< ଯିହୋଶୂୟ 5 >

1 ଏଥିଉତ୍ତାରେ ଆମ୍ଭେମାନେ ପାର ହେବା ପର୍ଯ୍ୟନ୍ତ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯର୍ଦ୍ଦନ ନଦୀର ଜଳ କିପରି ଶୁଷ୍କ କଲେ, ଏହା ଯେତେବେଳେ ଯର୍ଦ୍ଦନର ପଶ୍ଚିମପାରିସ୍ଥିତ ଇମୋରୀୟ ରାଜାଗଣ ଓ ସମୁଦ୍ର ନିକଟସ୍ଥ କିଣାନୀୟ ରାଜାଗଣ ଶୁଣିଲେ, ସେତେବେଳେ ସେମାନଙ୍କ ହୃଦୟ ତରଳି ଗଲା ଓ ଇସ୍ରାଏଲ ସନ୍ତାନମାନଙ୍କ ମୁଖ ସକାଶୁ ସେମାନଙ୍କଠାରେ ଆତ୍ମା ଆଉ ରହିଲା ନାହିଁ।
When all the kings of the Amorites, who were beyond the Jordan westward, and all the kings of the Canaanites, who were by the sea, heard how the LORD had dried up the waters of the Jordan from before the children of Israel until we had crossed over, their heart melted, and there was no more spirit in them, because of the children of Israel.
2 ସେସମୟରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ତୁମ୍ଭେ ଶିଳାର ଛୁରୀମାନ ନିର୍ମାଣ କରି ପୁନର୍ବାର ଦ୍ୱିତୀୟ ଥର ଇସ୍ରାଏଲ-ସନ୍ତାନଗଣକୁ ସୁନ୍ନତ କର।”
At that time, the LORD said to Joshua, “Make flint knives, and circumcise again the sons of Israel the second time.”
3 ଏଥିରେ ଯିହୋଶୂୟ ଶିଳା-ଛୁରୀମାନ ନିର୍ମାଣ କରି ତ୍ୱକ୍‍-ପର୍ବତ ନିକଟରେ ଇସ୍ରାଏଲ-ସନ୍ତାନଗଣର ସୁନ୍ନତ କରାଇଲେ।
Joshua made himself flint knives, and circumcised the sons of Israel at the hill of the foreskins.
4 ପୁଣି ଯିହୋଶୂୟ ସୁନ୍ନତ କରାଇବାର କାରଣ ଏହି; ମିସରରୁ ବାହାରି ଆସିବା ସମସ୍ତ ଲୋକ ମଧ୍ୟରେ ଯେତେ ପୁରୁଷ ଥିଲେ, ଯୋଦ୍ଧା ମନୁଷ୍ୟ ସମସ୍ତେ, ମିସରରୁ ବାହାରି ଆସିଲା ଉତ୍ତାରେ ପ୍ରାନ୍ତର ମଧ୍ୟରେ ବାଟରେ ମଲେ।
This is the reason Joshua circumcised them: all the people who came out of Egypt, who were males, even all the men of war, died in the wilderness along the way, after they came out of Egypt.
5 ବାହାରି ଆସିଥିବା ସମସ୍ତ ଲୋକ ସୁନ୍ନତ ହୋଇଥିଲେ; ମାତ୍ର ମିସରରୁ ବାହାରି ଆସୁ ଆସୁ ଯେତେ ଲୋକ ବାଟରେ ପ୍ରାନ୍ତର ମଧ୍ୟରେ ଜନ୍ମିଥିଲେ, ସେମାନଙ୍କର ସୁନ୍ନତ ହୋଇ ନ ଥିଲା।
For all the people who came out were circumcised; but all the people who were born in the wilderness along the way as they came out of Egypt had not been circumcised.
6 ମିସରରୁ ନିର୍ଗତ ସମସ୍ତ ଗୋଷ୍ଠୀୟ ଲୋକ, ଯୋଦ୍ଧା ମନୁଷ୍ୟମାନେ, ସଦାପ୍ରଭୁଙ୍କ ରବ ନ ଶୁଣିବା ସକାଶୁ ସେସମସ୍ତଙ୍କ ସଂହାର ପର୍ଯ୍ୟନ୍ତ ଇସ୍ରାଏଲ-ସନ୍ତାନଗଣ ଚାଳିଶ ବର୍ଷ ପ୍ରାନ୍ତରରେ ଭ୍ରମଣ କଲେ; କାରଣ ସଦାପ୍ରଭୁ ଆମ୍ଭମାନଙ୍କୁ ଯେଉଁ ଦେଶ ଦେବା ବିଷୟରେ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲେ, ସଦାପ୍ରଭୁ ସେମାନଙ୍କୁ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଦେଖିବାକୁ ଦେବେ ନାହିଁ ବୋଲି ଶପଥ କଲେ।
For the children of Israel walked forty years in the wilderness until all the nation, even the men of war who came out of Egypt, were consumed, because they didn’t listen to the LORD’s voice. The LORD swore to them that he wouldn’t let them see the land which the LORD swore to their fathers that he would give us, a land flowing with milk and honey.
7 ଏଣୁ ସେମାନଙ୍କ ପରିବର୍ତ୍ତେ ସେମାନଙ୍କ ଯେଉଁ ସନ୍ତାନଗଣକୁ ସେ ଉଠାଇଲେ, ଯିହୋଶୂୟ ସେମାନଙ୍କର ସୁନ୍ନତ କରାଇଲେ; ସେମାନେ ଅସୁନ୍ନତ ଥିଲେ, ଯେହେତୁ ପଥ ମଧ୍ୟରେ ସେମାନଙ୍କର ସୁନ୍ନତ କରାଯାଇ ନ ଥିଲା।
Their children, whom he raised up in their place, were circumcised by Joshua, for they were uncircumcised, because they had not circumcised them on the way.
8 ସେହି ସମସ୍ତ ଗୋଷ୍ଠୀୟ ଲୋକଙ୍କର ସୁନ୍ନତ କାର୍ଯ୍ୟ ସମାପ୍ତ ହେଲା ଉତ୍ତାରେ ସେମାନେ ଛାଉଣି ମଧ୍ୟରେ ଆପଣା ଆପଣା ସ୍ଥାନରେ ସତେଜ ହେବା ପର୍ଯ୍ୟନ୍ତ ରହିଲେ।
When they were done circumcising the whole nation, they stayed in their places in the camp until they were healed.
9 ଏଉତ୍ତାରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ଆଜି ଆମ୍ଭେ ତୁମ୍ଭମାନଙ୍କଠାରୁ ମିସରର ଦୁର୍ନାମ ଘୁଞ୍ଚାଇଲୁ;” ଏହେତୁ ଆଜିଯାଏ ସେହି ସ୍ଥାନର ନାମ ଗିଲ୍‍ଗଲ୍‍ ରହିଲା।
The LORD said to Joshua, “Today I have rolled away the reproach of Egypt from you.” Therefore the name of that place was called Gilgal to this day.
10 ଇସ୍ରାଏଲ-ସନ୍ତାନଗଣ ଗିଲ୍‍ଗଲ୍‍ରେ ଛାଉଣି ସ୍ଥାପନ କଲେ; ପୁଣି ସେମାନେ ସେହି ମାସର ଚତୁର୍ଦ୍ଦଶ ଦିନ ସନ୍ଧ୍ୟା ବେଳେ ଯିରୀହୋ ପଦାରେ ନିସ୍ତାର ପର୍ବ ପାଳନ କଲେ।
The children of Israel encamped in Gilgal. They kept the Passover on the fourteenth day of the month at evening in the plains of Jericho.
11 ଆଉ ନିସ୍ତାର ପର୍ବର ପରଦିନ ସେମାନେ ଦେଶର ପୁରାତନ ଶସ୍ୟ ଭୋଜନ କଲେ, ସେହି ଦିନ ତାଡ଼ିଶୂନ୍ୟ ରୁଟି ଓ ଭଜା ଶସ୍ୟ ଖାଇଲେ।
They ate unleavened cakes and parched grain of the produce of the land on the next day after the Passover, in the same day.
12 ପୁଣି ଦେଶର ପୁରାତନ ଶସ୍ୟ ଭୋଜନ କରିବାର ପରଦିନ ମାନ୍ନା ନିବୃତ୍ତ ହେଲା; ତହୁଁ ଇସ୍ରାଏଲ-ସନ୍ତାନଗଣ ଆଉ ମାନ୍ନା ପାଇଲେ ନାହିଁ; ମାତ୍ର ସେମାନେ ସେହି ବର୍ଷ କିଣାନ ଦେଶର ଫଳ ଭୋଜନ କଲେ।
The manna ceased on the next day, after they had eaten of the produce of the land. The children of Israel didn’t have manna any more, but they ate of the fruit of the land of Canaan that year.
13 ପୁଣି ଯିହୋଶୂୟ ଯିରୀହୋ ନିକଟରେ ଥିବା ବେଳେ ଏପରି ହେଲା ଯେ, ସେ ଚକ୍ଷୁ ମେଲାଇ ଅନାଇଲେ, ଆଉ ଦେଖ, ନିଷ୍କୋଷ ଖଡ୍ଗ ହସ୍ତ ଏକ ପୁରୁଷ ତାଙ୍କ ସମ୍ମୁଖରେ ଛିଡ଼ା ହେଲେ; ଏଥିରେ ଯିହୋଶୂୟ ତାଙ୍କ ନିକଟକୁ ଯାଇ ତାଙ୍କୁ ପଚାରିଲେ, “ତୁମ୍ଭେ ଆମ୍ଭମାନଙ୍କ ପକ୍ଷ କି ଆମ୍ଭମାନଙ୍କ ବିପକ୍ଷମାନଙ୍କ ପକ୍ଷ?”
When Joshua was by Jericho, he lifted up his eyes and looked, and behold, a man stood in front of him with his sword drawn in his hand. Joshua went to him and said to him, “Are you for us, or for our enemies?”
14 ତହୁଁ ସେ କହିଲେ, “ନା; ମାତ୍ର ଆମ୍ଭେ ସଦାପ୍ରଭୁଙ୍କ ସୈନ୍ୟର ସେନାପତି, ଏବେ ଆସିଲୁ;” ତହିଁରେ ଯିହୋଶୂୟ ଭୂମିରେ ମୁହଁ ମାଡ଼ି ପଡ଼ି ପ୍ରଣାମ କରି ତାହାଙ୍କୁ କହିଲେ, “ମୋହର ପ୍ରଭୁ ଆପଣା ଦାସକୁ କି ଆଜ୍ଞା ଦେଉଅଛନ୍ତି?”
He said, “No; but I have come now as commander of the LORD’s army.” Joshua fell on his face to the earth, and worshiped, and asked him, “What does my lord say to his servant?”
15 ତହୁଁ ସଦାପ୍ରଭୁଙ୍କ ସୈନ୍ୟର ସେନାପତି ଯିହୋଶୂୟଙ୍କୁ କହିଲେ, “ତୁମ୍ଭ ପାଦରୁ ପାଦୁକା କାଢ଼, କାରଣ ଯେଉଁ ସ୍ଥାନରେ ତୁମ୍ଭେ ଠିଆ ହେଉଅଛ, ତାହା ପବିତ୍ର।” ଆଉ ଯିହୋଶୂୟ ସେପରି କଲେ।
The prince of the LORD’s army said to Joshua, “Take off your sandals, for the place on which you stand is holy.” Joshua did so.

< ଯିହୋଶୂୟ 5 >