< ଗୀତସଂହିତା 108 >

1 ଦାଉଦଙ୍କର ଗାନାର୍ଥକ ଗୀତ। ହେ ପରମେଶ୍ୱର, ମୋହର ଚିତ୍ତ ସୁସ୍ଥିର ଅଛି; ମୁଁ ଗାନ କରିବି, ହଁ, ମୁଁ ଆପଣା ଗୌରବ ସହିତ ପ୍ରଶଂସା ଗାନ କରିବି।
A song. A psalm of David. My heart is steadfast, O God, my heart is steadfast. I would sing, I would make music; awake, my soul.
2 ହେ ନେବଲ ଓ ବୀଣେ, ଜାଗ; ମୁଁ ନିଜେ ଅତି ପ୍ରଭାତରେ ଜାଗିବି।
Awake, harp and lyre; I would wake the dawn.
3 ହେ ସଦାପ୍ରଭୋ, ମୁଁ ଗୋଷ୍ଠୀବର୍ଗ ମଧ୍ୟରେ ତୁମ୍ଭଙ୍କୁ ଧନ୍ୟବାଦ ଦେବି ଓ ମୁଁ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତୁମ୍ଭର ପ୍ରଶଂସା ଗାନ କରିବି।
I would praise you among the peoples, O Lord; make music among the nations to you.
4 ଯେହେତୁ ତୁମ୍ଭର ଦୟା ଆକାଶ ଅପେକ୍ଷା ମହତ ଓ ତୁମ୍ଭର ସତ୍ୟତା ଗଗନସ୍ପର୍ଶୀ;
For great to heaven is your love, and your faithfulness to the clouds.
5 ହେ ପରମେଶ୍ୱର, ତୁମ୍ଭେ ଆକାଶମଣ୍ଡଳ ଉପରେ ଉନ୍ନତ ହୁଅ ଓ ତୁମ୍ଭର ଗୌରବ ସମୁଦାୟ ପୃଥିବୀରେ ଉନ୍ନତ ହେଉ।
Be exalted, O God, o’er the heavens, and your glory o’er all the earth.
6 ଯେପରି ତୁମ୍ଭର ପ୍ରିୟତମ ଉଦ୍ଧାର ପାଇବ, ଏଥିପାଇଁ ତୁମ୍ଭେ ଆପଣା ଦକ୍ଷିଣ ହସ୍ତରେ ପରିତ୍ରାଣ କରି ଆମ୍ଭମାନଙ୍କୁ ଉତ୍ତର ଦିଅ।
So those you love may be rescued, save by your right hand and answer us.
7 ପରମେଶ୍ୱର ଆପଣା ପବିତ୍ରତାରେ କହିଅଛନ୍ତି; “ଆମ୍ଭେ ଉଲ୍ଲାସ କରିବା; ମୁଁ ଶିଖିମକୁ ବିଭାଗ କରିବି ଓ ସୁକ୍କୋତ ଉପତ୍ୟକା ମାପିବି।
God did solemnly swear: ‘As victor will I divide Shechem, portion out the valley of Succoth.
8 ଗିଲୀୟଦ ମୋହର; ମନଃଶି ମୋହର; ଇଫ୍ରୟିମ ମଧ୍ୟ ମୋʼ ମସ୍ତକର ଆଶ୍ରୟ; ଯିହୁଦା ମୋହର ରାଜଦଣ୍ଡ।
Mine is Gilead, mine is Manasseh, Ephraim is my helmet, Judah my sceptre of rule,
9 ମୋୟାବ ମୋʼ ପ୍ରକ୍ଷାଳନ-ପାତ୍ର; ଇଦୋମ ଉପରେ ମୁଁ ଆପଣା ପାଦୁକା ପକାଇବି। ପଲେଷ୍ଟୀୟ ଉପରେ ଜୟଧ୍ୱନି କରିବି।”
Moab the pot that I wash in, on Edom I hurl my sandal, I shout o’er Philistia in triumph.’
10 କିଏ ମୋତେ ଦୃଢ଼ ନଗରକୁ ଆଣିବ? କିଏ ମୋତେ ଇଦୋମ ପର୍ଯ୍ୟନ୍ତ କଢ଼ାଇ ଆଣିଅଛି?
O to be brought to the fortified city! O to be led into Edom!
11 ହେ ପରମେଶ୍ୱର, ତୁମ୍ଭେ କି ଆମ୍ଭମାନଙ୍କୁ ଦୂର କରି ନାହଁ? ପୁଣି, ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କ ସୈନ୍ୟ ସଙ୍ଗେ ଗମନ କରୁ ନାହଁ।
Have you not spurned us, O God? You do not march forth with our armies.
12 ବିପକ୍ଷର ପ୍ରତିକୂଳରେ ଆମ୍ଭମାନଙ୍କୁ ସାହାଯ୍ୟ ଦାନ କର; କାରଣ ମନୁଷ୍ୟର ସାହାଯ୍ୟ ବୃଥା।
Grant us help from the foe, for human help is worthless.
13 ପରମେଶ୍ୱରଙ୍କ ଦ୍ୱାରା ଆମ୍ଭେମାନେ ବୀରର କର୍ମ କରିବା; ଯେହେତୁ ସେ ଆମ୍ଭମାନଙ୍କ ବିପକ୍ଷଗଣକୁ ଦଳି ପକାଇବେ।
With God we shall yet do bravely, he himself will tread down our foes.

< ଗୀତସଂହିତା 108 >