< ମାଥିଉ 20 >

1 “କାରଣ ସ୍ୱର୍ଗରାଜ୍ୟ ଏପରି ଜଣେ ଗୃହକର୍ତ୍ତାଙ୍କ ସଦୃଶ, ଯେ ସକାଳ ହେବାମାତ୍ର ଆପଣା ଦ୍ରାକ୍ଷାକ୍ଷେତ୍ରରେ ମୂଲିଆ ଲଗାଇବାକୁ ବାହାରିଗଲେ।
“क्यूँकि आस्मान की बादशाही उस घर के मालिक की तरह है, जो सवेरे निकला ताकि अपने बाग़ में मज़दूर लगाए।
2 ଆଉ ସେ ମୂଲିଆମାନଙ୍କ ସହିତ ଦିନକୁ ଏକ ଦିନର ମୂଲ ପାଇଁ ଚୁକ୍ତି କରି ସେମାନଙ୍କୁ ଆପଣା ଦ୍ରାକ୍ଷାକ୍ଷେତ୍ରକୁ ପଠାଇଲେ।
उसने मज़दूरों से एक दीनार रोज़ तय करके उन्हें अपने बाग़ में भेज दिया।
3 ପୁଣି, ପ୍ରାୟ ନଅଟା ସମୟରେ ବାହାରିଯାଇ ବଜାରରେ ଅନ୍ୟମାନଙ୍କୁ ନିଷ୍କର୍ମା ହୋଇ ଠିଆ ହୋଇଥିବା ଦେଖି ସେମାନଙ୍କୁ ମଧ୍ୟ କହିଲେ,
फिर पहर दिन चढ़ने के क़रीब निकल कर उसने औरों को बाज़ार में बेकार खड़े देखा,
4 ‘ତୁମ୍ଭେମାନେ ସୁଦ୍ଧା ଦ୍ରାକ୍ଷାକ୍ଷେତ୍ରକୁ ଯାଅ, ପୁଣି, ଯାହା ଉଚିତ୍, ତାହା ତୁମ୍ଭମାନଙ୍କୁ ଦେବି;’ ଆଉ ସେମାନେ ଗଲେ।
और उन से कहा, 'तुम भी बाग़ में चले जाओ, जो वाजिब है तुम को दूँगा। पस वो चले गए।
5 ପୁଣି, ଥରେ ସେ ପ୍ରାୟ ବାରଟା ଓ ତିନିଟା ସମୟରେ ବାହାରିଯାଇ ସେହି ପ୍ରକାର କଲେ।
फिर उसने दोपहर और तीसरे पहर के क़रीब निकल कर वैसा ही किया।
6 ପୁଣି, ପ୍ରାୟ ପାଞ୍ଚଟା ସମୟରେ ସେ ବାହାରିଯାଇ ଆଉ କେତେକ ଜଣଙ୍କୁ ଠିଆ ହୋଇଥିବା ଦେଖି ସେମାନଙ୍କୁ ପଚାରିଲେ, ‘ତୁମ୍ଭେମାନେ କାହିଁକି ଏଠାରେ ଦିନଯାକ ନିଷ୍କର୍ମା ହୋଇ ଠିଆ ହୋଇଅଛ?’
और कोई एक घंटा दिन रहे फिर निकल कर औरों को खड़े पाया, और उनसे कहा, 'तुम क्यूँ यहाँ तमाम दिन बेकार खड़े हो?'
7 ସେମାନେ ତାହାଙ୍କୁ କହିଲେ, ‘କାରଣ କେହି ଆମ୍ଭମାନଙ୍କୁ ମୂଲ ଲଗାଇ ନାହାନ୍ତି।’ ସେ ସେମାନଙ୍କୁ କହିଲେ, ‘ତୁମ୍ଭେମାନେ ମଧ୍ୟ ଦ୍ରାକ୍ଷାକ୍ଷେତ୍ରକୁ ଯାଅ।’
उन्होंने उससे कहा, 'इस लिए कि किसी ने हम को मज़दूरी पर नहीं लगाया। उस ने उनसे कहा, 'तुम भी बाग़ में चले जाओ।”
8 ପରେ ସନ୍ଧ୍ୟା ହୁଅନ୍ତେ ଦ୍ରାକ୍ଷାକ୍ଷେତ୍ରର କର୍ତ୍ତା ଆପଣା ବେବର୍ତ୍ତାଙ୍କୁ କହିଲେ, ‘ମୂଲିଆମାନଙ୍କୁ ଡାକି ଶେଷ ଲୋକମାନଙ୍କଠାରୁ ଆରମ୍ଭ କରି ପ୍ରଥମ ଲୋକମାନଙ୍କ ପର୍ଯ୍ୟନ୍ତ ମୂଲ ଦିଅ।’
“जब शाम हुई तो बाग़ के मालिक ने अपने कारिन्दे से कहा, 'मज़दूरों को बुलाओ और पिछलों से लेकर पहलों तक उनकी मज़दूरी दे दो।
9 ସେଥିରେ ଯେଉଁମାନେ ପ୍ରାୟ ପାଞ୍ଚଟା ସମୟରେ ମୂଲ ଲଗାଯାଇଥିଲେ, ସେମାନେ ଆସି ଏକ ଦିନର ମୂଲ ଲେଖାଏଁ ପାଇଲେ।
जब वो आए जो घंटा भर दिन रहे लगाए गए थे, तो उनको एक — एक दीनार मिला।
10 ପୁଣି, ପ୍ରଥମେ ଲଗାଯାଇଥିବା ମୂଲିଆମାନେ ଆସି ଅଧିକ ପାଇବେ ବୋଲି ମନେ କଲେ; ମାତ୍ର ସେମାନେ ମଧ୍ୟ ଏକ ଦିନର ମୂଲ ଲେଖାଏଁ ପାଇଲେ।
जब पहले मज़दूर आए तो उन्होंने ये समझा कि हम को ज़्यादा मिलेगा; और उनको भी एक ही दीनार मिला।
11 କିନ୍ତୁ ତାହା ପାଇ ସେମାନେ ଘରର କର୍ତ୍ତାଙ୍କ ବିରୁଦ୍ଧରେ ବଚସା କରି କହିବାକୁ ଲାଗିଲେ,
जब मिला तो घर के मालिक से ये कह कर शिकायत करने लगे,
12 ‘ଏହି ଶେଷର ଲୋକମାନେ ଘଣ୍ଟାଏ ମାତ୍ର କାମ କଲେ, ଆଉ ଆମ୍ଭେମାନେ ଦିନଯାକ ଖଟି ଖଟି ଖରାରେ ଜଳି ପୋଡ଼ିଗଲେ ସୁଦ୍ଧା ତୁମ୍ଭେ ସେମାନଙ୍କୁ ଆମ୍ଭମାନଙ୍କ ସମାନ କଲ।’
'इन पिछलों ने एक ही घंटा काम किया है और तूने इनको हमारे बराबर कर दिया जिन्होंने दिन भर बोझ उठाया और सख़्त धूप सही?'
13 କିନ୍ତୁ ସେ ସେମାନଙ୍କ ମଧ୍ୟରୁ ଜଣକୁ ଉତ୍ତର ଦେଲେ, ‘ଭାଇ, ତୋʼ ପ୍ରତି ମୁଁ ଅନ୍ୟାୟ କରୁ ନାହିଁ; ତୁ କଅଣ ମୋ ସାଙ୍ଗରେ ଏକ ଦିନର ମୂଲ ପାଇଁ ଚୁକ୍ତି କରି ନ ଥିଲୁ?
उसने जवाब देकर उन में से एक से कहा, 'मियाँ, मैं तेरे साथ बे इन्साफ़ी नहीं करता; क्या तेरा मुझ से एक दीनार नहीं ठहरा था?
14 ତୋର ଯାହା, ତାହା ନେଇ ଚାଲିଯା, କିନ୍ତୁ ଏହି ଶେଷ ଲୋକକୁ ସୁଦ୍ଧା ତୋʼ ପରି ଦେବା ପାଇଁ ମୋହର ଇଚ୍ଛା।
जो तेरा है उठा ले और चला जा मेरी मर्ज़ी ये है कि जितना तुझे देता हूँ इस पिछले को भी उतना ही दूँ।
15 ନିଜ ସମ୍ପତ୍ତିକୁ ନିଜ ଇଚ୍ଛାନୁସାରେ ବ୍ୟବହାର କରିବାକୁ କଅଣ ମୋହର ଅଧିକାର ନାହିଁ? ନା ମୁଁ ଦାନଶୀଳ ହେବାରୁ ତୁ ଈର୍ଷାଦୃଷ୍ଟି କରୁଅଛୁ?’
क्या मुझे ठीक नहीं कि अपने माल से जो चाहूँ सो करूँ? तू इसलिए कि मैं नेक हूँ बुरी नज़र से देखता है।
16 ସେହିପରି ଶେଷରେ ଥିବା ଲୋକେ ପ୍ରଥମେ ହେବେ ଓ ପ୍ରଥମରେ ଥିବା ଲୋକେ ଶେଷରେ ପଡ଼ିବେ।”
इसी तरह आख़िर पहले हो जाएँगे और पहले आख़िर।”
17 ଯୀଶୁ ଯିରୂଶାଲମ ସହରକୁ ଯାତ୍ରା କରିବା ନିମନ୍ତେ ଉଦ୍ୟତ ହେଉଥିବା ସମୟରେ ଦ୍ୱାଦଶଙ୍କୁ ପୃଥକ୍ କରି ପଥ ମଧ୍ୟରେ ସେମାନଙ୍କୁ କହିଲେ,
और येरूशलेम जाते हुए ईसा बारह शागिर्दों को अलग ले गया; और रास्ते में उनसे कहा।
18 “ଦେଖ, ଆମ୍ଭେମାନେ ଯିରୂଶାଲମ ସହରକୁ ଯାତ୍ରା କରୁଅଛୁ, ଆଉ ମନୁଷ୍ୟପୁତ୍ର ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ହସ୍ତରେ ସମର୍ପିତ ହେବେ,
“देखो; हम येरूशलेम को जाते हैं; और इबने आदम सरदार काहिनों और फ़क़ीहों के हवाले किया जाएगा; और वो उसके क़त्ल का हुक्म देंगे।
19 ପୁଣି, ସେମାନେ ତାହାଙ୍କୁ ପ୍ରାଣ ଦଣ୍ଡାଜ୍ଞା ଦେଇ ପରିହାସ, କୋରଡ଼ା ପ୍ରହାର ଓ କ୍ରୁଶରେ ବଧ କରିବା ନିମନ୍ତେ ଅଣଯିହୁଦୀମାନଙ୍କ ହସ୍ତରେ ସମର୍ପଣ କରିବେ, ଆଉ ତୃତୀୟ ଦିବସରେ ସେ ଉଠିବେ।”
और उसे ग़ैर क़ौमों के हवाले करेंगे ताकि वो उसे ठठ्ठों में उड़ाएँ, और कोड़े मारें और मस्लूब करें और वो तीसरे दिन ज़िन्दा किया जाएगा।”
20 ସେତେବେଳେ ଜେବଦୀଙ୍କ ସ୍ତ୍ରୀ ଆପଣା ପୁତ୍ରମାନଙ୍କୁ ସାଙ୍ଗରେ ନେଇ ତାହାଙ୍କ ଛାମୁକୁ ଆସି ପ୍ରଣାମ କରି ତାହାଙ୍କଠାରୁ କିଛି ମାଗିଲେ।
उस वक़्त ज़ब्दी की बीवी ने अपने बेटों के साथ उसके सामने आकर सिज्दा किया और उससे कुछ अर्ज़ करने लगी।
21 ସେଥିରେ ସେ ତାହାଙ୍କୁ ପଚାରିଲେ, “ତୁମ୍ଭେ କଅଣ ଇଚ୍ଛା କରୁଅଛ?” ସେ ତାହାଙ୍କୁ କହିଲେ, ଆପଣଙ୍କ ରାଜ୍ୟରେ ଯେପରି ମୋହର ଏହି ଦୁଇ ପୁତ୍ରଙ୍କ ମଧ୍ୟରୁ ଜଣେ ଆପଣଙ୍କ ଦକ୍ଷିଣ ପାର୍ଶ୍ୱରେ ଓ ଅନ୍ୟ ଜଣେ ବାମ ପାର୍ଶ୍ୱରେ ବସନ୍ତି, ଏହା ଆଜ୍ଞା କରନ୍ତୁ।
उसने उससे कहा, “तू क्या चाहती है?” उस ने उससे कहा, “फ़रमा कि ये मेरे दोनों बेटे तेरी बादशाही में तेरी दहनी और बाईं तरफ़ बैठें।”
22 କିନ୍ତୁ ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ କଅଣ ମାଗୁଅଛ, ତାହା ଜାଣୁ ନାହଁ। ମୁଁ ଯେଉଁ ପାତ୍ରରେ ପାନ କରିବାକୁ ଯାଉଅଛି, ସେଥିରେ କି ତୁମ୍ଭେମାନେ ପାନ କରିପାର?”
ईसा ने जवाब में कहा, “तुम नहीं जानते कि क्या माँगते हो? जो प्याला मैं पीने को हूँ क्या तुम पी सकते हो?” उन्होंने उससे कहा, “पी सकते हैं।”
23 ସେମାନେ ତାହାଙ୍କୁ କହିଲେ, ପାରୁ। ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ମୋହର ପାତ୍ରରେ ପାନ କରିବ ସତ, କିନ୍ତୁ ମୋହର ଦକ୍ଷିଣ ଓ ବାମ ପାର୍ଶ୍ୱରେ ବସିବାକୁ ଦେବା ମୋହର ଅଧିକାରର ବିଷୟ ନୁହେଁ, ବରଂ ଯେଉଁମାନଙ୍କ ନିମନ୍ତେ ମୋହର ପିତାଙ୍କ ଦ୍ୱାରା ସ୍ଥାନ ପ୍ରସ୍ତୁତ କରାଯାଇଅଛି, ସେମାନେ ବସିବେ।”
उसने उनसे कहा “मेरा प्याला तो पियोगे, लेकिन अपने दहने बाएँ किसी को बिठाना मेरा काम नहीं; मगर जिनके लिए मेरे बाप की तरफ़ से तैयार किया गया उन्हीं के लिए है।”
24 ଅନ୍ୟ ଦଶ ଜଣ ଶିଷ୍ୟ ଏହା ଶୁଣି ସେହି ଦୁଇ ଭାଇଙ୍କ ଉପରେ ବିରକ୍ତ ହେଲେ।
जब शागिर्दों ने ये सुना तो उन दोनों भाइयों से ख़फ़ा हुए।
25 କିନ୍ତୁ ଯୀଶୁ ସେମାନଙ୍କୁ ପାଖକୁ ଡାକି କହିଲେ, “ଅଣଯିହୁଦୀମାନଙ୍କ ଶାସନକର୍ତ୍ତାମାନେ ସେମାନଙ୍କ ଉପରେ ପ୍ରଭୁତ୍ୱ କରନ୍ତି ଓ ମହାନ ବ୍ୟକ୍ତିମାନେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରନ୍ତି, ଏହା ତୁମ୍ଭେମାନେ ଜାଣ।
मगर ईसा ने उन्हें पास बुलाकर कहा “तुम जानते हो कि ग़ैर क़ौमों के सरदार उन पर हुक्म चलाते और अमीर उन पर इख़्तियार जताते हैं।
26 ତୁମ୍ଭମାନଙ୍କ ମଧ୍ୟରେ ସେପ୍ରକାର ନୁହେଁ, କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ଯେ କେହି ମହାନ ହେବାକୁ ଇଚ୍ଛା କରେ, ସେ ତୁମ୍ଭମାନଙ୍କର ସେବକ ହେଉ,
तुम में ऐसा न होगा; बल्कि जो तुम में बड़ा होना चाहे वो तुम्हारा ख़ादिम बने।
27 ଆଉ ଯେ କେହି ପ୍ରଧାନ ହେବାକୁ ଇଚ୍ଛା କରେ, ସେ ତୁମ୍ଭମାନଙ୍କର ଦାସ ହେଉ,
और जो तुम में अव्वल होना चाहे वो तुम्हारा ग़ुलाम बने।
28 ଯେପରି ମନୁଷ୍ୟପୁତ୍ର ମଧ୍ୟ ସେବା ପାଇବାକୁ ଆସି ନାହାନ୍ତି, ମାତ୍ର ସେବା କରିବାକୁ ଓ ଅନେକଙ୍କ ପାଇଁ ମୁକ୍ତିର ମୂଲ୍ୟ ସ୍ୱରୂପେ ପ୍ରାଣ ଦେବାକୁ ଆସିଅଛନ୍ତି।”
चुनाँचे; इबने आदम इसलिए नहीं आया कि ख़िदमत ले; बल्कि इसलिए कि ख़िदमत करे और अपनी जान बहुतों के बदले फ़िदया में दें।”
29 ସେମାନେ ଯିରୀହୋରୁ ପ୍ରସ୍ଥାନ କରିବା ସମୟରେ ବହୁସଂଖ୍ୟକ ଲୋକ ତାହାଙ୍କର ପଛେ ପଛେ ଗଲେ।
जब वो यरीहू से निकल रहे थे; एक बड़ी भीड़ उसके पीछे हो ली।
30 ଆଉ ଦେଖ, ପଥ ପାର୍ଶ୍ୱରେ ଦୁଇ ଜଣ ଅନ୍ଧ ଯୀଶୁ ସେହି ପଥ ଦେଇ ଯାଉଅଛନ୍ତି ବୋଲି ଶୁଣି ଉଚ୍ଚସ୍ୱର କରି କହିଲେ, ହେ ପ୍ରଭୁ, ଦାଉଦଙ୍କ ସନ୍ତାନ, ଆମ୍ଭମାନଙ୍କୁ ଦୟା କରନ୍ତୁ।
और देखो; दो अँधों ने जो रास्ते के किनारे बैठे थे ये सुनकर कि 'ईसा जा रहा है चिल्ला कर कहा, “ऐ ख़ुदावन्द इब्न — ए — दाऊद हम पर रहम कर।”
31 ମାତ୍ର ଲୋକସମୂହ ସେମାନଙ୍କୁ ତୁନି ହେବା ପାଇଁ ଧମକ ଦେଲେ, କିନ୍ତୁ ସେମାନେ ଆହୁରି ଉଚ୍ଚସ୍ୱର କରି କହିଲେ, ହେ ପ୍ରଭୁ, ଦାଉଦଙ୍କ ସନ୍ତାନ, ଆମ୍ଭମାନଙ୍କୁ ଦୟା କରନ୍ତୁ।
लोगों ने उन्हें डाँटा कि चुप रहें; लेकिन वो और भी चिल्ला कर कहने लगे, “ऐ ख़ुदावन्द इबने दाऊद हम पर रहम कर।”
32 ସେଥିରେ ଯୀଶୁ ଠିଆ ହୋଇ ସେମାନଙ୍କୁ ଡାକି ପଚାରିଲେ, “ମୁଁ ତୁମ୍ଭମାନଙ୍କ ପାଇଁ କଅଣ କରିବି ବୋଲି ତୁମ୍ଭେମାନେ ଇଚ୍ଛା କରୁଅଛ?”
ईसा ने खड़े होकर उन्हें बुलाया और कहा, “तुम क्या चाहते हो कि मैं तुम्हारे लिए करूँ?”
33 ସେମାନେ ତାହାଙ୍କୁ କହିଲେ, ହେ ପ୍ରଭୁ, ଯେପରି ଆମ୍ଭମାନଙ୍କର ଆଖି ଫିଟିଯାଏ।
उन्होंने उससे कहा “ऐ ख़ुदावन्द हमारी आँखें खुल जाएँ।”
34 ଆଉ ଯୀଶୁ ଦୟାରେ ବିଗଳିତ ହୋଇ ସେମାନଙ୍କର ଚକ୍ଷୁ ସ୍ପର୍ଶ କଲେ ଓ ସେହିକ୍ଷଣି ସେମାନେ ଦେଖି ପାରିଲେ ଓ ଯୀଶୁଙ୍କ ପଛେ ପଛେ ଚାଲିବାକୁ ଲାଗିଲେ।
ईसा को तरस आया। और उसने उन की आँखों को छुआ और वो फ़ौरन देखने लगे और उसके पीछे हो लिए।

< ମାଥିଉ 20 >