< ନିହିମୀୟା 6 >

1 ଏଥିଉତ୍ତାରେ ମୁଁ ପ୍ରାଚୀର ଗଢ଼ିଅଛି ଓ ତହିଁ ମଧ୍ୟରେ ଆଉ ଭଗ୍ନ ସ୍ଥାନ ନାହିଁ, ଏହି ସମ୍ବାଦ ସନ୍‍ବଲ୍ଲଟ୍‍ ଓ ଟୋବୀୟ ଓ ଆରବୀୟ ଗେଶମ୍‍ ଓ ଆମ୍ଭମାନଙ୍କ ଅନ୍ୟାନ୍ୟ ଶତ୍ରୁମାନେ ଜାଣିଲେ; ଏହି ସମୟରେ ମୁଁ ନଗର-ଦ୍ୱାରସବୁରେ କବାଟ ଝୁଲାଇ ନ ଥିଲି।
וַיְהִ֣י כַאֲשֶׁ֣ר נִשְׁמַ֣ע לְסַנְבַלַּ֣ט וְ֠טוֹבִיָּה וּלְגֶ֨שֶׁם הָֽעַרְבִ֜י וּלְיֶ֣תֶר אֹֽיְבֵ֗ינוּ כִּ֤י בָנִ֙יתִי֙ אֶת־הַ֣חוֹמָ֔ה וְלֹא־נ֥וֹתַר בָּ֖הּ פָּ֑רֶץ גַּ֚ם עַד־הָעֵ֣ת הַהִ֔יא דְּלָת֖וֹת לֹא־הֶעֱמַ֥דְתִּי בַשְּׁעָרִֽים׃
2 ସେତେବେଳେ ସନ୍‍ବଲ୍ଲଟ୍‍ ଓ ଗେଶମ୍‍ ମୋʼ ନିକଟକୁ ଲୋକ ପଠାଇ କହିଲେ, “ଆସ, ଆମ୍ଭେମାନେ ଓନୋ ପଦାସ୍ଥିତ କୌଣସି ଏକ ଗ୍ରାମରେ ଏକତ୍ରିତ ହେଉ।” ମାତ୍ର ସେମାନେ ମୋହର ଅନିଷ୍ଟ କରିବାକୁ ବିଚାର କରିଥିଲେ।
וַיִּשְׁלַ֨ח סַנְבַלַּ֤ט וְגֶ֙שֶׁם֙ אֵלַ֣י לֵאמֹ֔ר לְכָ֞ה וְנִֽוָּעֲדָ֥ה יַחְדָּ֛ו בַּכְּפִירִ֖ים בְּבִקְעַ֣ת אוֹנ֑וֹ וְהֵ֙מָּה֙ חֹֽשְׁבִ֔ים לַעֲשׂ֥וֹת לִ֖י רָעָֽה׃
3 ଏଥିରେ ମୁଁ ସେମାନଙ୍କ ନିକଟକୁ ଦୂତଗଣ ପଠାଇ କହିଲି, “ମୁଁ ଏକ ମହତ୍ କର୍ମ କରୁଅଛି, ଏଥିପାଇଁ ଓହ୍ଲାଇ ଆସି ନ ପାରେ; ତୁମ୍ଭମାନଙ୍କ ନିକଟକୁ ଓହ୍ଲାଇ ଯାଇ କାହିଁକି କାର୍ଯ୍ୟ ବନ୍ଦ କରିବି?”
וָאֶשְׁלְחָ֨ה עֲלֵיהֶ֤ם מַלְאָכִים֙ לֵאמֹ֔ר מְלָאכָ֤ה גְדוֹלָה֙ אֲנִ֣י עֹשֶׂ֔ה וְלֹ֥א אוּכַ֖ל לָרֶ֑דֶת לָ֣מָּה תִשְׁבַּ֤ת הַמְּלָאכָה֙ כַּאֲשֶׁ֣ר אַרְפֶּ֔הָ וְיָרַדְתִּ֖י אֲלֵיכֶֽם׃
4 ଏହି ପ୍ରକାରେ ସେମାନେ ଚାରି ଥର ମୋʼ ନିକଟକୁ ଲୋକ ପଠାଇଲେ; ମାତ୍ର ମୁଁ ସେମାନଙ୍କୁ ସେହି ପ୍ରକାର ଉତ୍ତର ଦେଲି।
וַיִּשְׁלְח֥וּ אֵלַ֛י כַּדָּבָ֥ר הַזֶּ֖ה אַרְבַּ֣ע פְּעָמִ֑ים וָאָשִׁ֥יב אוֹתָ֖ם כַּדָּבָ֥ר הַזֶּֽה׃ ס
5 ଏହାପରେ ସନ୍‍ବଲ୍ଲଟ୍‍ ଆପଣା ଦାସ ହାତରେ ଖଣ୍ଡେ ଖୋଲା ଚିଠି ଦେଇ ପଞ୍ଚମ ଥର ସେହି ପ୍ରକାରେ ମୋʼ ନିକଟକୁ ପଠାଇଲା।
וַיִּשְׁלַח֩ אֵלַ֨י סַנְבַלַּ֜ט כַּדָּבָ֥ר הַזֶּ֛ה פַּ֥עַם חֲמִישִׁ֖ית אֶֽת־נַעֲר֑וֹ וְאִגֶּ֥רֶת פְּתוּחָ֖ה בְּיָדֽוֹ׃
6 ତହିଁରେ ଏହା ଲେଖାଥିଲା, “ଗୋଷ୍ଠୀୟମାନଙ୍କ ମଧ୍ୟରେ ଏହି ଜନରବ ହୋଇଅଛି, ମଧ୍ୟ ଗେଶମ୍‍ ଏହା କହୁଅଛି ଯେ, ତୁମ୍ଭେ ଓ ଯିହୁଦୀୟମାନେ ରାଜଦ୍ରୋହ କରିବାକୁ ବିଚାର କରୁଅଛ; ତହିଁ ନିମନ୍ତେ ତୁମ୍ଭେ ପ୍ରାଚୀର ନିର୍ମାଣ କରୁଅଛ; ଏହି ଜନରବ ଅନୁସାରେ ତୁମ୍ଭେ ସେମାନଙ୍କର ରାଜା ହେବାକୁ ଇଚ୍ଛା କରୁଅଛ।
כָּת֣וּב בָּ֗הּ בַּגּוֹיִ֤ם נִשְׁמָע֙ וְגַשְׁמ֣וּ אֹמֵ֔ר אַתָּ֤ה וְהַיְּהוּדִים֙ חֹשְׁבִ֣ים לִמְר֔וֹד עַל־כֵּ֛ן אַתָּ֥ה בוֹנֶ֖ה הַחוֹמָ֑ה וְאַתָּ֗ה הֹוֶ֤ה לָהֶם֙ לְמֶ֔לֶךְ כַּדְּבָרִ֖ים הָאֵֽלֶּה׃
7 ଆହୁରି, ଯିହୁଦାରେ ଏକ ରାଜା ଅଛନ୍ତି ବୋଲି ଆପଣା ବିଷୟ ଯିରୂଶାଲମରେ ଘୋଷଣା କରିବା ପାଇଁ ତୁମ୍ଭେ ଭବିଷ୍ୟଦ୍‍ବକ୍ତାମାନଙ୍କୁ ନିଯୁକ୍ତ କରିଅଛ; ଏହି ଜନରବ ରାଜାଙ୍କ ନିକଟରେ ଉପସ୍ଥିତ ହେବ। ଏହେତୁ ଏବେ ଆସ, ଆମ୍ଭେମାନେ ଏକତ୍ର ମନ୍ତ୍ରଣା କରୁ।”
וְגַם־נְבִיאִ֡ים הֶעֱמַ֣דְתָּ לִקְרֹא֩ עָלֶ֨יךָ בִֽירוּשָׁלִַ֜ם לֵאמֹ֗ר מֶ֚לֶךְ בִּֽיהוּדָ֔ה וְעַתָּה֙ יִשָּׁמַ֣ע לַמֶּ֔לֶךְ כַּדְּבָרִ֣ים הָאֵ֑לֶּה וְעַתָּ֣ה לְכָ֔ה וְנִֽוָּעֲצָ֖ה יַחְדָּֽו׃ ס
8 ତହୁଁ ମୁଁ ତାହା ନିକଟକୁ କହି ପଠାଇଲି, “ତୁମ୍ଭେ ଯାହା କହୁଅଛ, ସେପରି କୌଣସି କାର୍ଯ୍ୟ କରାଯାଉ ନାହିଁ; ତୁମ୍ଭେ କେବଳ ଆପଣା ମନରୁ ତାହାସବୁ କଳ୍ପନା କରୁଅଛ।
וָאֶשְׁלְחָ֤ה אֵלָיו֙ לֵאמֹ֔ר לֹ֤א נִֽהְיָה֙ כַּדְּבָרִ֣ים הָאֵ֔לֶּה אֲשֶׁ֖ר אַתָּ֣ה אוֹמֵ֑ר כִּ֥י מִֽלִּבְּךָ֖ אַתָּ֥ה בוֹדָֽאם׃
9 ଏହି କର୍ମରେ ସେମାନଙ୍କର ହସ୍ତ ଦୁର୍ବଳ ହେଲେ ତାହା ସମାପ୍ତ ନୋହିବ ବୋଲି” ସେସମସ୍ତେ ଆମ୍ଭମାନଙ୍କୁ ଭୀତ କରିବାକୁ ଇଚ୍ଛା କଲେ; ଏଣୁ ହେ ପରମେଶ୍ୱର, ମୋହର ହସ୍ତ ସବଳ କର।
כִּ֣י כֻלָּ֗ם מְיָֽרְאִ֤ים אוֹתָ֙נוּ֙ לֵאמֹ֔ר יִרְפּ֧וּ יְדֵיהֶ֛ם מִן־הַמְּלָאכָ֖ה וְלֹ֣א תֵעָשֶׂ֑ה וְעַתָּ֖ה חַזֵּ֥ק אֶת־יָדָֽי׃
10 ଏହାପରେ ମହେଟବେଲର ପୌତ୍ର ଦଲୟିୟର ପୁତ୍ର ଯେଉଁ ଶମୟୀୟ ଗୃହରେ ରୁଦ୍ଧ ଥିଲା, ମୁଁ ତାହା ଗୃହକୁ ଗଲି, ତହୁଁ ସେ କହିଲା, “ଆମ୍ଭେମାନେ ପରମେଶ୍ୱରଙ୍କ ଗୃହରେ, ମନ୍ଦିର ମଧ୍ୟରେ ଏକତ୍ରିତ ହେଉ ଓ ମନ୍ଦିରର ଦ୍ୱାରସବୁ ବନ୍ଦ କରୁ; କାରଣ ସେମାନେ ତୁମ୍ଭକୁ ବଧ କରିବାକୁ ଆସିବେ; ରାତ୍ରିରେ ସେମାନେ ତୁମ୍ଭକୁ ବଧ କରିବାକୁ ଆସିବେ।”
וַאֲנִי־בָ֗אתִי בֵּ֣ית שְֽׁמַֽעְיָ֧ה בֶן־דְּלָיָ֛ה בֶּן־מְהֵֽיטַבְאֵ֖ל וְה֣וּא עָצ֑וּר וַיֹּ֡אמֶר נִוָּעֵד֩ אֶל־בֵּ֨ית הָאֱלֹהִ֜ים אֶל־תּ֣וֹךְ הַֽהֵיכָ֗ל וְנִסְגְּרָה֙ דַּלְת֣וֹת הַהֵיכָ֔ל כִּ֚י בָּאִ֣ים לְהָרְגֶ֔ךָ וְלַ֖יְלָה בָּאִ֥ים לְהָרְגֶֽךָ׃
11 ତହିଁରେ ମୁଁ କହିଲି, “ମୋʼ ପରି ଲୋକ କʼଣ ପଳାଇବ? ମୋʼ ପରି ହୋଇ ପ୍ରାଣ ବଞ୍ଚାଇବା ପାଇଁ ଯେ ମନ୍ଦିର ଭିତରକୁ ଯିବ, ଏପରି କିଏ ଅଛି? ମୁଁ ଭିତରକୁ ଯିବି ନାହିଁ।”
וָאֹמְרָ֗ה הַאִ֤ישׁ כָּמ֙וֹנִי֙ יִבְרָ֔ח וּמִ֥י כָמ֛וֹנִי אֲשֶׁר־יָב֥וֹא אֶל־הַהֵיכָ֖ל וָחָ֑י לֹ֖א אָבֽוֹא׃
12 ମାତ୍ର ମୁଁ ଚିହ୍ନିଲି, ଆଉ ଦେଖ, ପରମେଶ୍ୱର ତାହାକୁ ପଠାଇ ନ ଥିଲେ; ତଥାପି ସେ ମୋʼ ବିରୁଦ୍ଧରେ ଏହି ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲା; ଆଉ, ଟୋବୀୟ ଓ ସନ୍‍ବଲ୍ଲଟ୍‍ ତାହାକୁ ବେତନ ଦେଇଥିଲେ।
וָאַכִּ֕ירָה וְהִנֵּ֥ה לֹֽא־אֱלֹהִ֖ים שְׁלָח֑וֹ כִּ֤י הַנְּבוּאָה֙ דִּבֶּ֣ר עָלַ֔י וְטוֹבִיָּ֥ה וְסַנְבַלַּ֖ט שְׂכָרֽוֹ׃
13 ମୁଁ ଯେପରି ଭୀତ ହେବି ଓ ସେହି କର୍ମ କରି ପାପ କରିବି, ପୁଣି ସେମାନେ ଯେପରି ମୋତେ ତିରସ୍କାର କରିବା ପାଇଁ ମୋହର ଦୁର୍ନାମର କାରଣ ପାଇବେ, ଏହି ଅଭିପ୍ରାୟରେ ତାହାକୁ ବେତନ ଦିଆଯାଇଥିଲା।
לְמַ֤עַן שָׂכוּר֙ ה֔וּא לְמַֽעַן־אִירָ֥א וְאֶֽעֱשֶׂה־כֵּ֖ן וְחָטָ֑אתִי וְהָיָ֤ה לָהֶם֙ לְשֵׁ֣ם רָ֔ע לְמַ֖עַן יְחָֽרְפֽוּנִי׃ פ
14 ହେ ମୋହର ପରମେଶ୍ୱର, ଟୋବୀୟ ଓ ସନ୍‍ବଲ୍ଲଟ୍‍ର ଏହିସବୁ କର୍ମାନୁସାରେ ସେମାନଙ୍କୁ, ଆଉ ମୋତେ ଭୟଗ୍ରସ୍ତ କରିବାକୁ ଇଚ୍ଛା କଲେ ଯେ ନୋୟଦୀୟା ଭବିଷ୍ୟଦ୍‍ବକ୍ତ୍ରୀ ଓ ଅନ୍ୟାନ୍ୟ ଭବିଷ୍ୟଦ୍‍ବକ୍ତା, ସେମାନଙ୍କୁ ସ୍ମରଣ କର।
זָכְרָ֧ה אֱלֹהַ֛י לְטוֹבִיָּ֥ה וּלְסַנְבַלַּ֖ט כְּמַעֲשָׂ֣יו אֵ֑לֶּה וְגַ֨ם לְנוֹעַדְיָ֤ה הַנְּבִיאָה֙ וּלְיֶ֣תֶר הַנְּבִיאִ֔ים אֲשֶׁ֥ר הָי֖וּ מְיָֽרְאִ֥ים אוֹתִֽי׃
15 ତହୁଁ ବାବନ ଦିନ ମଧ୍ୟରେ ଇଲୂଲ ମାସର ପଚିଶତମ ଦିନରେ ପ୍ରାଚୀର ସମାପ୍ତ ହେଲା।
וַתִּשְׁלַם֙ הַֽחוֹמָ֔ה בְּעֶשְׂרִ֥ים וַחֲמִשָּׁ֖ה לֶאֱל֑וּל לַחֲמִשִּׁ֥ים וּשְׁנַ֖יִם יֽוֹם׃ פ
16 ପୁଣି, ଆମ୍ଭମାନଙ୍କର ଶତ୍ରୁ ସମସ୍ତେ ଏହା ଶୁଣନ୍ତେ, ଏପରି ହେଲା ଯେ, ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟ ସମସ୍ତେ ଭୀତ ହେଲେ ଓ ଆପଣାମାନଙ୍କ ଦୃଷ୍ଟିରେ ନିତାନ୍ତ ଲଜ୍ଜିତ ହେଲେ, କାରଣ ଏହି କର୍ମ ଯେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଆଡ଼ୁ ହେଲା, ଏହା ସେମାନେ ବୁଝିଲେ।
וַיְהִ֗י כַּאֲשֶׁ֤ר שָֽׁמְעוּ֙ כָּל־א֣וֹיְבֵ֔ינוּ וַיִּֽרְא֗וּ כָּל־הַגּוֹיִם֙ אֲשֶׁ֣ר סְבִֽיבֹתֵ֔ינוּ וַיִּפְּל֥וּ מְאֹ֖ד בְּעֵינֵיהֶ֑ם וַיֵּ֣דְע֔וּ כִּ֚י מֵאֵ֣ת אֱלֹהֵ֔ינוּ נֶעֶשְׂתָ֖ה הַמְּלָאכָ֥ה הַזֹּֽאת׃
17 ଆହୁରି, ସେସମୟରେ ଯିହୁଦାର କୁଳୀନମାନେ ଟୋବୀୟ ନିକଟକୁ ଅନେକ ପତ୍ର ପଠାଇଲେ ଓ ଟୋବୀୟର ନାନା ପତ୍ର ସେମାନଙ୍କ ନିକଟକୁ ଆସିଲା।
גַּ֣ם ׀ בַּיָּמִ֣ים הָהֵ֗ם מַרְבִּ֞ים חֹרֵ֤י יְהוּדָה֙ אִגְּרֹ֣תֵיהֶ֔ם הוֹלְכ֖וֹת עַל־טוֹבִיָּ֑ה וַאֲשֶׁ֥ר לְטוֹבִיָּ֖ה בָּא֥וֹת אֲלֵיהֶֽם׃
18 କାରଣ, ସେ ଆରହର ପୁତ୍ର ଶଖନୀୟର ଜୁଆଁଇ ହେବାରୁ ଓ ତାହାର ପୁତ୍ର ଯିହୋହାନନ୍‍ ବେରିଖୀୟର ପୁତ୍ର ମଶୁଲ୍ଲମ୍‍ର କନ୍ୟାକୁ ବିବାହ କରିଥିବାରୁ ଯିହୁଦା ମଧ୍ୟରେ ଅନେକେ ତାହା ପକ୍ଷରେ ଶପଥ କରିଥିଲେ।
כִּי־רַבִּ֣ים בִּֽיהוּדָ֗ה בַּעֲלֵ֤י שְׁבוּעָה֙ ל֔וֹ כִּי־חָתָ֥ן ה֖וּא לִשְׁכַנְיָ֣ה בֶן־אָרַ֑ח וִֽיהוֹחָנָ֣ן בְּנ֔וֹ לָקַ֕ח אֶת־בַּת־מְשֻׁלָּ֖ם בֶּ֥ן בֶּֽרֶכְיָֽה׃
19 ଆହୁରି, ସେମାନେ ତାହାର ଉତ୍ତମ କର୍ମର କଥା ମୋତେ କହିଲେ ଓ ମୋʼ କଥାସବୁ ତାହାକୁ ଜଣାଇଲେ। ଆଉ, ମୋତେ ଭୟଗ୍ରସ୍ତ କରିବା ପାଇଁ ଟୋବୀୟ ନାନା ପତ୍ର ପଠାଇଲା।
גַּ֣ם טוֹבֹתָ֗יו הָי֤וּ אֹמְרִים֙ לְפָנַ֔י וּדְבָרַ֕י הָי֥וּ מוֹצִיאִ֖ים ל֑וֹ אִגְּר֛וֹת שָׁלַ֥ח טוֹבִיָּ֖ה לְיָֽרְאֵֽנִי׃

< ନିହିମୀୟା 6 >