< ହିତୋପଦେଶ 16 >

1 ଅନ୍ତଃକରଣର କଳ୍ପନା ମନୁଷ୍ୟର ଅଟେ; ମାତ୍ର ଜିହ୍ୱାର ଉତ୍ତର ସଦାପ୍ରଭୁଙ୍କଠାରୁ ହୁଏ।
The plans of the heart belong to man, but the answer of the tongue is from the LORD.
2 ମନୁଷ୍ୟର ସମସ୍ତ ଗତି ଆପଣା ଦୃଷ୍ଟିରେ ନିର୍ମଳ; ମାତ୍ର ସଦାପ୍ରଭୁ ଆତ୍ମାମାନଙ୍କୁ ତୌଲନ୍ତି।
All the ways of a man are clean in his own eyes, but the LORD weighs the motives.
3 ସଦାପ୍ରଭୁଙ୍କୁ ତୁମ୍ଭର କାର୍ଯ୍ୟ ସମର୍ପଣ କର, ତହିଁରେ ତୁମ୍ଭର ସଂକଳ୍ପ ସ୍ଥିରୀକୃତ ହେବ।
Commit your deeds to the LORD, and your plans shall succeed.
4 ସଦାପ୍ରଭୁ ପ୍ରତ୍ୟେକ ବିଷୟକୁ ତହିଁର ନିଜ ଉଦ୍ଦେଶ୍ୟ ସାଧନ ନିମନ୍ତେ କରିଅଛନ୍ତି; ଦୁଷ୍ଟକୁ ମଧ୍ୟ ଦୁର୍ଦ୍ଦିନ ନିମନ୍ତେ।
The LORD has made everything for its own end— yes, even the wicked for the day of evil.
5 ମନରେ ଗର୍ବୀ ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କଠାରେ ଘୃଣିତ, ହାତ ଧରାଧରି ହେଲେ ହେଁ ସେ ଅଦଣ୍ଡିତ ନୋହିବ।
Everyone who is proud in heart is an abomination to the LORD; they shall certainly not be unpunished.
6 ଦୟା ଓ ସତ୍ୟତାରେ ପାପର ପ୍ରାୟଶ୍ଚିତ୍ତ ହୁଏ, ପୁଣି, ସଦାପ୍ରଭୁ ବିଷୟକ ଭୟ ଦ୍ୱାରା ମନୁଷ୍ୟମାନେ କୁକ୍ରିୟା ତ୍ୟାଗ କରନ୍ତି।
By mercy and truth iniquity is atoned for. By the fear of the LORD men depart from evil.
7 ମନୁଷ୍ୟର ଗତି ସଦାପ୍ରଭୁଙ୍କର ତୁଷ୍ଟିକର ହେଲେ, ସେ ତାହାର ଶତ୍ରୁମାନଙ୍କୁ ମଧ୍ୟ ତାହା ସହିତ ଶାନ୍ତିରେ ବାସ କରାନ୍ତି।
When a man’s ways please the LORD, he makes even his enemies to be at peace with him.
8 ଅନ୍ୟାୟ ସହିତ ପ୍ରଚୁର ଆୟରୁ ଧାର୍ମିକତା ସହିତ ଅଳ୍ପ ଭଲ।
Better is a little with righteousness, than great revenues with injustice.
9 ମନୁଷ୍ୟର ମନ ଆପଣା ପଥ ବିଷୟ କଳ୍ପନା କରେ; ମାତ୍ର ସଦାପ୍ରଭୁ ତାହାର ଗତି ନିରୂପଣ କରନ୍ତି।
A man’s heart plans his course, but the LORD directs his steps.
10 ରାଜାର ଓଷ୍ଠରେ ଦିବ୍ୟ-ବାକ୍ୟ ଥାଏ, ତାହାର ମୁଖ ବିଚାରରେ ସତ୍ୟ-ଲଙ୍ଘନ କରିବ ନାହିଁ।
Inspired judgements are on the lips of the king. He shall not betray his mouth.
11 ଯଥାର୍ଥ ବିଶା ଓ ଦଣ୍ଡି ସଦାପ୍ରଭୁଙ୍କର ଓ ଥଳୀରେ ଥିବା ବଟଖରାସବୁ ତାହାଙ୍କର କର୍ମ।
Honest balances and scales are the LORD’s; all the weights in the bag are his work.
12 କୁକର୍ମ କରିବାର ରାଜାମାନଙ୍କର ଘୃଣା ବିଷୟ; ଯେହେତୁ ଧାର୍ମିକତାରେ ସିଂହାସନ ସ୍ଥିରୀକୃତ ହୁଏ।
It is an abomination for kings to do wrong, for the throne is established by righteousness.
13 ଧର୍ମଯୁକ୍ତ ଓଷ୍ଠ ରାଜାମାନଙ୍କର ତୁଷ୍ଟିକର, ପୁଣି, ଯଥାର୍ଥବାଦୀକୁ ସେମାନେ ପ୍ରେମ କରନ୍ତି।
Righteous lips are the delight of kings. They value one who speaks the truth.
14 ରାଜାର କ୍ରୋଧ ମୃତ୍ୟୁର ଦୂତ ପରି; ମାତ୍ର ଜ୍ଞାନୀ ଲୋକ ତାହା ଶାନ୍ତ କରେ।
The king’s wrath is a messenger of death, but a wise man will pacify it.
15 ରାଜାର ପ୍ରସନ୍ନ ବଦନରେ ଜୀବନ ଥାଏ, ପୁଣି ତାହାର ଅନୁଗ୍ରହ ଶେଷ ବର୍ଷାର ମେଘ ସ୍ୱରୂପ।
In the light of the king’s face is life. His favour is like a cloud of the spring rain.
16 ସୁନା ଅପେକ୍ଷା ଜ୍ଞାନ ଲାଭ କରିବା, ପୁଣି, ରୂପା ଅପେକ୍ଷା ବରଞ୍ଚ ସୁବିବେଚନା ଲାଭ ମନୋନୀତ କରିବାର କିପରି ଉତ୍ତମ!
How much better it is to get wisdom than gold! Yes, to get understanding is to be chosen rather than silver.
17 ମନ୍ଦତା ତ୍ୟାଗ କରିବାର ସରଳ ଲୋକମାନଙ୍କର ରାଜଦାଣ୍ଡ, ଯେଉଁ ଲୋକ ଆପଣା ପଥ ଜଗି ଚାଲେ, ସେ ଆପଣା ପ୍ରାଣ ରକ୍ଷା କରେ।
The highway of the upright is to depart from evil. He who keeps his way preserves his soul.
18 ଅହଙ୍କାର ସର୍ବନାଶର ସମ୍ମୁଖରେ ଥାଏ, ପୁଣି, ଦାମ୍ଭିକ ମନ ପତନର ସମ୍ମୁଖରେ ଥାଏ।
Pride goes before destruction, and an arrogant spirit before a fall.
19 ଅହଙ୍କାରୀମାନଙ୍କ ସହିତ ଲୁଟିତ ଦ୍ରବ୍ୟ ଭାଗ କରିବା ଅପେକ୍ଷା ଦୀନାତ୍ମା ସହିତ ନମ୍ର ହେବାର ଭଲ।
It is better to be of a lowly spirit with the poor, than to divide the plunder with the proud.
20 ଯେଉଁ ଲୋକ ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କରେ, ସେ ମଙ୍ଗଳ ପାଏ, ପୁଣି ସଦାପ୍ରଭୁଙ୍କଠାରେ ଯେ ନିର୍ଭର କରେ, ସେ ଧନ୍ୟ।
He who heeds the Word finds prosperity. Whoever trusts in the LORD is blessed.
21 ମନରେ ଜ୍ଞାନୀ ଲୋକ ବୁଦ୍ଧିମାନ ବିଖ୍ୟାତ ହୁଏ, ପୁଣି, ଓଷ୍ଠାଧରର ମିଷ୍ଟତା ପାଣ୍ଡିତ୍ୟ ବଢ଼ାଏ।
The wise in heart shall be called prudent. Pleasantness of the lips promotes instruction.
22 ସଦ୍‍ବୁଦ୍ଧି, ତାହା ପାଇଥିବା ଲୋକ ପ୍ରତି ଜୀବନର ଝର ସ୍ୱରୂପ ଅଟେ; ମାତ୍ର ଅଜ୍ଞାନତା ଅଜ୍ଞାନମାନଙ୍କର ଶାସ୍ତି।
Understanding is a fountain of life to one who has it, but the punishment of fools is their folly.
23 ଜ୍ଞାନବାନ‍ର ହୃଦୟ ଆପଣା ମୁଖକୁ ଶିକ୍ଷା ଦିଏ, ପୁଣି, ତାହାର ବାକ୍ୟ ପାଣ୍ଡିତ୍ୟ ବଢ଼ାଏ।
The heart of the wise instructs his mouth, and adds learning to his lips.
24 ମନୋହର ଭାଷା ମଧୁଚାକ ସଦୃଶ, ତାହା ମନକୁ ସୁମିଷ୍ଟ, ଅସ୍ଥିକୁ ସ୍ୱାସ୍ଥ୍ୟ।
Pleasant words are a honeycomb, sweet to the soul, and health to the bones.
25 ମନୁଷ୍ୟର ଦୃଷ୍ଟିରେ କୌଣସି କୌଣସି ପଥ ସରଳ ଦିଶେ, ମାତ୍ର ତହିଁର ଶେଷରେ ମୃତ୍ୟୁର ପଥ ଥାଏ।
There is a way which seems right to a man, but in the end it leads to death.
26 ପରିଶ୍ରମକାରୀର କ୍ଷୁଧା ତାହା ନିମନ୍ତେ ପରିଶ୍ରମ କରେ, ଯେହେତୁ ତାହାର ମୁଖ ତହିଁ ପାଇଁ ତାହାକୁ ବାଧ୍ୟ କରେ।
The appetite of the labouring man labours for him, for his mouth urges him on.
27 ଦୁଷ୍ଟ ଲୋକ ଅନିଷ୍ଟ କଳ୍ପନା କରେ, ପୁଣି, ତାହାର ଓଷ୍ଠରେ ଜ୍ୱଳନ୍ତା ଅଗ୍ନି ପରି ଥାଏ।
A worthless man devises mischief. His speech is like a scorching fire.
28 କୁଟିଳ ମନୁଷ୍ୟ କଳି ବୁଣେ, ପୁଣି କର୍ଣ୍ଣେଜପ ବିଶେଷ ମିତ୍ରଗଣକୁ ବିଭିନ୍ନ କରେ।
A perverse man stirs up strife. A whisperer separates close friends.
29 ଅତ୍ୟାଚାରୀ ଆପଣା ପ୍ରତିବାସୀକୁ ଭୁଲାଏ, ପୁଣି, ତାହାକୁ କୁପଥରେ କଢ଼ାଇ ନିଏ।
A man of violence entices his neighbour, and leads him in a way that is not good.
30 ଯେଉଁ ଲୋକ ଆପଣା ଚକ୍ଷୁ ମୁଦେ, ସେ କୁଟିଳ ବିଷୟ କଳ୍ପନା କରିବାକୁ ତାହା କରେ; ଯେ ଆପଣା ଓଷ୍ଠାଧରକୁ ଚିପେ, ସେ ମନ୍ଦ କର୍ମ ସିଦ୍ଧ କରେ।
One who winks his eyes to plot perversities, one who compresses his lips, is bent on evil.
31 ପକ୍ୱକେଶ ଶୋଭାଜନକ ମୁକୁଟ, ତାହା ଧର୍ମ ପଥରେ ପ୍ରାପ୍ତ ହୁଏ।
Grey hair is a crown of glory. It is attained by a life of righteousness.
32 ଯେ କ୍ରୋଧରେ ଧୀର, ସେ ବୀର ଅପେକ୍ଷା ଶ୍ରେଷ୍ଠ; ପୁଣି, ଯେ ନିଜ ଆତ୍ମା ଉପରେ କର୍ତ୍ତୃତ୍ୱ କରେ, ସେ ନଗର ଜୟକାରୀ ଅପେକ୍ଷା ଭଲ।
One who is slow to anger is better than the mighty; one who rules his spirit, than he who takes a city.
33 ଗୁଲିବାଣ୍ଟ କୋଳରେ ପକାଯାଏ, ମାତ୍ର ତହିଁର ନିଷ୍ପତ୍ତି ସଦାପ୍ରଭୁଙ୍କଠାରୁ ହୁଏ।
The lot is cast into the lap, but its every decision is from the LORD.

< ହିତୋପଦେଶ 16 >