< ହିତୋପଦେଶ 28 >

1 କେହି ନ ଗୋଡ଼ାଇଲେ ହେଁ ଦୁଷ୍ଟ ପଳାଏ; ମାତ୍ର ଧାର୍ମିକମାନେ ସିଂହ ପରି ସାହସିକ।
A wicked man flees when no man pursues, but the righteous are bold as a lion.
2 ଦେଶର ଅଧର୍ମ ସକାଶୁ ତହିଁର ଅଧିପତି ଅନେକ ହୁଅନ୍ତି; ମାତ୍ର ବୁଦ୍ଧିମାନ ଓ ଜ୍ଞାନବାନ ଲୋକମାନଙ୍କ ଦ୍ୱାରା ତହିଁର ସ୍ଥିରତା ଦୀର୍ଘ ହୁଏ।
For the transgression of a land many are the rulers of it. But by men of understanding and knowledge the state shall be prolonged.
3 ଯେଉଁ ଦରିଦ୍ର ଲୋକ ଦୀନହୀନକୁ ଉପଦ୍ରବ କରେ, ସେ ପ୍ଲାବନକାରୀ ବୃଷ୍ଟି ପରି; ତହିଁରେ ଭକ୍ଷ୍ୟର ଅଭାବ ଘଟେ।
A needy man who oppresses the poor is a sweeping rain which leaves no food.
4 ବ୍ୟବସ୍ଥାତ୍ୟାଗକାରୀମାନେ ଦୁଷ୍ଟମାନଙ୍କୁ ପ୍ରଶଂସା କରନ୍ତି, ପୁଣି, ଆଜ୍ଞା ପାଳିବା ଲୋକମାନେ ସେମାନଙ୍କ ସହିତ ବିରୋଧ କରନ୍ତି।
Those who forsake the law praise the wicked, but such as keep the law contend with them.
5 ମନ୍ଦ ଲୋକମାନେ ନ୍ୟାୟ ବୁଝନ୍ତି ନାହିଁ, ମାତ୍ର ସଦାପ୍ରଭୁଙ୍କ ଅନ୍ୱେଷଣକାରୀମାନେ ସବୁ ବିଷୟ ବୁଝନ୍ତି।
Evil men do not understand justice, but those who seek Jehovah understand all things.
6 ଦ୍ୱିପଥଗାମୀ କୁଟିଳ ଲୋକ ଧନୀ ହେଲେ ହେଁ ତାହା ଅପେକ୍ଷା ଆପଣା ସିଦ୍ଧତାରେ ଗମନକାରୀ ଦରିଦ୍ର ଲୋକ ଭଲ।
Better is the poor man who walks in his integrity, than he who is perverse in his ways, though he be rich.
7 ଯେ ବ୍ୟବସ୍ଥା ମାନେ, ସେ ବୁଦ୍ଧିମାନ ପୁତ୍ର; ପୁଣି, ଯେ ପେଟାର୍ଥୀମାନଙ୍କର ସଙ୍ଗୀ ହୁଏ, ସେ ଆପଣା ପିତାକୁ ଲଜ୍ଜା ଦିଏ।
He who keeps the law is a wise son, but he who is a companion of gluttons shames his father.
8 ଯେଉଁ ଲୋକ ସୁଧ ଓ ବୃଦ୍ଧି ଦ୍ୱାରା ଆପଣା ସମ୍ପତ୍ତି ବୃଦ୍ଧି କରେ, ସେ ଦୀନହୀନ ପ୍ରତି ଦୟାକାରୀ ପାଇଁ ତାହା ସଞ୍ଚୟ କରେ।
He who augments his substance by interest and increase, gathers it for him who has pity on the poor.
9 ଯେଉଁ ଲୋକ ବ୍ୟବସ୍ଥା ଶୁଣିବାରୁ ଆପଣା କର୍ଣ୍ଣ ଫେରାଏ, ତାହାର ପ୍ରାର୍ଥନା ହିଁ ଘୃଣାର ବିଷୟ ହୁଏ।
He who turns away his ear from hearing the law, even his prayer is an abomination.
10 ଯେଉଁ ଲୋକ ସରଳ ଲୋକକୁ ମନ୍ଦ ପଥରେ ଯିବାକୁ ଭୁଲାଏ, ସେ ସ୍ୱକୃତ ଖାତରେ ଆପେ ପଡ଼ିବ; ମାତ୍ର ସିଦ୍ଧ ଲୋକେ ମଙ୍ଗଳ ଅଧିକାର କରିବେ।
He who causes the upright to go astray in an evil way, he shall fall himself into his own pit. But the perfect shall inherit good.
11 ଧନବାନ ଆପଣା ଦୃଷ୍ଟିରେ ଜ୍ଞାନବାନ; ମାତ୍ର ବୁଦ୍ଧିମାନ ଦୀନହୀନ ଲୋକ ତାହାର ପରିଚୟ ନିଏ।
The rich man is wise in his own conceit, but a poor man who has understanding searches him out.
12 ଧାର୍ମିକମାନେ ଜୟ କଲେ ମହାଗୌରବ ହୁଏ; ମାତ୍ର ଦୁଷ୍ଟମାନଙ୍କର ଉନ୍ନତି ହେଲେ ଲୋକେ ଆପଣାକୁ ଲୁଚାନ୍ତି।
When the righteous triumph, there is great glory, but when the wicked rise, men hide themselves.
13 ଯେ ଆପଣା ଅଧର୍ମ ଆଚ୍ଛାଦନ କରେ, ସେ ମଙ୍ଗଳ ପାଏ ନାହିଁ; ମାତ୍ର ଯେଉଁ ଲୋକ ତାହା ସ୍ୱୀକାର କରି ଛାଡ଼େ, ସେ ଦୟା ପାଇବ।
He who covers his transgressions shall not prosper, but he who confesses and forsakes them shall obtain mercy.
14 ଯେଉଁ ଲୋକ ସବୁବେଳେ କୁକର୍ମ କରିବାକୁ ଭୟ ରଖେ, ସେ ଧନ୍ୟ; ମାତ୍ର ଯେ ଆପଣା ମନକୁ କଠିନ କରେ, ସେ ଆପଦରେ ପଡ଼ିବ।
Happy is the man who fears always, but he who hardens his heart shall fall into mischief.
15 ଯେପରି ଗର୍ଜ୍ଜନକାରୀ ସିଂହ ଓ ଭ୍ରମଣକାରୀ ଭାଲୁ; ସେପରି ଦୀନହୀନ ପ୍ରଜାଙ୍କ ଉପରେ ଦୁଷ୍ଟ କର୍ତ୍ତା।
A roaring lion, and a ranging bear, is a wicked ruler over a poor people.
16 ଯେଉଁ ଅଧ୍ୟକ୍ଷ ବୁଦ୍ଧିହୀନ, ସେ ମଧ୍ୟ ଅତି ଉପଦ୍ରବୀ ହୁଏ, ମାତ୍ର ଯେ ଲୋଭକୁ ଘୃଣା କରେ, ସେ ଆପଣା ଦିନ ବଢ଼ାଇବ।
The ruler who lacks understanding is also a great oppressor, but he who hates covetousness shall prolong his days.
17 ଯେଉଁ ଲୋକ କୌଣସି ଲୋକର ରକ୍ତରେ ଭାରଗ୍ରସ୍ତ ହୁଏ, ସେ ଗର୍ତ୍ତ ପର୍ଯ୍ୟନ୍ତ ପଳାଇବ; କେହି ତାହାକୁ ନ ଅଟକାଉ।
A man who is laden with the blood of any person shall flee to the pit. Let no man stay him.
18 ଯେଉଁ ଲୋକ ସିଦ୍ଧ ଭାବରେ ଚାଲେ, ସେ ରକ୍ଷା ପାଏ; ମାତ୍ର ଆପଣା ପଥରେ କୁଟିଳ ଲୋକ ଅକସ୍ମାତ୍‍ ପଡ଼ିବ।
He who walks uprightly shall be delivered, but he who is perverse in his ways shall fall at once.
19 ଆପଣା ଭୂମି ଯେ ଚଷେ, ସେ ଯଥେଷ୍ଟ ଆହାର ପାଇବ; ପୁଣି, ଯେ ଅସାର ଲୋକଙ୍କର ଅନୁଗାମୀ ହୁଏ, ତାହାର ଯଥେଷ୍ଟ ଦରିଦ୍ରତା ହେବ।
He who tills his land shall have plenty of bread, but he who follows after vanity shall have poverty enough.
20 ବିଶ୍ୱସ୍ତ ଲୋକ ଆଶୀର୍ବାଦରେ ବର୍ଦ୍ଧିଷ୍ଣୁ ହେବ; ମାତ୍ର ଯେ ଧନବାନ ହେବାକୁ ଅତି ଉଦ୍ୟମ କରେ, ସେ ଅଦଣ୍ଡିତ ନୋହିବ।
A faithful man shall abound with blessings, but he who makes haste to be rich shall not be unpunished.
21 ମୁଖାପେକ୍ଷା କରିବା ଭଲ ନୁହେଁ। କିଅବା ଖଣ୍ଡେ ରୁଟି ପାଇଁ ଅଧର୍ମ କରିବା ଭଲ ନୁହେଁ।
To have respect of persons is not good, nor that a man should transgress for a piece of bread.
22 କୁଦୃଷ୍ଟି ଲୋକ ସମ୍ପତ୍ତି ପଛେ ଦୌଡ଼େ, ମାତ୍ର ତାହାକୁ ଅଭାବ ଆକ୍ରମଣ କରିବ ବୋଲି ସେ ଜାଣେ ନାହିଁ।
He who has an evil eye hastens after riches, and does not know that want shall come upon him.
23 ଜିହ୍ୱାରେ ଚାଟୁବାଦ କରିବା ଲୋକ ଅପେକ୍ଷା ମନୁଷ୍ୟକୁ ଅନୁଯୋଗ କରିବା ଲୋକ ଶେଷରେ ଅଧିକ ଅନୁଗ୍ରହ ପାଏ।
He who rebukes a man shall afterward find more favor than he who flatters with the tongue.
24 ଯେ ଆପଣା ପିତା କିମ୍ବା ମାତାର ଦ୍ରବ୍ୟ ଅପହରଣ କରି କହେ, ଏଥିରେ କିଛି ଅଧର୍ମ ନାହିଁ, ସେ ସଂହାର କର ସଙ୍ଗୀ।
He who robs his father or his mother, and says, It is no transgression, the same is the companion of a destroyer.
25 ବହୁପ୍ରତ୍ୟାଶୀ ପ୍ରାଣ ବିବାଦ ଜନ୍ମାଏ, ମାତ୍ର ଯେ ସଦାପ୍ରଭୁଙ୍କ ଉପରେ ନିର୍ଭର ରଖେ, ସେ ହୃଷ୍ଟପୁଷ୍ଟ ହେବ।
He who is of a greedy spirit stirs up strife, but he who puts his trust in Jehovah shall be made fat.
26 ଯେ ଆପଣା ଅନ୍ତଃକରଣରେ ନିର୍ଭର ରଖେ, ସେ ମୂର୍ଖ; ମାତ୍ର ଯେ ଜ୍ଞାନରେ ଚାଲେ, ସେ ରକ୍ଷା ପାଇବ।
He who trusts in his own heart is a fool, but he who walks wisely, he shall be delivered.
27 ଯେ ଦରିଦ୍ରକୁ ଦାନ କରେ, ତାହାର ଅଭାବ ହେବ ନାହିଁ; ମାତ୍ର ଯେ ଆପଣା ଚକ୍ଷୁ ମୁଦେ, ସେ ଅନେକ ଅଭିଶାପ ପାଇବ।
He who gives to the poor shall not lack, but he who hides his eyes shall have many a curse.
28 ଦୁଷ୍ଟମାନେ ଉନ୍ନତ ହେଲେ, ଲୋକେ ଆପଣାମାନଙ୍କୁ ଲୁଚାନ୍ତି; ମାତ୍ର ସେମାନେ ବିନଷ୍ଟ ହେଲେ, ଧାର୍ମିକଗଣ ବର୍ଦ୍ଧିଷ୍ଣୁ ହୁଅନ୍ତି।
When the wicked rise, men hide themselves, but when they perish, the righteous increase.

< ହିତୋପଦେଶ 28 >