< ମୀଖା 7 >

1 ହାୟ, ମୁଁ ସନ୍ତାପର ପାତ୍ର! କାରଣ ଗ୍ରୀଷ୍ମକାଳୀନ ଫଳ ତୋଳିଲା ଉତ୍ତାରେ ଦ୍ରାକ୍ଷାଫଳ ସଂଗ୍ରହ କରିବାର ଯେପରି, ମୁଁ ସେହିପରି ହୋଇଅଛି; ଭୋଜନର ପାଇଁ ଗୋଟିଏ ଦ୍ରାକ୍ଷାପେଣ୍ଡା ନାହିଁ; ମୋର ପ୍ରାଣ ଆଦ୍ୟପକ୍ୱ ଡିମ୍ବିରି ଫଳ ଲାଳସା କରେ।
Woe, woe is me, for I have become like a field after harvest, like a vineyard after gathering; not a cluster of grapes to eat, not a fig that anyone desires.
2 ଧାର୍ମିକ ଲୋକ ପୃଥିବୀରୁ ଉଚ୍ଛିନ୍ନ ହୋଇଅଛି ଓ ମନୁଷ୍ୟମାନଙ୍କ ମଧ୍ୟରେ ସରଳ ଲୋକ କେହି ନାହିଁ; ସେମାନେ ସମସ୍ତେ ରକ୍ତପାତ କରିବାକୁ ଛକି ବସନ୍ତି; ପ୍ରତ୍ୟେକ ଲୋକ ଆପଣା ଆପଣା ଭ୍ରାତାକୁ ଜାଲରେ ଧରିବାକୁ ଚେଷ୍ଟା କରଇ।
The honest have perished from the land, of the upright among people there is none. All of them lie in wait to shed blood. They hunt one another with the net.
3 ଯାହା ମନ୍ଦ, ତାହା ଯତ୍ନପୂର୍ବକ କରିବା ପାଇଁ ତହିଁ ଉପରେ ସେମାନଙ୍କର ହସ୍ତ ଅଛି; ଅଧିପତି ଚାହେଁ ଓ ବିଚାରକର୍ତ୍ତା ପୁରସ୍କାର ପାଇଁ ପ୍ରସ୍ତୁତ ଆଉ, ବଡ଼ ଲୋକ ଆପଣା ପ୍ରାଣର ହିଂସାଭାବ ମୁଖରେ ବ୍ୟକ୍ତ କରେ; ଏହିରୂପେ ସେମାନେ ବସ୍ତ୍ର ତୁଲ୍ୟ ତାହା ଏକତ୍ର ବୁଣନ୍ତି।
Their hands know well how to do evil, the officer and judge demands a bribe, the high official decides as he pleases and they conspire to pervert justice.
4 ସେମାନଙ୍କ ମଧ୍ୟରେ ସବୁଠାରୁ ଉତ୍ତମ ଲୋକ କାନକୋଳି ବୃକ୍ଷ ତୁଲ୍ୟ; ସବୁଠାରୁ ସରଳ ଲୋକ କଣ୍ଟାବାଡ଼ ଅପେକ୍ଷା ମନ୍ଦ; ତୁମ୍ଭ ପ୍ରହରୀଗଣର ଦିନ ଓ ତୁମ୍ଭର ଦଣ୍ଡ ଉପସ୍ଥିତ; ଏବେ ସେମାନଙ୍କର ବ୍ୟାକୁଳତା ଜନ୍ମିବ।
The best of them are like a thorn thicket, their most upright like a prickly hedge. The day of their punishment has come, now will be their confusion!
5 ତୁମ୍ଭେମାନେ ମିତ୍ରଠାରେ ବିଶ୍ୱାସ କର ନାହିଁ ଓ ପଥର ପ୍ରଦର୍ଶକଠାରେ ବିଶ୍ୱାସ କର ନାହିଁ; ତୁମ୍ଭ ବକ୍ଷସ୍ଥଳରେ ଶୟନକାରିଣୀଠାରୁ ଆପଣା ମୁଖର ଦ୍ୱାର ରକ୍ଷା କର।
Do not trust your neighbour, do not rely on a friend. From the wife who lies in your arms guard your tongue.
6 କାରଣ ପୁତ୍ର ପିତାକୁ ଅମାନ୍ୟ କରେ, କନ୍ୟା ଆପଣା ମାତାର ବିରୁଦ୍ଧରେ, ପୁତ୍ରବଧୂ ଆପଣା ଶାଶୁର ବିରୁଦ୍ଧରେ ଉଠେ; ଆପଣା ପରିବାରର ଲୋକେ ମନୁଷ୍ୟର ଶତ୍ରୁ ହୁଅନ୍ତି।
For son insults father, daughter rises up against mother, daughter-in-law against mother-in-law, a man’s enemies are the people of his own household.
7 ମାତ୍ର ମୁଁ ସଦାପ୍ରଭୁଙ୍କ ପ୍ରତି ଦୃଷ୍ଟି ରଖିବି; ମୋʼ ପରିତ୍ରାଣର ପରମେଶ୍ୱରଙ୍କ ପାଇଁ ମୁଁ ଅପେକ୍ଷା କରିବି; ମୋʼ ପରମେଶ୍ୱର ମୋର କଥା ଶୁଣିବେ।
But I will look to the Lord, I will wait for the God of my salvation. My God will hear me!
8 ହେ ମୋର ଶତ୍ରୁ, ମୋର ପ୍ରତିକୂଳରେ ଆନନ୍ଦ କର ନାହିଁ; ମୁଁ ପଡ଼ିଲେ ଉଠିବି; ମୁଁ ଅନ୍ଧକାରରେ ବସିଲେ ସଦାପ୍ରଭୁ ମୋର ଦୀପ୍ତି ସ୍ୱରୂପ ହେବେ।
Do not rejoice over me, my enemy. If I have fallen, I will rise. If I sit in darkness, the Lord is my light.
9 ମୁଁ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି, ଏଥିପାଇଁ ଯେପର୍ଯ୍ୟନ୍ତ ସେ ମୋʼ ବିବାଦର ସପକ୍ଷବାଦୀ ହୋଇ ମୋର ବିଚାର ନିଷ୍ପତ୍ତି ନ କରନ୍ତି, ସେପର୍ଯ୍ୟନ୍ତ ମୁଁ ତାହାଙ୍କ କ୍ରୋଧରୂପ ଭାର ବହନ କରିବି; ସେ ମୋତେ ବାହାର କରି ଆଲୁଅକୁ ଆଣିବେ ଓ ମୁଁ ତାହାଙ୍କର ଧାର୍ମିକତା ଦେଖିବି।
The anger of the Lord I will bear, for against him have I sinned – until he champions my cause and gives judgment for me. He will bring me into to the light, I will see his justice.
10 ସେତେବେଳେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର କାହାନ୍ତି ବୋଲି ଯେ ମୋତେ କହିଥିଲା, ମୋର ସେହି ଶତ୍ରୁ ତାହା ଦେଖିବ ଓ ଲଜ୍ଜା ତାହାକୁ ଆଚ୍ଛନ୍ନ କରିବ; ମୋର ଚକ୍ଷୁ ତାହାକୁ ଦେଖିବ; ଏବେ ସେ ପଥର କାଦୁଅ ପରି ଦଳିତ ହେବ।
So my enemy will see, and shame will cover them, they who said, ‘Where is the Lord your God?’ I will look upon them, they will be trampled on like mud in the street!
11 ତୁମ୍ଭ ବେଢ଼ାର ନିର୍ମାଣ ଦିନ ଉପସ୍ଥିତ! ସେହି ଦିନ ବିଧାନ ଦୂରକୁ ଅନ୍ତରିତ ହେବ।
It is a day for rebuilding your walls, this day will your boundary will be extended.
12 ସେଦିନ ତୁମ୍ଭ ନିକଟକୁ ଲୋକମାନେ ଆସିବେ, ଅଶୂରରୁ ଓ ମିସରର ନଗରସମୂହରୁ ଓ ମିସରଠାରୁ ନଦୀ ପର୍ଯ୍ୟନ୍ତ ଓ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ଯାବତୀୟ ପର୍ବତରୁ ଆସିବେ।
This day they will come to you, from Assyria and the cities of Egypt, and from Egypt even to the Euphrates River, from sea to sea, and from mountain to mountain.
13 ତଥାପି ନିବାସୀଗଣର ସକାଶୁ ସେମାନଙ୍କ କ୍ରିୟାର ଫଳ ସ୍ୱରୂପେ ଦେଶ ଧ୍ୱଂସସ୍ଥାନ ହେବ।
Though the land has become a desolation because of its inhabitants, because of their deeds.
14 ତୁମ୍ଭେ ଆପଣା ପାଞ୍ଚଣ ନେଇ ଆପଣା ଲୋକମାନଙ୍କୁ, ଅର୍ଥାତ୍‍, ଏକାକୀ ବାସକାରୀ ଆପଣା ପୈତୃକ ଅଧିକାର ସ୍ୱରୂପ ପଲକୁ, କର୍ମିଲର ମଧ୍ୟସ୍ଥିତ ଅରଣ୍ୟରେ ଚରାଅ; ସେମାନେ ପୂର୍ବକାଳର ନ୍ୟାୟ ବାଶନରେ ଓ ଗିଲୀୟଦରେ ଚରନ୍ତୁ।
Shepherd your flock with your staff, the flock that belong to you, who live alone in the forest, in the midst of meadows; so that they may pasture in Bashon and Gilead as in the days of old,
15 ମିସର ଦେଶରୁ ତୁମ୍ଭର ବାହାର ହୋଇ ଆସିବା ଦିନର ନ୍ୟାୟ ଆମ୍ଭେ ତାହାକୁ ଆଶ୍ଚର୍ଯ୍ୟ ବିଷୟମାନ ଦେଖାଇବା।
as in the days when you came from Egypt, gave us wonders to see.
16 ଗୋଷ୍ଠୀୟ ବର୍ଗ ତାହା ଦେଖି ଆପଣାମାନଙ୍କର ସମସ୍ତ ପରାକ୍ରମ ବିଷୟରେ ଲଜ୍ଜିତ ହେବେ; ସେମାନେ ଆପଣା ଆପଣା ମୁଖରେ ହସ୍ତ ଦେବେ, ସେମାନଙ୍କର କର୍ଣ୍ଣ ବଧିର ହେବ।
Nations will see and be ashamed of all their might; they will put their hands to their mouth, their ears will become deaf,
17 ସେମାନେ ସର୍ପ ପରି ଧୂଳି ଚାଟିବେ; ସେମାନେ କମ୍ପି କମ୍ପି ଭୂମିସ୍ଥ ଉରୋଗାମୀ ଜନ୍ତୁଗଣର ନ୍ୟାୟ ଆପଣା ଆପଣା ଗୋପନୀୟ ସ୍ଥାନରୁ ବାହାର ହୋଇ ଆସିବେ; ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟକୁ ଆସିବେ ଓ ତୁମ୍ଭ ସକାଶୁ ଭୀତ ହେବେ।
they will lick the dust like snakes, like creatures that crawl on the earth; they will come trembling and in terror from their hiding places, in dread and fear.
18 ତୁମ୍ଭ ତୁଲ୍ୟ ପରମେଶ୍ୱର କିଏ? ତୁମ୍ଭେ ଅଧର୍ମ କ୍ଷମା କରିଥାଅ ଓ ଆପଣା ଅଧିକାରର ଅବଶିଷ୍ଟାଂଶ ଲୋକଙ୍କର ଆଜ୍ଞା-ଲଙ୍ଘନର ପ୍ରତି ଉପେକ୍ଷା କରିଥାଅ; ସେ ଚିରକାଳ ଆପଣା କ୍ରୋଧ ରଖନ୍ତି ନାହିଁ, କାରଣ ସେ ଦୟାରେ ସନ୍ତୁଷ୍ଟ ଥାଆନ୍ତି।
Who is a God like you, forgiving iniquity and passing by the rebellion of the remnant of your people? He does not retain his anger forever, but is one who delights in mercy.
19 ସେ ପୁନର୍ବାର ଫେରି ଆମ୍ଭମାନଙ୍କ ପ୍ରତି କୃପା କରିବେ; ସେ ଆମ୍ଭମାନଙ୍କର ଅଧର୍ମସକଳ ପଦ ତଳେ ଦଳିବେ; ଆଉ, ତୁମ୍ଭେ ସେମାନଙ୍କର ଯାବତୀୟ ପାପ ସମୁଦ୍ରର ଆଗାଧ ଜଳରେ ନିକ୍ଷେପ କରିବ।
He will tread under foot our iniquity; you will cast into the depths of the sea all our iniquities.
20 ତୁମ୍ଭେ ପୂର୍ବକାଳଠାରୁ ଆମ୍ଭମାନଙ୍କର ପୂର୍ବପୁରୁଷଗଣ ପ୍ରତି ଯାହା ଶପଥ କରିଅଛ, ଯାକୁବ ପ୍ରତି ସେହି ସତ୍ୟ ଓ ଅବ୍ରହାମ ପ୍ରତି ସେହି ଦୟା ପାଳନ କରିବ।
You will show faithfulness to Jacob, and loving kindness to Abraham, as you have sworn to our ancestors from the days of old.

< ମୀଖା 7 >