< ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 2 >

1 ଆଉ, କେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭକ୍ଷ୍ୟ ନୈବେଦ୍ୟ ଆଣିଲେ, ସରୁ ମଇଦା ତାହାର ନୈବେଦ୍ୟ ହେବ; ପୁଣି ସେ ତହିଁ ଉପରେ ତୈଳ ଢାଳି କୁନ୍ଦୁରୁ ଦେବ;
ונפש כי תקריב קרבן מנחה ליהוה--סלת יהיה קרבנו ויצק עליה שמן ונתן עליה לבנה
2 ପୁଣି ତାହା ହାରୋଣର ପୁତ୍ର ଯାଜକମାନଙ୍କ ନିକଟକୁ ଆଣିବ; ତହିଁରେ ଯାଜକ ତହିଁରୁ ମୁଠାଏ ସରୁ ମଇଦା ଓ କିଛି ତୈଳ ଓ ସମସ୍ତ କୁନ୍ଦୁରୁ ନେବ; ପୁଣି ଯାଜକ ସ୍ମରଣାର୍ଥକ ଅଂଶ ରୂପେ ତାହା ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ।
והביאה אל בני אהרן הכהנים וקמץ משם מלא קמצו מסלתה ומשמנה על כל לבנתה והקטיר הכהן את אזכרתה המזבחה--אשה ריח ניחח ליהוה
3 ଏହି ଭକ୍ଷ୍ୟ ନୈବେଦ୍ୟର ଅବଶିଷ୍ଟ ଅଂଶ ହାରୋଣର ଓ ତାହାର ପୁତ୍ରମାନଙ୍କର ହେବ; ସଦାପ୍ରଭୁଙ୍କର ଅଗ୍ନିକୃତ ଉପହାର ମଧ୍ୟରେ ତାହା ମହାପବିତ୍ର।
והנותרת מן המנחה--לאהרן ולבניו קדש קדשים מאשי יהוה
4 ଆଉ ଯଦି ତୁମ୍ଭେ ଭକ୍ଷ୍ୟ ନୈବେଦ୍ୟ ରୂପେ ତନ୍ଦୁରରେ ରନ୍ଧନ ହୋଇଥିବା ଦ୍ରବ୍ୟ ଦିଅ, ତେବେ ତାହା ତୈଳ ମିଶ୍ରିତ ଓ ତାଡ଼ିଶୂନ୍ୟ ସରୁ ମଇଦାର ପିଠା ଅବା ତୈଳାକ୍ତ ସରୁ ଚକୁଳି ହେବ।
וכי תקרב קרבן מנחה מאפה תנור--סלת חלות מצת בלולת בשמן ורקיקי מצות משחים בשמן
5 ଆଉ ଯଦି ପଲମରେ ଭଜା ଦ୍ରବ୍ୟ ତୁମ୍ଭର ଭକ୍ଷ୍ୟ ନୈବେଦ୍ୟ ହୁଏ, ତେବେ ତାହା ତୈଳ ମିଶ୍ରିତ ଓ ତାଡ଼ିଶୂନ୍ୟ ସରୁ ମଇଦାର ପିଠା ହେବ।
ואם מנחה על המחבת קרבנך--סלת בלולה בשמן מצה תהיה
6 ତୁମ୍ଭେ ତାହା ଖଣ୍ଡ ଖଣ୍ଡ କରି ତହିଁ ଉପରେ ତୈଳ ଢାଳିବ; ତାହା ଭକ୍ଷ୍ୟ ନୈବେଦ୍ୟ।
פתות אתה פתים ויצקת עליה שמן מנחה הוא
7 ଆଉ ଯଦି କରେଇରେ ରନ୍ଧନ ହୋଇଥିବା ଦ୍ରବ୍ୟ ତୁମ୍ଭର ଭକ୍ଷ୍ୟ ନୈବେଦ୍ୟ ହୁଏ, ତେବେ ତାହା ତୈଳରେ ରନ୍ଧନ ହୋଇଥିବା ସରୁ ମଇଦାର ହେବ।
ואם מנחת מרחשת קרבנך--סלת בשמן תעשה
8 ତୁମ୍ଭେ ଏହିସବୁ ଦ୍ରବ୍ୟରେ ପ୍ରସ୍ତୁତ ଭକ୍ଷ୍ୟ ନୈବେଦ୍ୟ ସଦାପ୍ରଭୁଙ୍କ ଛାମୁକୁ ଆଣିବ; ଆଉ ତାହା ଯାଜକକୁ ଦେବ, ତହୁଁ ସେ ବେଦି ନିକଟକୁ ଆଣିବ।
והבאת את המנחה אשר יעשה מאלה--ליהוה והקריבה אל הכהן והגישה אל המזבח
9 ପୁଣି, ଯାଜକ ସେହି ଭକ୍ଷ୍ୟ ନୈବେଦ୍ୟରୁ ସ୍ମରଣାର୍ଥକ ଅଂଶ ନେଇ ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ।
והרים הכהן מן המנחה את אזכרתה והקטיר המזבחה--אשה ריח ניחח ליהוה
10 ପୁଣି ସେହି ଭକ୍ଷ୍ୟ ନୈବେଦ୍ୟର ଅବଶିଷ୍ଟ ଅଂଶ ହାରୋଣର ଓ ତାହାର ପୁତ୍ରଗଣଙ୍କର ହେବ; ସଦାପ୍ରଭୁଙ୍କର ଅଗ୍ନିକୃତ ଉପହାର ମଧ୍ୟରେ ତାହା ମହାପବିତ୍ର।
והנותרת מן המנחה--לאהרן ולבניו קדש קדשים מאשי יהוה
11 ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେକୌଣସି ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କରିବ, ତାହା ତାଡ଼ିଯୁକ୍ତ ହେବ ନାହିଁ, ଯେହେତୁ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ତାଡ଼ି କି ମଧୁ ଦଗ୍ଧ କରିବ ନାହିଁ।
כל המנחה אשר תקריבו ליהוה--לא תעשה חמץ כי כל שאר וכל דבש לא תקטירו ממנו אשה ליהוה
12 ତୁମ୍ଭେମାନେ ପ୍ରଥମଜାତ ଫଳର ନୈବେଦ୍ୟ ରୂପେ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ, ମାତ୍ର ତୁଷ୍ଟିଜନକ ଆଘ୍ରାଣାର୍ଥେ ତାହା ବେଦି ଉପରକୁ ଆସିବ ନାହିଁ।
קרבן ראשית תקריבו אתם ליהוה ואל המזבח לא יעלו לריח ניחח
13 ଆଉ ତୁମ୍ଭେ ଆପଣା ଭକ୍ଷ୍ୟ ନୈବେଦ୍ୟର ପ୍ରତ୍ୟେକ ଦ୍ରବ୍ୟ ଲବଣାକ୍ତ କରିବ; କଦାପି ତୁମ୍ଭେ ଆପଣା ଭକ୍ଷ୍ୟ ନୈବେଦ୍ୟକୁ ତୁମ୍ଭ ପରମେଶ୍ୱରଙ୍କ ନିୟମସୂଚକ ଲବଣରହିତ ହେବାକୁ ଦେବ ନାହିଁ; ତୁମ୍ଭର ସମସ୍ତ ନୈବେଦ୍ୟ ସହିତ ଲବଣ ଉତ୍ସର୍ଗ କରିବ।
וכל קרבן מנחתך במלח תמלח ולא תשבית מלח ברית אלהיך מעל מנחתך על כל קרבנך תקריב מלח
14 ପୁଣି ଯଦି ତୁମ୍ଭେ ଆପଣା ପ୍ରଥମ ଫଳର ନୈବେଦ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କର, ତେବେ ତୁମ୍ଭ ପ୍ରଥମଜାତ ଫଳର ନୈବେଦ୍ୟ ରୂପେ ଅଗ୍ନିରେ ଭଜା ଶିଷା, ଅର୍ଥାତ୍‍, ମର୍ଦ୍ଦିତ କୋମଳ ଶିଷା ଉତ୍ସର୍ଗ କରିବ।
ואם תקריב מנחת בכורים ליהוה--אביב קלוי באש גרש כרמל תקריב את מנחת בכוריך
15 ପୁଣି ତହିଁ ଉପରେ ତୈଳ ଦେବ ଓ କୁନ୍ଦୁରୁ ରଖିବ; ତାହା ଭକ୍ଷ୍ୟ ନୈବେଦ୍ୟ।
ונתת עליה שמן ושמת עליה לבנה מנחה הוא
16 ତହୁଁ ଯାଜକ ତହିଁର ସ୍ମରଣାର୍ଥକ ଅଂଶ ରୂପେ କିଛି ମର୍ଦ୍ଦିତ ଶସ୍ୟ, କିଛି ତୈଳ ଓ ସମସ୍ତ କୁନ୍ଦୁରୁ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର।
והקטיר הכהן את אזכרתה מגרשה ומשמנה על כל לבנתה--אשה ליהוה

< ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 2 >