< ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 24 >

1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
The LORD spoke to Moses, saying,
2 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି ଆଜ୍ଞା ଦିଅ, ନିତ୍ୟ ନିତ୍ୟ ପ୍ରଦୀପ ଜ୍ୱଳାଇବା ନିମନ୍ତେ ସେମାନେ ତୁମ୍ଭ ନିକଟକୁ ନିର୍ମଳ ପେଷା ଜୀତ ତୈଳ ଆଣିବେ।
“Command the children of Israel, that they bring to you pure olive oil beaten for the light, to cause a lamp to burn continually.
3 ହାରୋଣ ସମାଗମ-ତମ୍ବୁ ମଧ୍ୟରେ ସାକ୍ଷ୍ୟ-ସିନ୍ଦୁକର ବିଚ୍ଛେଦ ବସ୍ତ୍ର ବାହାରେ ସନ୍ଧ୍ୟାଠାରୁ ପ୍ରଭାତ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ନିତ୍ୟ ତାହା ସ୍ଥାପନ କରିବ; ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି।
Outside of the veil of the Testimony, in the Tent of Meeting, Aaron shall keep it in order from evening to morning before the LORD continually. It shall be a statute forever throughout your generations.
4 ସେ ନିର୍ମଳ ଦୀପବୃକ୍ଷ ଉପରେ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ନିତ୍ୟ ସେହି ପ୍ରଦୀପସକଳ ସ୍ଥାପନ କରିବ।
He shall keep in order the lamps on the pure gold lamp stand before the LORD continually.
5 ଆଉ, ତୁମ୍ଭେ ସରୁ ମଇଦା ନେଇ ତହିଁରେ ବାରଗୋଟି ପିଠା ପ୍ରସ୍ତୁତ କରିବ; ପ୍ରତ୍ୟେକ ପିଠା ଏକ ଐଫାର ଦୁଇ ଦଶମାଂଶ ହେବ।
“You shall take fine flour, and bake twelve cakes of it: two tenths of an efah shall be in one cake.
6 ପୁଣି, ତୁମ୍ଭେ ଏକ ଏକ ଧାଡ଼ିରେ ଛଅ ଛଅ, ଏପରି ଦୁଇ ଧାଡ଼ି କରି ସଦାପ୍ରଭୁଙ୍କ ସମ୍ମୁଖରେ ନିର୍ମଳ ମେଜ ଉପରେ ତାହାସବୁ ରଖିବ।
You shall set them in two rows, six on a row, on the pure gold table before the LORD.
7 ଆଉ, ପ୍ରତ୍ୟେକ ଧାଡ଼ି ଉପରେ ନିର୍ମଳ କୁନ୍ଦୁରୁ ଦେବ, ତାହା ସେହି ରୁଟିର ସ୍ମରଣାର୍ଥକ ଅଂଶ ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।
You shall put pure frankincense on each row, that it may be to the bread for a memorial, even an offering made by fire to the LORD.
8 ପୁଣି, ଯାଜକ ପ୍ରତ୍ୟେକ ବିଶ୍ରାମବାର ସଦାପ୍ରଭୁଙ୍କ ସମ୍ମୁଖରେ ତାହା ନିତ୍ୟ ନିତ୍ୟ ସ୍ଥାପନ କରିବ; ଇସ୍ରାଏଲ-ସନ୍ତାନଗଣ ପକ୍ଷରେ ଏହା ଅନନ୍ତକାଳୀନ ନିୟମ।
Every Sabbath day he shall set it in order before the LORD continually. It is an everlasting covenant on the behalf of the children of Israel.
9 ପୁଣି, ତାହା ହାରୋଣ ଓ ତାହାର ପୁତ୍ରଗଣଙ୍କର ହେବ; ଆଉ, ସେମାନେ କୌଣସି ଏକ ପବିତ୍ର ସ୍ଥାନରେ ତାହା ଭୋଜନ କରିବେ, କାରଣ ତାହା ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ମଧ୍ୟରେ ତାହା ପ୍ରତି ମହାପବିତ୍ର ଅଟେ; ଏହା ଅନନ୍ତକାଳୀନ ବିଧି।”
It shall be for Aaron and his sons. They shall eat it in a holy place; for it is most holy to him of the offerings of the LORD made by fire by a perpetual statute.”
10 ଏଥିଉତ୍ତାରେ ମିସରୀୟ ପୁରୁଷର ଔରସରେ ଇସ୍ରାଏଲ ବଂଶୀୟା ସ୍ତ୍ରୀଠାରୁ ଜାତ ଏକ ପୁତ୍ର ବାହାର ହୋଇ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଗଲା; ପୁଣି ଛାଉଣି ମଧ୍ୟରେ ସେହି ଇସ୍ରାଏଲୀୟା ସ୍ତ୍ରୀର ପୁତ୍ର ଓ ଇସ୍ରାଏଲୀୟ କୌଣସି ପୁରୁଷ ମଧ୍ୟରେ ବିବାଦ ହେଲା।
The son of an Israelite woman, whose father was an Egyptian, went out among the children of Israel; and the son of the Israelite woman and a man of Israel strove together in the camp.
11 ତହିଁରେ ସେହି ଇସ୍ରାଏଲୀୟା ସ୍ତ୍ରୀର ପୁତ୍ର (ସଦାପ୍ରଭୁଙ୍କ) ନାମକୁ ନିନ୍ଦା କରି ଅଭିଶାପ ଦେଲା; ତହୁଁ ଲୋକମାନେ ତାହାକୁ ମୋଶାଙ୍କ ନିକଟକୁ ଆଣିଲେ; ତାହାର ମାତାର ନାମ ଶଲୋମୀତ୍‍, ସେ ଦାନ୍ ବଂଶୀୟ ଦିବ୍ରିର କନ୍ୟା ଥିଲା।
The son of the Israelite woman blasphemed the Name, and cursed; and they brought him to Moses. His mother’s name was Shelomith, the daughter of Dibri, of the tribe of Dan.
12 ପୁଣି ଲୋକମାନେ ସଦାପ୍ରଭୁଙ୍କ ମୁଖରୁ ଆଦେଶ ପାଇବା ଅପେକ୍ଷାରେ ତାହାକୁ ରୁଦ୍ଧ କରି ରଖିଲେ।
They put him in custody until the LORD’s will should be declared to them.
13 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ,
The LORD spoke to Moses, saying,
14 “ଯେଉଁ ଲୋକ ଅଭିଶାପ ଦେଇଅଛି, ତାହାକୁ ଛାଉଣି ବାହାରକୁ ଆଣ; ପୁଣି ଯେଉଁମାନେ ତାହାର କଥା ଶୁଣିଅଛନ୍ତି, ସେମାନେ ସମସ୍ତେ ତାହାର ମସ୍ତକରେ ହସ୍ତ ଦିଅନ୍ତୁ, ପୁଣି ସମୁଦାୟ ମଣ୍ଡଳୀ ପଥର ମାରି ତାହାକୁ ବଧ କରନ୍ତୁ।
“Bring him who cursed out of the camp; and let all who heard him lay their hands on his head, and let all the congregation stone him.
15 ଆଉ, ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଯେକେହି ଆପଣା ପରମେଶ୍ୱରଙ୍କୁ ଅଭିଶାପ ଦିଏ, ସେ ଆପଣା ଅପରାଧ ବୋହିବ।
You shall speak to the children of Israel, saying, ‘Whoever curses his God shall bear his sin.
16 ପୁଣି, ଯେକେହି ଆପଣା ସଦାପ୍ରଭୁଙ୍କ ନାମର ନିନ୍ଦା କରେ, ସେ ଅବଶ୍ୟ ହତ ହେବ; ସମସ୍ତ ମଣ୍ଡଳୀ ତାହାକୁ ନିଶ୍ଚୟ ପଥର ମାରି ବଧ କରିବେ; ବିଦେଶୀ ହେଉ ବା ସ୍ୱଦେଶୀ ହେଉ, ସଦାପ୍ରଭୁଙ୍କ ନାମର ନିନ୍ଦା କଲେ ହତ ହେବ।
He who blasphemes the LORD’s name, he shall surely be put to death. All the congregation shall certainly stone him. The foreigner as well as the native-born shall be put to death when he blasphemes the Name.
17 ଆଉ, ଯେକେହି କୌଣସି ମନୁଷ୍ୟକୁ ପ୍ରାଣାନ୍ତକ ଆଘାତ କରେ, ସେ ନିଶ୍ଚୟ ହତ ହେବ।
“‘He who strikes any man mortally shall surely be put to death.
18 ପୁଣି, ଯେକେହି କୌଣସି ପଶୁକୁ ପ୍ରାଣାନ୍ତକ ଆଘାତ କରେ, ସେ ତହିଁର ପରିଶୋଧ ଦେବ; ପ୍ରାଣ ପରିଶୋଧରେ ପ୍ରାଣ।
He who strikes an animal mortally shall make it good, life for life.
19 ଆଉ, କୌଣସି ମନୁଷ୍ୟ ଯଦି ଆପଣା ପ୍ରତିବାସୀର ଶରୀରରେ ଖୁଣ କରେ, ତେବେ ସେ ଯେପରି କରିଅଛି, ସେହିପରି ତାହା ପ୍ରତି କରାଯିବ।
If anyone injures his neighbor, it shall be done to him as he has done:
20 କ୍ଷତ ପରିଶୋଧରେ କ୍ଷତ, ଚକ୍ଷୁ ପରିଶୋଧରେ ଚକ୍ଷୁ, ଦନ୍ତ ପରିଶୋଧରେ ଦନ୍ତ; ମନୁଷ୍ୟର ଦେହରେ ଯେ ଯେପରି ଖୁଣ କରିଅଛି, ତାହା ପ୍ରତି ସେହି ପ୍ରକାର କରାଯିବ।
fracture for fracture, eye for eye, tooth for tooth. It shall be done to him as he has injured someone.
21 ଯେଉଁ ଜନ ପଶୁ ବଧ କରେ, ସେ ତହିଁର ପରିଶୋଧ ଦେବ; ପୁଣି ଯେଉଁ ଜନ ନରହତ୍ୟା କରେ, ସେ ହତ ହେବ।
He who kills an animal shall make it good; and he who kills a man shall be put to death.
22 ବିଦେଶୀ ହେଉ କି ସ୍ୱଦେଶୀ ହେଉ, ସେମାନଙ୍କ ନିମନ୍ତେ ତୁମ୍ଭମାନଙ୍କର ଏକ-ପ୍ରକାର ବ୍ୟବସ୍ଥା ହେବ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”
You shall have one kind of law for the foreigner as well as the native-born; for I am the LORD your God.’”
23 ତହୁଁ ମୋଶା ଇସ୍ରାଏଲ-ସନ୍ତାନଗଣକୁ କହନ୍ତେ, ଯେଉଁ ଲୋକ ଅଭିଶାପ ଦେଇଥିଲା, ତାହାକୁ ସେମାନେ ଛାଉଣିର ବାହାରକୁ ଆଣି ପଥର ମାରି ବଧ କଲେ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ-ସନ୍ତାନଗଣ କର୍ମ କଲେ।
Moses spoke to the children of Israel; and they brought him who had cursed out of the camp, and stoned him with stones. The children of Israel did as the LORD commanded Moses.

< ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 24 >