< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 5 >

1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
Eyi ne mmara a Awurade san hyɛ maa Mose:
2 “ପ୍ରତ୍ୟେକ କୁଷ୍ଠୀକୁ ଓ ପ୍ରତ୍ୟେକ ପ୍ରମେହୀକୁ ଓ ଶବ ଛୁଇଁ ଅଶୁଚି ହେବା ପ୍ରତ୍ୟେକ ପ୍ରାଣୀକୁ ଛାଉଣିରୁ ବାହାର କରିବା ପାଇଁ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଆଜ୍ଞା ଦିଅ।
“Ka kyerɛ Israelfo no se, ɛsɛ sɛ wɔpam akwatafo nyinaa fi atenae hɔ. Wɔn a kuru atutu wɔn ne wɔn a wɔde wɔn nsa akɔka funu nti wɔn ho agu fi nyinaa no, ɛsɛ sɛ wɔpam wɔn.
3 ତୁମ୍ଭେମାନେ ପୁରୁଷ ଓ ସ୍ତ୍ରୀ ଦୁହିଁଙ୍କୁ ବାହାର କରିବ, ତୁମ୍ଭେମାନେ ଛାଉଣିର ବାହାରେ ସେମାନଙ୍କୁ ରଖିବ; ସେମାନଙ୍କର ଯେଉଁ ଛାଉଣି ମଧ୍ୟରେ ଆମ୍ଭେ ବାସ କରୁ, ତାହା ସେମାନେ ଅଶୁଚି ନ କରନ୍ତୁ।”
Mmarima ne mmea nyinaa ka ho. Yi wɔn nyinaa fi hɔ, sɛnea ɛbɛyɛ na atenae a me ne mo bɛtena no ho rengu fi.”
4 ତହିଁରେ ଇସ୍ରାଏଲ-ସନ୍ତାନଗଣ ସେହିରୂପ କଲେ, ପୁଣି, ଛାଉଣିର ବାହାରେ ସେମାନଙ୍କୁ ରଖିଲେ; ସଦାପ୍ରଭୁ ମୋଶାଙ୍କୁ ଯେପରି କହିଲେ, ଇସ୍ରାଏଲ-ସନ୍ତାନଗଣ ସେପରି କଲେ।
Wodii Awurade mmara no so.
5 ଏଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
Afei, Awurade ka kyerɛɛ Mose se,
6 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ପୁରୁଷ କିମ୍ବା ସ୍ତ୍ରୀ ଯଦି ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ମନୁଷ୍ୟମାନଙ୍କ ମଧ୍ୟରେ ପ୍ରଚଳିତ କୌଣସି ପାପ କରେ ଓ ସେହି ପ୍ରାଣୀ ଦଣ୍ଡନୀୟ ହୁଏ,
“Ka kyerɛ Israelfo no se, sɛ ɔbarima o, ɔbea o, odi Awurade huammɔ a, ɛyɛ bɔne.
7 ତେବେ ସେ ଆପଣା କୃତ ପାପ ସ୍ୱୀକାର କରିବ ଓ ସମ୍ପୂର୍ଣ୍ଣ ରୂପେ ଆପଣା ଦୋଷ ସକାଶୁ କ୍ଷତିପୂରଣ ଦେବ ଓ ତହିଁର ପଞ୍ଚମାଂଶ ଅଧିକ ମିଶାଇ ଯାହା ବିରୁଦ୍ଧରେ ଦୋଷ କରିଅଛି, ତାହାକୁ ଦେବ।
Ɛsɛ sɛ ɔka ne bɔne na ade a owiae no, otua ho ka nyinaa na ɔsan de ɛho ka no nkyɛmu ɔha mu aduonu ka ho de ma onipa ko a ɔbɔɔ no korɔn no.
8 ମାତ୍ର ଯାହାକୁ ଦୋଷ ନିମନ୍ତେ କ୍ଷତିପୂରଣ ଦିଆଯାଇ ପାରେ, ଏପରି ମୁକ୍ତିକର୍ତ୍ତା ଜ୍ଞାତି ଯଦି ସେହି ଲୋକର ନ ଥାଏ, ତେବେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଦୋଷାର୍ଥକ କ୍ଷତିପୂରଣ ଦିଆଯାଏ, ତାହା ଯାଜକର ହେବ; ତାହା ବ୍ୟତୀତ ଯଦ୍ଦ୍ୱାରା ତାହା ପାଇଁ ପ୍ରାୟଶ୍ଚିତ୍ତ କରାଯିବ, ସେହି ପ୍ରାୟଶ୍ଚିତ୍ତାର୍ଥକ ମେଷବଳି ହିଁ ଦେବାକୁ ହେବ।
Na sɛ onipa ko a wɔyɛɛ no bɔne no awu na onni obusuani biara a ɔbɛn no a wobetua ho ka ama no, na ɛsɛ sɛ wotua ma ɔsɔfo a, ɛsɛ sɛ wɔde odwennini ka ho sɛ mpatade. Ɛyɛ Awurade de.
9 ପୁଣି, ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କ ପବିତ୍ର ବସ୍ତୁ ମଧ୍ୟରୁ ଯେତେ ଉତ୍ତୋଳନୀୟ ଉପହାର ଯାଜକ ନିକଟକୁ ଆଣନ୍ତି, ତାହାସବୁ ତାହାର ହେବ।
Akyɛde kronkron a Israelfo de bɛkyɛ ɔsɔfo no yɛ ne de.
10 ପ୍ରତ୍ୟେକ ମନୁଷ୍ୟର ଉତ୍ସର୍ଗିତ ପବିତ୍ର ବସ୍ତୁ ତାହାର ହେବ; ମନୁଷ୍ୟ ଯେକୌଣସି ବସ୍ତୁ ଯାଜକକୁ ଦିଏ, ତାହା ତାହାର ହେବ।”
Ɔsɔfo biara bɛfa akyɛde kronkron biara a ne nsa bɛka.”
11 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
Awurade ka kyerɛɛ Mose se,
12 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ମନୁଷ୍ୟର ଭାର୍ଯ୍ୟା ଯଦି ବିପଥଗାମିନୀ ହୋଇ ତାହା ବିରୁଦ୍ଧରେ ସତ୍ୟ-ଲଙ୍ଘନ କରେ,
“Ka kyerɛ Israelfo no se, sɛ ɔbarima bi yere kɔbɔ aguaman
13 ଅର୍ଥାତ୍‍, ଯଦି କୌଣସି ପୁରୁଷ ତାହା ସହିତ ସହବାସ କରେ ଓ ତାହା ତାହାର ସ୍ୱାମୀର ଦୃଷ୍ଟିରୁ ଅଗୋଚର ହୋଇ ଗୁପ୍ତ ହୁଏ ଓ ସେ ଅଶୁଚି ହୁଏ, ପୁଣି, ତାହା ବିରୁଦ୍ଧରେ କେହି ସାକ୍ଷୀ ନ ଥାଏ, କିଅବା ସେ କର୍ମ ସମୟରେ ଧରା ପଡ଼ି ନ ଥାଏ;
nanso onhu asɛm no mu nokware na onya ɔdanseni
14 ଆଉ ଯଦି ସ୍ୱାମୀ ଈର୍ଷାଜନକ ଆତ୍ମାରେ ଆବିଷ୍ଟ ହୁଏ ଓ ଭାର୍ଯ୍ୟା ଅଶୁଚି ହେବାରୁ ତାହା ପ୍ରତି ଈର୍ଷାରେ ଜ୍ୱଳେ; ଅବା ଭାର୍ଯ୍ୟା ଅଶୁଚି ନୋହିଲେ ହେଁ ଯଦି ସ୍ୱାମୀ ଈର୍ଷାଜନକ ଆତ୍ମାରେ ଆବିଷ୍ଟ ହୋଇ ତାହା ପ୍ରତି ଈର୍ଷାରେ ଜ୍ୱଳେ;
na ɔtwe ho ninkunu na ɔnte ne ho ase a,
15 ତେବେ ସେହି ପୁରୁଷ ଆପଣା ଭାର୍ଯ୍ୟାକୁ ଯାଜକ ନିକଟକୁ ଆଣିବ ଓ ତାହା ନିମନ୍ତେ ଐଫାର ଦଶମାଂଶ ଯବ ମଇଦା ଉପହାର ଆଣିବ; ସେ ତହିଁ ଉପରେ ତୈଳ ଢାଳିବ ନାହିଁ ଅବା କୁନ୍ଦୁରୁ ଦେବ ନାହିଁ, କାରଣ ତାହା ଈର୍ଷାର ଭକ୍ଷ୍ୟ ନୈବେଦ୍ୟ, ଅର୍ଥାତ୍‍ ଅପରାଧ-ସ୍ମରଣକାରୀ ସ୍ମରଣାର୍ଥକ ଭକ୍ଷ୍ୟ ନୈବେଦ୍ୟ।
ɔbarima no de ne yere no bɛkɔ ɔsɔfo anim a ɔbea no ho afɔrebɔde a ɛyɛ atokosiam a wɔmfaa ohuam ngo mfrae lita abien ka ho. Efisɛ ɛyɛ ninkutwe afɔrebɔ. Ɛno na ɛbɛma nokware ada adi ama wɔahu sɛ ɔbea no di fɔ anaa odi bem.
16 ଏଉତ୍ତାରେ ଯାଜକ ସେହି ସ୍ତ୍ରୀକୁ ନିକଟକୁ ଆଣି ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରିବ।
“Ɔsɔfo no de ɔbea no bɛba Awurade anim,
17 ପୁଣି, ଯାଜକ ମୃତ୍ତିକା ପାତ୍ରରେ ପବିତ୍ର ଜଳ ନେବ ଓ ଯାଜକ ଆବାସର ଚଟାଣରୁ ଧୂଳି ନେଇ ସେହି ଜଳରେ ପକାଇବ।
na wasaw Ahyiae Ntamadan no mu mfutuma de afra nsu kronkron a egu asuhina kɛse bi mu no.
18 ତହୁଁ ଯାଜକ ସେହି ସ୍ତ୍ରୀକୁ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରିବ ଓ ସେହି ସ୍ତ୍ରୀର ମସ୍ତକର କେଶ ମୁକୁଳା କରି ସେହି ସ୍ମରଣାର୍ଥକ ଭକ୍ଷ୍ୟ ନୈବେଦ୍ୟ, ଅର୍ଥାତ୍‍ ଈର୍ଷାର ଭକ୍ଷ୍ୟ ନୈବେଦ୍ୟ ତାହାର ହସ୍ତରେ ଦେବ; ପୁଣି, ଯାଜକ ଆପଣା ହସ୍ତରେ ଅଭିଶାପଜନକ ତିକ୍ତ ଜଳ ରଖିବ।
Ɔbɛsan ne ti a wakyekyere no na ɔde ninkunu afɔrebɔde no agu ne nsam de ahwɛ sɛ ɔbarima no nsusuwii no yɛ nokware ampa ara anaasɛ ɛnyɛ nokware. Ɔsɔfo no begyina nʼanim a okura nsu nwenweenwen a ɛde mmusu ba no.
19 ଆଉ ଯାଜକ ସେହି ସ୍ତ୍ରୀକୁ ଶପଥ କରାଇ କହିବ, ଯଦି କୌଣସି ପୁରୁଷ ତୁମ୍ଭ ସହିତ ଶୟନ କରି ନ ଥାଏ ଓ ତୁମ୍ଭେ ଆପଣା ସ୍ୱାମୀର ଅଧୀନରେ ଥାଉ ଥାଉ ବିପଥଗାମିନୀ ହୋଇ ଅଶୁଚି କ୍ରିୟା କରି ନ ଥାଅ, ତେବେ ତୁମ୍ଭେ ଏହି ଅଭିଶାପଜନକ ତିକ୍ତ ଜଳରୁ ମୁକ୍ତ ହୁଅ।
Ɔbɛma no aka ntam sɛ onnim asɛm no ho hwee na waka akyerɛ no se, sɛ wo ne ɔbarima biara nnae ka wo kunu nko ara ho de a, ɛno de, wo ho ntew mfi nsu nwenweenwen a ɛde mmusu ba yi ho. Na sɛ woabɔ aguaman a, ɛno de, Awurade bɛdome wo wɔ wo nkurɔfo mu. Ɔbɛma wo srɛ aporɔw na wo yafunu ahon. Na ɔbea no bɛka se, ‘Yiw, saa na ɛsɛ sɛ ɛba.’
20 ମାତ୍ର ଯଦି ତୁମ୍ଭେ ଆପଣା ସ୍ୱାମୀର ଅଧୀନରେ ଥାଉ ଥାଉ ବିପଥଗାମିନୀ ହୋଇଥାଅ ଓ ତୁମ୍ଭେ ଅଶୁଚି ହୋଇଥାଅ, ପୁଣି, ତୁମ୍ଭ ସ୍ୱାମୀ ବ୍ୟତୀତ ଅନ୍ୟ କୌଣସି ପୁରୁଷ ତୁମ୍ଭ ସହିତ ଶୟନ କରିଥାଏ;
21 ତେବେ ସଦାପ୍ରଭୁ ତୁମ୍ଭର ଊରୁ ଅବଶ କରାଇ ଓ ତୁମ୍ଭର ଉଦର ଫୁଲାଇ ତୁମ୍ଭ ଲୋକମାନଙ୍କ ମଧ୍ୟରେ ତୁମ୍ଭଙ୍କୁ ଶପଥ ଓ ରାଣର ଫଳ ଭୋଗ କରାଉନ୍ତୁ;
22 ତହିଁରେ ଏହି ଅଭିଶାପଜନକ ଜଳ ତୁମ୍ଭ ଉଦର ଫୁଲାଇବାକୁ ଓ ଊରୁ ଅବଶ କରାଇବାକୁ ତୁମ୍ଭ ଉଦରରେ ପ୍ରବେଶ କରୁ; ଏହି ସକଳ କଥା କହି ଯାଜକ ରାଣଯୁକ୍ତ ଶପଥ ଦ୍ୱାରା ସେହି ସ୍ତ୍ରୀକୁ ଶପଥ କରାଇବ; ତହିଁରେ ସେହି ସ୍ତ୍ରୀ ଆମେନ୍‍ କହିବ।
23 ପୁଣି, ଯାଜକ ସେହି ଅଭିଶାପର କଥା ନଳାକାର ପୁସ୍ତକରେ ଲେଖିବ ଓ ତାହା ପୋଛି ତିକ୍ତ ଜଳରେ ପକାଇବ।
“Ɔsɔfo no bɛkyerɛw nnome yi nyinaa agu nhoma bi mu na wahohoro agu nsu nwenweenwen no mu.
24 ତହୁଁ ସେ ସେହି ସ୍ତ୍ରୀକୁ ଅଭିଶାପଜନକ ତିକ୍ତ ଜଳ ପିଆଇବ; ତହିଁରେ ସେହି ଅଭିଶାପଜନକ ଜଳ ତାହା ଉଦରରେ ପ୍ରବେଶ କରି ତିକ୍ତ ହେବ।
Sɛ ɛsɛ sɛ ɔbea no nom nsu no na sɛ ɔnom wɔ bere a wayɛ bɔne a, ɛyɛ nwenweenwen wɔ ne mu.
25 ଆଉ ଯାଜକ ସେହି ସ୍ତ୍ରୀର ହସ୍ତରୁ ସେହି ଈର୍ଷାର ଭକ୍ଷ୍ୟ ନୈବେଦ୍ୟ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବ, ପୁଣି, ବେଦି ଉପରକୁ ଆଣିବ;
Afei, ɔsɔfo no begye ninkunu afɔrebɔde no afi ɔbea no nsam na wahinhim wɔ Awurade anim na ɔde akɔ afɔremuka no so.
26 ତହୁଁ ଯାଜକ ସେହି ଭକ୍ଷ୍ୟ ନୈବେଦ୍ୟରୁ ମୁଠିଏ ତହିଁର ସ୍ମରଣାର୍ଥକ ଅଂଶ ରୂପେ ନେଇ ବେଦି ଉପରେ ଦଗ୍ଧ କରିବ ଓ ତହିଁ ଉତ୍ତାରେ ସେହି ସ୍ତ୍ରୀକୁ ସେହି ଜଳ ପାନ କରାଇବ।
Ɔbɛsaw ne nsa ma de asi ne nyinaa anan na wahyew no wɔ afɔremuka no so na wama ɔbea no anom nsu no.
27 ପୁଣି, ସେ ସେହି ସ୍ତ୍ରୀକୁ ଜଳ ପାନ କରାଇଲେ ଏପରି ହେବ, ଯଦି ସେହି ସ୍ତ୍ରୀ ଆପଣା ସ୍ୱାମୀ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ଅଶୁଚି ହୋଇଥାଏ, ତେବେ ସେହି ଅଭିଶାପଜନକ ଜଳ ତାହା ମଧ୍ୟରେ ପ୍ରବେଶ କରି ତିକ୍ତ ହେବ ଓ ତାହାର ଉଦର ଫୁଲିବ ଓ ତାହାର ଊରୁ ଅବଶ ହେବ; ଆଉ ସେହି ସ୍ତ୍ରୀ ଆପଣା ଲୋକଙ୍କ ମଧ୍ୟରେ ଅଭିଶାପ ସ୍ୱରୂପ ହେବ।
Sɛ ne ho agu fi na wabɔ aguaman atia ne kunu a, nsu a wanom no bɛyɛ nwenweenwen wɔ ne mu na ne yafunu ahon na ne srɛ aporɔw na wayɛ nnome wɔ ne nkurɔfo mu.
28 ଆଉ ଯଦି ସେହି ସ୍ତ୍ରୀ ଅଶୁଚି ନ ହୋଇ ଶୁଚି ଥାଏ, ତେବେ ସେ ମୁକ୍ତ ହେବ ଓ ଗର୍ଭଧାରଣ କରିବ।
Sɛ ɔyɛ kronkron a ɔmmɔɔ aguaman a, wɔrenhaw no, na ɛrenkyɛ, obenyinsɛn.
29 ଏହା ଈର୍ଷା ବିଷୟକ ବ୍ୟବସ୍ଥା, ଯଥା, ଭାର୍ଯ୍ୟା ସ୍ୱାମୀର ଅଧୀନରେ ଥାଉ ଥାଉ ବିପଥଗାମିନୀ ହୋଇ ଅଶୁଚି ହେଲେ,
“Eyi ne mmara a ɛfa ɔbea a ne bra nye na ne kunu twe ne ho ninkunu
30 ଅବା କୌଣସି ପୁରୁଷ ଈର୍ଷାଜନକ ଆତ୍ମାରେ ଆବିଷ୍ଟ ହୋଇ ଆପଣା ଭାର୍ଯ୍ୟା ପ୍ରତି ଈର୍ଷାରେ ଜ୍ୱଳିଲେ, ସେ ସେହି ସ୍ତ୍ରୀକୁ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରାଇବ, ପୁଣି, ଯାଜକ ସେହି ସ୍ତ୍ରୀ ପ୍ରତି ଏହି ସମସ୍ତ ବ୍ୟବସ୍ଥା ପାଳନ କରିବ।
de hwehwɛ mu hu sɛ odi ne kunu nokware anaa onni no nokware no ho. Ɔde no bɛba Awurade anim na ɔsɔfo no adi dwuma a wɔabobɔ so no nyinaa.
31 ତହିଁରେ ସେହି ପୁରୁଷ ଅପରାଧରୁ ମୁକ୍ତ ହେବ ଓ ସେହି ସ୍ତ୍ରୀ ଆପଣା ଆପଣା ଅପରାଧ ବୋହିବ।”
Wɔrenni ne kunu no asɛm wɔ baabiara sɛ wama ɔyare bɔne bi aba ne yere so, efisɛ ɛyɛ ɔno ara na ɔma ɛbaa saa.”

< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 5 >