< ଆୟୁବ 21 >

1 ଏଥିରେ ଆୟୁବ ଉତ୍ତର କରି କହିଲା,
Отвещав же Иов, рече:
2 “ମନୋଯୋଗ କରି ମୋʼ କଥା ଶୁଣ ଓ ତାହା ତୁମ୍ଭମାନଙ୍କର ସାନ୍ତ୍ୱନା ହେଉ।
послушайте, послушайте словес моих, да не будет ми от вас сие утешение:
3 ମୋତେ ଅନୁମତି ଦିଅ, ମୁଁ ମଧ୍ୟ କଥା କହିବି ଓ ମୁଁ କହିସାରିଲା ଉତ୍ତାରେ ଉପହାସ କରୁଥାଅ।
потерпите ми, аз же возглаголю, таже не посмеетемися.
4 ମୋʼ ଗୁହାରି କʼଣ ମନୁଷ୍ୟ ନିକଟରେ? ତେବେ ମୁଁ କାହିଁକି ଅଧୈର୍ଯ୍ୟ ନୋହିବି?
Что бо? Еда человеческо ми обличение? Или почто не возярюся?
5 ମୋତେ ନିରୀକ୍ଷଣ କରି ଚମତ୍କୃତ ହୁଅ ଓ ତୁମ୍ଭମାନଙ୍କ ମୁଖରେ ଆପଣା ଆପଣା ହାତ ଦିଅ।
Воззревшии на мя удивитеся, руку положше на ланите.
6 ମୁଁ ସ୍ମରଣ କଲେ ବ୍ୟାକୁଳ ହୁଏ ଓ ମୋʼ ଶରୀର କମ୍ପିତ ହୁଏ।
Аще бо воспомяну, ужаснуся: обдержат бо плоть мою болезни.
7 ଦୁଷ୍ଟମାନେ କାହିଁକି ଜୀବିତ ଥାʼନ୍ତି, ବୃଦ୍ଧ ହୁଅନ୍ତି ଓ ପରାକ୍ରମରେ ବର୍ଦ୍ଧିଷ୍ଣୁ ହୁଅନ୍ତି?
Почто нечестивии живут, обетшаша же в богатстве?
8 ସେମାନଙ୍କ ବଂଶ ସେମାନଙ୍କ ସଙ୍ଗେ ସେମାନଙ୍କ ସାକ୍ଷାତରେ ଓ ସେମାନଙ୍କ ସନ୍ତାନସନ୍ତତି ସେମାନଙ୍କ ଦୃଷ୍ଟିଗୋଚରରେ ସ୍ଥିରୀକୃତ ହୁଅନ୍ତି।
Семя их по души, чада же их пред очима.
9 ସେମାନଙ୍କ ଗୃହ ଭୟରୁ ରକ୍ଷିତ ଥାଏ, କିଅବା ସେମାନଙ୍କ ଉପରେ ପରମେଶ୍ୱରଙ୍କର ଯଷ୍ଟି ନ ଥାଏ।
Домове их обилнии суть, страх же нигде, раны же от Господа несть на них.
10 ସେମାନଙ୍କ ବୃଷ ସଙ୍ଗମ କରି ନିଷ୍ଫଳ ହୁଏ ନାହିଁ; ସେମାନଙ୍କର ଗାଭୀ ପ୍ରସବ କରେ ଓ ଗର୍ଭପାତ କରେ ନାହିଁ।
Говядо их не изверже: спасена же бысть их имущая во чреве и не лишися.
11 ସେମାନେ ଆପଣା ଆପଣା ବାଳକଗଣକୁ ପଲ ପରି ବାହାରେ ପଠାନ୍ତି ଓ ସେମାନଙ୍କ ସନ୍ତାନଗଣ ନୃତ୍ୟ କରନ୍ତି।
Пребывают же яко овцы вечныя, дети же их предиграют,
12 ସେମାନେ ତବଲା ଓ ବୀଣା ବଜାଇ ଗାନ କରନ୍ତି ଓ ବଂଶୀଧ୍ୱନିରେ ଆନନ୍ଦ କରନ୍ତି।
вземше псалтирь и гусли, и веселятся гласом песни.
13 ସେହି ଦୁଷ୍ଟମାନେ ସମୃଦ୍ଧିରେ ଆପଣା ଆପଣା ଦିନ କ୍ଷେପଣ କରନ୍ତି ଓ ଏକ ନିମିଷରେ ପାତାଳକୁ ଓହ୍ଲାଇଯାʼନ୍ତି। (Sheol h7585)
Скончаша во благих житие свое, в покои же адове успоша. (Sheol h7585)
14 ତଥାପି ସେମାନେ ପରମେଶ୍ୱରଙ୍କୁ କହିଲେ, ‘ଆମ୍ଭମାନଙ୍କ ନିକଟରୁ ଦୂର ହୁଅ; କାରଣ ଆମ୍ଭେମାନେ ତୁମ୍ଭ ମାର୍ଗ ବିଷୟକ ଜ୍ଞାନ ବାଞ୍ଛା କରୁ ନାହୁଁ।
Глаголют же Господеви: отступи от нас, путий Твоих ведети не хощем:
15 ସର୍ବଶକ୍ତିମାନ କିଏ ଯେ, ଆମ୍ଭେମାନେ ତାହାଙ୍କର ସେବା କରିବା? ଓ ତାହାଙ୍କ ନିକଟରେ ପ୍ରାର୍ଥନା କଲେ, ଆମ୍ଭେମାନେ କି ଲାଭ ପାଇବା?’
что достоин, яко да поработаем Ему? И кая польза, яко да взыщем Его?
16 ଦେଖ, ସେମାନଙ୍କର ସୁଖ ସମୃଦ୍ଧି ସେମାନଙ୍କ ହସ୍ତରେ ନାହିଁ; ଦୁଷ୍ଟମାନଙ୍କ ମନ୍ତ୍ରଣା ମୋʼ ଠାରୁ ଦୂରରେ ଥାଏ।
В руках бо их бяху благая, дел же нечестивых не надзирает.
17 କେତେ ଥର ଦୁଷ୍ଟମାନଙ୍କର ପ୍ରଦୀପ ନିଭାଯାଏ? ସେମାନଙ୍କ ବିପଦ ସେମାନଙ୍କ ଉପରେ ପଡ଼େ? ଓ ପରମେଶ୍ୱର ଆପଣା କ୍ରୋଧରେ କ୍ଳେଶ ବିତରଣ କରନ୍ତି?
Обаче же и нечестивых светилник угаснет, найдет же им развращение, болезни же их оымут от гнева:
18 ସେମାନେ ବାୟୁ ଆଗରେ କୁଟା ପରି ଓ ବତାସରେ ଉଡ଼ନ୍ତା ତୁଷ ପରି ହୁଅନ୍ତି?
будут же аки плевы пред ветром, или якоже прах, егоже взя вихр.
19 ତୁମ୍ଭେମାନେ କହୁଅଛ, ‘ପରମେଶ୍ୱର ତାହାର ସନ୍ତାନଗଣ ନିମନ୍ତେ ତାହାର ଅଧର୍ମ ସଞ୍ଚୟ କରନ୍ତି।’ ସେ ତାହାକୁ ହିଁ ପ୍ରତିଫଳ ଦେଉନ୍ତୁ, ତହିଁରେ ସେ ତାହା ଜାଣିବ।
Да оскудеют сыном имения его: воздаст противу ему, и уразумеет.
20 ତାହାର ନିଜ ଚକ୍ଷୁ ତାହାର ବିନାଶ ଦେଖୁ ଓ ସେ ସର୍ବଶକ୍ତିମାନଙ୍କ କ୍ରୋଧ ପାନ କରୁ।
Да узрят очи его свое убиение, от Господа же да не спасется.
21 କାରଣ ମଧ୍ୟଭାଗରୁ ତାହାର ମାସ-ସଂଖ୍ୟା କଟାଗଲେ, ତାହାର ପଶ୍ଚାଦ୍‍ବର୍ତ୍ତୀ ବଂଶରେ କି ତାହାର କିଛି ସନ୍ତୋଷ ଥାଏ?
Яко воля его с ним в дому его, и числа месяцей его разделишася.
22 ପରମେଶ୍ୱର ଊର୍ଦ୍ଧ୍ୱବାସୀମାନଙ୍କର ଶାସନ କରନ୍ତି, ଏଣୁ କେହି କି ତାହାଙ୍କୁ ଜ୍ଞାନ ଶିଖାଇବ?
Не Господь ли есть научаяй разуму и хитрости? Тойже мудрых разсуждает.
23 କେହି ସମ୍ପୂର୍ଣ୍ଣ ବିଶ୍ରାମ ଓ ଶାନ୍ତି ଭୋଗ କରି ବଳବିଶିଷ୍ଟ ହୋଇ ମରେ;
Той умрет в силе простоты своея, всецел же благодушествуяй и благоуспеваяй,
24 ତାହାର ସ୍ତନ ଦୁଗ୍ଧରେ ପରିପୂର୍ଣ୍ଣ ଓ ତାହାର ଅସ୍ଥିର ମେଦ ସତେଜ ଥାଏ।
утроба же его исполнена тука, мозг же его разливается.
25 ଆଉ, କେହି ପ୍ରାଣର ତିକ୍ତତାରେ ମରେ ଓ କେତେବେଳେ ମଙ୍ଗଳର ଆସ୍ୱାଦ ପାଏ ନାହିଁ।
Ов же умирает в горести души, не ядый ничтоже блага.
26 ଏମାନେ ଏକ ସମାନ ମାଟିରେ ଶୟନ କରନ୍ତି ଓ କୀଟ ସେମାନଙ୍କୁ ଆଚ୍ଛାଦନ କରେ।
Вкупе же на земли спят, гнилость же их покры.
27 ଦେଖ, ମୁଁ ତୁମ୍ଭମାନଙ୍କର ବିଚାରସବୁ ଓ ମୋʼ ବିରୁଦ୍ଧରେ ତୁମ୍ଭମାନଙ୍କର ଅନ୍ୟାୟକଳ୍ପିତ ସଂକଳ୍ପସବୁ ଜାଣେ।
Темже вем вас, яко дерзостию належите ми,
28 କାରଣ ତୁମ୍ଭେମାନେ କହୁଅଛ, ‘ସେହି ଅଧିପତିର ଗୃହ କାହିଁ? ଓ ସେହି ଦୁଷ୍ଟର ବସତି-ତମ୍ବୁ କାହିଁ?’
яко речете: где есть дом княжь? И где есть покров селений нечестивых?
29 ତୁମ୍ଭେମାନେ କʼଣ ପଥିକମାନଙ୍କୁ ପଚାରି ନାହଁ? ଓ ତୁମ୍ଭେମାନେ କʼଣ ସେମାନଙ୍କ ଲକ୍ଷଣ ଜାଣ ନାହିଁ ଯେ,
Вопросите мимоходящих путем, и знамения их не чужда сотворите.
30 ଦୁଷ୍ଟ ଲୋକ ବିପଦର ଦିନ ପର୍ଯ୍ୟନ୍ତ ରକ୍ଷିତ? ଓ ସେମାନେ କୋପର ଦିନ ପର୍ଯ୍ୟନ୍ତ ଘେନାଯାʼନ୍ତି?
Яко на день пагубы соблюдается нечестивый, и в день гнева Его отведен будет.
31 ତାହାର ସମ୍ମୁଖରେ କିଏ ତାହାର ପଥ ପ୍ରକାଶ କରିବ? ଓ କିଏ ତାହାର କୃତ କର୍ମର ଫଳ ତାହାକୁ ଦେବ?
Кто возвестит пред лицем его путь его, и еже той сотвори, кто воздаст ему?
32 ତଥାପି ସେ କବରକୁ ବହାଯିବ ଓ କବର ଉପରେ ପ୍ରହରୀ ରହିବ।
И той во гроб отнесен бысть, и на гробищих побде.
33 ଉପତ୍ୟକାର ମୃତ୍ତିକା ତାହା ପ୍ରତି ମିଷ୍ଟ ହେବ, ଯେପରି ତାହା ପୂର୍ବରେ ଅସଂଖ୍ୟ ଲୋକ, ସେପରି ତାହାର ପଶ୍ଚାତ୍‍ ସମସ୍ତ ଲୋକ ଗମନ କରିବେ।
Усладися ему дробное камение потока, и вслед его всяк человек отидет, и пред ним безчисленнии.
34 ତେବେ କିପରି ତୁମ୍ଭେମାନେ ମୋତେ ବୃଥାରେ ସାନ୍ତ୍ୱନା ଦେଉଅଛ, ତୁମ୍ଭମାନଙ୍କ ଉତ୍ତରରେ ତ କେବଳ ମିଥ୍ୟା ଥାଏ।”
Како же мя утешаете суетными? А еже бы мне почити от вас, ничтоже.

< ଆୟୁବ 21 >