< ମାଥିଉ 19 >

1 ଯୀଶୁ ଏହି ସମସ୍ତ କଥା ସମାପ୍ତ କରିବା ପରେ ଗାଲିଲୀରୁ ଚାଲିଯାଇ ଯର୍ଦ୍ଦନ ନଦୀର ଆରପାରରେ ଥିବା ଯିହୂଦିୟା ପ୍ରଦେଶ ସୀମାରେ ଉପସ୍ଥିତ ହେଲେ।
Zvino zvakaitika apo Jesu apedza mashoko awa, akabva kuGarirea, akasvika kumiganhu yeJudhiya mhiri kweJoridhani.
2 ପୁଣି, ବହୁସଂଖ୍ୟକ ଲୋକ ତାହାଙ୍କ ପଛେ ପଛେ ଗଲେ, ଆଉ ସେ ସେଠାରେ ସେମାନଙ୍କୁ ସୁସ୍ଥ କଲେ।
Zvaunga zvikuru zvikamutevera, akazviporesapo.
3 ଏହି ସମୟରେ ଫାରୂଶୀମାନେ ତାହାଙ୍କ ପାଖକୁ ଆସି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ଯେକୌଣସି କାରଣରୁ ଆପଣା ସ୍ତ୍ରୀ କି ପରିତ୍ୟାଗ କରିବା କଅଣ ନ୍ୟାୟସଙ୍ଗତ?
VaFarisi vakauyawo kwaari, vachimuidza vachiti kwaari: Zvinotenderwa here kumunhu kuramba mukadzi wake nemhaka ipi neipi?
4 ସେ ଉତ୍ତର ଦେଲେ, “ତୁମ୍ଭେମାନେ କଅଣ ପାଠ କରି ନାହଁ ଯେ, ସୃଷ୍ଟିକର୍ତ୍ତା ଆଦ୍ୟରୁ ସେମାନଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ,”
Akapindura, akati kwavari: Hamuna kurava here, kuti iye wakavaita kubva pakutanga wakavaita murume nemukadzi?
5 ଆଉ କହିଲେ, “ଏହି କାରଣରୁ ପୁରୁଷ ପିତାମାତାଙ୍କୁ ପରିତ୍ୟାଗ କରି ନିଜ ସ୍ତ୍ରୀଠାରେ ଆସକ୍ତ ହେବ, ଆଉ ସେ ଦୁହେଁ ଏକାଙ୍ଗ ହେବେ?”
Akati: Nekuda kwaizvozvi munhu achasiya baba namai, uye achanamatira kumukadzi wake; avo vaviri vachava nyama imwe.
6 “ଏଣୁ ସେମାନେ ଆଉ ଦୁଇ ନୁହଁନ୍ତି, କିନ୍ତୁ ଏକାଙ୍ଗ ଅଟନ୍ତି। ଅତଏବ ଈଶ୍ବର ଯାହା ସଂଯୁକ୍ତ କରିଅଛନ୍ତି, ମନୁଷ୍ୟ ତାହା ଅଲଗା ନ କରୁ।”
Naizvozvo havachisiri vaviri, asi nyama imwe. Naizvozvo izvo Mwari zvaakabatanidza munhu ngaarege kuparadzanisa.
7 ସେମାନେ ତାହାଙ୍କୁ ପଚାରିଲେ, ତେବେ ମୋଶା କାହିଁକି ତ୍ୟାଗପତ୍ର ଦେଇ ସ୍ତ୍ରୀକୁ ପରିତ୍ୟାଗ କରିବା ନିମନ୍ତେ ଆଜ୍ଞା ଦେଲେ?
Vakati kwaari: Mozisi wakagorairei kupa rugwaro rwekurambana, nekumuramba?
8 ଯୀଶୁ ସେମାନଙ୍କୁ କହିଲେ, “କାରଣ ତୁମ୍ଭମାନଙ୍କ ହୃଦୟର କଠିନତା ଦେଖି ମୋଶା ତୁମ୍ଭମାନଙ୍କୁ ଆପଣା ଆପଣା ସ୍ତ୍ରୀ କି ପରିତ୍ୟାଗ କରିବାକୁ ଅନୁମତି ଦେଲେ, କିନ୍ତୁ ଆଦ୍ୟରୁ ସେପରି ନ ଥିଲା।”
Akati kwavari: Nekuda kweukukutu hwemoyo yenyu Mozisi wakakutenderai kuramba vakadzi venyu; asi kubva pakutanga zvakange zvisina kudaro.
9 “ମାତ୍ର ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଆପଣା ସ୍ତ୍ରୀ କି ବ୍ୟଭିଚାର ଦୋଷ ବିନା ଅନ୍ୟ କାରଣରୁ ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ସେ ବ୍ୟଭିଚାର କରେ।”
Asi ndinoti kwamuri: Ani nani anoramba mukadzi wake, kunze kwemhaka yeupombwe, akawana umwe, anopomba; neanowana wakarambwa anopomba.
10 ଶିଷ୍ୟମାନେ ତାହାଙ୍କୁ କହିଲେ, ସ୍ତ୍ରୀ ସହିତ ମନୁଷ୍ୟର ଯଦି ଏହି ପ୍ରକାର ସମ୍ଵନ୍ଧ, ତେବେ ବିବାହ କରିବା ଭଲ ନୁହେଁ।
Vadzidzi vake vakati kwaari: Kana nyaya yemunhu nemukadzi yakadaro, hazvibatsiri kuwana.
11 କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ସମସ୍ତେ ଏହି କଥା ଗ୍ରହଣ କରିପାରନ୍ତି ନାହିଁ, କେବଳ ଯେଉଁମାନଙ୍କୁ କ୍ଷମତା ଦିଆଯାଇଅଛି, ସେମାନେ କରିପାରନ୍ତି।
Asi akati kwavari: Vese havagamuchiri shoko iri, kunze kwevakaripiwa.
12 କାରଣ କେହି କେହି ମାତାର ଗର୍ଭରୁ ନପୁଂସକ ହୋଇ ଜନ୍ମ ହୋଇଅଛନ୍ତି, ଆଉ କେହି କେହି ମନୁଷ୍ୟମାନଙ୍କ ଦ୍ୱାରା ନପୁଂସକ କରାଯାଇଅଛନ୍ତି, ପୁଣି, ଆଉ କେହି କେହି ସ୍ୱର୍ଗରାଜ୍ୟ ସକାଶେ ଆପଣା ଆପଣାକୁ ନପୁଂସକ କରିଅଛନ୍ତି। ଯେଉଁ ଲୋକ ଗ୍ରହଣ କରିପାରେ, ସେ ଗ୍ରହଣ କରୁ।”
Nokuti kune vatenwa, vakaberekwa vakadaro kubva mudumbu ramai; uye kune vatenwa, vakaitwa vatenwa nevanhu; uye kune vatenwa vakazviita vatenwa nekuda kweushe hwekumatenga. Anogona kugamuchira izvi, ngaagamuchire.
13 ସେତେବେଳେ ଯୀଶୁ ଯେପରି ଶିଶୁମାନଙ୍କ ଉପରେ ହାତ ରଖି ପ୍ରାର୍ଥନା କରନ୍ତି, ଏଥିପାଇଁ ସେମାନେ ତାହାଙ୍କ ନିକଟକୁ ଅଣାଗଲେ। ମାତ୍ର ଶିଷ୍ୟମାନେ ଆଣୁଥିବା ଲୋକମାନଙ୍କୁ ଧମକ ଦେଲେ।
Zvino kwakauyiswa kwaari vana vadiki, kuti aise maoko pamusoro pavo, anyengetere; asi vadzidzi vakavatsiura.
14 କିନ୍ତୁ ଯୀଶୁ କହିଲେ, “ଶିଶୁମାନଙ୍କୁ ଛାଡ଼ିଦିଅ, ସେମାନଙ୍କୁ ମୋ ପାଖକୁ ଆସିବାକୁ ମନା କର ନାହିଁ, କାରଣ ସ୍ୱର୍ଗରାଜ୍ୟ ଏହି ପ୍ରକାର ଲୋକମାନଙ୍କର।”
Asi Jesu wakati: Tenderai vana vadiki, musavadzivisa kuuya kwandiri; nokuti ushe hwekumatenga ndehwevakadai.
15 ଆଉ, ସେ ସେମାନଙ୍କ ଉପରେ ହାତ ରଖି ସେଠାରୁ ଚାଲିଗଲେ।
Akaisa maoko pamusoro pavo, akabvapo.
16 ଆଉ ଦେଖ, ଜଣେ ତାହାଙ୍କ ନିକଟକୁ ଆସି ପଚାରିଲେ, ହେ ଗୁରୁ, ଅନନ୍ତ ଜୀବନ ପ୍ରାପ୍ତ ହେବା ନିମନ୍ତେ ମୁଁ କେଉଁ ସତ୍କର୍ମ କରିବି? (aiōnios g166)
Zvino tarira, kwakaswedera umwe akati kwaari: Mudzidzisi wakanaka, ndingaita chinhu chakanaka chipi kuti ndive neupenyu husingaperi? (aiōnios g166)
17 ସେ ତାହାଙ୍କୁ କହିଲେ, “ସତ୍ ବିଷୟରେ ମୋତେ କାହିଁକି ପଚାରୁଅଛ? ସତ୍ କେବଳ ଜଣେ; କିନ୍ତୁ ତୁମ୍ଭେ ଯଦି ଜୀବନରେ ପ୍ରବେଶ କରିବାକୁ ଇଚ୍ଛା କର, ତେବେ ଆଜ୍ଞାସବୁ ପାଳନ କର।”
Akati kwaari: Unondiidzirei wakanaka? Hakuna wakanaka, kunze kweumwe, ndiye Mwari. Asi kana uchida kupinda muupenyu, chengeta mirairo.
18 ସେ ତାହାଙ୍କୁ ପଚାରିଲେ, କି କି ପ୍ରକାର ଆଜ୍ଞା? ଯୀଶୁ କହିଲେ, “ଏହିସବୁ, ନରହତ୍ୟା କର ନାହିଁ, ବ୍ୟଭିଚାର କର ନାହିଁ, ଚୋରି କର ନାହିଁ, ମିଥ୍ୟା ସାକ୍ଷ୍ୟ ଦିଅ ନାହିଁ,
Akati kwaari: Ipi? Jesu ndokuti: Usauraya, usapomba, usaba, usapupura nhema,
19 ପିତାମାତାଙ୍କୁ ସମାଦର କର; ପୁଣି, ତୁମ୍ଭର ପଡୋଶୀକି ଆତ୍ମତୁଲ୍ୟ ପ୍ରେମ କର।”
kudza baba vako namai, uye, ude umwe wako sezvaunozvida iwe.
20 ସେହି ଯୁବକ ତାହାଙ୍କୁ କହିଲେ, ଏହି ସମସ୍ତ ମୁଁ ପାଳନ କରିଅଛି, ମୋହର ଆଉ କଅଣ ଉଣା ଅଛି?
Jaya rikati kwaari: Izvozvi zvese ndakazvichengeta kubva paudiki hwangu; ndichiri kushaiwei?
21 ଯୀଶୁ ତାହାଙ୍କୁ କହିଲେ, “ଯଦି ତୁମ୍ଭେ ସିଦ୍ଧ ହେବାକୁ ଇଚ୍ଛା କର, ତେବେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ଦରିଦ୍ରମାନଙ୍କୁ ଦାନ କର, ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର।”
Jesu akati kwariri: Kana uchida kuva wakaperera, enda utengese zvaunazvo upe varombo, uye uchava nefuma kudenga; ugouya pano unditevere.
22 କିନ୍ତୁ ଏହି କଥା ଶୁଣି ଯୁବକଟି ଦୁଃଖିତ ହୋଇ ଚାଲିଗଲେ, କାରଣ ତାଙ୍କର ବହୁତ ସମ୍ପତ୍ତି ଥିଲା।
Asi jaya rakati ranzwa shoko iro rikaenda richishungurudzika; nokuti rakange rine nhumbi zhinji.
23 ସେଥିରେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଧନୀ ଲୋକ ଅତି କଷ୍ଟରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ।
Jesu akati kuvadzidzi vake: Zvirokwazvo ndinoti kwamuri: Mufumi ucharemerwa kupinda muushe hwekumatenga.
24 ପୁନଶ୍ଚ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ବରଙ୍କ ରାଜ୍ୟରେ ଧନୀଲୋକଙ୍କର ପ୍ରବେଶ କରିବା ଅପେକ୍ଷା ବରଂ ଛୁଞ୍ଚିର ଛିଦ୍ର ଦେଇ ଓଟର ପ୍ରବେଶ କରିବା ସହଜ।”
Ndinotizve kwamuri: Zvakarerukira kamera kudarika nemuburi retsono, kumufumi kupinda muushe hwaMwari.
25 ଶିଷ୍ୟମାନେ ଏହା ଶୁଣି ଆଶ୍ଚର୍ଯ୍ୟାନ୍ୱିତ ହୋଇ କହିଲେ, ତେବେ କିଏ ପରିତ୍ରାଣ ପାଇ ପାରେ?
Vadzidzi vake vakati vazvinzwa, vakashamisika kwazvo, vachiti: Saka ndiani angagona kuponeswa?
26 ଯୀଶୁ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, “ଏହା ମନୁଷ୍ୟର ଅସାଧ୍ୟ, କିନ୍ତୁ ଈଶ୍ବରଙ୍କର ସମସ୍ତ ସାଧ୍ୟ।”
Asi Jesu wakatarira akati kwavari: Kuvanhu izvi hazvibviri, asi kuna Mwari zvese zvinobvira.
27 ସେଥିରେ ପିତର ତାହାଙ୍କୁ ଉତ୍ତର ଦେଲେ, ଦେଖନ୍ତୁ, ଆମ୍ଭେମାନେ ସମସ୍ତ ପରିତ୍ୟାଗ କରି ଆପଣଙ୍କ ଅନୁଗାମୀ ହୋଇଅଛୁ; ଆମ୍ଭେମାନେ ତେବେ କଅଣ ପାଇବା?
Ipapo Petro akapindura, akati kwaari: Tarirai, isu takasiya zvese, tikakuteverai; zvino tichava nei?
28 ଯୀଶୁ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ନୂତନ ସୃଷ୍ଟିରେ ଯେତେବେଳେ ମନୁଷ୍ୟପୁତ୍ର ଆପଣା ଗୌରବମୟ ସିଂହାସନରେ ଉପବେଶନ କରିବେ, ସେତେବେଳେ, ମୋହର ଅନୁଗାମୀ ହୋଇଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ମଧ୍ୟ ଦ୍ୱାଦଶ ସିଂହାସନରେ ଉପବେଶନ କରି ଇସ୍ରାଏଲର ଦ୍ୱାଦଶ ଗୋଷ୍ଠୀକୁ ଶାସନ କରିବ।”
Jesu akati kwavari: Zvirokwazvo ndinoti kwamuri: Imwi makanditevera, pakuberekwa kutsva kana Mwanakomana wemunhu agara pachigaro cheushe chekubwinya kwake, imwiwo muchagara pazvigaro zveushe gumi nezviviri, muchitonga marudzi gumi nemaviri aIsraeri.
29 “ପୁଣି, ଯେ କେହି ମୋହର ନାମ ସକାଶେ ଗୃହ କି ଭାଇ କି ଭଉଣୀ କି ପିତା କି ମାତା କି ସନ୍ତାନସନ୍ତତି କି ଭୂମି ପରିତ୍ୟାଗ କରେ, ସେ ବହୁଗୁଣ ପାଇବ, ପୁଣି, ଅନନ୍ତ ଜୀବନର ଅଧିକାରୀ ହେବ। (aiōnios g166)
Uye umwe neumwe wakasiya dzimba, kana vanin'ina nemadzikoma, kana hanzvadzi, kana baba, kana mai, kana mukadzi, kana vana, kana minda, nekuda kwezita rangu, uchagamuchira zvine zana, akagara nhaka yeupenyu husingaperi. (aiōnios g166)
30 କିନ୍ତୁ ପ୍ରଥମେ ଥିବା ଅନେକ ଲୋକ ଶେଷରେ ପଡ଼ିବେ ଓ ଶେଷରେ ଥିବା ଅନେକ ଲୋକ ପ୍ରଥମ ହେବେ।”
Asi vazhinji vekutanga vachava vekupedzisira, nevekupedzisira vekutanga.

< ମାଥିଉ 19 >