< ଗୀତସଂହିତା 133 >

1 ଆରୋହଣ ଗୀତ, ଦାଉଦଙ୍କ ରଚିତ। ଦେଖ, ଭାଇମାନେ ମିଳନରେ ଏକତ୍ର ବାସ କରିବା କିପରି ଉତ୍ତମ ଓ ମନୋହର! 2 ତାହା ମସ୍ତକରେ ବହୁମୂଲ୍ୟ ତୈଳ ସ୍ୱରୂପ, ଯାହା ଦାଢ଼ିରେ, ଅର୍ଥାତ୍‍, ହାରୋଣଙ୍କର ଦାଢ଼ିରେ ବହି ତାଙ୍କ ବସ୍ତ୍ରାଞ୍ଚଳରେ ପଡ଼ିଲା। 3 ତାହା ହର୍ମୋଣ ପାହାଡ଼ର ଶିଶିର ତୁଲ୍ୟ, ଯାହା ସିୟୋନର ପର୍ବତଗଣ ଉପରେ କ୍ଷରି ପଡ଼େ। କାରଣ ସଦାପ୍ରଭୁ ସେଠାରେ ଆଶୀର୍ବାଦ, ହଁ, ଅନନ୍ତ ଜୀବନ ଆଜ୍ଞା କଲେ।

< ଗୀତସଂହିତା 133 >