< ଆୟୁବ 17 >

1 ମୋହର ପ୍ରାଣ କ୍ଷୟ ପାଉଅଛି ଓ ମୋହର ଦିନ ଅବସାନ ହେଉଅଛି, ମୋʼ ନିମନ୍ତେ କବର ପ୍ରସ୍ତୁତ ଅଛି।
My breath is corrupt, my days are extinct, the graves are ready for me.
2 ନିଶ୍ଚୟ ପରିହାସକମାନେ ମୋʼ ନିକଟରେ ଅଛନ୍ତି ଓ ସେମାନଙ୍କ ବିରୋଧ ମୋʼ ଚକ୍ଷୁଗୋଚରରେ ଅଛି।
Are there not mockers with me? and does not mine eye continue in their provocation?
3 ହେ ପରମେଶ୍ୱର ବିନୟ କରୁଅଛି, ପ୍ରତିନିଧି ଦିଅ, ଆପଣା ନିକଟରେ ଆପେ ମୋʼ ପାଇଁ ଲଗା ହୁଏ; ଆଉ କିଏ ମୋʼ ହାତରେ ହାତ ଦେବ?
Lay down now, put me in a guarantor with you; who is he that will shake hands with me?
4 କାରଣ ତୁମ୍ଭେ ସେମାନଙ୍କ ଅନ୍ତଃକରଣକୁ ବୁଦ୍ଧିରୁ ଗୁପ୍ତ କରିଅଛ; ଏହେତୁ ତୁମ୍ଭେ ସେମାନଙ୍କୁ ଉନ୍ନତ କରିବ ନାହିଁ।
For you have hid their heart from understanding: therefore shall you not exalt them.
5 ଯେ ଆପଣା ମିତ୍ରଗଣକୁ ଲୁଟ ରୂପେ ସମର୍ପଣ କରେ, ତାହାର ସନ୍ତାନଗଣର ଚକ୍ଷୁ ନିସ୍ତେଜ ହେବ।
He that speaks flattery to his friends, even the eyes of his children shall fail.
6 ମଧ୍ୟ ସେ ମୋତେ ଲୋକମାନଙ୍କର ହାସ୍ୟାସ୍ପଦ କରିଅଛନ୍ତି; ମୁଁ ପ୍ରକାଶରେ ଘୃଣାପାତ୍ର ହୋଇଅଛି।
He has made me also a byword of the people; and in old times I was as a timbrel.
7 ଦୁଃଖ ସକାଶୁ ମଧ୍ୟ ମୋର ଚକ୍ଷୁ କ୍ଷୀଣ ହୋଇଅଛି ଓ ମୋହର ସର୍ବାଙ୍ଗ ଛାୟା ତୁଲ୍ୟ ହୋଇଅଛି।
Mine eye also is dim by reason of sorrow, and all my members are as a shadow.
8 ସରଳ ଲୋକେ ଏଥିରେ ଚମତ୍କୃତ ହେବେ ଓ ନିର୍ଦ୍ଦୋଷ ଲୋକ ଅଧାର୍ମିକ ବିରୁଦ୍ଧରେ ଆପଣାକୁ ଉତ୍ତେଜିତ କରିବ।
Upright men shall be astonished at this, and the innocent shall stir up himself against the hypocrite.
9 ତଥାପି ଧାର୍ମିକ ଆପଣା ମାର୍ଗ ଦୃଢ଼ କରି ଧରିବ ଓ ଶୁଚିହସ୍ତ ଲୋକ ଆହୁରି ଆହୁରି ବଳବାନ ହେବ।
The righteous also shall hold on his way, and he that has clean hands shall be stronger and stronger.
10 ମାତ୍ର ତୁମ୍ଭେ ସମସ୍ତେ ଏବେ ଫେରି ଆସ; ମୁଁ ତୁମ୍ଭମାନଙ୍କ ମଧ୍ୟରେ ଜ୍ଞାନବାନ ଲୋକ ପାଇବି ନାହିଁ।
But as for you all, do all of you return, and come now: for I cannot find one wise man among you.
11 ମୋହର ବଞ୍ଚିବାର ଦିନସବୁ ଅତୀତ ହେଲା, ମୋହର ଅଭିପ୍ରାୟ, ଅର୍ଥାତ୍‍, ମୋର ମନର ସଂକଳ୍ପସବୁ ନିଷ୍ଫଳ ହେଲା।
My days are past, my purposes are broken off, even the thoughts of my heart.
12 ସେମାନେ ରାତ୍ରିକୁ ଦିନ କରନ୍ତି; ସେମାନେ ଆଲୁଅକୁ ଅନ୍ଧକାରର ସନ୍ନିକଟ ବୋଲି କହନ୍ତି।
They change the night into day: the light is short because of darkness.
13 ଯଦି ମୁଁ ପାତାଳକୁ ଆପଣାର ଗୃହ ବୋଲି ଅନାଏ; ଯଦି ମୁଁ ଅନ୍ଧକାରରେ ଆପଣା ଶଯ୍ୟା ବିଛାଇଅଛି; (Sheol h7585)
If I wait, the grave is mine house: I have made my bed in the darkness. (Sheol h7585)
14 ଯଦି ମୁଁ କ୍ଷୟକୁ କହିଅଛି, ‘ତୁମ୍ଭେ ମୋହର ପିତା;’ କୀଟକୁ କହିଅଛି, ‘ତୁମ୍ଭେ ମୋହର ମାତା’ ଓ ‘ଭଗିନୀ;’
I have said to corruption, You are my father: to the worm, You are my mother, and my sister.
15 ତେବେ ମୋହର ଭରସା କାହିଁ? ଓ ମୋହର ଭରସା କିଏ ଦେଖିବ?
And where is now my hope? as for my hope, who shall see it?
16 ତାହା ପାତାଳର ଅର୍ଗଳ ଆଡ଼କୁ ଓହ୍ଲାଇ ଯିବ, ତହିଁରେ ଏକାବେଳେ ମାଟିରେ ବିଶ୍ରାମ ହେବ।” (Sheol h7585)
They shall go down to the bars of the pit, when our rest together is in the dust. (Sheol h7585)

< ଆୟୁବ 17 >