< ମାର୍କ 14 >

1 ନିସ୍ତାର ପର୍ବ ଓ ଖମୀରଶୂନ୍ୟ ରୁଟିର ପର୍ବ ପଡ଼ିବାକୁ ଦୁଇ ଦିନ ଥିଲା। ସେହି ସମୟରେ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ କିପରି ଯୀଶୁଙ୍କୁ ଛଳରେ ଧରି ବଧ କରିପାରନ୍ତି, ସେଥିର ଉପାୟ ଖୋଜୁଥିଲେ।
It was now two days before the Passover and the Feast of Unleavened Bread, and the chief priests and the scribes sought how they might seize him by deception and kill him.
2 କାରଣ ସେମାନେ କହିଲେ, ପର୍ବ ସମୟରେ ନୁହେଁ, କାଳେ ଲୋକଙ୍କ ମଧ୍ୟରେ ଗଣ୍ଡଗୋଳ ହେବ।
For they said, “Not during the feast, because there might be a riot among the people.”
3 ସେ ବେଥନୀୟାରେ କୁଷ୍ଠରୋଗରୁ ସୁସ୍ଥ ପାଇଥିବା ଶିମୋନଙ୍କ ଗୃହରେ ଭୋଜନରେ ବସିଥିବା ସମୟରେ ଜଣେ ସ୍ତ୍ରୀଲୋକ ଗୋଟିଏ ପାତ୍ରରେ ବହୁମୂଲ୍ୟ ବିଶୁଦ୍ଧ ଜଟାମାଂସୀ ସୁଗନ୍ଧି ତୈଳ ଆଣି ସେହି ପାତ୍ର ଭାଙ୍ଗି ତାହାଙ୍କ ମସ୍ତକରେ ଢାଳିବାକୁ ଲାଗିଲେ।
While he was at Bethany, in the house of Simon the leper, as he sat at the table, a woman came having an alabaster jar of ointment of pure nard—very costly. She broke the jar and poured it over his head.
4 କିନ୍ତୁ କେତେକ ଲୋକ ବିରକ୍ତ ହୋଇ ପରସ୍ପରକୁ କହିଲେ, ତୈଳ କାହିଁକି ଏପରି ନଷ୍ଟ ହେଲା?
But there were some who were indignant among themselves, saying, “Why has this ointment been wasted?
5 ଏହି ତୈଳ ତ ତିନିଶହ ଦିନର ମଜୁରୀ ସମାନ ଟଙ୍କାରୁ ଅଧିକ ମୂଲ୍ୟରେ ବିକ୍ରୟ କରାଯାଇ ଦରିଦ୍ରମାନଙ୍କୁ ଦିଆଯାଇ ପାରିଥାଆନ୍ତା। ତେଣୁ ସେମାନେ ସେହି ସ୍ତ୍ରୀଲୋକକୁ ଗାଳି କରିବାକୁ ଲାଗିଲେ।
For this might have been sold for more than three hundred denarii and given to the poor.” So they grumbled against her.
6 କିନ୍ତୁ ଯୀଶୁ କହିଲେ, “ତାହାକୁ ଛାଡ଼ିଦିଅ; କାହିଁକି ତାହାକୁ କଷ୍ଟ ଦେଉଅଛ? ସେ ମୋ ପ୍ରତି ଉତ୍ତମ କର୍ମ କରିଅଛି।
But Jesus said, “Leave her alone. Why do you trouble her? She has done a good work for me.
7 କାରଣ ଦରିଦ୍ରମାନେ ତ ସର୍ବଦା ତୁମ୍ଭମାନଙ୍କ ନିକଟରେ ଅଛନ୍ତି, ଆଉ ତୁମ୍ଭମାନଙ୍କର ଯେତେବେଳେ ଇଚ୍ଛା, ସେତେବେଳେ ସେମାନଙ୍କର ଉପକାର କରିପାର; ମାତ୍ର ମୁଁ ସର୍ବଦା ତୁମ୍ଭମାନଙ୍କ ନିକଟରେ ନ ଥିବି।
For you always have the poor with you, and whenever you want to, you can do them good; but you will not always have me.
8 ତାହାର ଯାହା ସାଧ୍ୟ, ତାହା ସେ କରିଅଛି; ସେ ସମାଧି ନିମନ୍ତେ ମୋହର ଶରୀରକୁ ପୂର୍ବରୁ ତୈଳରେ ଅଭିଷେକ କରିଅଛି।
She has done what she could. She has anointed my body beforehand for the burying.
9 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସମସ୍ତ ଜଗତର ଯେକୌଣସି ସ୍ଥାନରେ ସୁସମାଚାର ଘୋଷଣା କରାଯିବ, ସେ ସ୍ଥାନରେ ଏ ସ୍ତ୍ରୀଲୋକର ସ୍ମରଣାର୍ଥେ ତାହାର ଏହି କର୍ମର କଥା ମଧ୍ୟ କୁହାଯିବ।”
Most certainly I tell you, wherever this Good News may be preached throughout the whole world, that which this woman has done will also be spoken of for a memorial of her.”
10 ସେଥିରେ ବାର ଶିଷ୍ୟମାନଙ୍କ ମଧ୍ୟରୁ ଇଷ୍କାରିୟୋତୀୟ ଯିହୂଦା ନାମକ ଜଣେ ଯୀଶୁଙ୍କୁ ପ୍ରଧାନ ଯାଜକମାନଙ୍କ ହସ୍ତରେ ସମର୍ପଣ କରିବା ନିମନ୍ତେ ସେମାନଙ୍କ ନିକଟକୁ ଗଲା।
Judas Iscariot, who was one of the twelve, went away to the chief priests, that he might deliver him to them.
11 ସେମାନେ ତାହା ଶୁଣି ଆନନ୍ଦିତ ହେଲେ ଓ ତାହାଙ୍କୁ ଟଙ୍କା ଦେବା ପାଇଁ ପ୍ରତିଜ୍ଞା କଲେ। ସେଥିରେ ସେ ତାହାଙ୍କୁ ସୁବିଧା ଅନୁସାରେ କିପରି ଧରାଇଦେଇ ପାରେ, ଏହା ଅନ୍ୱେଷଣ କରିବାକୁ ଲାଗିଲା।
They, when they heard it, were glad, and promised to give him money. He sought how he might conveniently deliver him.
12 ପରେ ଖମୀରଶୂନ୍ୟ ରୁଟି ପର୍ବର ପ୍ରଥମ ଦିନରେ, ଯେଉଁ ଦିନ ନିସ୍ତାର ପର୍ବର ମେଷଶାବକ ବଳିଦାନ କରାଯାଏ, ସେହି ଦିନ ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ପଚାରିଲେ, ଆମ୍ଭେମାନେ ଯାଇ କେଉଁ ସ୍ଥାନରେ ଆପଣଙ୍କ ନିମନ୍ତେ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କରିବୁ ବୋଲି ଆପଣ ଇଚ୍ଛା କରନ୍ତି?
On the first day of unleavened bread, when they sacrificed the Passover, his disciples asked him, “Where do you want us to go and prepare that you may eat the Passover?”
13 ସେଥିରେ ସେ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣକୁ ଏହା କହି ପଠାଇଲେ, “ତୁମ୍ଭେମାନେ ନଗରକୁ ଯାଅ, ଆଉ ଜଳକୁମ୍ଭ ଘେନି ଯାଉଥିବା ଜଣେ ଲୋକ ତୁମ୍ଭମାନଙ୍କୁ ଭେଟିବ; ତାହାର ପଛେ ପଛେ ଯାଅ;
He sent two of his disciples and said to them, “Go into the city, and there a man carrying a pitcher of water will meet you. Follow him,
14 ସେ ଯେଉଁ ଗୃହରେ ପ୍ରବେଶ କରିବ, ସେହି ଗୃହର କର୍ତ୍ତାଙ୍କୁ କୁହ, ଗୁରୁ ପଚାରୁଅଛନ୍ତି, ମୁଁ ମୋହର ଶିଷ୍ୟମାନଙ୍କ ସହିତ ଯେଉଁଠାରେ ନିସ୍ତାର ପର୍ବର ଭୋଜ ପାଳନ କରିବି, ମୋହର ସେହି ଅତିଥିଶାଳା କାହିଁ?
and wherever he enters in, tell the master of the house, ‘The Teacher says, “Where is the guest room, where I may eat the Passover with my disciples?”’
15 ସେଥିରେ ସେ ତୁମ୍ଭମାନଙ୍କୁ ସୁସଜ୍ଜିତ ଓ ପ୍ରସ୍ତୁତ ଗୋଟିଏ ଉପରିସ୍ଥ ବୃହତ କୋଠରୀ ଦେଖାଇଦେବେ; ସେ ସ୍ଥାନରେ ଆମ୍ଭମାନଙ୍କ ପାଇଁ ପ୍ରସ୍ତୁତ କର।”
He will himself show you a large upper room furnished and ready. Get ready for us there.”
16 ତହିଁରେ ଶିଷ୍ୟମାନେ ପ୍ରସ୍ଥାନ କରି ନଗରରେ ପ୍ରବେଶ କଲେ, ପୁଣି, ଯୀଶୁ ସେମାନଙ୍କୁ ଯେପରି କହିଥିଲେ, ସେହିପରି ଦେଖି ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କଲେ।
His disciples went out, and came into the city, and found things as he had said to them, and they prepared the Passover.
17 ସନ୍ଧ୍ୟା ହୁଅନ୍ତେ ସେ ବାର ଶିଷ୍ୟଙ୍କ ସହିତ ଆସିଲେ।
When it was evening he came with the twelve.
18 ସେମାନେ ବସି ଭୋଜନ କରୁଥିବା ସମୟରେ ଯୀଶୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ, ଯେ କି ମୋʼ ସାଙ୍ଗରେ ଭୋଜନ କରୁଅଛି, ସେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ।”
As they sat and were eating, Jesus said, “Most certainly I tell you, one of you will betray me—he who eats with me.”
19 ସେଥିରେ ଶିଷ୍ୟମାନେ ଦୁଃଖିତ ହୋଇ ଜଣ ଜଣ କରି ତାହାଙ୍କୁ ପଚାରିବାକୁ ଲାଗିଲେ, ସେ କଅଣ ମୁଁ?
They began to be sorrowful, and to ask him one by one, “Surely not I?” And another said, “Surely not I?”
20 ଯୀଶୁ ସେମାନଙ୍କୁ କହିଲେ, “ବାରଜଣଙ୍କ ମଧ୍ୟରୁ ଜଣେ, ଯେ କି ମୋʼ ସହିତ ପାତ୍ରରେ ହାତ ବୁଡ଼ାଉଅଛି।
He answered them, “It is one of the twelve, he who dips with me in the dish.
21 ମନୁଷ୍ୟପୁତ୍ରଙ୍କ ବିଷୟରେ ଯେପରି ଲେଖାଅଛି, ସେହିପରି ସେ ଯାଉଅଛନ୍ତି ସତ୍ୟ, କିନ୍ତୁ ଯେଉଁ ଲୋକ ଦ୍ୱାରା ମନୁଷ୍ୟପୁତ୍ର ଶତ୍ରୁ ହସ୍ତରେ ସମର୍ପିତ ହେଉଅଛନ୍ତି, ହାୟ, ସେ ଦଣ୍ଡର ପାତ୍ର! ସେହି ଲୋକ ଜନ୍ମ ହୋଇ ନ ଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା।”
For the Son of Man goes as it is written about him, but woe to that man by whom the Son of Man is betrayed! It would be better for that man if he had not been born.”
22 ସେମାନେ ଭୋଜନ କରୁଥିବା ସମୟରେ ଯୀଶୁ ରୁଟି ଘେନି ଆଶୀର୍ବାଦ କଲେ ଓ ତାହା ଭାଙ୍ଗି ସେମାନଙ୍କୁ ଦେଇ କହିଲେ, “ନିଅ, ଏହା ମୋହର ଶରୀର।”
As they were eating, Jesus took bread, and when he had blessed it, he broke it and gave to them, and said, “Take, eat. This is my body.”
23 ପୁଣି, ସେ ପାନପାତ୍ର ଘେନି ଧନ୍ୟବାଦ ଦେଇ ଶିଷ୍ୟମାନଙ୍କୁ ଦେଲେ ଓ ସମସ୍ତେ ସେଥିରୁ ପାନ କଲେ।
He took the cup, and when he had given thanks, he gave to them. They all drank of it.
24 ଆଉ, ଯୀଶୁ ସେମାନଙ୍କୁ କହିଲେ, “ଯେଉଁ ନିୟମର ରକ୍ତ ଅନେକଙ୍କ ନିମନ୍ତେ ଢାଳି ଦିଆଯାଏ, ଏ ମୋହର ସେହି ରକ୍ତ।
He said to them, “This is my blood of the new covenant, which is poured out for many.
25 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଦିନ ମୁଁ ଈଶ୍ବରଙ୍କ ରାଜ୍ୟରେ ନୂଆ କରି ଦ୍ରାକ୍ଷାଫଳର ରସ ପାନ କରିବି, ସେହି ଦିନ ପର୍ଯ୍ୟନ୍ତ ଏହା ଆଉ କେବେ ହେଁ ପାନ କରିବି ନାହିଁ।”
Most certainly I tell you, I will no more drink of the fruit of the vine until that day when I drink it anew in God’s Kingdom.”
26 ପୁଣି, ସେମାନେ ସ୍ତବଗାନ କଲା ଉତ୍ତାରେ ଜୀତପର୍ବତକୁ ବାହାରିଗଲେ।
When they had sung a hymn, they went out to the Mount of Olives.
27 ସେତେବେଳେ ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସମସ୍ତେ ବିଘ୍ନ ପାଇବ, କାରଣ ଲେଖାଅଛି, ‘ଆମ୍ଭେ ମେଷପାଳକକୁ ପ୍ରହାର କରିବା, ଆଉ ମେଷଗୁଡ଼ିକ ଛିନ୍ନଭିନ୍ନ ହୋଇଯିବେ।’
Jesus said to them, “All of you will be made to stumble because of me tonight, for it is written, ‘I will strike the shepherd, and the sheep will be scattered.’
28 କିନ୍ତୁ ମୁଁ ଉତ୍ଥିତ ହେବା ପରେ ତୁମ୍ଭମାନଙ୍କ ଆଗେ ଗାଲିଲୀକୁ ଯିବି।”
However, after I am raised up, I will go before you into Galilee.”
29 ମାତ୍ର ପିତର ତାହାଙ୍କୁ କହିଲେ, ଯଦ୍ୟପି ସମସ୍ତେ ବିଘ୍ନ ପାଇବେ, ତଥାପି ମୁଁ ପାଇବି ନାହିଁ।
But Peter said to him, “Although all will be offended, yet I will not.”
30 ଯୀଶୁ ତାହାଙ୍କୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଅଛି, ଆଜି ଏହି ରାତିରେ କୁକୁଡ଼ା ଦ୍ୱିତୀୟ ଥର ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ।”
Jesus said to him, “Most certainly I tell you that you today, even this night, before the rooster crows twice, you will deny me three times.”
31 କିନ୍ତୁ ପିତର ଦୃଢ଼ରୂପେ କହିବାକୁ ଲାଗିଲେ, ଯଦି ମୋତେ ଆପଣଙ୍କ ସାଙ୍ଗରେ ମରିବାକୁ ହୁଏ, ତଥାପି ମୁଁ ଆପଣଙ୍କୁ କେବେ ହେଁ ଅସ୍ୱୀକାର କରିବି ନାହିଁ। ପୁଣି, ସମସ୍ତେ ମଧ୍ୟ ସେହି ପ୍ରକାର କହିଲେ।
But he spoke all the more, “If I must die with you, I will not deny you.” They all said the same thing.
32 ପରେ ସେମାନେ ଗେଥ୍‌ଶିମାନୀ ନାମକ ଗୋଟିଏ ସ୍ଥାନକୁ ଆସିଲେ, ଆଉ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, “ମୁଁ ପ୍ରାର୍ଥନା କରୁଥିବା ପର୍ଯ୍ୟନ୍ତ ତୁମ୍ଭେମାନେ ଏଠାରେ ବସିଥାଅ।”
They came to a place which was named Gethsemane. He said to his disciples, “Sit here while I pray.”
33 ପୁଣି, ସେ ପିତର, ଯାକୁବ ଓ ଯୋହନଙ୍କୁ ସାଙ୍ଗରେ ଘେନି ଅତ୍ୟନ୍ତ ବିସ୍ମୟାନ୍ୱିତ ଓ ବ୍ୟାକୁଳ ହେବାକୁ ଲାଗିଲେ।
He took with him Peter, James, and John, and began to be greatly troubled and distressed.
34 ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ମୋହର ପ୍ରାଣ ମୃତ୍ୟୁଭୋଗ କରିବା ପରି ଅତ୍ୟନ୍ତ ଶୋକାକୁଳ ହେଉଅଛି; ତୁମ୍ଭେମାନେ ଏଠାରେ ରହି ଜାଗିଥାଅ।”
He said to them, “My soul is exceedingly sorrowful, even to death. Stay here and watch.”
35 ପୁଣି, ଯୀଶୁ ଅଳ୍ପ ଦୂର ଆଗକୁ ଯାଇ ଭୂମିରେ ପଡ଼ି, ଯଦି ହୋଇପାରେ, ସେହି ସମୟ ତାହାଙ୍କଠାରୁ ଯେପରି ଦୂର ହୁଏ, ଏଥିନିମନ୍ତେ ପ୍ରାର୍ଥନା କରିବାକୁ ଲାଗିଲେ।
He went forward a little, and fell on the ground, and prayed that if it were possible, the hour might pass away from him.
36 ଆଉ ଯୀଶୁ କହିଲେ, “ଆବ୍ବା, ପିତଃ, ସମସ୍ତ ତୁମ୍ଭର ସାଧ୍ୟ; ଏହି ପାନପାତ୍ର ମୋʼଠାରୁ ଦୂର କର; ତଥାପି ମୋହର ଇଚ୍ଛା ନୁହେଁ, ମାତ୍ର ତୁମ୍ଭର ଇଚ୍ଛା।”
He said, “Abba, Father, all things are possible to you. Please remove this cup from me. However, not what I desire, but what you desire.”
37 ପୁଣି, ସେ ଆସି ଶିଷ୍ୟମାନଙ୍କୁ ନିଦ୍ରିତ ଦେଖିଲେ ଓ ପିତରଙ୍କୁ କହିଲେ, “ଶିମୋନ, ତୁମ୍ଭେ କଅଣ ଶୋଇପଡ଼ିଲ? ଘଣ୍ଟାଏ ହେଲେ ଜାଗି ପାରିଲ ନାହିଁ?
He came and found them sleeping, and said to Peter, “Simon, are you sleeping? Couldn’t you watch one hour?
38 ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଜାଗି ରହି ପ୍ରାର୍ଥନା କର; ଆତ୍ମା ଇଚ୍ଛୁକ ସତ୍ୟ, ମାତ୍ର ଶରୀର ଦୁର୍ବଳ।”
Watch and pray, that you may not enter into temptation. The spirit indeed is willing, but the flesh is weak.”
39 ସେ ପୁନର୍ବାର ଯାଇ ପୂର୍ବ ପରି କଥା କହି ପ୍ରାର୍ଥନା କଲେ।
Again he went away and prayed, saying the same words.
40 ପୁନଶ୍ଚ ସେ ଆସି ସେମାନଙ୍କୁ ନିଦ୍ରିତ ଦେଖିଲେ, କାରଣ ସେମାନଙ୍କ ଆଖି ମାଡ଼ିପଡ଼ୁଥିଲା, ଆଉ ସେମାନେ ତାହାଙ୍କୁ କି ଉତ୍ତର ଦେବେ, ତାହା ଜାଣି ନ ଥିଲେ।
Again he returned and found them sleeping, for their eyes were very heavy; and they didn’t know what to answer him.
41 ଯୀଶୁ ତୃତୀୟ ଥର ଆସି ଶିଷ୍ୟମାନଙ୍କୁ କହିଲେ, “ଅଳ୍ପ କ୍ଷଣ ଶୟନ କରି ବିଶ୍ରାମ କର; ଯଥେଷ୍ଟ ହେଲାଣି; ସେହି ସମୟ ଉପସ୍ଥିତ; ଦେଖ, ମନୁଷ୍ୟପୁତ୍ର ପାପୀମାନଙ୍କ ହସ୍ତରେ ସମର୍ପିତ ହେଉଅଛନ୍ତି।
He came the third time and said to them, “Sleep on now, and take your rest. It is enough. The hour has come. Behold, the Son of Man is betrayed into the hands of sinners.
42 ଉଠ, ଆମ୍ଭେମାନେ ଯିବା, ଦେଖ, ଯେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରୁଅଛି, ସେ ନିକଟବର୍ତ୍ତୀ।”
Arise! Let’s get going. Behold, he who betrays me is at hand.”
43 ଆଉ ତତ୍‌କ୍ଷଣାତ୍, ଯୀଶୁ କଥା କହୁଥିବା ସମୟରେ, ଦ୍ୱାଦଶଙ୍କ ମଧ୍ୟରୁ ଯିହୂଦା ନାମକ ଜଣେ ଏବଂ ତାହା ସହିତ ପ୍ରଧାନ ଯାଜକ, ଶାସ୍ତ୍ରୀ ଓ ପ୍ରାଚୀନବର୍ଗଙ୍କଠାରୁ ଲୋକସମୂହ ଖଡ୍ଗ ଓ ଠେଙ୍ଗା ଧରି ଆସିଲେ।
Immediately, while he was still speaking, Judas, one of the twelve, came—and with him a multitude with swords and clubs, from the chief priests, the scribes, and the elders.
44 ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣକାରୀ ସେମାନଙ୍କୁ ଏହି ସଙ୍କେତ ଦେଇ କହିଥିଲା, ମୁଁ ଯାହାଙ୍କୁ ଚୁମ୍ବନ କରିବି, ସେ ସେହି; ତାହାଙ୍କୁ ଧରି ସାବଧାନରେ ଘେନିଯିବ।
Now he who betrayed him had given them a sign, saying, “Whomever I will kiss, that is he. Seize him, and lead him away safely.”
45 ଏଣୁ ସେ ସେହିକ୍ଷଣି ତାହାଙ୍କ ପାଖକୁ ଯାଇ, ହେ ଗୁରୁ ବୋଲି କହି ତାହାଙ୍କୁ ଚୁମ୍ବନ କଲା।
When he had come, immediately he came to him and said, “Rabbi! Rabbi!” and kissed him.
46 ସେଥିରେ ସେମାନେ ତାହାଙ୍କ ଉପରେ ହାତ ପକାଇ ତାହାଙ୍କୁ ଧରିଲେ।
They laid their hands on him and seized him.
47 କିନ୍ତୁ ପାଖରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ ଜଣେ ଖଣ୍ଡା ବାହାର କଲେ ଏବଂ ମହାଯାଜକଙ୍କ ଦାସକୁ ଆଘାତ କରି ତାହାର କାନ କାଟିପକାଇଲେ।
But a certain one of those who stood by drew his sword and struck the servant of the high priest, and cut off his ear.
48 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ଡକାଇତ ବିରୁଦ୍ଧରେ ବାହାରିବା ପରି ଖଣ୍ଡା ଓ ଠେଙ୍ଗା ଘେନି ତୁମ୍ଭେମାନେ କଅଣ ମୋତେ ଧରିବାକୁ ଆସିଲ?
Jesus answered them, “Have you come out, as against a robber, with swords and clubs to seize me?
49 ମୁଁ ପ୍ରତିଦିନ ତୁମ୍ଭମାନଙ୍କ ସହିତ ମନ୍ଦିରରେ ଥାଇ ଶିକ୍ଷା ଦେଉଥିଲି, କିନ୍ତୁ ତୁମ୍ଭେମାନେ ମୋତେ ଧରିଲ ନାହିଁ; ମାତ୍ର ଧର୍ମଶାସ୍ତ୍ରର ବାକ୍ୟସମୂହ ଯେପରି ସଫଳ ହୁଏ, ସେଥିନିମନ୍ତେ ଏହି ସମସ୍ତ ଘଟୁଅଛି।”
I was daily with you in the temple teaching, and you didn’t arrest me. But this is so that the Scriptures might be fulfilled.”
50 ସେତେବେଳେ ସମସ୍ତେ ତାହାଙ୍କୁ ଛାଡ଼ି ପଳାଇଗଲେ।
They all left him, and fled.
51 କିନ୍ତୁ ଜଣେ ଯୁବା ଉଲଗ୍ନ ଦେହରେ ଖଣ୍ଡେ ସରୁ ଚାଦର ଘୋଡ଼ାଇ ହୋଇ ତାହାଙ୍କ ପଛେ ପଛେ ଯାଉଥିଲା; ସେମାନେ ତାହାକୁ ଧରିଲେ,
A certain young man followed him, having a linen cloth thrown around himself over his naked body. The young men grabbed him,
52 ମାତ୍ର ସେ ସେହି ସରୁ ଚାଦର ଖଣ୍ଡିକ ଛାଡ଼ିଦେଇ ଖାଲି ଦେହରେ ପଳାଇଗଲା।
but he left the linen cloth and fled from them naked.
53 ପରେ ସେମାନେ ଯୀଶୁଙ୍କୁ ମହାଯାଜକଙ୍କ ନିକଟକୁ ଘେନିଗଲେ, ପୁଣି, ପ୍ରଧାନ ଯାଜକ, ପ୍ରାଚୀନ ଓ ଶାସ୍ତ୍ରୀମାନେ ସମସ୍ତେ ଆସି ଏକତ୍ର ହେଲେ।
They led Jesus away to the high priest. All the chief priests, the elders, and the scribes came together with him.
54 ପିତର ଦୂରରେ ରହି ତାହାଙ୍କ ପଛେ ପଛେ ମହାଯାଜକଙ୍କ ପ୍ରାଙ୍ଗଣ ଭିତରକୁ ଗଲେ ଓ ପଦାତିକମାନଙ୍କ ସହିତ ବସି ନିଆଁ ସେକି ହେଉଥିଲେ।
Peter had followed him from a distance, until he came into the court of the high priest. He was sitting with the officers, and warming himself in the light of the fire.
55 ଇତିମଧ୍ୟରେ ପ୍ରଧାନ ଯାଜକମାନେ ଓ ସମସ୍ତ ମହାସଭା ଯୀଶୁଙ୍କୁ ବଧ କରିବା ନିମନ୍ତେ ତାହାଙ୍କ ବିରୁଦ୍ଧରେ ସାକ୍ଷ୍ୟ ଅନ୍ୱେଷଣ କରିବାକୁ ଲାଗିଲେ, କିନ୍ତୁ ପାଇଲେ ନାହିଁ;
Now the chief priests and the whole council sought witnesses against Jesus to put him to death, and found none.
56 କାରଣ ଅନେକେ ତାହାଙ୍କ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଦେଲେ ହେଁ ସେମାନଙ୍କର ସାକ୍ଷ୍ୟ ମିଶିଲା ନାହିଁ।
For many gave false testimony against him, and their testimony didn’t agree with each other.
57 ପରେ କେତେକ ଲୋକ ଉଠି ତାହାଙ୍କ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଦେଇ କହିବାକୁ ଲାଗିଲେ,
Some stood up and gave false testimony against him, saying,
58 ଆମ୍ଭେମାନେ ଏହାକୁ ଏହି କଥା କହିବା ଶୁଣିଅଛୁ, ମୁଁ ଏହି ହସ୍ତକୃତ ମନ୍ଦିରକୁ ଭାଙ୍ଗି ତିନି ଦିନ ମଧ୍ୟରେ ଆଉ ଗୋଟିଏ ଅହସ୍ତକୃତ ମନ୍ଦିର ନିର୍ମାଣ କରିବି।
“We heard him say, ‘I will destroy this temple that is made with hands, and in three days I will build another made without hands.’”
59 କିନ୍ତୁ ଏଥିରେ ମଧ୍ୟ ସେମାନଙ୍କର ସାକ୍ଷ୍ୟ ମିଶିଲା ନାହିଁ।
Even so, their testimony didn’t agree.
60 ତହିଁରେ ମହାଯାଜକ ମଧ୍ୟସ୍ଥଳରେ ଠିଆ ହୋଇ ଯୀଶୁଙ୍କୁ ପଚାରିଲେ, ତୁମ୍ଭ ବିରୁଦ୍ଧରେ ଏମାନେ ଏ ଯେଉଁ ସାକ୍ଷ୍ୟ ଦେଉଅଛନ୍ତି, ସେଥିରେ କିଛି ଉତ୍ତର ଦେଉ ନାହଁ?
The high priest stood up in the middle, and asked Jesus, “Have you no answer? What is it which these testify against you?”
61 କିନ୍ତୁ ସେ ନୀରବ ହୋଇ ରହି କୌଣସି ଉତ୍ତର ଦେଲେ ନାହିଁ। ମହାଯାଜକ ପୁନର୍ବାର ତାହାଙ୍କୁ ପଚାରିଲେ, ତୁମ୍ଭେ ପରମ-ଧନ୍ୟଙ୍କ ପୁତ୍ର ଖ୍ରୀଷ୍ଟ କି?
But he stayed quiet, and answered nothing. Again the high priest asked him, “Are you the Christ, the Son of the Blessed?”
62 ଯୀଶୁ କହିଲେ, “ମୁଁ ସେହି; ପୁଣି, ଆପଣମାନେ ମନୁଷ୍ୟପୁତ୍ରଙ୍କୁ ପରାକ୍ରମର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଓ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ।”
Jesus said, “I am. You will see the Son of Man sitting at the right hand of Power, and coming with the clouds of the sky.”
63 ସେଥିରେ ମହାଯାଜକ ଆପଣା ଅଙ୍ଗରଖା ଚିରି କହିଲେ, ସାକ୍ଷୀରେ ଆମ୍ଭମାନଙ୍କର ଆଉ କଅଣ ପ୍ରୟୋଜନ?
The high priest tore his clothes and said, “What further need have we of witnesses?
64 ଆପଣମାନେ ତ ଈଶ୍ବର ନିନ୍ଦା ଶୁଣିଲେ; ଆପଣମାନଙ୍କର ବିଚାର କଅଣ? ଏଥିରେ ସେମାନେ ସମସ୍ତେ ସେ ପ୍ରାଣଦଣ୍ଡ ଯୋଗ୍ୟ ବୋଲି ମତ ଦେଲେ।
You have heard the blasphemy! What do you think?” They all condemned him to be worthy of death.
65 ପୁଣି, କେହି କେହି ତାହାଙ୍କ ଉପରେ ଛେପ ପକାଇବାକୁ ଲାଗିଲେ ଓ ତାହାଙ୍କ ମୁହଁ ଘୋଡ଼ାଇ ତାହାଙ୍କୁ ବିଧା ମାରି କହିବାକୁ ଲାଗିଲେ, ତୁ ପରା ଭାବବାଦୀ! ପ୍ରମାଣ ଦେ। ଆଉ ପଦାତିକମାନେ ଚାପୁଡ଼ା ମାରୁ ମାରୁ ତାହାଙ୍କୁ ଧରି ଘେନିଗଲେ।
Some began to spit on him, and to cover his face, and to beat him with fists, and to tell him, “Prophesy!” The officers struck him with the palms of their hands.
66 ଇତିମଧ୍ୟରେ ପିତର ତଳେ ପ୍ରାଙ୍ଗଣରେ ଥିବା ସମୟରେ ମହାଯାଜକଙ୍କର ଦାସୀ ଆସି ପିତରଙ୍କୁ ନିଆଁ ସେକି ହେଉଥିବାର ଦେଖିଲା,
As Peter was in the courtyard below, one of the maids of the high priest came,
67 ଆଉ ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲା, ତୁମ୍ଭେ ମଧ୍ୟ ନାଜରିତୀୟ ଯୀଶୁଙ୍କ ସାଙ୍ଗରେ ଥିଲ।
and seeing Peter warming himself, she looked at him and said, “You were also with the Nazarene, Jesus!”
68 କିନ୍ତୁ ସେ ଅସ୍ୱୀକାର କରି କହିଲେ, ମୁଁ ତାହାକୁ ଜାଣେ ନାହିଁ, ଆଉ ତୁମ୍ଭେ କଅଣ କହୁଅଛ, ମୁଁ ବୁଝୁ ନାହିଁ। ପରେ ସେ ଦାଣ୍ଡଦ୍ୱାରକୁ ବାହାରିଗଲେ;
But he denied it, saying, “I neither know nor understand what you are saying.” He went out on the porch, and the rooster crowed.
69 ପୁଣି, ସେହି ଦାସୀ ତାହାଙ୍କୁ ଦେଖି ପାଖରେ ଠିଆ ହୋଇଥିବା ଲୋକମାନଙ୍କୁ ଆଉ ଥରେ କହିବାକୁ ଲାଗିଲା, ଏ ସେମାନଙ୍କ ମଧ୍ୟରୁ ଜଣେ।
The maid saw him and began again to tell those who stood by, “This is one of them.”
70 କିନ୍ତୁ ସେ ପୁନର୍ବାର ଅସ୍ୱୀକାର କରିବାକୁ ଲାଗିଲେ। ପୁନଶ୍ଚ ଅଳ୍ପ ସମୟ ପରେ ପାଖରେ ଠିଆ ହୋଇଥିବା ଲୋକମାନେ ପିତରଙ୍କୁ କହିଲେ, ତୁମ୍ଭେ ନିଶ୍ଚୟ ସେମାନଙ୍କ ମଧ୍ୟରୁ ଜଣେ, କାରଣ ତୁମ୍ଭେ ତ ଗାଲିଲୀୟ ଲୋକ।
But he again denied it. After a little while again those who stood by said to Peter, “You truly are one of them, for you are a Galilean, and your speech shows it.”
71 କିନ୍ତୁ ସେ ଅଭିଶାପ ଦେଇ ଓ ଶପଥ କରି କହିବାକୁ ଲାଗିଲେ, ତୁମ୍ଭେମାନେ ଯେଉଁ ଲୋକର କଥା କହୁଅଛ, ମୁଁ ତାହାକୁ ଜାଣେ ନାହିଁ।
But he began to curse and to swear, “I don’t know this man of whom you speak!”
72 ସେହିକ୍ଷଣି କୁକୁଡ଼ା ଦ୍ୱିତୀୟ ଥର ରାବିଲା। ଏଥିରେ, “କୁକୁଡ଼ା ଦ୍ୱିତୀୟ ଥର ରାବିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ,” ଏହି ଯେଉଁ କଥା ଯୀଶୁ ପିତରଙ୍କୁ କହିଥିଲେ, ତାହା ତାହାଙ୍କ ମନରେ ପଡ଼ିଲା, ଆଉ ସେ ସେହି କଥା ଭାବି ରୋଦନ କରିବାକୁ ଲାଗିଲେ।
The rooster crowed the second time. Peter remembered the words that Jesus said to him, “Before the rooster crows twice, you will deny me three times.” When he thought about that, he wept.

< ମାର୍କ 14 >