< ଗୀତସଂହିତା 24 >

1 ଦାଉଦଙ୍କର ଗୀତ। ପୃଥିବୀ ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ସଦାପ୍ରଭୁଙ୍କର।
Of David. A psalm. The earth is the Lord’s and all that it holds, the world and those who live in it.
2 କାରଣ ସେ ସମୁଦ୍ର ଉପରେ ତାହା ସ୍ଥାପନ କରିଅଛନ୍ତି ଓ ନଦୀ ଉପରେ ତାହା ଦୃଢ଼ କରିଅଛନ୍ତି।
For he founded it on the seas, and on the floods he sustains it.
3 କିଏ ସଦାପ୍ରଭୁଙ୍କ ପର୍ବତରେ ଆରୋହଣ କରିବ? ଓ କିଏ ତାହାଙ୍କ ପବିତ୍ର ସ୍ଥାନରେ ଠିଆ ହେବ?
Who may ascend the hill of the Lord? Who may stand in his holy place?
4 ଯାହାର ହସ୍ତ ଶୁଚି ଓ ଅନ୍ତଃକରଣ ନିର୍ମଳ; ଯାହାର ମନ ଅସାରତା ପ୍ରତି ଉଠି ନାହିଁ, ପୁଣି, ଯେ ଛଳ ଭାବରେ ଶପଥ କରି ନାହିଁ, ସେ।
The clean of hands, the pure of heart, who sets not their heart upon sinful things, nor swears with intent to deceive:
5 ସେ ସଦାପ୍ରଭୁଙ୍କଠାରୁ ଆଶୀର୍ବାଦ ଓ ଆପଣାର ପରିତ୍ରାଣ ସ୍ୱରୂପ ପରମେଶ୍ୱରଙ୍କଠାରୁ ଧାର୍ମିକତା ପ୍ରାପ୍ତ ହେବ।
they win from the Lord a blessing: God is their champion and saviour.
6 ଯେଉଁମାନେ ପରମେଶ୍ୱରଙ୍କୁ ଅନ୍ୱେଷଣ କରନ୍ତି, ସେମାନଙ୍କର ବଂଶ ଏହି, ହେ ଯାକୁବର ପରମେଶ୍ୱର, ଏମାନେ ତୁମ୍ଭର ମୁଖ ଅନ୍ୱେଷଣ କରନ୍ତି। (ସେଲା)
Such must be those who resort to him, and seek the face of the God of Jacob. (Selah)
7 ହେ ନଗରଦ୍ୱାରସକଳ, ମସ୍ତକ ଟେକ; ହେ ଚିରସ୍ଥାୟୀ କବାଟସବୁ, ଟେକି ହୁଅ; ତହିଁରେ ଗୌରବମୟ ରାଜା ପ୍ରବେଶ କରିବେ।
Lift high your heads, you gates – Higher, you ancient doors; welcome the glorious king.
8 ଗୌରବମୟ ରାଜା କିଏ? ବଳବାନ ଓ ବୀର ସଦାପ୍ରଭୁ, ସଂଗ୍ରାମରେ ବୀର ସଦାପ୍ରଭୁ।
‘Who is the glorious king?’ ‘The Lord strong and heroic, the Lord heroic in battle.’
9 ହେ ନଗରଦ୍ୱାରସକଳ, ମସ୍ତକ ଟେକ; ହେ ଚିରସ୍ଥାୟୀ କବାଟସବୁ, ମସ୍ତକ ଟେକ; ତହିଁରେ ଗୌରବମୟ ରାଜା ପ୍ରବେଶ କରିବେ।
Lift high your heads, you gates – Higher, you ancient doors; welcome the glorious king.
10 ଏହି ଗୌରବମୟ ରାଜା କିଏ? ବାହିନୀଗଣର ସଦାପ୍ରଭୁ, ସେ ଗୌରବମୟ ରାଜା ଅଟନ୍ତି। (ସେଲା)
‘Who is the glorious king?’ ‘The Lord, the God of hosts, he is the glorious king.’ (Selah)

< ଗୀତସଂହିତା 24 >