< ମାର୍କ 3 >

1 ପରେ ଯୀଶୁ ପୁନର୍ବାର ସମାଜଗୃହରେ ପ୍ରବେଶ କଲେ। ସେଠାରେ ଜଣେ ଲୋକ ଥିଲା, ତାହାର ଗୋଟିଏ ହାତ ଶୁଖିଯାଇଥିଲା।
On another occasion Jesus went in to a synagogue, where there was a man whose hand was withered.
2 ଆଉ, ସେ ତାହାକୁ କେଜାଣି ବିଶ୍ରାମବାର ଦିନରେ ସୁସ୍ଥ କରିବେ, ଏହା ଦେଖିବା ପାଇଁ ସେମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ, ଯେପରି ସେମାନେ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରିପାରନ୍ତି।
And they watched Jesus closely, to see if he would cure the man on the Sabbath, so that they might have a charge to bring against him.
3 ସେଥିରେ ଯେଉଁ ଲୋକର ହାତ ଶୁଖିଯାଇଥିଲା, ତାହାକୁ ଯୀଶୁ କହିଲେ, “ଆସ, ମଝିରେ ଠିଆ ହୁଅ।”
‘Stand out in the middle,’ Jesus said to the man with the withered hand;
4 ପୁଣି, ଯୀଶୁ ସେମାନଙ୍କୁ କହିଲେ, “ବିଶ୍ରାମବାର ଦିନରେ କଅଣ କରିବା ବିଧିସଙ୍ଗତ? ଭଲ କରିବା ନା ମନ୍ଦ କରିବା? ପ୍ରାଣ ରକ୍ଷା କରିବା ନା ବିନାଶ କରିବା?” କିନ୍ତୁ ସେମାନେ ନିରୁତ୍ତର ହୋଇ ରହିଲେ।
and to the people he said, ‘Is it allowable to do good at the Sabbath – or harm? To save a life, or destroy it?’
5 ସେଥିରେ ଯୀଶୁ ସେମାନଙ୍କ ହୃଦୟର କଠିନତା ସକାଶେ ଦୁଃଖିତ ହୋଇ କ୍ରୋଧରେ ଚାରିଅାଡ଼େ ସେମାନଙ୍କ ପ୍ରତି ଦୃଷ୍ଟିପାତ କରି ସେହି ଲୋକକୁ କହିଲେ, “ହାତ ବଢ଼ାଅ।” ସେ ଆପଣା ହାତ ବଢ଼ାଇଲା, ଆଉ ତାହା ପୁଣି, ଭଲ ହୋଇଗଲା।
As they remained silent, Jesus looked round at them in anger, grieving at the hardness of their hearts, and said to the man, ‘Stretch out your hand.’ The man stretched it out; and his hand had become sound.
6 ତହିଁରେ ଫାରୂଶୀମାନେ ବାହାରିଯାଇ ତାହାଙ୍କୁ ବିନାଶ କରିବା ନିମନ୍ତେ ତାହାଙ୍କ ବିରୁଦ୍ଧରେ ସେହିକ୍ଷଣି ହେରୋଦୀୟମାନଙ୍କ ସହିତ ମନ୍ତ୍ରଣା କରିବାକୁ ଲାଗିଲେ।
Immediately on leaving the synagogue, the Pharisees and the Herodians united in laying a plot against Jesus, to put him to death.
7 ଏଥିରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଅନ୍ତର ହୋଇ ସମୁଦ୍ରକୂଳକୁ ବାହାରିଗଲେ, ପୁଣି, ଗାଲିଲୀରୁ ମହାଜନତା ତାହାଙ୍କର ପଶ୍ଚାତ୍‌ଗମନ କଲେ; ଆଉ ଯିହୂଦିୟା ପ୍ରଦେଶ,
Then Jesus went away with his disciples to the sea, followed by a great number of people from Galilee.
8 ଯିରୂଶାଲମ, ଇଦୋମ, ଯର୍ଦ୍ଦନ ନଦୀର ଅପର ପାର୍ଶ୍ୱ, ପୁଣି, ସୋର ଓ ସୀଦୋନ ସହରର ଚତୁର୍ଦ୍ଦିଗରୁ ମହାଜନତା ତାହାଙ୍କ ସମସ୍ତ କର୍ମର କଥା ଶୁଣି ତାହାଙ୍କ ନିକଟକୁ ଆସିଲେ।
A great number, hearing of all that he was doing, came to him from Judea, from Jerusalem, from Edom, from beyond the Jordan, and from the country round Tyre and Sidon.
9 ସେତେବେଳେ ଭିଡ଼ ସକାଶେ, ଲୋକସମୂହ ଯେପରି ତାହାଙ୍କ ଉପରେ ମାଡ଼ି ନ ପଡ଼ନ୍ତି, ଏଥିପାଇଁ ସେ ଆପଣା ଶିଷ୍ୟମାନଙ୍କୁ ତାହାଙ୍କ ନିମନ୍ତେ ଗୋଟିଏ ସାନ ନୌକା ନିକଟରେ ପ୍ରସ୍ତୁତ ରଖିବାକୁ କହିଲେ;
So Jesus told his disciples to keep a small boat close by, so that the crowd would not crush him.
10 କାରଣ ସେ ଅନେକ ଲୋକଙ୍କୁ ସୁସ୍ଥ କରିବାରୁ ପୀଡ଼ିତମାନେ ସମସ୍ତେ ତାହାଙ୍କୁ ସ୍ପର୍ଶ କରିବା ନିମନ୍ତେ ତାହାଙ୍କ ଉପରେ ମାଡ଼ିପଡ଼ୁଥିଲେ।
For he had cured many of them, and so people kept crowding around him, so all who were sick might touch him.
11 ଆଉ, ଅଶୁଚି ଆତ୍ମାଗୁଡ଼ାକ ଯେତେବେଳେ ତାହାଙ୍କୁ ଦେଖୁଥିଲେ, ସେମାନେ ତାହାଙ୍କ ସମ୍ମୁଖରେ ପଡ଼ି ଚିତ୍କାର କରି କହୁଥିଲେ, ତୁମ୍ଭେ ଈଶ୍ବରଙ୍କ ପୁତ୍ର।
The foul spirits, too, whenever they caught sight of him, flung themselves down before him, and screamed out, ‘You are the Son of God’!
12 ସେଥିରେ ତାହାଙ୍କୁ ପ୍ରକାଶ ନ କରିବା ପାଇଁ ସେ ସେମାନଙ୍କୁ ଅତି ଦୃଢ଼ରୂପେ ଆଜ୍ଞା ଦେଲେ।
But he repeatedly warned them not to make him known.
13 ସେ ପର୍ବତ ଉପରକୁ ଯାଇ, ଯେଉଁମାନଙ୍କୁ ଇଚ୍ଛା କଲେ, ସେମାନଙ୍କୁ ନିକଟକୁ ଡାକିଲେ ଓ ସେମାନେ ତାହାଙ୍କ ପାଖକୁ ଆସିଲେ।
Jesus made his way up the hill, and called those whom he wished; and they went to him.
14 ପୁଣି, ସେ ବାର ଜଣକୁ ନିଯୁକ୍ତ କଲେ, ଯେପରି ସେମାନେ ତାହାଙ୍କ ସାଙ୍ଗରେ ରହିବେ ଓ ସେ ସେମାନଙ୍କୁ ପ୍ରଚାର କରିବା ନିମନ୍ତେ ପ୍ରେରଣ କରିବେ,
He appointed twelve – whom he also named “apostles” – so that they might be with him, and that he might send them out as his messengers, to preach,
15 ଆଉ ସେମାନେ ଭୂତ ଛଡ଼ାଇବାକୁ ଅଧିକାର ପାଇବେ।
and with power to drive out demons.
16 ଯୀଶୁ ଏହି ବାର ଜଣଙ୍କୁ ନିଯୁକ୍ତ କଲେ ଯଥା, ଶିମୋନ, ଯାହାଙ୍କୁ ସେ ପିତର ବୋଲି ଉପନାମ ଦେଲେ।
So he appointed the Twelve – Peter (which was the name that Jesus gave to Simon),
17 ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନ, ଯେଉଁମାନଙ୍କୁ ସେ ବିନେରିଗୋଷ୍, ଅର୍ଥାତ୍‍ ମେଘନାଦର ପୁତ୍ର ବୋଲି ଉପନାମ ଦେଲେ;
James, the son of Zebedee, and his brother John (to whom he gave the name of Boanerges, which means the Thunderers),
18 ଆନ୍ଦ୍ରିୟ, ଫିଲିପ୍ପ, ବାର୍ଥଲମୀ, ମାଥିଉ, ଥୋମା, ଆଲଫିଙ୍କ ପୁତ୍ର ଯାକୁବ, ଥଦ୍ଦୀୟ, କିଣାନୀୟ ଶିମୋନ,
Andrew, Philip, Bartholomew, Matthew, Thomas, James the son of Alphaeus, Thaddaeus, Simon the Zealot,
19 ପୁଣି, ଇଷ୍କାରିୟୋତୀୟ ଯିହୂଦା, ଯେ ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା।
and Judas Iscariot, the man who betrayed him.
20 ପରେ ସେ ଘରକୁ ଆସିଲେ; ପୁନର୍ବାର ଲୋକସମୂହର ଏତେ ସମାଗମ ହେଲା ଯେ, ସେମାନେ ଭୋଜନ ସୁଦ୍ଧା କରିପାରିଲେ ନାହିଁ।
Jesus went into a house; and again a crowd collected, so that they were not even able to eat their food.
21 ତାହାଙ୍କ ଆତ୍ମୀୟମାନେ ଏହା ଶୁଣି ତାହାଙ୍କୁ ଧରି ଘେନିଯିବାକୁ ବାହାରି ଆସିଲେ, କାରଣ ସେମାନେ କହିଲେ, ତାହାଙ୍କର ମତିଭ୍ରମ ହେଲାଣି।
When his relatives heard of it, they went to take charge of him, for they said that he was out of his mind.
22 ଆଉ, ଯିରୂଶାଲମ ସହରରୁ ଆସିଥିବା ଶାସ୍ତ୍ରୀମାନେ କହିଲେ, ଏହାକୁ ବାଲ୍‌ଜିବୂଲ୍ ଲାଗିଛି, ପୁଣି, ଭୂତପତିର ସାହାଯ୍ୟରେ ସେ ଭୂତ ଛଡ଼ାଏ।
The teachers of the Law, who had come down from Jerusalem, said, ‘He has Beelzebul in him! He drives the demons out by the help of their chief.’
23 ଏଥିରେ ଯୀଶୁ ସେମାନଙ୍କୁ ପାଖକୁ ଡାକି ଦୃଷ୍ଟାନ୍ତ କଥାରେ ସେମାନଙ୍କୁ କହିଲେ, “ଶୟତାନ କିପ୍ରକାରେ ଶୟତାନକୁ ଛଡ଼ାଇ ପାରେ?
So Jesus called them to him, and answered them in parables, ‘How can Satan drive out Satan?
24 ଯଦି କୌଣସି ରାଜ୍ୟ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତେବେ ସେହି ରାଜ୍ୟ ସ୍ଥିର ହୋଇ ରହି ପାରେ ନାହିଁ।
When a kingdom is divided against itself, it cannot last;
25 ପୁଣି, ଯଦି କୌଣସି ଗୃହ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତେବେ ସେହି ଗୃହ ସ୍ଥିର ହୋଇ ରହି ପାରିବ ନାହିଁ।
and when a household is divided against itself, it will not be able to last.
26 ସେହି ପ୍ରକାରେ, ଶୟତାନ ଯଦି ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠିଲାଣି, ତେବେ ସେ ସ୍ଥିର ହୋଇ ରହି ପାରେ ନାହିଁ, କିନ୍ତୁ ତାହାର ସର୍ବନାଶ ଘଟିଲାଣି।
So, if Satan is in revolt against himself and is divided, he cannot last – his end has come!
27 ମାତ୍ର କେହି ପ୍ରଥମେ ବଳବାନ ଲୋକକୁ ନ ବାନ୍ଧିଲେ ତାହାର ଗୃହରେ ପ୍ରବେଶ କରି ତାହାର ଅସ୍ତ୍ରଶସ୍ତ୍ର ସବୁ ଲୁଣ୍ଠନ କରିପାରେ ନାହିଁ; ତାହାକୁ ଆଗେ ବାନ୍ଧିଲେ ସିନା ସେ ତାହାର ଗୃହ ଲୁଣ୍ଠନ କରିବ।
‘No man who has broken into a strong man’s house can carry off his goods, without first tying him up; and not until then will he plunder his house.
28 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସମସ୍ତ ଲୋକମାନଙ୍କର ସମସ୍ତ ପାପ ଓ ସେମାନେ ଯେତେ ନିନ୍ଦାକଥା କହି ଈଶ୍ବର ନିନ୍ଦା କରନ୍ତି, ସେ ସମସ୍ତ କ୍ଷମା କରାଯିବ;
I tell you that people will be forgiven everything – their sins, and all the slanders that they utter;
29 କିନ୍ତୁ ଯେ କେହି ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦାକଥା କହେ, ତାହାର କୌଣସି କାଳେ ହିଁ କ୍ଷମା ନାହିଁ, ମାତ୍ର ସେ ଅନନ୍ତ ପାପରେ ଦୋଷୀ ଅଟେ। (aiōn g165, aiōnios g166)
but whoever slanders the Holy Spirit remains unforgiven to the end; he has to answer for an enduring sin.’ (aiōn g165, aiōnios g166)
30 ତାହାକୁ ଅଶୁଚି ଆତ୍ମା ଲାଗିଛି, ଏହା ସେମାନେ କହିବାରୁ ସେ ଏହି କଥା କହିଲେ।”
This was said in reply to the charge that he had a foul spirit in him.
31 ସେତେବେଳେ ତାହାଙ୍କ ମାଆ ଓ ଭାଇମାନେ ଆସି ବାହାରେ ଠିଆ ହୋଇ ତାହାଙ୍କୁ ଡକାଇ ପଠାଇଲେ।
His mother and his brothers came, and stood outside, and sent to ask him to come to them.
32 ସେଥିରେ ତାହାଙ୍କ ଚତୁର୍ଦ୍ଦିଗରେ ବସିଥିବା ଲୋକସମୂହ ତାହାଙ୍କୁ କହିଲେ, ଦେଖନ୍ତୁ, ଆପଣଙ୍କ ମା, ଭାଇ ଓ ଭଉଣୀମାନେ ବାହାରେ ଥାଇ ଆପଣଙ୍କୁ ଖୋଜୁଅଛନ୍ତି।
There was a crowd sitting round Jesus, and some of them said to him, ‘Look, your mother and your brothers are outside, asking for you.’
33 ସେ ସେମାନଙ୍କୁ ଉତ୍ତର ଦେଲେ, “ମୋହର ମାଆ ଓ ଭାଇମାନେ କିଏ?”
‘Who is my mother? And my brothers?’ was his reply.
34 ଆଉ, ସେ ଆପଣା ଚାରିଆଡ଼େ ବସିଥିବା ଲୋକମାନଙ୍କ ପ୍ରତି ଦୃଷ୍ଟିପାତ କରି କହିଲେ, “ଦେଖ, ମୋହର ମାଆ ଓ ମୋହର ଭାଇମାନେ।
Then he looked around on the people sitting in a circle round him, and said, ‘Here are my mother and my brothers!
35 ଯେ କେହି ଈଶ୍ବରଙ୍କ ଇଚ୍ଛା ସାଧନ କରେ, ସେ ମୋହର ଭାଇ, ଭଉଣୀ ଓ ମା।”
Whoever does the will of God is my brother and sister and mother.’

< ମାର୍କ 3 >