହିଲେ, “ସଦାପ୍ରଭୁ ତୁମ୍ଭର ନାମ ପଶ୍‍ହୂର ନ ରଖି, ମାଗୋରମୀଷାବୀବ୍‍ (ଚତୁର୍ଦ୍ଦିଗେ ଆଶଙ୍କା) ରଖିଅଛନ୍ତି।
And it came to pass on the morrow, that Pashhur brought forth Jeremiah out of the stocks. Then Jeremiah said to him, Jehovah has not called thy name Pashhur, but Magor-missabib.
4 କାରଣ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭକୁ, ତୁମ୍ଭ ପ୍ରତି ଓ ତୁମ୍ଭର ସମସ୍ତ ବନ୍ଧୁ ପ୍ରତି ଆଶଙ୍କାଜନକ କରିବା; ପୁଣି, ସେମାନେ ଆପଣାମାନଙ୍କ ଶତ୍ରୁଗଣର ଖଡ୍ଗ ଦ୍ୱାରା ହତ ହେବେ ଓ ତୁମ୍ଭର ଚକ୍ଷୁ ତାହା ଦେଖିବ; ଆଉ, ଆମ୍ଭେ ସମୁଦାୟ ଯିହୁଦାକୁ ବାବିଲର ରାଜା ହସ୍ତରେ ସମର୍ପଣ କରିବା, ତହିଁରେ ସେ ସେମାନଙ୍କୁ ବନ୍ଦୀ କରି ବାବିଲକୁ ଘେନିଯାଇ ଖଡ୍ଗରେ ବଧ କରିବ।
For thus says Jehovah, Behold, I will make thee a terror to thyself, and to all thy friends. And they shall fall by the sword of their enemies, and thine eyes shall behold it. And I will give all Judah into the hand of the king of Babylon, and he shall carry them captive to Babylon, and shall kill them with the sword.
5 ଆହୁରି, ଆମ୍ଭେ ଏହି ନଗରର ସକଳ ସମ୍ପତ୍ତି ଓ ତହିଁର ଅର୍ଜିତ ସକଳ ଧନ ଓ ତହିଁର ସକଳ ବହୁମୂଲ୍ୟ ପଦାର୍ଥ ଦେବା, ହଁ, ଆମ୍ଭେ ଯିହୁଦାର ରାଜାଗଣର ସକଳ ଧନଭଣ୍ଡାର ସେମାନଙ୍କ ଶତ୍ରୁଗଣର ହସ୍ତଗତ କରିବା, ସେମାନେ ସେସବୁ ଲୁଟି କରି ନେବେ ଓ ବାବିଲକୁ ଘେନିଯିବେ।
Moreover I will give all the riches of this city, and all the gains of it, and all the precious things of it, yea, all the treasures of the kings of Judah I will give into the hand of their enemies. And they shall make them a prey, and take them, and carry them to Babylon.
6 ପୁଣି, ହେ ପଶ୍‍ହୂର, ତୁମ୍ଭେ ତୁମ୍ଭ ଗୃହନିବାସୀ ସମସ୍ତଙ୍କ ସଙ୍ଗେ ବନ୍ଦୀତ୍ୱ ସ୍ଥାନକୁ ଯିବ ଓ ତୁମ୍ଭେ ବାବିଲରେ ଉପସ୍ଥିତ ହେବ, ଆଉ ସେଠାରେ ତୁମ୍ଭେ ମରିବ ଓ ସେଠାରେ କବର ପାଇବ, ତୁମ୍ଭର ଓ ତୁମ୍ଭେ ଯେଉଁମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲ, ତୁମ୍ଭର ସେହି ବନ୍ଧୁ ସମସ୍ତଙ୍କର ଏହି ଦଶା ହେବ।”
And thou, Pashhur, and all who dwell in thy house shall go into captivity. And thou shall come to Babylon, and there thou shall die, and there thou shall be buried, thou, and all thy friends, to whom thou have prophesied falsely.
7 ହେ ସଦାପ୍ରଭୁ, ତୁମ୍ଭେ ମୋତେ ଭୁଲାଇଅଛ, ଆଉ ମୁଁ ଭ୍ରାନ୍ତ ହୋଇଅଛି; ତୁମ୍ଭେ ମୋʼ ଅପେକ୍ଷା ବଳବାନ, ତୁମ୍ଭେ ଜୟ କରିଅଛ; ମୁଁ ସାରାଦିନ ଉପହାସର ପାତ୍ର ହୋଇଅଛି, ସମସ୍ତେ ମୋତେ ପରିହାସ କରନ୍ତି।
O Jehovah, thou have persuaded me, and I was persuaded. Thou are stronger than I, and have prevailed. I have become a laughing-stock all the day; everyone mocks me.
8 କାରଣ ମୁଁ ଯେତେ ଥର କଥା କହେ, ସେତେଥର କ୍ରନ୍ଦନ କରେ; “ମୁଁ ଦୌରାତ୍ମ୍ୟ ଓ ଧନାପହାର ବୋଲି ଉଚ୍ଚସ୍ୱର କରେ;” କାରଣ ସଦାପ୍ରଭୁଙ୍କର ବାକ୍ୟ ମୋʼ ପ୍ରତି ସାରାଦିନ ଧିକ୍କାର ଓ ବିଦ୍ରୂପର ବିଷୟ ହୋଇଅଛି।
For as often as I speak, I cry out. I cry, Violence and destruction! Because the word of Jehovah is made a reproach to me, and a derision, all the day.
9 ଯଦି ପୁଣି, “ମୁଁ ତାହାଙ୍କ ବିଷୟ କହିବି ନାହିଁ, କିଅବା ତାହାଙ୍କ ନାମରେ ଆଉ କଥା କହିବି ନାହିଁ,” ଯଦି ମୁଁ ଏହା କହେ, ତେବେ ମୋର ଅସ୍ଥି ମଧ୍ୟରେ ରୁଦ୍ଧ ଦାହକାରୀ ଅଗ୍ନି ମୋʼ ହୃଦୟରେ ଥିଲା ପରି ହୁଏ, ଆଉ ମୁଁ ତାହା ସମ୍ଭାଳି ରଖିବାରେ କ୍ଳାନ୍ତ ହୋଇ ନୀରବ ହୋଇ ନ ପାରେ।
And if I say, I will not make mention of him, nor speak any more in his name, then there is in my heart as it were a burning fire shut up in my bones, and I am weary with forbearing, and I cannot.
10 କାରଣ ମୁଁ ଅନେକଙ୍କର ଅପବାଦ ଶୁଣିଅଛି, ଚତୁର୍ଦ୍ଦିଗରେ ଆଶଙ୍କା ଅଛି। ମୋର ଝୁଣ୍ଟିବାର ଅପେକ୍ଷାକାରୀ ଆତ୍ମୀୟ ମିତ୍ର ସମସ୍ତେ କହନ୍ତି, “ତୁମ୍ଭେମାନେ ଅଭିଯୋଗ କର, ଆମ୍ଭେମାନେ ହିଁ ତାହାର ଅଭିଯୋଗ କରିବା; କେଜାଣି ସେ ଭୁଲିଯିବ, ତହିଁରେ ଆମ୍ଭେମାନେ ତାହାକୁ ପରାସ୍ତ କରି ତାହାଠାରୁ ପରିଶୋଧ ନେବା।”
For I have heard the defaming of many, terror on every side. Denounce, and we will denounce him, say all my familiar friends, those who watch for my fall. Perhaps he will be persuaded, and we shall prevail against him, and we shall take our revenge on him.
11 ମାତ୍ର ସଦାପ୍ରଭୁ ଭୟାନକ ବୀର ପରି ମୋʼ ସଙ୍ଗରେ ଅଛନ୍ତି; ଏହେତୁ ମୋର ତାଡ଼ନାକାରୀମାନେ ଝୁଣ୍ଟି ପଡ଼ିବେ ଓ ସେମାନେ ଜୟଯୁକ୍ତ ହେବେ ନାହିଁ; ସେମାନେ ବିବେଚନାପୂର୍ବକ କାର୍ଯ୍ୟ ନ କରିବାରୁ ଅତ୍ୟନ୍ତ ଲଜ୍ଜିତ ହେବେ, ସେ ଅପମାନ ନିତ୍ୟସ୍ଥାୟୀ ହେବ, ତାହା କେବେ ବିସ୍ମୃତ ହେବ ନାହିଁ।
But Jehovah is with me as an awesome mighty one. Therefore my persecutors shall stumble, and they shall not prevail. They shall be utterly put to shame, because they have not dealt wisely, even with an everlasting dishonor which shall never be forgotten.
12 ମାତ୍ର ହେ ସୈନ୍ୟାଧିପତି ସଦାପ୍ରଭୁ, ତୁମ୍ଭେ ଧାର୍ମିକର ପରୀକ୍ଷକ, ତୁମ୍ଭେ ମର୍ମ ଓ ଅନ୍ତଃକରଣ ଦେଖୁଅଛ, ସେମାନଙ୍କ ପ୍ରତି ତୁମ୍ଭର ଦତ୍ତ ପ୍ରତିଫଳ ମୋତେ ଦେଖାଅ; କାରଣ ତୁମ୍ଭଙ୍କୁ ମୁଁ ଆପଣା ଗୁହାରି ଜଣାଇଅଛି।
But, O Jehovah of hosts, who tries the righteous, who sees the heart and the mind, let me see thy vengeance on them, for to thee I have revealed my cause.
13 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର, ସଦାପ୍ରଭୁଙ୍କର ପ୍ରଶଂସା କର; କାରଣ ସେ ଦୁଷ୍କର୍ମକାରୀମାନଙ୍କ ହସ୍ତରୁ ଦୀନହୀନର ପ୍ରାଣ ଉଦ୍ଧାର କରିଅଛନ୍ତି।
Sing to Jehovah. Praise ye Jehovah, for he has delivered the soul of the needy man from the hand of evildoers.
14 ମୁଁ ଯେଉଁ ଦିନ ଜନ୍ମ ହୋଇଥିଲି, ସେଦିନ ଶାପଗ୍ରସ୍ତ ହେଉ; ମୋʼ ମାତା ଯେଉଁ ଦିନ ମୋତେ ପ୍ରସବ କଲେ, ସେ ଦିନ ଆଶୀର୍ବାଦ ପ୍ରାପ୍ତ ନ ହେଉ।
Cursed be the day in which I was born. Let not the day in which my mother bore me be blessed.
15 ତୁମ୍ଭର ପୁତ୍ରସନ୍ତାନ ହୋଇଅଛି ବୋଲି ସମ୍ବାଦ ଦେଇ ଯେଉଁ ଲୋକ ମୋର ପିତାଙ୍କୁ ଅତି ଆନନ୍ଦିତ କରିଥିଲା, ସେ ଶାପଗ୍ରସ୍ତ ହେଉ।
Cursed be the man who brought news to my father, saying, A man-child is born to thee, making him very glad.
16 ପୁଣି, ସଦାପ୍ରଭୁ କ୍ଷମା ନ କରି ଯେସକଳ ନଗର ବିନାଶ କରିଥିଲେ, ସେ ଲୋକ ସେହି ସବୁ ନଗର ତୁଲ୍ୟ ହେଉ; ଆଉ, ସେ ଲୋକ ପ୍ରାତଃକାଳରେ କ୍ରନ୍ଦନ ଓ ମଧ୍ୟାହ୍ନ କାଳରେ ଚିତ୍କାର ଶବ୍ଦ ଶୁଣୁ;
And let that man be as the cities which Jehovah overthrew, and did not relent. And let him hear a cry in the morning, and shouting at noontime,
17 କାରଣ ସେ ମୋତେ ଗର୍ଭରୁ ମାରି ପକାଇଲା ନାହିଁ; ତାହା କରିଥିଲେ, ମୋହର ମାତା ମୋର କବର ସ୍ୱରୂପ ହୋଇଥାʼନ୍ତେ ଓ ତାଙ୍କ ଗର୍ଭ ନିତ୍ୟ ଭାରୀ ଥାʼନ୍ତା।
because he did not kill me from the womb, and so my mother would have been my grave, and her womb always great.
18 ଲଜ୍ଜାରେ ମୋର ସମୟ କଟାଇବା ନିମନ୍ତେ ମୁଁ ଆୟାସ ଓ ଦୁଃଖଭୋଗ କରିବା ପାଇଁ କାହିଁକି ଗର୍ଭରୁ ନିର୍ଗତ ହେଲି?
Why did I come forth out of the womb to see labor and sorrow, that my days should be consumed with shame?

< ଯିରିମୀୟ 20 >