< ଗୀତସଂହିତା 112 >

1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର, ଯେଉଁ ଜନ ସଦାପ୍ରଭୁଙ୍କୁ ଭୟ କରେ, ଯେ ତାହାଙ୍କ ଆଜ୍ଞାସବୁରେ ଅତିଶୟ ସନ୍ତୁଷ୍ଟ ହୁଏ, ସେ ଧନ୍ୟ।
Hallelujah. Happy are those who fear the Lord, and greatly delight in his commandments.
2 ତାହାର ବଂଶ ପୃଥିବୀରେ ବିକ୍ରମଶାଳୀ ହେବେ ସରଳ ଲୋକର ବଂଶ ଆଶୀର୍ବାଦ ପ୍ରାପ୍ତ ହେବେ।
Mighty on earth shall be their seed; a blessing shall rest on the race of the upright.
3 ତାହାର ଗୃହରେ ଧନସମ୍ପତ୍ତି ଥାଏ ଓ ତାହାର ଧର୍ମ ସଦାକାଳସ୍ଥାୟୀ
Wealth and riches are in their houses, their prosperity stands forever.
4 ସରଳ ଲୋକଙ୍କ ପ୍ରତି ଅନ୍ଧକାରରେ ଦୀପ୍ତି ଉଦିତ ହୁଏ; ସେ କୃପାମୟ ଓ ସ୍ନେହଶୀଳ ଓ ଧାର୍ମିକ।
To the upright arises light in the darkness; full of favour and pity and kindness are they.
5 ଯେଉଁ ଜନ କୃପା କରେ ଓ ଋଣ ଦିଏ, ତାହାର ମଙ୍ଗଳ ହୁଏ; ସେ ସୁବିଚାରରେ ଆପଣା କଥା ନିଷ୍ପନ୍ନ କରିବ।
It is well with those who show pity and lend, who support all their affairs upon justice.
6 କାରଣ ସେ କଦାପି ବିଚଳିତ ନୋହିବ; ଧାର୍ମିକ ଲୋକ ଅନନ୍ତକାଳ ସ୍ମରଣରେ ରହିବ।
For they will never be shaken; the just will be forever remembered.
7 ସେ କୁସମ୍ବାଦ ଶୁଣି ଭୀତ ହେବ ନାହିଁ। ତାହାର ଚିତ୍ତ ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସ୍ଥିର ଥାଏ।
They will not be afraid of evil tidings, with steady heart they trust the Lord.
8 ସେ ଆପଣା ବିପକ୍ଷଗଣ ଉପରେ ନିଜ ବାଞ୍ଛାର ସିଦ୍ଧି ଦେଖିବା ପର୍ଯ୍ୟନ୍ତ, ତାହାର ଚିତ୍ତ ସୁସ୍ଥିର ଥାଏ, ସେ ଭୀତ ହେବ ନାହିଁ।
Their heart is firm and unafraid: they know they will feast their eyes on their enemies.
9 ସେ ବିତରଣ କରିଅଛି, ସେ ଦୀନହୀନମାନଙ୍କୁ ଦାନ କରିଅଛି; ତାହାର ଧର୍ମ ସଦାକାଳସ୍ଥାୟୀ; ସମ୍ଭ୍ରମରେ ତାହାର ଶୃଙ୍ଗ ଉନ୍ନତ ହେବ।
With lavish hands they give to the poor, and their prosperity stands forever. They are lifted to heights of triumph and honour.
10 ଦୁଷ୍ଟ ଲୋକ ତାହା ଦେଖିବ ଓ ବିରକ୍ତ ହେବ; ସେ ଆପଣା ଦନ୍ତ ଘର୍ଷଣ କରିବ ଓ ତରଳି ଯିବ; ଦୁଷ୍ଟମାନଙ୍କର ବାଞ୍ଛା ବିନଷ୍ଟ ହେବ।
The sight of them fills the wicked with anger: grinding their teeth with despair. The hopes of the wicked will come to nothing.

< ଗୀତସଂହିତା 112 >