< ଯିରିମୀୟ 48 >

1 ମୋୟାବର ବିଷୟ। ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ହାୟ, ହାୟ, ନବୋ! କାରଣ ତାହା ଉଚ୍ଛିନ୍ନ ହେଲା; କିରୀୟାଥୟିମ୍‍ ଲଜ୍ଜିତ ହେଲା, ତାହା ଧୃତ ହେଲା; ମିସ୍ଗନ୍‍ ଲଜ୍ଜିତ ଓ ଭଗ୍ନ ହେଲା।
Of Moab, —Thus, saith Yahweh of hosts God of Israel, —Alas for Nebo, for it is laid waste, put to shame—captured, is Kiriathaim, put to shame is Misgab, and dismayed.
2 ମୋୟାବର ପ୍ରଶଂସା ଆଉ ତ ନାହିଁ; ଲୋକମାନେ ହିଷ୍‍ବୋନରେ ତାହାର ଅମଙ୍ଗଳର ମନ୍ତ୍ରଣା କରି କହିଅଛନ୍ତି, ‘ଆସ, ଆମ୍ଭେମାନେ ତାହାକୁ ଉଚ୍ଛିନ୍ନ କରି ଗୋଟିଏ ଗୋଷ୍ଠୀ ହୋଇ ରହିବାକୁ ନ ଦେଉ। ହେ ମଦ୍‍ମେନା, ତୁମ୍ଭେ ମଧ୍ୟ ନୀରବ କରାଯିବ; ଖଡ୍ଗ ତୁମ୍ଭ ପଶ୍ଚାଦ୍‍ଗାମୀ ହେବ।
No more, is the praise of Moab, In Heshbon, have they devised against her, calamity, Come, and let us cut her off from being a nation, —Even thou, Madmen also, shalt be silenced, After thee, shall march the sword.
3 “ହୋରୋନୟିମଠାରୁ କ୍ରନ୍ଦନର, ଧନ ଅପହରଣର ଓ ମହାବିନାଶର ଶବ୍ଦ!
A voice of outcry, from Horonaim, —Wasting and great destruction!
4 ମୋୟାବ ନଷ୍ଟ ହେଲା; ତାହାର କ୍ଷୁଦ୍ର ଲୋକମାନଙ୍କର କ୍ରନ୍ଦନର ଶବ୍ଦ ଶୁଣା ଯାଉଅଛି।
Moab is broken: Her little ones, have caused to be heard an outcry.
5 କାରଣ ଲୂହୀତର ଉଠାଣି ପଥରେ ଲୋକମାନେ କ୍ରମାଗତ କ୍ରନ୍ଦନ କରୁ କରୁ ଉପରକୁ ଯିବେ; ଯେହେତୁ ହୋରୋନୟିମର ଗଡ଼ନ୍ତି ପଥରେ ସେମାନେ ବିନାଶ ହେତୁ ସଙ୍କଟସୂଚକ କ୍ରନ୍ଦନ ଶୁଣିଅଛନ୍ତି।
For the ascent of Luhith, with weeping, one ascendeth—with weeping, —For in the descent of Horonaim, the distress of the outcry of destruction, have they heard:
6 ପଳାଅ, ଆପଣା ଆପଣା ପ୍ରାଣ ରକ୍ଷା କର ଓ ପ୍ରାନ୍ତରସ୍ଥ ଝାଉଁ ବୃକ୍ଷ ତୁଲ୍ୟ ହୁଅ।
Flee deliver your own lives, —Then shall the women be as a shrub in the desert.
7 କାରଣ ତୁମ୍ଭେ ଆପଣା କର୍ମରେ ଓ ଆପଣା ଧନ ସମ୍ପତ୍ତିରେ ନିର୍ଭର ରଖିଅଛ, ଏଥିପାଇଁ ତୁମ୍ଭେ ମଧ୍ୟ ଧରାଯିବ; ଆଉ, କମୋଶ ନାମକ ଦେବତା ଆପଣାର ଯାଜକ ଓ ଅଧିପତିଗଣ ସହିତ ବନ୍ଦୀ ହୋଇଯିବ।
For seeing thou hast trusted in thy works and in thy treasures, Thou too, shalt be captured, —Then shall Chemosh go forth into captivity, His priests and his princes together.
8 ପ୍ରତ୍ୟେକ ନଗର ଉପରେ ବିନାଶକ ଆସିବ, କୌଣସି ନଗର ରକ୍ଷା ପାଇବ ନାହିଁ; ସଦାପ୍ରଭୁଙ୍କ ବାକ୍ୟାନୁସାରେ ତଳଭୂମି ବିନଷ୍ଟ ହେବ ଓ ପ୍ରାନ୍ତର ଉଚ୍ଛିନ୍ନ ହେବ।
And the spoiler shall enter into every city, And not, a city, shall escape, Then shall perish the vale Then be destroyed the table-land, —As Yahweh hath said.
9 “ମୋୟାବକୁ ଉଡ଼ି ପଳାଇବା ପାଇଁ ପକ୍ଷ ଦିଅ; ତାହାର ନଗରସକଳ ଧ୍ୱଂସିତ ହେବ, ତହିଁ ମଧ୍ୟରେ ବାସକାରୀ କେହି ରହିବ ନାହିଁ।
Give wing to Moab, For she must, fly away; And her cities To desolation, shall be turned, With no inhabitant therein.
10 “ଯେଉଁ ଜନ ହେଳା ଭାବରେ ସଦାପ୍ରଭୁଙ୍କର କାର୍ଯ୍ୟ କରେ, ସେ ଅଭିଶପ୍ତ ହେଉ ଓ ଯେଉଁ ଜନ ରକ୍ତପାତ କରିବାକୁ ଆପଣା ଖଡ୍ଗ ଅଟକାଏ, ସେ ଅଭିଶପ୍ତ ହେଉ।
Accursed be he that doeth the business of Yahweh carelessly; And, accursed be he that withholdeth his sword, from blood!
11 “ମୋୟାବ ବାଲ୍ୟକାଳରୁ ନିଶ୍ଚିନ୍ତରେ ଅଛି, ସେ ଆପଣା ଖାଦ ଉପରେ ସୁସ୍ଥିର ହୋଇଅଛି ଓ ଏକ ପାତ୍ରରୁ ଅନ୍ୟ ପାତ୍ରକୁ ଢଳା ଯାଇ ନାହିଁ, କିଅବା ବନ୍ଦୀ ହୋଇଯାଇ ନାହିଁ; ଏଥିପାଇଁ ତାହାର ସ୍ୱାଦ ତାହା ମଧ୍ୟରେ ରହିଅଛି ଓ ତାହାର ସୁବାସ ବିକୃତ ହୋଇ ନାହିଁ।
Moab, hath been at ease from his youth, And settled is he upon his lees, And hath not been poured out from vessel to vessel, Nor into captivity, hath gone, —For this cause, hath his flavour stood still within him, And his scent is unchanged.
12 ଏହେତୁ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ତାହା ନିକଟକୁ ଢାଳି ପକାଇବା ଲୋକ ପଠାଇବା, ଆଉ ସେମାନେ ତାହାକୁ ଢାଳି ଦେବେ ଓ ତାହାର ପାତ୍ରସକଳ ଶୂନ୍ୟ କରି କୁମ୍ପାସବୁ ଭାଙ୍ଗି ପକାଇବେ, ଏପରି ସମୟ ଆସୁଅଛି।
Therefore, lo! days are coming, Declareth Yahweh, When I will send to him tilters and they shall tilt him, —And his vessels, shall they empty, And their jars, shall they dash in pieces.
13 ପୁଣି, ଇସ୍ରାଏଲ ବଂଶ ଆପଣା ବିଶ୍ୱାସଭୂମି ବେଥେଲ୍‍ ବିଷୟରେ ଯେପରି ଲଜ୍ଜିତ ହୋଇଥିଲେ, ସେପରି ମୋୟାବ କମୋଶ ବିଷୟରେ ଲଜ୍ଜିତ ହେବ।
Then shall Moab, be ashamed, of, Chemosh, —Just as, the sons of Israel, were ashamed of Bethel their confidence.
14 ଆମ୍ଭେମାନେ ବୀର ଓ ଯୁଦ୍ଧ ପାଇଁ ବଳବାନ ଲୋକ,’ ଏହା ତୁମ୍ଭେମାନେ କିପରି କହୁଅଛ?
How can ye say, Heroes, are we? and Men of might for the war?
15 ମୋୟାବ ଉତ୍ସନ୍ନ ହୋଇଅଛି ଓ ସେମାନେ ତାହାର ନଗରସମୂହର ମଧ୍ୟକୁ ଯାଇଅଛନ୍ତି, ପୁଣି ତାହାର ମନୋନୀତ ଯୁବାମାନେ ବଧ ସ୍ଥାନକୁ ଓହ୍ଲାଇ ଯାଇଅଛନ୍ତି, ରାଜା, ସୈନ୍ୟାଧିପତି ସଦାପ୍ରଭୁ ଯାହାଙ୍କର ନାମ, ସେ ଏହି କଥା କହନ୍ତି।
Spoiled is Moab And her cities, hath he ascended, And the choice of his young men, have gone down to the slaughter, —Declareth The King, Yahweh of hosts, is his Name.
16 ମୋୟାବର ବିପଦ ନିକଟରେ ଉପସ୍ଥିତ ଓ ତାହାର କ୍ଳେଶ ଅତି ଶୀଘ୍ର ଆସୁଅଛି।
Near is the doom of Moab, to come, —And, his calamity, hasteth greatly.
17 ତାହାର ଚତୁର୍ଦ୍ଦିଗସ୍ଥିତ ଓ ତାହାର ନାମ ଜାଣିଥିବା ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ତାହାର ପାଇଁ ବିଳାପ କର, ଆଉ କୁହ, ‘ଏହି ଦୃଢ଼ ଦଣ୍ଡ, ସୁନ୍ଦର ଯଷ୍ଟି କିପରି ଭଗ୍ନ ହୋଇଅଛି!’
Lament ye for him—All that are round about him, and All that know his name, —Say, How is broken—The staff of strength! The rod of beauty!
18 ହେ ଦୀବୋନ୍ ନିବାସିନୀ କନ୍ୟେ, ତୁମ୍ଭେ ଆପଣା ଐଶ୍ୱର୍ଯ୍ୟରୁ ଓହ୍ଲାଇ ଆସି ତୃଷାରେ ବସ; କାରଣ ମୋୟାବର ବିନାଶକ ତୁମ୍ଭ ବିରୁଦ୍ଧରେ ଉଠି ଆସିଅଛି, ସେ ତୁମ୍ଭର ଦୃଢ଼ ଦୁର୍ଗସବୁ ନଷ୍ଟ କରିଅଛି।
Come down from glory, and sit in thirst, O inhabitress daughter of Dibon; For the spoiler of Moab, hath come up against thee, He hath laid in ruins thy strongholds.
19 ହେ ଅରୋୟେର ନିବାସିନୀ, ତୁମ୍ଭେ ପଥ ପାର୍ଶ୍ୱରେ ଠିଆ ହୋଇ ନିରୀକ୍ଷଣ କର; ପୁଣି, ପଳାତକ ଲୋକକୁ ଓ ରକ୍ଷାପ୍ରାପ୍ତା ସ୍ତ୍ରୀକୁ ପଚାର; କଅଣ କରାଯାଇଅଛି କୁହ?
Near the way, take thy stand and keep outlook, O inhabitress of Aroer: Ask—him that fleeth, and Her that hath escaped, Say, What hath happened?
20 ମୋୟାବ ଲଜ୍ଜିତ ହୋଇଅଛି; କାରଣ ତାହା ଭଗ୍ନ ହୋଇଅଛି; ତୁମ୍ଭେମାନେ ହାହାକାର ଓ କ୍ରନ୍ଦନ କର; ମୋୟାବ ଉତ୍ସନ୍ନ ହୋଇଛି ବୋଲି ଅର୍ଣ୍ଣୋନରେ ପ୍ରଚାର କର।
Confounded is Moab! For it is broken down! Howl and make outcry, —Tell ye in Arnon, That Moab is spoiled;
21 ପୁଣି, ମୋୟାବ ଦେଶୀୟ ଦୂରସ୍ଥ କିଅବା ନିକଟସ୍ଥ ସମସ୍ତ ନଗର ଉପରେ,
And, judgment, hath come Upon the country of the table-land, —Upon Holon, and Upon Jazer and Upon Mephaath;
22 ଅର୍ଥାତ୍‍, ସମଭୂମିସ୍ଥ ପ୍ରଦେଶ ଉପରେ ହଲୋନ, ଯହସ ଓ ମେଫାତ୍‍ ଦୀବୋନ୍, ନବୋ ଓ ବେଥ୍-ଦିବ୍ଳାଥୟିମ:
and Upon Dibon, and Upon Nebo, and Upon Beth-diblathaim;
23 କିରୀୟାଥୟିମ୍‍, ବେଥ୍-ଗାମୁଲ୍ ଓ ବେଥ୍-ମୀୟୋନ୍‍;
and Upon Kiriathaim, and Upon Beth-gamul, and Upon Beth-meon;
24 କରୀୟୋଥ୍‍ ଓ ବସ୍ରା ପ୍ରଭୃତି ନଗରମାନଙ୍କ ଉପରେ ବିଚାରଦଣ୍ଡ ଉପସ୍ଥିତ ହୋଇଅଛି।
and Upon Kerioth, and Upon Bozrah, —Yea, upon all the cities of the land of Moab, far and near.
25 ସଦାପ୍ରଭୁ କହନ୍ତି, ମୋୟାବର ଶୃଙ୍ଗ କଟା ଯାଇଅଛି ଓ ତାହାର ବାହୁ ଭଗ୍ନ ହୋଇଅଛି।
Cut off is the horn of Moab, Yea, his arm, is broken, —Declareth Yahweh.
26 ତୁମ୍ଭେମାନେ ତାହାକୁ ମତ୍ତ କରାଅ, କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଆପଣାକୁ ବଡ଼ କରିଅଛି; ପୁଣି, ମୋୟାବ ଆପଣା ବାନ୍ତିରେ ଗଡ଼ିବ, ମଧ୍ୟ ସେ ପରିହାସାସ୍ପଦ ହେବ।
Make ye him drunken, Because against Yahweh, hath he magnified himself; So shall, Moab, stagger, into his own vomit, And shall become a derision, even he!
27 ଇସ୍ରାଏଲ କି ତୁମ୍ଭ ପ୍ରତି ପରିହାସର ବିଷୟ ହୋଇ ନ ଥିଲା? ସେ କି ଚୋରମାନଙ୍କ ମଧ୍ୟରେ ଧରା ପଡ଼ିଥିଲା? ତୁମ୍ଭେ ଯେତେ ଥର ତାହା ବିଷୟ କହୁଅଛ, ସେତେଥର ମସ୍ତକ ହଲାଉଅଛ।
And was it not, a derision, that Israel became to thee? And was it not among thieves, he was found? For, as often as thou didst speak of him, thou didst wag the head!
28 ହେ ମୋୟାବ ନିବାସୀଗଣ, ତୁମ୍ଭେମାନେ ନଗରସବୁ ତ୍ୟାଗ କରି ଶୈଳରେ ବାସ କର ଓ ଗର୍ତ୍ତର ମୁଖ ପାର୍ଶ୍ୱରେ ବସାକାରୀ କପୋତର ତୁଲ୍ୟ ହୁଅ।
Leave ye the cities and dwell in the cliff, Ye inhabitants of Moab; And become ye as a dove, that maketh her nest in the further-side of the fissure’s mouth.
29 ମୋୟାବ ବଡ଼ ଅହଙ୍କାରୀ, ଆମ୍ଭେମାନେ ତାହାର ଅହଙ୍କାରର କଥା, ତାହାର ଉଦ୍ଧତ ଭାବ, ତାହାର ଅହଙ୍କାର, ତାହାର ଦର୍ପ ଓ ତାହାର ଚିତ୍ତର ଅଭିମାନ କଥା ଶୁଣିଅଛୁ।
We have heard the arrogance of Moab—proud exceedingly: His loftiness and his arrogance and his majesty, and his elevation of heart!
30 ସଦାପ୍ରଭୁ କହନ୍ତି, ଆମ୍ଭେ ତାହାର କ୍ରୋଧ ଜାଣୁ, ତାହା କିଛି ନୁହେଁ, ତାହାର ଗର୍ବସବୁ କିଛି ହିଁ ସାଧନ କରି ନାହିଁ।
I know—Declareth Yahweh His passion—that’tis Unjust! His boastings, that Untrue have they made [them]!
31 ଏଥିପାଇଁ ଆମ୍ଭେ ମୋୟାବର ପାଇଁ ହାହାକାର କରିବା; ହଁ, ଆମ୍ଭେ ସମୁଦାୟ ମୋୟାବ ପାଇଁ କ୍ରନ୍ଦନ କରିବା; କୀର୍ହେରସର ଲୋକମାନଙ୍କ ବିଷୟରେ ସେମାନେ ଶୋକ କରିବେ।
For this cause over Moab, will I howl, And for all Moab, will I make outcry, —For the men of Kir-heres, must one moan!
32 ହେ ସିବ୍‍ମାର ଦ୍ରାକ୍ଷାଲତା, ଯାସେରର ରୋଦନ ଅପେକ୍ଷା ଆମ୍ଭେ ତୁମ୍ଭ ବିଷୟରେ ଅଧିକ ରୋଦନ କରିବା; ତୁମ୍ଭର ଶାଖାସବୁ ସମୁଦ୍ର ପାରିକୁ ଗଲା, ସେସବୁ ଯାସେର ସମୁଦ୍ର ପର୍ଯ୍ୟନ୍ତ ହିଁ ବିସ୍ତାରିତ ହେଲା; ତୁମ୍ଭର ଗ୍ରୀଷ୍ମକାଳୀନ ଫଳ ଓ ଦ୍ରାକ୍ଷାଫଳ ସଂଗ୍ରହ କରିବା ସମୟରେ ବିନାଶକ ଉପସ୍ଥିତ ହେଲା।
Beyond the weeping of Jazer, will I weep for thee O vine of Sibmah, Thy tendrils, have gone over the sea, Unto the sea of Jazer, have they reached, Upon thy summer fruits And upon thy vintage, the spoiler, hath fallen.
33 ମୋୟାବର ଫଳବାନ କ୍ଷେତ୍ର ଓ ଭୂମିରୁ ଆନନ୍ଦ ଓ ଉଲ୍ଲାସ ଦୂରୀକୃତ ହୋଇଅଛି; ପୁଣି, ଆମ୍ଭେ ଦ୍ରାକ୍ଷାକୁଣ୍ଡସବୁ ଦ୍ରାକ୍ଷାରସ ଶୂନ୍ୟ କରିଅଛୁ; କେହି ହର୍ଷନାଦରେ ଦ୍ରାକ୍ଷାମର୍ଦ୍ଦନ କରିବ ନାହିଁ; ସେହି ନାଦ ହର୍ଷନାଦ ହେବ ନାହିଁ।
So shall be withdrawn gladness and exultation—From the fruitful field and From the land of Moab, —And wine from the vats, have I caused to fail, They shall not tread with shouting, The shouting shall be no shouting!
34 ହିଷ୍‍ବୋନର ଚିତ୍କାର ସ୍ଥାନଠାରୁ ଇଲୀୟାଲୀ ପର୍ଯ୍ୟନ୍ତ, ମଧ୍ୟ ଯହସ ପର୍ଯ୍ୟନ୍ତ, ସୋୟରଠାରୁ ହୋରୋନୟିମ ପର୍ଯ୍ୟନ୍ତ, ଇଗ୍ଲତ୍‍-ଶଲୀଶୀୟା ପର୍ଯ୍ୟନ୍ତ ସେମାନେ ଚିତ୍କାର ଶବ୍ଦ ଉଠାଇଅଛନ୍ତି; କାରଣ ନିମ୍ରୀମର ଜଳସମୂହ ମଧ୍ୟ ଶୂନ୍ୟ ହେବ।
From the outcry of Heshbon, Even unto Elealeh Even unto Jahaz, have they given forth their voice, From Zoar even unto Horonaim, the third Eglath, —For, even the waters of Nimrim, to utter desolation, have been turned:
35 ଆହୁରି, ସଦାପ୍ରଭୁ କହନ୍ତି, ଆମ୍ଭେ ମୋୟାବ ମଧ୍ୟରେ ଉଚ୍ଚସ୍ଥଳୀରେ ବଳିଦାନକାରୀ ଓ ଆପଣା ଦେବଗଣ ଉଦ୍ଦେଶ୍ୟରେ ଧୂପଦାହକାରୀ ଲୋକକୁ ଲୋପ କରିବା।
Then will I cause to cease, from Moab, Declareth Yahweh, —him that offereth at a high-place, and him that burneth incense to his gods.
36 ଏହେତୁ ମୋୟାବର ପାଇଁ ଆମ୍ଭର ହୃଦୟ ବଂଶୀ ପରି ବାଜୁଅଛି ଓ କୀର୍ହେରସର ଲୋକମାନଙ୍କ ପାଇଁ ଆମ୍ଭର ହୃଦୟ ବଂଶୀ ପରି ବାଜୁଅଛି; ଏଥିପାଇଁ ତାହାର ପ୍ରାପ୍ତ ବହୁତ ଧନ ନଷ୍ଟ ହୋଇଅଛି।
For this cause, my heart, for Moab, like flutes, shall make plaintive sounds, Yea my heart for the men of Kir-heres! like flutes, shall make plaintive sounds, Because, the abundance he hath gotten is lost!
37 କାରଣ ପ୍ରତ୍ୟେକ ମସ୍ତକ ଟାଙ୍ଗରା ଓ ପ୍ରତ୍ୟେକ ଦାଢ଼ି କଟା ହୋଇଅଛି; ସମସ୍ତଙ୍କ ହସ୍ତରେ କଟା ଦାଗ ଓ କଟିଦେଶରେ ଚଟବସ୍ତ୍ର ଅଛି।
For, every head, is baldness, And every beard, clipped: Upon all hands, are gashes, And upon the loins, sackcloth
38 ମୋୟାବର ସମସ୍ତ ଗୃହ-ଛାତ ଉପରେ ଓ ତହିଁର ସମସ୍ତ ପଥରେ ସର୍ବତ୍ର ବିଳାପ ହେଉଅଛି; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ମୋୟାବକୁ ଅପ୍ରୀତିକର ପାତ୍ର ପରି ଭାଙ୍ଗି ପକାଇଅଛୁ।
Upon all the housetops of Moab And in her broadways, it is all lamentation, —For I have broken Moab—Like a vessel wherein is no pleasure Declareth Yahweh.
39 ସେ କିପରି ଭଗ୍ନ ହୋଇଅଛି! ଲୋକେ କିପରି ବିଳାପ କରୁଅଛନ୍ତି! ମୋୟାବ ଲଜ୍ଜାରେ କିପରି ପୃଷ୍ଠ ଫେରାଇଅଛି! ଏହିରୂପେ ମୋୟାବ ଆପଣା ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କର ହାସ୍ୟାସ୍ପଦ ଓ ଭୟସ୍ଥାନ ହେବ।”
How it is broken down! They have howled, How hath Moab turned the back, for shame, —So shall Moab become a derision and a terror to all round about him.
40 କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ସେ ଉତ୍କ୍ରୋଶ ପକ୍ଷୀ ପରି ଉଡ଼ି ଆସିବ ଓ ମୋୟାବ ଉପରେ ଆପଣା ପକ୍ଷଦ୍ୱୟ ବିସ୍ତାର କରିବ।
For, thus, saith Yahweh, Lo! as an eagle, shall one dart along, —And shall spread out his wings towards Moab.
41 କରୀୟୋଥ୍‍ ହସ୍ତଗତ ହେଲା, ଦୃଢ଼ ଦୁର୍ଗସବୁ ଅକସ୍ମାତ୍‍ ଆକ୍ରାନ୍ତ ହେଲା, ଆଉ ସେହି ଦିନରେ ମୋୟାବର ବୀରମାନଙ୍କ ଅନ୍ତଃକରଣ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀର ଅନ୍ତଃକରଣ ତୁଲ୍ୟ ହେବ।
Captured is Kerioth, And the fortresses, are seized, —Then shall the heart of the heroes of Moab become in that day, As the heart of a woman in her pains.
42 ପୁଣି, ମୋୟାବ ଲୁପ୍ତ ହେବ, ଆଉ ଏକ ଗୋଷ୍ଠୀ ହୋଇ ରହିବ ନାହିଁ, କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଆପଣାକୁ ବଡ଼ କରିଅଛି।
Then shall, Moab, be destroyed from being a people, —Because against Yahweh, hath he magnified himself.
43 ସଦାପ୍ରଭୁ କହନ୍ତି, ହେ ମୋୟାବ ନିବାସୀନ୍‍, ତୁମ୍ଭ ପାଇଁ ତ୍ରାସ, ଖାତ ଓ ଫାନ୍ଦ ଅଛି।
Terror and pit and snare are upon thee O inhabitant of Moab Declareth Yahweh:
44 ଯେ ତ୍ରାସରୁ ପଳାଏ, ସେ ଖାତରେ ପଡ଼ିବ ଓ ଯେ ଖାତରୁ ଉଠି ରକ୍ଷା ପାଏ, ସେ ଫାନ୍ଦରେ ଧରା ପଡ଼ିବ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତାହାର ଉପରେ, ହଁ, ମୋୟାବର ଉପରେ ପ୍ରତିଫଳ ଦାନର ବର୍ଷ ଆଣିବା।
He that fleeth from the face of the terror, Shall fall into the pit, And, he that getteth up out of the pit, Shall be captured by the snare, —For I will bring against her—against Moab, The year of their visitation, Declareth Yahweh.
45 ଯେଉଁମାନେ ପଳାଇଗଲେ, ସେମାନେ ବଳହୀନ ହୋଇ ହିଷ୍‍ବୋନର ଛାୟା ତଳେ ଠିଆ ହୁଅନ୍ତି; କାରଣ ହିଷ୍‍ବୋନରୁ ଅଗ୍ନି ଓ ସୀହୋନ ମଧ୍ୟରୁ ଅଗ୍ନିଶିଖା ନିର୍ଗତ ହୋଇ ମୋୟାବର କୋଣ ଓ କଳହକାରୀମାନଙ୍କ ମସ୍ତକର ତାଳୁଆ ଗ୍ରାସ କରିଅଛି।
In the shadow of Heshbon, stand strengthless, the fugitives, —For, a fire, hath gone forth out of Heshbon And shall flame out of the midst of Sihon, And shall devour the beard of Moab, And the crown of the head of the proudly tumultuous.
46 ହେ ମୋୟାବ, ତୁମ୍ଭେ ସନ୍ତାପର ପାତ୍ର! କମୋଶର ଲୋକମାନେ ବିନଷ୍ଟ ହେଲେ; କାରଣ ତୁମ୍ଭର ପୁତ୍ରଗଣ ବନ୍ଦୀ ହେଲେ ଓ ତୁମ୍ଭର କନ୍ୟାଗଣ ବନ୍ଦୀତ୍ୱ ସ୍ଥାନକୁ ନୀତ ହେଲେ।
Woe to thee Moab! Lost are the people of Chemosh, —For thy sons have been taken, into captivity, And thy daughters into captivity.
47 ତଥାପି ସଦାପ୍ରଭୁ କହନ୍ତି, ଆମ୍ଭେ ଶେଷ କାଳରେ ପୁନର୍ବାର ମୋୟାବକୁ ବନ୍ଦୀତ୍ୱାବସ୍ଥାରୁ ଫେରାଇ ଆଣିବା।” ମୋୟାବର ବିଚାର କଥା ଏତିକି।
Yet will I bring back the captivity of Moab, In the afterpart of the days, Declareth Yahweh, Thus far, is the sentence of Moab.

< ଯିରିମୀୟ 48 >