< ମାର୍କ 6 >

1 ଯୀଶୁ ସେହି ସ୍ଥାନରୁ ପ୍ରସ୍ଥାନ କରି ନିଜ ପୈତୃକ ନଗରକୁ ଆସିଲେ ଓ ତାହାଙ୍କ ଶିଷ୍ୟମାନେ ତାହାଙ୍କର ଅନୁସରଣ କଲେ।
Y salió de allí, y vino a su tierra; y le siguieron sus discípulos.
2 ବିଶ୍ରାମବାର ଉପସ୍ଥିତ ହୁଅନ୍ତେ ସେ ସମାଜଗୃହରେ ଶିକ୍ଷା ଦେବାକୁ ଲାଗିଲେ; ଆଉ ଅନେକେ ତାହାଙ୍କର କଥା ଶୁଣି ଆଶ୍ଚର୍ଯ୍ୟାନ୍ୱିତ ହୋଇ କହିଲେ, ଏ ଲୋକର ଏହିସବୁ କେଉଁଠାରୁ ହେଲା? ପୁଣି, ଏହାକୁ ଯେଉଁ ଜ୍ଞାନ ଦିଆଯାଇଅଛି ଓ ଯେଉଁ ଶକ୍ତିର କାର୍ଯ୍ୟ ଏହାର ହସ୍ତ ଦ୍ୱାରା ସାଧିତ ହେଉଅଛି, ଏସବୁ ବା କଅଣ?
Y llegado el sábado, comenzó a enseñar en la sinagoga; y muchos oyéndo le estaban atónitos, diciendo: ¿De dónde tiene éste estas cosas? ¿Y qué sabiduría es esta que le es dada, que tales maravillas son hechas por sus manos?
3 ଏ କି ସେହି ବଢ଼େଇ ନୁହେଁ? ଏ କି ମରୀୟମର ପୁଅ, ଆଉ ଯାକୁବ, ଯୋସି, ଯିହୂଦା ଓ ଶିମୋନର ଭାଇ ନୁହେଁ? ପୁଣି, ଏହାର ଭଉଣୀମାନେ କି ଏଠାରେ ଆମ୍ଭମାନଙ୍କ ସାଙ୍ଗରେ ନାହାନ୍ତି? ଆଉ ସେମାନେ ତାହାଙ୍କଠାରେ ବିଘ୍ନ ପାଇଲେ।
¿No es éste el carpintero, hijo de María, hermano de Santiago, y de Joses, y de Júdas, y de Simón? ¿No están también aquí con nosotros sus hermanas? Y se escandalizaban en él.
4 ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ନିଜ ପୈତୃକ ନଗର, ନିଜ ଜ୍ଞାତି ଓ ନିଜ ପରିବାର ବିନା ଭାବବାଦୀ ଅନ୍ୟ କୌଣସିଠାରେ ହତାଦର ହୁଅନ୍ତି ନାହିଁ।”
Mas Jesús les decía: No hay profeta deshonrado sino en su tierra, y entre sus parientes, y en su casa.
5 ପୁଣି, ଅଳ୍ପ କେତେକ ରୋଗୀ ଲୋକଙ୍କ ଉପରେ ହାତ ଥୋଇ ସେମାନଙ୍କୁ ସୁସ୍ଥ କରିବା ବିନା ସେ ସ୍ଥାନରେ ସେ ଆଉ କୌଣସି ମହତର କାର୍ଯ୍ୟ କରିପାରିଲେ ନାହିଁ।
Y no pudo allí hacer alguna maravilla: solamente que sanó unos pocos enfermos, poniendo sobre ellos las manos.
6 ପୁଣି, ସେମାନଙ୍କ ଅବିଶ୍ୱାସ ହେତୁ ଚମତ୍କୃତ ହେଲେ।
Y estaba maravillado de la incredulidad de ellos; y rodeaba las aldeas de al derredor enseñando.
7 ପରେ ସେ ଚାରିଆଡ଼େ ଗ୍ରାମେ ଗ୍ରାମେ ଭ୍ରମଣ କରି ଶିକ୍ଷା ଦେବାକୁ ଲାଗିଲେ। ଇତିମଧ୍ୟରେ ସେ ବାର ଶିଷ୍ୟମାନଙ୍କୁ ନିକଟକୁ ଡାକି ସେମାନଙ୍କୁ ଦୁଇ ଦୁଇ ଜଣ କରି ପ୍ରେରଣ କରିବାକୁ ଆରମ୍ଭ କଲେ ଏବଂ ଅଶୁଚି ଆତ୍ମାମାନଙ୍କ ଉପରେ ସେମାନଙ୍କୁ ଅଧିକାର ଦେଲେ,
Y llamó a los doce, y comenzó a enviarlos de dos en dos, y les dio potestad sobre los espíritus inmundos;
8 ଆଉ ଯାତ୍ରା ନିମନ୍ତେ କେବଳ ଖଣ୍ଡେ ବାଡ଼ି ବିନା ରୁଟି କି ଝୋଲି କି ଗାଞ୍ଜିଆରେ ପଇସା ନ ନେବାକୁ ସେମାନଙ୍କୁ ଆଜ୍ଞା ଦେଲେ;
Y les mandó que no llevasen nada para el camino, sino solamente un bordón; ni alforja, ni pan, ni dinero en la bolsa;
9 କିନ୍ତୁ ସେମାନଙ୍କୁ ପାଦୁକା ପିନ୍ଧିବାକୁ କହିଲେ, ଦୁଇଟି ଅଙ୍ଗରଖା ପିନ୍ଧିବାକୁ ବାରଣ କଲେ।
Mas que calzasen sandalias; y no vistiesen dos ropas.
10 ପୁଣି, ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯେକୌଣସି ଗୃହରେ ପ୍ରବେଶ କରିବ, ସେ ସ୍ଥାନରୁ ପ୍ରସ୍ଥାନ ନ କରିବା ପର୍ଯ୍ୟନ୍ତ ସେଠାରେ ରୁହ।
Y les decía: En cualquier casa que entrareis, posád allí hasta que salgáis de aquel lugar.
11 ମାତ୍ର ଯେକୌଣସି ସ୍ଥାନରେ ଲୋକମାନେ ତୁମ୍ଭମାନଙ୍କୁ ଗ୍ରହଣ କରିବେ ନାହିଁ, ବା ତୁମ୍ଭମାନଙ୍କ କଥା ଶୁଣିବେ ନାହିଁ, ସେ ସ୍ଥାନରୁ ପ୍ରସ୍ଥାନ ସମୟରେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ପାଦଧୂଳି ଝାଡି଼ଦିଅ।”
Y todos aquellos que no os recibieren, ni os oyeren, saliendo de allí, sacudíd el polvo que está debajo de vuestros pies en testimonio contra ellos. De cierto os digo, que más tolerable será el castigo de Sodoma, o de Gomorra en el día del juicio, que él de aquella ciudad.
12 ସେଥିରେ ସେମାନେ ପ୍ରସ୍ଥାନ କରି ମନ-ପରିବର୍ତ୍ତନ କରିବା ଯେ କର୍ତ୍ତବ୍ୟ, ଏହା ପ୍ରଚାର କଲେ,
Y saliendo predicaban, que se arrepintiesen los hombres.
13 ପୁଣି, ଅନେକ ଭୂତ ଛଡ଼ାଇଲେ ଓ ଅନେକ ରୋଗୀ ଲୋକଙ୍କୁ ତୈଳ ଲଗାଇ ସୁସ୍ଥ କଲେ।
Y echaban fuera muchos demonios, y ungían con aceite a muchos enfermos, y sanaban.
14 ତାହାଙ୍କ ନାମ ବିଖ୍ୟାତ ହେବାରୁ ହେରୋଦ ରାଜା ତାହାଙ୍କ ବିଷୟରେ ଶୁଣିଲେ, ଆଉ ଲୋକେ କହୁଥିଲେ, ବାପ୍ତିଜକ ଯୋହନ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ସେଥିସକାଶେ ଏହି ସମସ୍ତ ଶକ୍ତି ତାହାଙ୍କଠାରେ କାର୍ଯ୍ୟ କରୁଅଛି।
Y oyó el rey Heródes la fama de Jesús, porque su nombre era hecho notorio, y dijo: Juan el Bautista ha resucitado de los muertos; y por tanto virtudes obran en él.
15 କିନ୍ତୁ ଅନ୍ୟମାନେ କହୁଥିଲେ, ଏ ଏଲୀୟ; ପୁଣି, ଆଉ କେହି କହୁଥିଲେ, ଭାବବାଦୀମାନଙ୍କ ମଧ୍ୟରୁ କୌଣସି ଜଣକ ସଦୃଶ ଏ ଜଣେ ଭାବବାଦୀ।
Otros decían: Elías es. Y otros decían: Profeta es; o alguno de los profetas.
16 କିନ୍ତୁ ହେରୋଦ ଏହା ଶୁଣି କହିଲେ, ଯେଉଁ ଯୋହନଙ୍କ ମସ୍ତକ ଆମ୍ଭେ ଛେଦନ କରିଅଛୁ, ସେ ଉଠିଅଛନ୍ତି।
Y oyéndo lo Heródes, dijo: Este es Juan el que yo degollé: él ha resucitado de los muertos.
17 ଯେଣୁ ହେରୋଦ ଆପଣା ଭାଇ ଫିଲିପ୍ପଙ୍କ ଭାର୍ଯ୍ୟା ହେରୋଦିଆଙ୍କୁ ବିବାହ କରିଥିବାରୁ ତାହାଙ୍କ ସକାଶେ ଆପେ ଲୋକ ପଠାଇ ଯୋହନଙ୍କୁ ଧରି ଓ ବାନ୍ଧି ବନ୍ଦୀଶାଳାରେ ପକାଇଥିଲେ।
Porque el mismo Heródes había enviado y prendido a Juan, y le había aprisionado en la cárcel a causa de Herodías, mujer de Felipe su hermano; porque la había tomado por mujer.
18 କାରଣ ଯୋହନ ହେରୋଦଙ୍କୁ କହୁଥିଲେ, ଆପଣା ଭାଇର ଭାର୍ଯ୍ୟାକୁ ରଖିବା ଆପଣଙ୍କର ବିଧିସଙ୍ଗତ ନୁହେଁ।
Porque Juan decía a Heródes: No te es lícito tener la mujer de tu hermano.
19 ସେଥିରେ ହେରୋଦିଆ ତାହାଙ୍କ ପ୍ରତି ଈର୍ଷାନ୍ୱିତ ହୋଇ ତାହାଙ୍କୁ ବଧ କରିବା ନିମନ୍ତେ ଇଚ୍ଛା କରୁଥିଲେ, ମାତ୍ର ପାରୁ ନ ଥିଲେ;
Por tanto Herodías le tenía ojeriza, y deseaba matarle; mas no podía;
20 କାରଣ ହେରୋଦ ଯୋହନଙ୍କୁ ଜଣେ ଧାର୍ମିକ ଓ ପବିତ୍ର ବ୍ୟକ୍ତି ଜାଣି ଭୟ କରୁଥିଲେ ଆଉ ତାହାଙ୍କୁ ରକ୍ଷା କରିବାକୁ ଚେଷ୍ଟା କରୁଥିଲେ, ପୁଣି, ତାହାଙ୍କ କଥା ଶୁଣି ଅତିଶୟ ଉଦ୍‌ବିଗ୍ନ ହେଲେ ସୁଦ୍ଧା ଆନନ୍ଦରେ ତାହା ଶୁଣୁଥିଲେ।
Porque Heródes temía a Juan, conociéndole por varón justo y santo; y le tenía respeto, y obedeciéndole hacía muchas cosas; y le oía de buena gana.
21 ପରେ ସୁଯୋଗର ଦିନ ଉପସ୍ଥିତ ହେଲା। ହେରୋଦ ଆପଣା ଜନ୍ମ ଦିନରେ ପାତ୍ର-ମନ୍ତ୍ରୀ, ପ୍ରଧାନ ପ୍ରଧାନ ସେନାପତି ଓ ଗାଲିଲୀର ବିଶିଷ୍ଟ ବ୍ୟକ୍ତିମାନଙ୍କ ନିମନ୍ତେ ରାତ୍ରି ସମୟରେ ଗୋଟିଏ ଭୋଜ ପ୍ରସ୍ତୁତ କଲେ;
Y viniendo un día oportuno, en que Heródes, en la fiesta de su nacimiento, hacía cena a sus príncipes y tribunos, y a los principales de Galilea,
22 ଆଉ ହେରୋଦିଆଙ୍କ ନିଜର କନ୍ୟା ଭିତରକୁ ଆସି ନୃତ୍ୟ କରି ହେରୋଦ ଓ ତାହାଙ୍କ ସହିତ ଭୋଜରେ ଉପବିଷ୍ଟ ବ୍ୟକ୍ତିମାନଙ୍କୁ ମୁଗ୍ଧ କରିଦେଲା। ସେଥିରେ ରାଜା ବାଳିକାକୁ କହିଲେ, ଯାହା ଇଚ୍ଛା କରୁଅଛ, ମାଗ, ଆମ୍ଭେ ତୁମ୍ଭକୁ ତାହା ଦେବା।
Y entrando la hija de Herodías, y danzando, y agradando a Heródes, y a los que estaban con él a la mesa, el rey dijo a la moza: Pídeme lo que quisieres, que yo te lo daré.
23 ପୁଣି, ସେ ତାହା ନିକଟରେ ଶପଥ କଲେ, ତୁମ୍ଭେ ଆମ୍ଭକୁ ଯାହା କିଛି ମାଗିବ, ରାଜ୍ୟର ଅର୍ଦ୍ଧେକ ପର୍ଯ୍ୟନ୍ତ ଆମ୍ଭେ ତୁମ୍ଭକୁ ଦେବା।
Y le juró: Todo lo que me pidieres te daré hasta la mitad de mi reino.
24 ତହିଁରେ ସେ ବାହାରିଯାଇ ଆପଣା ମାତାଙ୍କୁ ପଚାରିଲା, ମୁଁ କଅଣ ମାଗିବି? ସେ କହିଲେ ବାପ୍ତିଜକ ଯୋହନର ମସ୍ତକ।
Y saliendo ella, dijo a su madre: ¿Qué pediré? Y ella dijo: La cabeza de Juan el Bautista.
25 ସେହିକ୍ଷଣି ସେ ରାଜାଙ୍କ ନିକଟକୁ ଶୀଘ୍ର ଆସି ଏହା କହି ମାଗିଲା, ମୋହର ଇଚ୍ଛା ଯେ, ଆପଣ ବାପ୍ତିଜକ ଯୋହନର ମସ୍ତକ ଗୋଟିଏ ଥାଳିରେ ମୋତେ ଏହିକ୍ଷଣି ଦିଅନ୍ତୁ।
Entonces ella entró prestamente al rey, y pidió, diciendo: Quiero que ahora luego me des en un plato la cabeza de Juan el Bautista.
26 ଏଥିରେ ରାଜା ଅତ୍ୟନ୍ତ ଦୁଃଖିତ ହେଲେ ସୁଦ୍ଧା ଆପଣା ଶପଥ ଓ ଭୋଜନୋପବିଷ୍ଟ ବ୍ୟକ୍ତିମାନଙ୍କ ହେତୁ ମନା କରିବାକୁ ଇଚ୍ଛା କଲେ ନାହିଁ।
Y el rey se entristeció mucho; mas a causa del juramento, y de los que estaban con él a la mesa, no quiso negárse lo.
27 ଏଣୁ ରାଜା ସେହିକ୍ଷଣି ଜଣେ ସୈନ୍ୟ ପଠାଇ ତାହାଙ୍କର ମସ୍ତକ ଆଣିବା ନିମନ୍ତେ ଆଜ୍ଞା ଦେଲେ। ସେଥିରେ ସେ ଯାଇ ବନ୍ଦୀଶାଳାରେ ତାହାଙ୍କ ମସ୍ତକ ଛେଦନ କଲା,
Y luego el rey, enviando uno de la guardia, mandó que fuese traída su cabeza. El cual fue, y le degolló en la cárcel.
28 ଆଉ ତାହା ଗୋଟିଏ ଥାଳିରେ ଆଣି ବାଳିକାକୁ ଦେଲା, ପୁଣି, ବାଳିକା ତାହା ଘେନି ନିଜ ମାତାଙ୍କୁ ଦେଲା।
Y trajo su cabeza en un plato, y la dio a la moza, y la moza la dio a su madre.
29 ତାହାଙ୍କ ଶିଷ୍ୟମାନେ ସେଥିର ସମ୍ବାଦ ପାଇ ଆସିଲେ ଓ ତାହାଙ୍କ ଶବ ଘେନିଯାଇ ସମାଧିରେ ରଖିଲେ।
Y oyéndo lo sus discípulos, vinieron, y tomaron su cuerpo, y le pusieron en un sepulcro.
30 ପରେ ପ୍ରେରିତମାନେ ଯୀଶୁଙ୍କ ନିକଟରେ ଏକତ୍ର ହେଲେ, ଆଉ ସେମାନେ ଯାହା ଯାହା କରିଥିଲେ ଓ ଯାହା ଯାହା ଶିକ୍ଷା ଦେଇଥିଲେ, ସେହିସବୁ ତାହାଙ୍କୁ ଜଣାଇଲେ।
Y los apóstoles se juntaron a Jesús, y le contaron todo lo que habían hecho, y lo que habían enseñado.
31 ସେଥିରେ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଅଲଗା ହୋଇ ଗୋଟିଏ ନିର୍ଜନ ସ୍ଥାନକୁ ଯାଇ କିଛି ସମୟ ବିଶ୍ରାମ କର।” କାରଣ ଅନେକ ଲୋକ ଯିବା ଆସିବା କରୁଥିବାରୁ ସେମାନଙ୍କର ଭୋଜନ କରିବାକୁ ସୁଦ୍ଧା ସୁଯୋଗ ନ ଥିଲା।
Y él les dijo: Veníd vosotros aparte a un lugar desierto, y reposád un poco; porque eran muchos los que iban y venían, que ni aun tenían lugar de comer.
32 ତହିଁରେ ସେମାନେ ଅଲଗା ହୋଇ ନୌକାରେ ଗୋଟିଏ ନିର୍ଜନ ସ୍ଥାନକୁ ବାହାରିଗଲେ।
Y se fueron en una nave a un lugar desierto aparte.
33 କିନ୍ତୁ ଅନେକେ ସେମାନଙ୍କୁ ବାହାରି ଯିବାର ଦେଖିଲେ ଓ ଚିହ୍ନିଲେ, ପୁଣି, ଲୋକମାନେ ସମସ୍ତ ନଗରରୁ ପାଦଗତିରେ ସେଠାକୁ ଏକତ୍ର ଦୌଡ଼ିଯାଇ ସେମାନଙ୍କ ଆଗରେ ପହଞ୍ଚିଲେ।
Y los vieron ir muchos, y lo conocieron; y concurrieron allá muchos a pie de las ciudades, y vinieron antes que ellos, y se juntaron a él.
34 ସେ ନୌକାରୁ ବାହାରି ବହୁସଂଖ୍ୟକ ଲୋକଙ୍କୁ ଦେଖି ସେମାନଙ୍କ ପ୍ରତି ଦୟାରେ ବିଗଳିତ ହେଲେ, କାରଣ ସେମାନେ ଅରକ୍ଷକ ମେଷ ପରି ଥିଲେ; ପୁଣି, ସେ ସେମାନଙ୍କୁ ଅନେକ ବିଷୟ ଶିକ୍ଷା ଦେବାକୁ ଲାଗିଲେ।
Y saliendo Jesús vio una grande multitud, y tuvo misericordia de ellos, porque eran como ovejas sin pastor; y les comenzó a enseñar muchas cosas.
35 ବେଳ ବହୁତ ହେବାରୁ ତାହାଙ୍କ ଶିଷ୍ୟମାନେ ତାହାଙ୍କ ନିକଟକୁ ଆସି କହିଲେ, ଏ ସ୍ଥାନ ତ ନିର୍ଜନ, ପୁଣି, ବହୁତ ବେଳ ହେଲାଣି;
Y como ya fue el día muy entrado, sus discípulos llegaron a él, diciendo: El lugar es desierto, y el día es ya muy entrado,
36 ଲୋକମାନେ ଯେପରି ଚତୁର୍ଦ୍ଦିଗରେ ପଲ୍ଲୀ ଓ ଗ୍ରାମମାନଙ୍କୁ ଯାଇ ଆପଣା ଆପଣା ନିମନ୍ତେ ଖାଇବା ପାଇଁ କିଛି କିଣନ୍ତି, ଏଥିନିମନ୍ତେ ସେମାନଙ୍କୁ ବିଦାୟ ଦିଅନ୍ତୁ।
Envíalos para que vayan a los cortijos y aldeas de al derredor, y compren para sí pan, porque no tienen que comer.
37 କିନ୍ତୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ସେମାନଙ୍କୁ ଭୋଜନ କରାଅ।” ସେମାନେ ତାହାଙ୍କୁ କହିଲେ, ଆମ୍ଭେମାନେ କଅଣ ଯାଇ ଦୁଇ ଶହ ଦିନର ମଜୁରୀ ସମାନ ମୂଲ୍ୟର ରୁଟି କିଣି ଏମାନଙ୍କୁ ଭୋଜନ କରାଇବା?
Y respondiendo él, les dijo: Dádles de comer vosotros; y le dijeron: ¿Qué? ¿iremos a comprar pan por doscientos denarios, para darles de comer?
38 ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ପାଖରେ କେତୋଟି ରୁଟି ଅଛି? ଯାଇ ଦେଖ।” ସେମାନେ ବୁଝି ଆସି ତାହାଙ୍କୁ କହିଲେ, ପାଞ୍ଚୋଟି, ପୁଣି, ଦୁଇଟି ମାଛ।
Y él les dice: ¿Cuántos panes tenéis? Id, y védlo. Y sabiéndolo ellos, dijeron: Cinco, y dos peces.
39 ସେଥିରେ ସମସ୍ତେ ଯେପରି ଦଳ ଦଳ ହୋଇ କଅଁଳ ଘାସ ଉପରେ ବସନ୍ତି, ଏଥିପାଇଁ ସେ ସେମାନଙ୍କୁ ଆଜ୍ଞା ଦେଲେ।
Y les mandó que hiciesen recostar a todos por ranchos sobre la yerba verde.
40 ତହିଁରେ ସେମାନେ ଶହ ଶହ ଓ ପଚାଶ ପଚାଶ ଜଣ କରି ଦଳ ଦଳ ହୋଇ ବସିଲେ।
Y se recostaron por partes, por ranchos, de ciento en ciento, y de cincuenta en cincuenta.
41 ପୁଣି ଯୀଶୁ ସେହି ପାଞ୍ଚୋଟି ରୁଟି ଓ ଦୁଇଟି ମାଛ ଘେନି ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି ଆଶୀର୍ବାଦ କଲେ ଏବଂ ରୁଟିଗୁଡ଼ିକ ଭାଙ୍ଗି ଲୋକମାନଙ୍କୁ ପରିବେଷଣ କରିବା ନିମନ୍ତେ ଶିଷ୍ୟମାନଙ୍କୁ ଦେବାକୁ ଲାଗିଲେ। ପୁଣି, ସେହି ଦୁଇ ମାଛ ସେ ସମସ୍ତଙ୍କ ମଧ୍ୟରେ ଭାଗ କରିଦେଲେ।
Y tomados los cinco panes y los dos peces, mirando al cielo, bendijo, y rompió los panes, y dio a sus discípulos para que les pusiesen delante. Y los dos peces repartió entre todos.
42 ସେଥିରେ ସମସ୍ତେ ଭୋଜନ କରି ତୃପ୍ତ ହେଲେ,
Y comieron todos, y se hartaron.
43 ଆଉ ସେମାନେ ଭଙ୍ଗା ରୁଟିର ବଳକା ଉଠାଇ ବାର ଟୋକେଇ ଭର୍ତ୍ତି କଲେ ଏବଂ ଭାଗ କରାଯାଇଥିବା ମାଛରୁ ମଧ୍ୟ କିଛି କିଛି ଗୋଟାଇଲେ।
Y alzaron de los pedazos doce esportones llenos, y de los peces.
44 ରୁଟି ଖାଇବା ଲୋକମାନେ ପାଞ୍ଚ ହଜାର ପୁରୁଷ ଥିଲେ।
Y eran los que comieron de los panes cinco mil varones.
45 ସେହିକ୍ଷଣି ସେ ଆପଣା ଶିଷ୍ୟମାନଙ୍କୁ ନୌକାରେ ଚଢ଼ି ବେଥ୍‌ସାଇଦା ଆଡ଼କୁ ଅପର ପାରିକୁ ଆଗରେ ଯିବା ପାଇଁ ବଳାଇଲେ, ପୁଣି, ସେ ଇତିମଧ୍ୟରେ ଲୋକସମୂହକୁ ବିଦାୟ ଦେଲେ।
Y luego dio priesa a sus discípulos a subir en la nave, e ir delante de él a la otra parte a Betsaida, entre tanto que él despedía la multitud.
46 ସେମାନଙ୍କଠାରୁ ବିଦାୟ ନେଲା ଉତ୍ତାରେ ଯୀଶୁ ପ୍ରାର୍ଥନା କରିବା ନିମନ୍ତେ ପର୍ବତକୁ ଗଲେ।
Y después que los hubo despedido, se fue al monte a orar.
47 ସନ୍ଧ୍ୟା ହେବା ପରେ ନୌକାଟି ସମୁଦ୍ରର ମଧ୍ୟଭାଗରେ ଥିଲା ଓ ସେ ସ୍ଥଳରେ ଏକାକୀ ଥିଲେ।
Y como fue la tarde, la nave estaba en medio de la mar, y él solo en tierra.
48 ପ୍ରତିକୂଳ ବାୟୁ ହେତୁ ସେମାନଙ୍କୁ ନୌକା ବାହିବାରେ କଷ୍ଟ ପାଉଥିବା ଦେଖି ସେ ପ୍ରାୟ ରାତ୍ରିର ଚତୁର୍ଥ ପ୍ରହରରେ ସମୁଦ୍ର ଉପରେ ଚାଲି ସେମାନଙ୍କ ପାଖକୁ ଆସିଲେ, ଆଉ ସେମାନଙ୍କ ପାଖ ଦେଇ ଆଗକୁ ଚାଲିବା ପାଇଁ ଉଦ୍ୟତ ଥିଲେ।
Y los vio que se trabajaban navegando, porque el viento les era contrario; y cerca de la cuarta vela de la noche vino a ellos andando sobre la mar, y quería pasarlos.
49 କିନ୍ତୁ ସେମାନେ ତାହାଙ୍କୁ ସମୁଦ୍ର ଉପରେ ଚାଲିବା ଦେଖି ଭୂତ ବୋଲି ଭାବି ଚିତ୍କାର କଲେ,
Y viéndole ellos, que andaba sobre la mar, pensaron que era fantasma, y dieron voces;
50 କାରଣ ସମସ୍ତେ ତାହାଙ୍କୁ ଦେଖି ଉଦ୍‌ବିଗ୍ନ ହୋଇଥିଲେ। ମାତ୍ର ସେ ସେହିକ୍ଷଣି ସେମାନଙ୍କ ସହିତ କଥାବାର୍ତ୍ତା କରି ସେମାନଙ୍କୁ କହିଲେ, “ସାହସ ଧର, ଏ ତ ମୁଁ, ଭୟ କର ନାହିଁ।”
Porque todos le veían, y se turbaron. Mas luego habló con ellos, y les dijo: Aseguráos, yo soy: no tengáis miedo.
51 ପୁଣି, ସେ ସେମାନଙ୍କ ନିକଟକୁ ଯାଇ ନୌକାରେ ଚଢ଼ିଲେ, ଆଉ ପବନ ବନ୍ଦ ହେଲା। ସେଥିରେ ସେମାନେ ମନେ ମନେ ଅତ୍ୟନ୍ତ ଆଚମ୍ଭିତ ହେଲେ,
Y subió a ellos en la nave, y el viento reposó, y ellos en gran manera estaban fuera de sí, y se maravillaban;
52 କାରଣ ରୁଟିର ଘଟଣାରେ ସେମାନଙ୍କର ଜ୍ଞାନ ଜନ୍ମି ନ ଥିଲା, ଯେଣୁ ସେମାନଙ୍କ ହୃଦୟ ଜଡ଼ ହୋଇଥିଲା।
Porque aun no entendían el milagro de los panes; porque sus corazones estaban endurecidos.
53 ସେମାନେ ପାର ହୋଇ ଗିନ୍ନେସରତ ଅଞ୍ଚଳରେ ପହଞ୍ଚି କୂଳରେ ନୌକା ବାନ୍ଧିଲେ।
Y cuando fueron a la otra parte, vinieron a tierra de Genesaret, y tomaron puerto.
54 ଆଉ ସେମାନେ ନୌକାରୁ ଓହ୍ଲାନ୍ତେ ଲୋକମାନେ ସେହିକ୍ଷଣି ତାହାଙ୍କୁ ଚିହ୍ନି,
Y saliendo ellos de la nave, luego le conocieron.
55 ସେହି ସମସ୍ତ ଅଞ୍ଚଳର ଚାରିଆଡ଼େ ଦୌଡ଼ିଗଲେ, ପୁଣି, ସେ ଯେଉଁ ଯେଉଁ ସ୍ଥାନରେ ଅଛନ୍ତି ବୋଲି ଶୁଣିଲେ, ସେହି ସେହି ସ୍ଥାନକୁ ପୀଡ଼ିତ ଲୋକମାନଙ୍କୁ ଖଟିଆରେ ବହି ଆଣିବାକୁ ଲାଗିଲେ।
Y corriendo por toda la tierra de al derredor, comenzaron a traer de todas partes enfermos en lechos, como oyeron que estaba allí.
56 ପୁଣି, ସେ ଯେଉଁ ଯେଉଁ ଗ୍ରାମ, ନଗର ବା ପଲ୍ଲୀରେ ପ୍ରବେଶ କଲେ, ଲୋକେ ସେହିସବୁ ସ୍ଥାନର ହାଟବଜାର-ମାନଙ୍କରେ ରୋଗୀମାନଙ୍କୁ ଥୋଇଦେଇ, ସେମାନେ ଯେପରି ତାହାଙ୍କ ବସ୍ତ୍ରର ଝୁମ୍ପା ଛୁଅନ୍ତି, ଏହା ତାହାଙ୍କୁ ବିନତି କରିବାକୁ ଲାଗିଲେ; ଆଉ ଯେତେ ଲୋକ ତାହାଙ୍କୁ ଛୁଇଁଲେ, ସମସ୍ତେ ସୁସ୍ଥ ହେଲେ।
Y donde quiera que entraba, en aldeas, o ciudades, o heredades, ponían en las calles los que estaban enfermos, y le rogaban que tocasen siquiera el borde de su vestido, y todos los que le tocaban quedaron sanos.

< ମାର୍କ 6 >