< ଗୀତସଂହିତା 104 >

1 ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର। ହେ ସଦାପ୍ରଭୋ, ମୋʼ ପରମେଶ୍ୱର, ତୁମ୍ଭେ ଅତି ମହାନ; ତୁମ୍ଭେ ସମ୍ଭ୍ରମ ଓ ଐଶ୍ୱର୍ଯ୍ୟରେ ବିଭୂଷିତ।
Bless the LORD, O my soul. O LORD my God, thou art very great; thou art clothed with honour and majesty.
2 ତୁମ୍ଭେ ବସ୍ତ୍ର ପରି ଦୀପ୍ତି ପରିଧାନ କରିଅଛ; ତୁମ୍ଭେ ଚନ୍ଦ୍ରାତପ ପରି ଆକାଶମଣ୍ଡଳ ବିସ୍ତାର କରିଅଛ।
Who coverest thyself with light as with a garment: who stretchest out the heavens like a curtain:
3 ତୁମ୍ଭେ ଜଳରାଶି ଉପରେ ଆପଣା କୋଠରିର କଡ଼ିକାଠ ପକାଇଅଛ; ତୁମ୍ଭେ ମେଘମାଳକୁ ଆପଣା ରଥ କରିଥାଅ; ତୁମ୍ଭେ ବାୟୁର ପକ୍ଷ ଉପରେ ଗମନାଗମନ କରୁଅଛ।
Who layeth the beams of his chambers in the waters: who maketh the clouds his chariot: who walketh upon the wings of the wind:
4 ତୁମ୍ଭେ ବାୟୁକୁ ଆପଣାର ଦୂତ କର; ଅଗ୍ନିଶିଖାକୁ ଆପଣାର ପରିଚାରକ କର।
Who maketh his angels spirits; his ministers a flaming fire:
5 ତୁମ୍ଭେ ପୃଥିବୀର ମୂଳ ଏପରି ସ୍ଥାପନ କରିଅଛ ଯେ, ତାହା କଦାପି ବିଚଳିତ ହେବ ନାହିଁ।
Who laid the foundations of the earth, that it should not be removed for ever.
6 ତୁମ୍ଭେ ତାହାକୁ ବସ୍ତ୍ର ପରି ବାରିଧିରେ ଆଚ୍ଛାଦନ କଲ; ପର୍ବତଗଣ ଉପରେ ଜଳରାଶି ଠିଆ ହେଲା।
Thou didst cover it with the deep as with a garment: the waters stood above the mountains.
7 ତୁମ୍ଭ ଧମକରେ ସେସବୁ ପଳାଇଲେ; ତୁମ୍ଭ ବଜ୍ରଧ୍ୱନିରେ ସେସବୁ ଶୀଘ୍ର ଚାଲିଗଲେ;
At thy rebuke they fled; at the voice of thy thunder they hasted away.
8 ସେସବୁ ପର୍ବତଗଣ ଉପରେ ଉଠି ଓ ସମସ୍ଥଳରେ ଓହ୍ଲାଇ ସେମାନଙ୍କ ନିମନ୍ତେ ତୁମ୍ଭର ନିରୂପିତ ସ୍ଥାନକୁ ଚାଲିଗଲେ।
They go up by the mountains; they go down by the valleys to the place which thou hast founded for them.
9 ସେମାନେ ଯେପରି ସୀମା ଲଙ୍ଘନ ନ କରିବେ ଓ ପୃଥିବୀକୁ ଆଚ୍ଛାଦନ କରିବା ପାଇଁ ପୁନର୍ବାର ଫେରି ନ ଆସିବେ, ଏଥିପାଇଁ ତୁମ୍ଭେ ଏକ ସୀମା ନିରୂପଣ କରିଅଛ।
Thou hast set a bound that they may not pass over; that they turn not again to cover the earth.
10 ସେ ଉପତ୍ୟକାସମୂହରେ ନିର୍ଝର ବୁହାନ୍ତି; ତାହା ପର୍ବତଗଣ ମଧ୍ୟରେ ଧାଏଁ;
He sendeth the springs into the valleys, which run among the hills.
11 ତାହା କ୍ଷେତ୍ରସ୍ଥ ପଶୁଗଣକୁ ଜଳ ଯୋଗାଏ, ବନ୍ୟ ଗର୍ଦ୍ଦଭମାନେ ତହିଁରେ ଆପଣା ଆପଣା ତୃଷା ନିବାରଣ କରନ୍ତି।
They give drink to every beast of the field: the wild donkeys quench their thirst.
12 ତହିଁ ନିକଟରେ ଖେଚର ପକ୍ଷୀଗଣ ବସା କରନ୍ତି, ସେମାନେ ଡାଳ ମଧ୍ୟରେ ଗାନ କରନ୍ତି।
By them shall the fowls of the heaven have their habitation, which sing among the branches.
13 ସେ ଆପଣା ସ୍ବର୍ଗରୁ ପର୍ବତଗଣକୁ ଜଳରେ ସେଚନ କରନ୍ତି; ପୃଥିବୀ ତାହାଙ୍କ କର୍ମର ଫଳରେ ତୃପ୍ତ ହୁଏ।
He watereth the hills from his chambers: the earth is satisfied with the fruit of thy works.
14 ସେ ପଶୁଗଣ ନିମନ୍ତେ ତୃଣ ଓ ମନୁଷ୍ୟର ସେବା ନିମନ୍ତେ ଶାକ ଅଙ୍କୁରିତ କରନ୍ତି; ଏହିରୂପେ ସେ ଭୂମିରୁ ଭକ୍ଷ୍ୟ ଉତ୍ପନ୍ନ କରନ୍ତି।
He causeth the grass to grow for the cattle, and herb for the service of man: that he may bring forth food out of the earth;
15 ପୁଣି, ମନୁଷ୍ୟର ଚିତ୍ତ-ଆନନ୍ଦକାରୀ ଦ୍ରାକ୍ଷାରସ, ମୁଖ-ଚିକ୍କଣକାରୀ ତୈଳ ଓ ମନୁଷ୍ୟର ହୃଦୟ ସବଳକାରୀ ଭକ୍ଷ୍ୟ ଉତ୍ପନ୍ନ କରନ୍ତି।
And wine that maketh glad the heart of man, and oil to make his face to shine, and bread which strengtheneth man’s heart.
16 ସଦାପ୍ରଭୁଙ୍କ ବୃକ୍ଷଶ୍ରେଣୀ ପରିତୃପ୍ତ; ଲିବାନୋନରେ ତାହାଙ୍କ ରୋପିତ ଏରସ ବୃକ୍ଷସକଳ ପରିତୃପ୍ତ;
The trees of the LORD are full of sap; the cedars of Lebanon, which he hath planted;
17 ତହିଁ ମଧ୍ୟରେ ପକ୍ଷୀଗଣ ଆପଣା ଆପଣା ବସା ନିର୍ମାଣ କରନ୍ତି; ଦେବଦାରୁ ବୃକ୍ଷ ଚରଳର ଗୃହ।
Where the birds make their nests: as for the stork, the fir trees are her house.
18 ଉଚ୍ଚ ପର୍ବତଶ୍ରେଣୀ ବନ୍ୟ ଛାଗମାନଙ୍କ ନିମନ୍ତେ ଅଟେ, ଶୈଳସବୁ ଶାଫନ୍‍ର ଆଶ୍ରୟ।
The high hills are a refuge for the wild goats; and the rocks for the conies.
19 ସେ ଋତୁ ନିମନ୍ତେ ଚନ୍ଦ୍ର ନିରୂପଣ କରିଅଛନ୍ତି; ସୂର୍ଯ୍ୟ ଆପଣା ଅସ୍ତଗମନ ଜାଣେ।
He appointeth the moon for seasons: the sun knoweth his going down.
20 ତୁମ୍ଭେ ଅନ୍ଧକାର କଲେ ରାତ୍ରି ହୁଏ; ତହିଁରେ ସକଳ ବନ-ପଶୁ ବାହାରି ଭ୍ରମଣ କରନ୍ତି।
Thou makest darkness, and it is night: in which all the beasts of the forest do creep forth.
21 ଯୁବା ସିଂହଗଣ ମୃଗୟା ଚେଷ୍ଟାରେ ଗର୍ଜ୍ଜନ କରନ୍ତି ଓ ପରମେଶ୍ୱରଙ୍କଠାରୁ ଆହାର ଚାହାନ୍ତି।
The young lions roar after their prey, and seek their food from God.
22 ସୂର୍ଯ୍ୟୋଦୟ ହେଲେ ସେମାନେ ଚାଲିଯାʼନ୍ତି ଓ ଆପଣା ଆପଣା ଗୁମ୍ଫାରେ ଶୟନ କରନ୍ତି।
The sun ariseth, they withdraw, and lay themselves down in their dens.
23 ମନୁଷ୍ୟ ଆପଣା କାର୍ଯ୍ୟକୁ ଓ ସନ୍ଧ୍ୟାକାଳ ପର୍ଯ୍ୟନ୍ତ ଆପଣା ପରିଶ୍ରମକୁ ବାହାରେ।
Man goeth forth to his work and to his labour until the evening.
24 ହେ ସଦାପ୍ରଭୋ, ତୁମ୍ଭର କାର୍ଯ୍ୟସକଳ କିପରି ବହୁବିଧ! ତୁମ୍ଭେ ଜ୍ଞାନରେ ସେସବୁ ନିର୍ମାଣ କରିଅଛ; ପୃଥିବୀ ତୁମ୍ଭ ସମ୍ପତ୍ତିରେ ପରିପୂର୍ଣ୍ଣ।
O LORD, how many are thy works! in wisdom hast thou made them all: the earth is full of thy riches.
25 ସେହି ସମୁଦ୍ର ବୃହତ ଓ ପ୍ରଶସ୍ତ, ତହିଁ ମଧ୍ୟରେ ଜଳଚର, କ୍ଷୁଦ୍ର ଓ ବୃହତ ଅସଂଖ୍ୟ ଜନ୍ତୁ ଅଛନ୍ତି।
So is this great and wide sea, in which are creeping things innumerable, both small and great beasts.
26 ତହିଁରେ ଜାହାଜ ଗତାୟାତ କରେ; ତହିଁରେ ଖେଳିବା ପାଇଁ ତୁମ୍ଭର ସୃଷ୍ଟ ଲିବିୟାଥନ ଥାଏ।
There go the ships: there is that leviathan, which thou hast made to play in it.
27 ଏସମସ୍ତେ ଉପଯୁକ୍ତ ସମୟରେ ଆପଣା ଆପଣା ଭକ୍ଷ୍ୟ ପାଇବା ନିମନ୍ତେ ତୁମ୍ଭର ଅନୁସରଣ କରନ୍ତି।
These wait all upon thee; that thou mayest give them their food in due season.
28 ଯାହା ତୁମ୍ଭେ ସେମାନଙ୍କୁ ଦିଅ, ତାହା ସେମାନେ ସାଉଣ୍ଟନ୍ତି। ତୁମ୍ଭେ ଆପଣା ହସ୍ତ ମେଲାଇଲେ, ସେମାନେ ଉତ୍ତମ ଦ୍ରବ୍ୟରେ ପରିତୃପ୍ତ ହୁଅନ୍ତି।
That which thou givest them they gather: thou openest thy hand, they are filled with good.
29 ତୁମ୍ଭେ ଆପଣା ମୁଖ ଲୁଚାଇଲେ, ସେମାନେ ବ୍ୟାକୁଳ ହୁଅନ୍ତି; ତୁମ୍ଭେ ସେମାନଙ୍କ ନିଃଶ୍ୱାସ ହରଣ କଲେ, ସେମାନେ ମରନ୍ତି ଓ ପୁନର୍ବାର ଧୂଳିରେ ମିଶିଯାʼନ୍ତି।
Thou hidest thy face, they are troubled: thou takest away their breath, they die, and return to their dust.
30 ତୁମ୍ଭେ ଆପଣା ଆତ୍ମା ପଠାଇଲେ, ସେମାନେ ସୃଷ୍ଟ ହୁଅନ୍ତି; ଆଉ, ତୁମ୍ଭେ ଭୂମିର ମୁଖ ନୂତନ କରୁଥାଅ।
Thou sendest forth thy spirit, they are created: and thou renewest the face of the earth.
31 ସଦାପ୍ରଭୁଙ୍କ ଗୌରବ ଅନନ୍ତକାଳ ଥାଉ; ସଦାପ୍ରଭୁ ଆପଣା କାର୍ଯ୍ୟସକଳରେ ଆନନ୍ଦ କରନ୍ତୁ।
The glory of the LORD shall endure for ever: the LORD shall rejoice in his works.
32 ସେ ପୃଥିବୀକୁ ଅନାଇଲେ, ତାହା କମ୍ପିତ ହୁଏ, ସେ ପର୍ବତଗଣକୁ ଛୁଇଁଲେ, ସେମାନେ ଧୂମ ଉଦ୍ଗାର କରନ୍ତି।
He looketh on the earth, and it trembleth: he toucheth the hills, and they smoke.
33 ମୁଁ ବଞ୍ଚିଥିବା ଯାଏ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି; ମୋହର ଅସ୍ତିତ୍ୱ ଥିବାଯାଏ, ମୁଁ ମୋହର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।
I will sing to the LORD as long as I live: I will sing praise to my God while I have my being.
34 ତାହାଙ୍କ ପ୍ରତି ମୋʼ ଧ୍ୟାନ ସୁମିଷ୍ଟ ହେଉ; ମୁଁ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବି।
My meditation of him shall be sweet: I will be glad in the LORD.
35 ପାପୀଗଣ ପୃଥିବୀରୁ ଉଚ୍ଛିନ୍ନ ହେଉନ୍ତୁ ଓ ଦୁଷ୍ଟମାନେ ଆଉ ନ ଥାଉନ୍ତୁ। ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର। ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର।
Let sinners be consumed out of the earth, and let the wicked be no more. Bless thou the LORD, O my soul. Praise ye the LORD.

< ଗୀତସଂହିତା 104 >