< ଯୋହନ 18 >

1 ଯୀଶୁ ଏହିସବୁ କଥା କହି ଆପଣା ଶିଷ୍ୟମାନଙ୍କ ସହିତ କିଦ୍ରୋଣ ଜୋଡ଼ର ଆରପାଖକୁ ବାହାରିଗଲେ। ସେଠାରେ ଗୋଟିଏ ଉଦ୍ୟାନ ଥିଲା, ଆଉ ସେ ଓ ତାହାଙ୍କ ଶିଷ୍ୟମାନେ ସେଥିରେ ପ୍ରବେଶ କଲେ।
When Jesus had said this, he went out with his disciples and crossed the Kidron ravine to a place where there was a garden, into which he and his disciples went.
2 ଯେଉଁ ଯିହୂଦା ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା, ସେ ମଧ୍ୟ ସେହି ସ୍ଥାନ ଜାଣିଥିଲା, କାରଣ ଯୀଶୁ ଅନେକ ଥର ଆପଣା ଶିଷ୍ୟମାନଙ୍କ ସହିତ ସେ ସ୍ଥାନକୁ ଯାଉଥିଲେ।
The place was well known to Judas, the betrayer, for Jesus and his disciples had often met there.
3 ଅତଏବ, ଯିହୂଦା ସୈନ୍ୟଦଳ ପୁଣି, ପ୍ରଧାନ ଯାଜକ ଓ ଫାରୂଶୀମାନଙ୍କଠାରୁ ପ୍ରାପ୍ତ ପଦାତିକମାନଙ୍କୁ ଘେନି ବତୀ, ମଶାଲ ଓ ଅସ୍ତ୍ରଶସ୍ତ୍ର ଧରି ସେଠାକୁ ଆସିଲା।
So Judas, who had obtained the soldiers of the Roman garrison, and some guards from the chief priests and the Pharisees, came there with lanterns, torches, and weapons.
4 ସେଥିରେ ଯୀଶୁ, ତାହାଙ୍କ ପ୍ରତି ଯାହା ଯାହା ଘଟିବାକୁ ଯାଉଅଛି, ସେହିସବୁ ଜାଣି ଆଗକୁ ଯାଇ ସେମାନଙ୍କୁ ପଚାରିଲେ, “ତୁମ୍ଭେମାନେ କାହାକୁ ଖୋଜୁଅଛ?”
Jesus, aware of all that was coming upon him, went to meet them, and said to them, ‘For whom are you looking?’
5 ସେମାନେ ତାହାଙ୍କୁ ଉତ୍ତର ଦେଲେ, ନାଜରିତୀୟ ଯୀଶୁକୁ। ସେ ସେମାନଙ୍କୁ କହିଲେ, “ମୁଁ ସେହି।” ଯେଉଁ ଯିହୂଦା ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା, ସେ ମଧ୍ୟ ସେମାନଙ୍କ ସାଙ୍ଗରେ ଠିଆ ହୋଇଥିଲା।
‘Jesus of Nazareth,’ was their answer. ‘I am he,’ said Jesus. (Judas, the betrayer, was also standing with them.)
6 ଯୀଶୁ ଯେତେବେଳେ ସେମାନଙ୍କୁ କହିଲେ, ମୁଁ ସେହି, ସେତେବେଳେ ସେମାନେ ପଛକୁ ହଟିଯାଇ ଭୂମିରେ ପଡ଼ିଗଲେ।
When Jesus said “I am he,” they drew back and fell to the ground.
7 ସେଥିରେ ସେ ସେମାନଙ୍କୁ ଆଉ ଥରେ ପଚାରିଲେ, “ତୁମ୍ଭେମାନେ କାହାକୁ ଖୋଜୁଅଛ?” ସେମାନେ କହିଲେ, ନାଜରିତୀୟ ଯୀଶୁଙ୍କୁ।
So he again asked for whom they were looking, and they answered, ‘Jesus of Nazareth.’
8 ଯୀଶୁ ଉତ୍ତର ଦେଲେ, “ମୁଁ ଯେ ସେହି, ଏହା ତ ମୁଁ ତୁମ୍ଭମାନଙ୍କୁ କହିଲି। ଏଣୁ ଯଦି ତୁମ୍ଭେମାନେ ମୋତେ ଖୋଜୁଅଛ, ତାହାହେଲେ ଏମାନଙ୍କୁ ଯିବା ପାଇଁ ଛାଡ଼ିଦିଅ।”
‘I have already told you that I am he,’ replied Jesus, ‘so, if it is for me that you are looking, let these people go.’
9 ସେ ଏହା କହିଲେ, ଯେପରି ତାହାଙ୍କ ଉକ୍ତ ଏହି ବାକ୍ୟ ସଫଳ ହୁଏ, “ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ସେମାନଙ୍କ ମଧ୍ୟରୁ ମୁଁ ଜଣକୁ ସୁଦ୍ଧା ହରାଇ ନାହିଁ।”
This was in fulfilment of his words – “Of those whom you have given me I have not lost one.”
10 ଶିମୋନ ପିତରଙ୍କ ପାଖରେ ଖଣ୍ଡା ଥିବାରୁ ସେ ତାହା ବାହାର କରି ମହାଯାଜକଙ୍କ ଦାସକୁ ଆଘାତ କଲେ ଓ ତାହାର ଡାହାଣ କାନ କାଟିପକାଇଲେ; ସେହି ଦାସର ନାମ ମାଲ୍‍ଖ।
At this, Simon Peter, who had a sword with him, drew it, and struck the high priest’s servant, and cut off his right ear. The servant’s name was Malchus.
11 ସେଥିରେ ଯୀଶୁ ପିତରଙ୍କୁ କହିଲେ, “ଖଣ୍ଡା ଖାପରେ ରଖ; ପିତା ମୋତେ ଯେଉଁ ପାତ୍ର ଦେଇଅଛନ୍ତି, ମୁଁ କଅଣ ସେଥିରୁ ପାନ କରିବି ନାହିଁ?”
But Jesus said to Peter, ‘Sheathe your sword. Should I not drink the cup which the Father has given me?’
12 ଏହାପରେ ସୈନ୍ୟଦଳ, ପ୍ରଧାନ ସେନାପତି, ପୁଣି, ଯିହୁଦୀମାନଙ୍କର ପଦାତିକମାନେ ଯୀଶୁଙ୍କୁ ଧରିଲେ
So the soldiers of the garrison, with their commanding officer and the Jewish guards, arrested Jesus and bound him,
13 ଓ ତାହାଙ୍କୁ ବାନ୍ଧି ପ୍ରଥମେ ହାନାନଙ୍କ ନିକଟକୁ ଘେନିଗଲେ, କାରଣ ସେ ସେହି ବର୍ଷର ମହାଯାଜକ କୟାଫାଙ୍କର ଶ୍ୱଶୁର ଥିଲେ।
and took him first of all to Annas. Annas was the father-in-law of Caiaphas, who was high priest that year.
14 ଲୋକସାଧାରଣଙ୍କ ନିମନ୍ତେ ଜଣେ ମରିବା ମଙ୍ଗଳଜନକ ବୋଲି ଯିହୁଦୀମାନଙ୍କୁ ଯେ ପରାମର୍ଶ ଦେଇଥିଲେ, ଏ ସେହି କୟାଫା।
It was Caiaphas who had counselled the religious authorities, that it was best that one person should die for the people.
15 ଶିମୋନ ପିତର ଓ ଆଉ ଜଣେ ଶିଷ୍ୟ ଯୀଶୁଙ୍କ ପଛେ ପଛେ ଯାଉଥିଲେ। ସେହି ଶିଷ୍ୟ ମହାଯାଜକଙ୍କର ପରିଚିତ ଥିଲେ ଓ ଯୀଶୁଙ୍କ ସହିତ ମହାଯାଜକଙ୍କ ପ୍ରାଙ୍ଗଣରେ ପ୍ରବେଶ କଲେ;
Meanwhile Simon Peter followed Jesus, and so did another disciple. That disciple, being well-known to the high priest, went with Jesus into the high priest’s courtyard,
16 କିନ୍ତୁ ପିତର ବାହାରେ ଦ୍ୱାର ନିକଟରେ ଠିଆ ହୋଇ ରହିଲେ। ଅତଏବ, ସେହି ଯେଉଁ ଅନ୍ୟ ଶିଷ୍ୟ ମହାଯାଜକଙ୍କ ପରିଚିତ ଥିଲେ, ସେ ବାହାରକୁ ଯାଇ ଦ୍ୱାରରକ୍ଷିକାକୁ କହି ପିତରଙ୍କୁ ଭିତରକୁ ଆଣିଲେ।
while Peter stood outside by the door. Presently the other disciple – the one well-known to the high priest – went out and spoke to the portress, and brought Peter in.
17 ସେଥିରେ ସେହି ଦ୍ୱାରରକ୍ଷିକା ଦାସୀ ପିତରଙ୍କୁ କହିଲା, ତୁମ୍ଭେ ମଧ୍ୟ କଅଣ ଏହି ଲୋକର ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ନୁହଁ? ସେ କହିଲେ, ମୁଁ ନୁହେଁ।
So the maidservant said to Peter, ‘Aren’t you also one of this man’s disciples?’ ‘No, I am not,’ he said.
18 ଶୀତ ହେତୁ ଦାସ ଓ ପଦାତିକମାନେ ଅଙ୍ଗାର ଜାଳି ସେଠାରେ ଠିଆ ହୋଇ ନିଆଁ ପୋଉଁଥିଲେ; ପିତର ମଧ୍ୟ ସେମାନଙ୍କ ସାଙ୍ଗରେ ଠିଆ ହୋଇ ନିଆଁ ପୋଉଁଥିଲେ।
The servants and guards were standing round a charcoal fire (which they had made because it was cold), and were warming themselves. Peter, too, was with them, standing and warming himself.
19 ଇତିମଧ୍ୟରେ ମହାଯାଜକ ଯୀଶୁଙ୍କୁ ତାହାଙ୍କ ଶିଷ୍ୟମାନଙ୍କ ବିଷୟରେ ଓ ତାହାଙ୍କ ଶିକ୍ଷା ସମ୍ବନ୍ଧରେ ପଚାରିଲେ।
The high priest questioned Jesus about his disciples and about his teaching.
20 ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ମୁଁ ଜଗତ ନିକଟରେ ପ୍ରକାଶରେ କଥା କହିଅଛି; ଯେଉଁଠାରେ ସମସ୍ତ ଯିହୁଦୀ ଏକତ୍ର ହୁଅନ୍ତି, ଏପରି ସମାଜଗୃହ ଓ ମନ୍ଦିରରେ ମୁଁ ସର୍ବଦା ଶିକ୍ଷା ଦେଇଅଛି; ମୁଁ ଗୋପନରେ କିଛି କହି ନାହିଁ।
‘For my part,’ answered Jesus, ‘I have spoken to all the world openly. I always taught in some synagogue, or in the Temple Courts, places where everyone assembles, and I never spoke of anything in secret.
21 ମୋତେ କାହିଁକି ପଚାରୁଅଛନ୍ତି? ମୁଁ ସେମାନଙ୍କୁ କଅଣ କହିଅଛି, ଯେଉଁମାନେ ଶୁଣିଅଛନ୍ତି, ସେମାନଙ୍କୁ ପଚାରନ୍ତୁ; ଦେଖନ୍ତୁ, ମୁଁ ଯାହା ଯାହା କହିଅଛି, ସେମାନେ ସେହିସବୁ ଜାଣନ୍ତି।”
Why question me? Question those who have listened to me as to what I have spoken about to them. They must know what I said.’
22 ସେ ଏହା କହିବାରୁ ପଦାତିକମାନଙ୍କ ମଧ୍ୟରୁ ପାଖରେ ଠିଆ ହୋଇଥିବା ଜଣେ ଯୀଶୁଙ୍କୁ ଚାପୁଡ଼ା ମାରି କହିଲା, ତୁ ମହାଯାଜକଙ୍କୁ ଏପରି ଉତ୍ତର ଦେଉଅଛୁ?
When Jesus said this, one of the guards, who was standing near, gave him a blow with his hand. ‘Do you answer the high priest like that?’ he exclaimed.
23 ଯୀଶୁ ତାହାକୁ ଉତ୍ତର ଦେଲେ, “ଯଦି ମୁଁ ମନ୍ଦ କହିଲି, ତାହାହେଲେ ମନ୍ଦର ପ୍ରମାଣ ଦିଅ; କିନ୍ତୁ ଯଦି ଭଲ କହିଲି, ତାହାହେଲେ କାହିଁକି ମୋତେ ମାରୁଅଛ?”
‘If I said anything wrong, give evidence about it,’ replied Jesus, ‘but if not, why do you strike me?’
24 ସେଥିରେ ହାନାନ ତାହାଙ୍କୁ ବନ୍ଧା ହୋଇଥିବା ଅବସ୍ଥାରେ ମହାଯାଜକ କୟାଫାଙ୍କ ନିକଟକୁ ପଠାଇଦେଲେ।
Annas sent him bound to Caiaphas the high priest.
25 ଇତିମଧ୍ୟରେ ଶିମୋନ ପିତର ଠିଆ ହୋଇ ନିଆଁ ପୋଉଁଥିଲେ। ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତୁମ୍ଭେ ମଧ୍ୟ କଅଣ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ନୁହଁ? ସେ ଅସ୍ୱୀକାର କରି କହିଲେ, ମୁଁ ନୁହେଁ।
Meanwhile Simon Peter was standing there, warming himself; so they said to him, ‘Aren’t you also one of his disciples?’ Peter denied it. ‘No, I am not,’ he said.
26 ମହାଯାଜକଙ୍କ ଦାସମାନଙ୍କ ମଧ୍ୟରୁ ଜଣେ, ଅର୍ଥାତ୍‍ ପିତର ଯାହାର କାନ କାଟିପକାଇଥିଲେ, ତାହାର ଜଣେ ଆତ୍ମୀୟ କହିଲା, ମୁଁ କଅଣ ତୋତେ ତାହାଙ୍କ ସାଙ୍ଗରେ ବଗିଚାରେ ଦେଖି ନ ଥିଲି?
One of the high priest’s servants, a relation of the man whose ear Peter had cut off, exclaimed, ‘Didn’t I myself see you with him in the garden?’
27 ସେଥିରେ ପିତର ପୁନର୍ବାର ଅସ୍ୱୀକାର କଲେ; ଆଉ, ସେହିକ୍ଷଣି କୁକୁଡ଼ା ଡାକିଲା।
Peter again denied it; and at that moment a cock crowed.
28 ପରେ ସେମାନେ ଯୀଶୁଙ୍କୁ କୟାଫାଙ୍କ ନିକଟରୁ ପ୍ରାସାଦକୁ ଘେନିଗଲେ; ସେତେବେଳେ ପ୍ରାତଃକାଳ ହୋଇଥିଲା; ଆଉ, ସେମାନେ ଯେପରି ଅଶୁଚି ନ ହୋଇ ନିସ୍ତାର ପର୍ବର ଭୋଜ ପ୍ରତିପାଳନ କରିପାରନ୍ତି, ଏଥିନିମନ୍ତେ ନିଜେ ପ୍ରାସାଦ ମଧ୍ୟରେ ପ୍ରବେଶ କଲେ ନାହିଁ।
From Caiaphas they took Jesus to the Government house. It was early in the morning. But they did not enter the Government house themselves, otherwise they might become defiled, and so be unable to eat the Passover.
29 ଅତଏବ, ପୀଲାତ ସେମାନଙ୍କ ନିକଟକୁ ବାହାରି ଆସି ପଚାରିଲେ, ଏ ଲୋକ ବିରୁଦ୍ଧରେ ତୁମ୍ଭେମାନେ କେଉଁ ଅଭିଯୋଗ ଆଣୁଅଛ?
Therefore Pilate came outside to speak to them. ‘What charge do you bring against this man?’ he asked.
30 ସେମାନେ ତାହାଙ୍କୁ ଉତ୍ତର ଦେଲେ, ଏ ଲୋକଟା ଯଦି ଦୁଷ୍କର୍ମକାରୀ ହୋଇ ନ ଥାଆନ୍ତା, ତାହାହେଲେ ଆମ୍ଭେମାନେ ତାହାକୁ ଆପଣଙ୍କ ହସ୍ତରେ ସମର୍ପଣ କରି ନ ଥାଆନ୍ତୁ।
‘If he had not been a criminal, we should not have given him up to you,’ they answered.
31 ସେଥିରେ ପୀଲାତ ସେମାନଙ୍କୁ କହିଲେ, ତୁମ୍ଭେମାନେ ଏହାକୁ ଘେନିଯାଇ ତୁମ୍ଭମାନଙ୍କ ବ୍ୟବସ୍ଥାନୁସାରେ ଏହାର ବିଚାର କର। କେତେକ ଯିହୁଦୀ ନେତାମାନେ ତାହାଙ୍କୁ କହିଲେ, କାହାକୁ ପ୍ରାଣଦଣ୍ଡ ଦେବା ଆମ୍ଭମାନଙ୍କର ଅଧିକାର ନାହିଁ।
‘Take him yourselves,’ said Pilate, ‘and try him by your own Law.’ ‘We have no power to put anyone to death,’ the authorities replied –
32 ଯୀଶୁ କେଉଁ ପ୍ରକାର ମୃତ୍ୟୁଭୋଗ କରିବାକୁ ଯାଉଅଛନ୍ତି, ସେଥିର ସୂଚନା ଦେଇ ସେ ଯେଉଁ ବାକ୍ୟ କହିଥିଲେ, ତାହା ଯେପରି ସଫଳ ହୁଏ, ଏଥିନିମନ୍ତେ ସେମାନେ ଏହା କହିଲେ।
in fulfilment of what Jesus had said when indicating the death that he was destined to die.
33 ଅତଏବ, ପୀଲାତ ପୁନର୍ବାର ପ୍ରାସାଦ ମଧ୍ୟରେ ପ୍ରବେଶ କରି ଯୀଶୁଙ୍କୁ ଡାକି ତାହାଙ୍କୁ ପଚାରିଲେ, ତୁମ୍ଭେ କଅଣ ଯିହୁଦୀମାନଙ୍କର ରାଜା?
After that, Pilate went into the Government house again, and calling Jesus up, asked him, ‘Are you the king of the Jews?’
34 ଯୀଶୁ ଉତ୍ତର ଦେଲେ, “ଆପଣ କଅଣ ନିଜରୁ ଏହା କହୁଅଛନ୍ତି, ନା ଅନ୍ୟମାନେ ମୋʼ ସମ୍ବନ୍ଧରେ ଆପଣଙ୍କୁ ଏହା କହିଅଛନ୍ତି?”
‘Do you ask me that yourself?’ replied Jesus, ‘or did others say it to you about me?’
35 ପୀଲାତ ଉତ୍ତର ଦେଲେ, ଆମ୍ଭେ କଅଣ ଜଣେ ଯିହୁଦୀ? ତୁମ୍ଭର ସ୍ୱଜାତି ଓ ପ୍ରଧାନ ଯାଜକମାନେ ତୁମ୍ଭକୁ ଆମ୍ଭ ହସ୍ତରେ ସମର୍ପଣ କରିଅଛନ୍ତି; ତୁମ୍ଭେ କଅଣ କରିଅଛ?
‘Do you take me for a Jew?’ was Pilate’s answer. ‘It is your own nation and the chief priests who have given you up to me. What have you done?’
36 ଯୀଶୁ ଉତ୍ତର ଦେଲେ, “ମୋହର ରାଜ୍ୟ ଏହି ଜଗତ ସମ୍ବନ୍ଧୀୟ ନୁହେଁ; ଯଦି ମୋହର ରାଜ୍ୟ ଏହି ଜଗତ ସମ୍ବନ୍ଧୀୟ ହୋଇଥାଆନ୍ତା, ତାହାହେଲେ ମୁଁ ଯେପରି ଯିହୁଦୀମାନଙ୍କ ହସ୍ତରେ ସମର୍ପିତ ନ ହୁଅନ୍ତି, ସେଥିପାଇଁ ମୋହର ପରିଚାରକମାନେ ଯୁଦ୍ଧ କରନ୍ତେ; କିନ୍ତୁ ମୋହର ରାଜ୍ୟ ପ୍ରକୃତରେ ତତ୍‍ସମ୍ବନ୍ଧୀୟ ନୁହେଁ।”
‘My kingly power,’ replied Jesus, ‘is not due to this world. If it had been so, my servants would be doing their utmost to prevent my being given up to the authorities; but my kingly power is not from the world.’
37 ସେଥିରେ ପୀଲାତ ତାହାଙ୍କୁ ପଚାରିଲେ, ତାହାହେଲେ ତୁମ୍ଭେ କଅଣ ଜଣେ ରାଜା ନୁହଁ? ଯୀଶୁ ଉତ୍ତର ଦେଲେ, “ଆପଣ ତ କହୁଅଛନ୍ତି, ମୁଁ ଜଣେ ରାଜା। ମୁଁ ଯେପରି ସତ୍ୟ ପକ୍ଷରେ ସାକ୍ଷ୍ୟ ଦିଏ, ଏଥିନିମନ୍ତେ ମୁଁ ଜନ୍ମ ହୋଇଅଛି ଓ ଜଗତକୁ ଆସିଅଛି। ଯେ କେହି ସତ୍ୟର ସନ୍ତାନ, ସେ ମୋହର କଥା ଶୁଣେ।”
‘So you are a king after all!’ exclaimed Pilate. ‘Yes, it is true I am a king,’ answered Jesus. ‘I was born for this, I have come into the world for this – to bear testimony to the truth. Everyone who is on the side of truth listens to my voice.’
38 ପୀଲାତ ତାହାଙ୍କୁ କହିଲେ, ସତ୍ୟ କଅଣ? ଏହା କହି ସେ ପୁଣି, ଯିହୁଦୀମାନଙ୍କ ନିକଟକୁ ବାହାରକୁ ଯାଇ ସେମାନଙ୍କୁ କହିଲେ, ଆମ୍ଭେ ଏହାଠାରେ କୌଣସି ଦୋଷ ପାଉ ନାହୁଁ।
‘What is truth?’ exclaimed Pilate. After saying this, he went out to the crowd again, and said, ‘For my part, I find nothing with which he can be charged.
39 କିନ୍ତୁ ଆମେ ଯେ ନିସ୍ତାର ପର୍ବ ସମୟରେ ତୁମ୍ଭମାନଙ୍କ ନିମନ୍ତେ ଜଣକୁ ମୁକ୍ତ କରିଦେଉ, ଏହା ତୁମ୍ଭମାନଙ୍କ ରୀତି ଅଛି; ଅତଏବ, ଯିହୁଦୀମାନଙ୍କ ରାଜାଙ୍କୁ ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ ମୁକ୍ତ କରିଦେବୁ ବୋଲି କଅଣ ତୁମ୍ଭମାନଙ୍କର ଇଚ୍ଛା?
It is, however, the custom for me to grant you the release of one man at the Passover Festival. Do you wish for the release of the king of the Jews?’
40 ସେଥିରେ ସେମାନେ ପୁନର୍ବାର ଚିତ୍କାର କରି କହିଲେ, ଏ ଲୋକଟାକୁ ନୁହେଁ, କିନ୍ତୁ ବାରବ୍ବାକୁ। ଏହି ବାରବ୍ବା ଜଣେ ଡକାଇତ ଥିଲା।
‘No, not this man,’ they shouted again, ‘but Barabbas!’ This Barabbas was a robber.

< ଯୋହନ 18 >