< ଲୂକ 16 >

1 ଯୀଶୁ ଶିଷ୍ୟମାନଙ୍କୁ ମଧ୍ୟ କହିଲେ, “ଜଣେ ଧନୀ ଲୋକ ଥିଲେ; ତାହାଙ୍କର ଜଣେ ବେବର୍ତ୍ତା ଥିଲେ, ଆଉ ସେ ତାହାଙ୍କର ସମ୍ପତ୍ତି ଅଯଥା ଖର୍ଚ୍ଚ କରିଦେଉଅଛି ବୋଲି ତାହା ବିଷୟରେ ଶୁଣି ସେ ତାହାକୁ ଡାକି କହିଲେ,
Ἔλεγεν δὲ καὶ πρὸς τοὺς μαθητάς· ἄνθρωπός τις ἦν πλούσιος ὃς εἶχεν οἰκονόμον, καὶ οὗτος διεβλήθη αὐτῷ ὡς διασκορπίζων τὰ ὑπάρχοντα αὐτοῦ.
2 ମୁଁ ତୁମ୍ଭ ବିଷୟରେ ଏ କି କଥା ଶୁଣୁଅଛି? ତୁମ୍ଭ ବେବର୍ତ୍ତା କାର୍ଯ୍ୟର ହିସାବ ଦିଅ, କାରଣ ତୁମ୍ଭେ ଆଉ ବେବର୍ତ୍ତା ହୋଇ ରହି ପାରିବ ନାହିଁ।
καὶ φωνήσας αὐτὸν εἶπεν αὐτῷ· τί τοῦτο ἀκούω περὶ σοῦ; ἀπόδος τὸν λόγον τῆς οἰκονομίας σου· οὐ γὰρ δύνῃ ἔτι οἰκονομεῖν.
3 ସେଥିରେ ସେହି ବେବର୍ତ୍ତା ମନେ ମନେ କହିଲା, କଅଣ କରିବି? ମୋହର ପ୍ରଭୁ ତ ମୋʼଠାରୁ ବେବର୍ତ୍ତାପଦ ଛଡ଼ାଇ ନେଉଅଛନ୍ତି। ମାଟି ହାଣିବାକୁ ମୋହର ବଳ ନାହିଁ, ଭିକ ମାଗିବାକୁ ମୋତେ ଲାଜ ଲାଗୁଅଛି।
εἶπεν δὲ ἐν ἑαυτῷ ὁ οἰκονόμος· τί ποιήσω, ὅτι ὁ κύριός μου ἀφαιρεῖται τὴν οἰκονομίαν ἀπ’ ἐμοῦ; σκάπτειν οὐκ ἰσχύω, ἐπαιτεῖν αἰσχύνομαι.
4 ମୁଁ ବେବର୍ତ୍ତାପଦରୁ ବାହାରିବା ପରେ ଲୋକ ଯେପରି ମୋତେ ଆପଣା ଆପଣା ଗୃହରେ ଗ୍ରହଣ କରିବେ, ଏଥିପାଇଁ କଅଣ କରିବି, ତାହା ବୁଝିଲିଣି।
ἔγνων τί ποιήσω, ἵνα ὅταν μετασταθῶ ἐκ τῆς οἰκονομίας δέξωνταί με εἰς τοὺς οἴκους ἑαυτῶν.
5 ପୁଣି, ସେ ଆପଣା ପ୍ରଭୁଙ୍କର ପ୍ରତ୍ୟେକ ଖାତକକୁ ପାଖକୁ ଡାକି ପ୍ରଥମ ଜଣକୁ କହିଲା, ତୁମ୍ଭେ ମୋ ପ୍ରଭୁଙ୍କର କେତେ ଧାର ନେଇଅଛ? ସେ କହିଲା, ଶହେ ମହଣ ତୈଳ।
καὶ προσκαλεσάμενος ἕνα ἕκαστον τῶν χρεοφειλετῶν τοῦ κυρίου ἑαυτοῦ ἔλεγεν τῷ πρώτῳ· πόσον ὀφείλεις τῷ κυρίῳ μου;
6 ସେ ତାହାକୁ କହିଲା, ତୁମ୍ଭର ରସିଦ ନେଇ ଶୀଘ୍ର ବସି ପଚାଶ ବୋଲି ଲେଖ।
ὁ δὲ εἶπεν· ἑκατὸν βάτους ἐλαίου. ὁ δὲ εἶπεν αὐτῷ· δέξαι σου τὰ γράμματα καὶ καθίσας ταχέως γράψον πεντήκοντα.
7 ତାହା ପରେ ସେ ଆଉ ଜଣକୁ କହିଲା, ‘ତୁମ୍ଭେ କେତେ ଧାର ନେଇଅଛ?’ ସେ କହିଲା, ‘ଶହେ ଭରଣ ଗହମ।’ ସେ ତାହାକୁ କହିଲା, ‘ତୁମ୍ଭର ରସିଦ ନେଇ ଅଶୀ ବୋଲି ଲେଖ।’
ἔπειτα ἑτέρῳ εἶπεν· σὺ δὲ πόσον ὀφείλεις; ὁ δὲ εἶπεν· ἑκατὸν κόρους σίτου. λέγει αὐτῷ· δέξαι σου τὰ γράμματα καὶ γράψον ὀγδοήκοντα.
8 ସେହି ଅବିଶ୍ୱସ୍ତ ବେବର୍ତ୍ତା ବୁଦ୍ଧି ସହିତ କାର୍ଯ୍ୟ କରିଥିବାରୁ ପ୍ରଭୁ ତାହାର ପ୍ରଶଂସା କଲେ; ଯେଣୁ ଏହି ଯୁଗର ସନ୍ତାନମାନେ ସେମାନଙ୍କ ନିଜ ଜାତି ପକ୍ଷରେ ଆଲୋକର ସନ୍ତାନମାନଙ୍କ ଅପେକ୍ଷା ଅଧିକ ବୁଦ୍ଧିମାନ। (aiōn g165)
καὶ ἐπῄνεσεν ὁ κύριος τὸν οἰκονόμον τῆς ἀδικίας ὅτι φρονίμως ἐποίησεν· ὅτι οἱ υἱοὶ τοῦ αἰῶνος τούτου φρονιμώτεροι ὑπὲρ τοὺς υἱοὺς τοῦ φωτὸς εἰς τὴν γενεὰν τὴν ἑαυτῶν εἰσίν. (aiōn g165)
9 ମୁଁ ମଧ୍ୟ ତୁମ୍ଭମାନଙ୍କୁ କହୁଅଛି, ଅଧର୍ମ ଧନରେ ଆପଣା ଆପଣା ନିମନ୍ତେ ବନ୍ଧୁ ଲାଭ କର, ଯେପରି ତାହା ଶେଷ ହେଲେ ସେମାନେ ତୁମ୍ଭମାନଙ୍କୁ ନିତ୍ୟସ୍ଥାୟୀ ବାସସ୍ଥାନରେ ଗ୍ରହଣ କରିବେ। (aiōnios g166)
καὶ ἐγὼ ὑμῖν λέγω, ἑαυτοῖς ποιήσατε φίλους ἐκ τοῦ μαμωνᾶ τῆς ἀδικίας, ἵνα ὅταν ἐκλίπῃ δέξωνται ὑμᾶς εἰς τὰς αἰωνίους σκηνάς. (aiōnios g166)
10 ଯେ ଅତି ଅଳ୍ପ ବିଷୟରେ ବିଶ୍ୱସ୍ତ, ସେ ବହୁତ ବିଷୟରେ ମଧ୍ୟ ବିଶ୍ୱସ୍ତ ଅଟେ, ପୁଣି, ଯେ ଅତି ଅଳ୍ପ ବିଷୟରେ ଅବିଶ୍ୱସ୍ତ ସେ ବହୁତ ବିଷୟରେ ମଧ୍ୟ ଅବିଶ୍ୱସ୍ତ।
ὁ πιστὸς ἐν ἐλαχίστῳ καὶ ἐν πολλῷ πιστός ἐστιν, καὶ ὁ ἐν ἐλαχίστῳ ἄδικος καὶ ἐν πολλῷ ἄδικός ἐστιν.
11 ଅତଏବ, ଯଦି ତୁମ୍ଭେମାନେ ଅଧର୍ମ ଧନରେ ବିଶ୍ୱସ୍ତ ହୋଇ ନାହଁ, ତେବେ କିଏ ତୁମ୍ଭମାନଙ୍କୁ ବିଶ୍ୱାସ କରି ସତ୍ୟ ଧନ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିବ?
εἰ οὖν ἐν τῷ ἀδίκῳ μαμωνᾷ πιστοὶ οὐκ ἐγένεσθε, τὸ ἀληθινὸν τίς ὑμῖν πιστεύσει;
12 ଆଉ, ଯଦି ତୁମ୍ଭେମାନେ ପରର ବିଷୟରେ ବିଶ୍ୱସ୍ତ ହୋଇ ନାହଁ, ତେବେ କିଏ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ନିଜ ବିଷୟ ଦେବ?
καὶ εἰ ἐν τῷ ἀλλοτρίῳ πιστοὶ οὐκ ἐγένεσθε, τὸ ὑμέτερον τίς δώσει ὑμῖν;
13 କୌଣସି ଦାସ ଦୁଇ ପ୍ରଭୁଙ୍କର ସେବା କରିପାରିବ ନାହିଁ; କାରଣ ସେ ଜଣକୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣକ ପ୍ରତି ଆସକ୍ତ ହେବ ଓ ଅନ୍ୟ ଜଣକୁ ତୁଚ୍ଛ କରିବ। ତୁମ୍ଭେମାନେ ଈଶ୍ବର ଓ ଧନ ଉଭୟର ଦାସ ହୋଇପାରିବ ନାହିଁ।”
οὐδεὶς οἰκέτης δύναται δυσὶ κυρίοις δουλεύειν· ἢ γὰρ τὸν ἕνα μισήσει καὶ τὸν ἕτερον ἀγαπήσει, ἢ ἑνὸς ἀνθέξεται καὶ τοῦ ἑτέρου καταφρονήσει. οὐ δύνασθε θεῷ δουλεύειν καὶ μαμωνᾷ.
14 ଏହିସବୁ କଥା ଶୁଣି ଧନଲୋଭୀ ଫାରୂଶୀମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ।
Ἤκουον δὲ ταῦτα πάντα οἱ Φαρισαῖοι φιλάργυροι ὑπάρχοντες, καὶ ἐξεμυκτήριζον αὐτόν.
15 ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ଯେଉଁମାନେ ନିଜ ନିଜକୁ ମନୁଷ୍ୟମାନଙ୍କ ଦୃଷ୍ଟିରେ ଧାର୍ମିକ ବୋଲି ଦେଖାନ୍ତି, ତୁମ୍ଭେମାନେ ସେହି ପ୍ରକାର ଲୋକ, କିନ୍ତୁ ଈଶ୍ବର ତୁମ୍ଭମାନଙ୍କର ହୃଦୟ ଜାଣନ୍ତି; କାରଣ ଯାହା ମନୁଷ୍ୟମାନଙ୍କ ମଧ୍ୟରେ ଉଚ୍ଚୀକୃତ, ତାହା ଈଶ୍ବରଙ୍କ ଦୃଷ୍ଟିରେ ଘୃଣିତ।
καὶ εἶπεν αὐτοῖς· ὑμεῖς ἐστε οἱ δικαιοῦντες ἑαυτοὺς ἐνώπιον τῶν ἀνθρώπων, ὁ δὲ θεὸς γινώσκει τὰς καρδίας ὑμῶν· ὅτι τὸ ἐν ἀνθρώποις ὑψηλὸν βδέλυγμα ἐνώπιον τοῦ θεοῦ.
16 ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଯୋହନଙ୍କ ପର୍ଯ୍ୟନ୍ତ ପ୍ରଚଳିତ ଥିଲା; ସେହି ସମୟଠାରୁ ଈଶ୍ବରଙ୍କ ରାଜ୍ୟର ସୁସମାଚାର ପ୍ରଚାର ହେଉଅଛି, ଆଉ ପ୍ରତ୍ୟେକ ଲୋକ ପରାକ୍ରମ ପୂର୍ବକ ସେଥିରେ ପ୍ରବେଶ କରୁଅଛନ୍ତି।
ὁ νόμος καὶ οἱ προφῆται μέχρι Ἰωάννου· ἀπὸ τότε ἡ βασιλεία τοῦ θεοῦ εὐαγγελίζεται καὶ πᾶς εἰς αὐτὴν βιάζεται.
17 କିନ୍ତୁ ଇଶ୍ବରଙ୍କ ବ୍ୟବସ୍ଥାର ଏକ ବିନ୍ଦୁ ଲୋପ ପାଇବା ଅପେକ୍ଷା ବରଂ ଆକାଶ ଓ ପୃଥିବୀ ଲୋପ ପାଇବା ସହଜ।
εὐκοπώτερον δέ ἐστιν τὸν οὐρανὸν καὶ τὴν γῆν παρελθεῖν ἢ τοῦ νόμου μίαν κεραίαν πεσεῖν.
18 ଯେ କେହି ଆପଣା ସ୍ତ୍ରୀକୁ ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ସେ ବ୍ୟଭିଚାର କରେ; ପୁଣି, ଯେ ସ୍ୱାମୀ ଦ୍ୱାରା ପରିତ୍ୟାଗ କରାଯାଇଥିବା ସ୍ତ୍ରୀକୁ ବିବାହ କରେ, ସେ ବ୍ୟଭିଚାର କରେ।”
πᾶς ὁ ἀπολύων τὴν γυναῖκα αὐτοῦ καὶ γαμῶν ἑτέραν μοιχεύει, καὶ ὁ ἀπολελυμένην ἀπὸ ἀνδρὸς γαμῶν μοιχεύει.
19 “ଜଣେ ଧନୀ ଲୋକ ଥିଲା, ସେ କୃଷ୍ଣଲୋହିତ ବର୍ଣ୍ଣର ବହୁମୂଲ୍ୟ ବସ୍ତ୍ର ପିନ୍ଧି ମହା ଆଡ଼ମ୍ବରରେ ପ୍ରତିଦିନ ଆମୋଦ ପ୍ରମୋଦ କରୁଥିଲା;
Ἄνθρωπος δέ τις ἦν πλούσιος, καὶ ἐνεδιδύσκετο πορφύραν καὶ βύσσον εὐφραινόμενος καθ’ ἡμέραν λαμπρῶς.
20 କିନ୍ତୁ ତାହାର ଫାଟକ ପାଖରେ ଲାଜାର ବୋଲି ଜଣେ ଭିକାରୀ ପଡ଼ି ରହିଥିଲା,
πτωχὸς δέ τις ὀνόματι Λάζαρος ἐβέβλητο πρὸς τὸν πυλῶνα αὐτοῦ εἱλκωμένος
21 ତାର ଦେହରେ ଘାଆ ଭର୍ତ୍ତି ହୋଇଥିଲା; ସେ ସେହି ଧନୀ ଲୋକର ମେଜରୁ ପଡ଼ିବା ଅଇଁଣ୍ଠାରୁ କିଛି ଖାଇ ପେଟ ପୁରାଇବାକୁ ଆଶା କରୁଥିଲା; ଆଉ କୁକୁରଗୁଡ଼ାକ ସୁଦ୍ଧା ଆସି ତାହାର ଘାଆ ସବୁ ଚାଟୁଥିଲେ।
καὶ ἐπιθυμῶν χορτασθῆναι ἀπὸ τῶν πιπτόντων ἀπὸ τῆς τραπέζης τοῦ πλουσίου· ἀλλὰ καὶ οἱ κύνες ἐρχόμενοι ἐπέλειχον τὰ ἕλκη αὐτοῦ.
22 କାଳକ୍ରମେ ସେହି ଭିକାରୀଟି ମରିଗଲା ଓ ଦୂତମାନଙ୍କ ଦ୍ୱାରା ଅବ୍ରହାମଙ୍କ କୋଳକୁ ନିଆଗଲା; ପରେ ସେହି ଧନୀ ଲୋକ ମଧ୍ୟ ମରିଗଲା ଓ ସମାଧି ପାଇଲା।
ἐγένετο δὲ ἀποθανεῖν τὸν πτωχὸν καὶ ἀπενεχθῆναι αὐτὸν ὑπὸ τῶν ἀγγέλων εἰς τὸν κόλπον Ἀβραάμ· ἀπέθανεν δὲ καὶ ὁ πλούσιος καὶ ἐτάφη.
23 ଆଉ, ସେ ନର୍କ-ଯନ୍ତ୍ରଣାରେ କଲବଲ ହୋଇ ଉପରକୁ ଚାହିଁ ଦୂରରେ ଅବ୍ରହାମ ଓ ତାହାଙ୍କ କୋଳରେ ଲାଜାରକୁ ଦେଖିଲା। (Hadēs g86)
καὶ ἐν τῷ ᾅδῃ ἐπάρας τοὺς ὀφθαλμοὺς αὐτοῦ, ὑπάρχων ἐν βασάνοις, ὁρᾷ Ἀβραὰμ ἀπὸ μακρόθεν καὶ Λάζαρον ἐν τοῖς κόλποις αὐτοῦ. (Hadēs g86)
24 ସେଥିରେ ସେ ଡାକି କହିଲେ, ‘ହେ ପିତା ଅବ୍ରହାମ, ମୋତେ ଦୟା କରି ଲାଜାରକୁ ପଠାଇ ଦିଅନ୍ତୁ, ଯେପରି ସେ ପାଣିରେ ନିଜ ଅଙ୍ଗୁଳିର ଟିପ ବୁଡ଼ାଇ ମୋହର ଜିଭକୁ ଥଣ୍ଡା କରେ, କାରଣ ମୁଁ ଏହି ନିଆଁରେ କଲବଲ ହେଉଅଛି।’
καὶ αὐτὸς φωνήσας εἶπεν· πάτερ Ἀβραάμ, ἐλέησόν με καὶ πέμψον Λάζαρον ἵνα βάψῃ τὸ ἄκρον τοῦ δακτύλου αὐτοῦ ὕδατος καὶ καταψύξῃ τὴν γλῶσσάν μου, ὅτι ὀδυνῶμαι ἐν τῇ φλογὶ ταύτῃ.
25 କିନ୍ତୁ ଅବ୍ରହାମ କହିଲେ, ‘ପୁଅରେ, ତୁ ଯେ ଜୀବିତ ଥିବା ସମୟରେ ତୋର ଭଲ ବିଷୟସବୁ ପାଇଲୁ, ଆଉ ଲାଜାର ସେହିପରି ମନ୍ଦ ବିଷୟସବୁ ପାଇଲା, ଏହା ମନେ କର; କିନ୍ତୁ ଏବେ ସେ ଏହି ସ୍ଥାନରେ ସାନ୍ତ୍ୱନା ପାଉଅଛି, ଆଉ ତୁ କଲବଲ ହେଉଅଛୁ।
εἶπεν δὲ Ἀβραάμ· τέκνον, μνήσθητι ὅτι ἀπέλαβες τὰ ἀγαθά σου ἐν τῇ ζωῇ σου, καὶ Λάζαρος ὁμοίως τὰ κακά· νῦν δὲ ὧδε παρακαλεῖται, σὺ δὲ ὀδυνᾶσαι.
26 ତାହା ଛଡ଼ା ତୁମ ଓ ଆମ ମଧ୍ୟରେ ବହୁତ ବଡ଼ ବ୍ୟବଧାନ ଅଛି, ଯେପରି ଯେଉଁମାନେ ଏ ସ୍ଥାନରୁ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ଇଚ୍ଛା କରନ୍ତି, ସେମାନେ ଯାଇ ପାରିବେ ନାହିଁ, କିମ୍ବା ସେ ସ୍ଥାନରୁ କେହି ଆମ୍ଭମାନଙ୍କ ନିକଟକୁ ପାର ହୋଇ ଆସି ପାରିବେ ନାହିଁ।’
καὶ ἐν πᾶσι τούτοις μεταξὺ ἡμῶν καὶ ὑμῶν χάσμα μέγα ἐστήρικται, ὅπως οἱ θέλοντες διαβῆναι ἔνθεν πρὸς ὑμᾶς μὴ δύνωνται, μηδὲ οἱ ἐκεῖθεν πρὸς ἡμᾶς διαπερῶσιν.
27 ସେଥିରେ ସେ କହିଲେ, ‘ହେ ପିତା, ତାହାହେଲେ ମୁଁ ଆପଣଙ୍କୁ ଅନୁରୋଧ କରୁଅଛି, ତାହାକୁ ମୋହର ବାପାଙ୍କ ଘରକୁ ପଠାଉନ୍ତୁ,
εἶπεν δέ· ἐρωτῶ οὖν σε, πάτερ, ἵνα πέμψῃς αὐτὸν εἰς τὸν οἶκον τοῦ πατρός μου·
28 କାରଣ ମୋହର ପାଞ୍ଚ ଭାଇ ଅଛନ୍ତି; ସେମାନେ ମଧ୍ୟ ଯେପରି ଏହି ଯନ୍ତ୍ରଣାମୟ ସ୍ଥାନକୁ ନ ଆସିବେ, ସେଥିପାଇଁ ସେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବେ।’
ἔχω γὰρ πέντε ἀδελφούς, ὅπως διαμαρτύρηται αὐτοῖς, ἵνα μὴ καὶ αὐτοὶ ἔλθωσιν εἰς τὸν τόπον τοῦτον τῆς βασάνου.
29 କିନ୍ତୁ ଅବ୍ରହାମ କହିଲେ, ‘ସେମାନଙ୍କ ନିକଟରେ ମୋଶା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଅଛି, ସେମାନେ ସେମାନଙ୍କର କଥା ଶୁଣନ୍ତୁ।’
λέγει δὲ αὐτῷ Ἀβραάμ· ἔχουσι Μωϋσέα καὶ τοὺς προφήτας· ἀκουσάτωσαν αὐτῶν.
30 ସେଥିରେ ସେ କହିଲେ, ‘ହେ ପିତା ଅବ୍ରହାମ, ତାହା ଯଥେଷ୍ଟ ନୁହେଁ, ମାତ୍ର ଯଦି ମୃତମାନଙ୍କ ପାଖରୁ ଜଣେ ସେମାନଙ୍କ ନିକଟକୁ ଯିବ, ତାହାହେଲେ ସେମାନେ ମନ-ପରିବର୍ତ୍ତନ କରିବେ।’
ὁ δὲ εἶπεν· οὐχί, πάτερ Ἀβραάμ, ἀλλ’ ἐάν τις ἀπὸ νεκρῶν πορευθῇ πρὸς αὐτούς, μετανοήσουσιν.
31 କିନ୍ତୁ ସେ ତାହାକୁ କହିଲେ, ‘ଯଦି ସେମାନେ ମୋଶା ଓ ଭାବବାଦୀମାନଙ୍କର କଥା ନ ଶୁଣନ୍ତି, ତାହାହେଲେ ମୃତମାନଙ୍କ ମଧ୍ୟରୁ ଜଣେ ପୁନରୁତ୍ଥିତ ହେଲେ ସୁଦ୍ଧା ସେମାନେ ପରାମର୍ଶ ଗ୍ରହଣ କରିବେ ନାହିଁ।’”
εἶπεν δὲ αὐτῷ· εἰ Μωϋσέως καὶ τῶν προφητῶν οὐκ ἀκούουσιν, οὐδὲ ἐάν τις ἐκ νεκρῶν ἀναστῇ πεισθήσονται.

< ଲୂକ 16 >