< ଗୀତସଂହିତା 33 >

1 ହେ ଧାର୍ମିକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ଉଲ୍ଲାସ କର; ପ୍ରଶଂସା କରିବା ସରଳ ଲୋକଙ୍କର ଶୋଭନୀୟ।
רַנְּנ֣וּ צַ֭דִּיקִים בַּֽיהוָ֑ה לַ֝יְשָׁרִ֗ים נָאוָ֥ה תְהִלָּֽה׃
2 ବୀଣାରେ ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; ଦଶତାର ନେବଲରେ ତାହାଙ୍କର ପ୍ରଶଂସା ଗାନ କର।
הֹוד֣וּ לַיהוָ֣ה בְּכִנֹּ֑ור בְּנֵ֥בֶל עָ֝שֹׂ֗ור זַמְּרוּ־לֹֽו׃
3 ତାହାଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; ଉଚ୍ଚଧ୍ୱନିରେ ମନୋହର ବାଦ୍ୟକର।
שִֽׁירוּ־לֹ֖ו שִׁ֣יר חָדָ֑שׁ הֵיטִ֥יבוּ נַ֝גֵּ֗ן בִּתְרוּעָֽה׃
4 କାରଣ ସଦାପ୍ରଭୁଙ୍କ ବାକ୍ୟ ଯଥାର୍ଥ; ଆଉ ତାହାଙ୍କର ସମସ୍ତ କାର୍ଯ୍ୟ ବିଶ୍ୱସ୍ତତାରେ ସାଧିତ।
כִּֽי־יָשָׁ֥ר דְּבַר־יְהוָ֑ה וְכָל־מַ֝עֲשֵׂ֗הוּ בֶּאֱמוּנָֽה׃
5 ସେ ଧାର୍ମିକତା ଓ ନ୍ୟାୟବିଚାର ଭଲ ପାଆନ୍ତି; ପୃଥିବୀ ସଦାପ୍ରଭୁଙ୍କ ସ୍ନେହପୂର୍ଣ୍ଣ କରୁଣାରେ ପରିପୂର୍ଣ୍ଣ;
אֹ֭הֵב צְדָקָ֣ה וּמִשְׁפָּ֑ט חֶ֥סֶד יְ֝הוָ֗ה מָלְאָ֥ה הָאָֽרֶץ׃
6 ଗଗନମଣ୍ଡଳ ସଦାପ୍ରଭୁଙ୍କ ବାକ୍ୟରେ, ଆଉ ତହିଁର ସମସ୍ତ ବାହିନୀ ତାହାଙ୍କ ମୁଖର ନିଶ୍ୱାସରେ ନିର୍ମିତ।
בִּדְבַ֣ר יְ֭הוָה שָׁמַ֣יִם נַעֲשׂ֑וּ וּבְר֥וּחַ פִּ֝֗יו כָּל־צְבָאָֽם׃
7 ସେ ସମୁଦ୍ରର ଜଳସମୂହକୁ ରାଶି ତୁଲ୍ୟ ଏକତ୍ର କରନ୍ତି; ସେ ବାରିଧିସମୂହକୁ ଭଣ୍ଡାରରେ ସଞ୍ଚୟ କରନ୍ତି।
כֹּנֵ֣ס כַּ֭נֵּד מֵ֣י הַיָּ֑ם נֹתֵ֖ן בְּאֹצָרֹ֣ות תְּהֹומֹֽות׃
8 ସମୁଦାୟ ପୃଥିବୀ ସଦାପ୍ରଭୁଙ୍କୁ ଭୟ କରୁ; ଜଗନ୍ନିବାସୀ ସମସ୍ତେ ତାହାଙ୍କ ବିଷୟରେ ଭୀତ ହେଉନ୍ତୁ।
יִֽירְא֣וּ מֵ֭יְהוָה כָּל־הָאָ֑רֶץ מִמֶּ֥נּוּ יָ֝ג֗וּרוּ כָּל־יֹשְׁבֵ֥י תֵבֵֽל׃
9 ସେ କହିବା ମାତ୍ରେ ସୃଷ୍ଟି ହେଲା, ସେ ଆଜ୍ଞା କରିବା ମାତ୍ରେ ସ୍ଥିତି ହେଲା।
כִּ֤י ה֣וּא אָמַ֣ר וַיֶּ֑הִי הֽוּא־צִ֝וָּ֗ה וֽ͏ַיַּעֲמֹֽד׃
10 ସଦାପ୍ରଭୁ ଗୋଷ୍ଠୀୟମାନଙ୍କର ମନ୍ତ୍ରଣା ବ୍ୟର୍ଥ କରନ୍ତି; ସେ ଜନବୃନ୍ଦର ସଂକଳ୍ପସବୁ ବିଫଳ କରନ୍ତି।
יְֽהוָ֗ה הֵפִ֥יר עֲצַת־גֹּויִ֑ם הֵ֝נִ֗יא מַחְשְׁבֹ֥ות עַמִּֽים׃
11 ସଦାପ୍ରଭୁଙ୍କ ମନ୍ତ୍ରଣା ଅନନ୍ତକାଳସ୍ଥାୟୀ; ତାହାଙ୍କ ଚିତ୍ତର ସଂକଳ୍ପସବୁ ପୁରୁଷାନୁକ୍ରମେ ଥାଏ।
עֲצַ֣ת יְ֭הוָה לְעֹולָ֣ם תַּעֲמֹ֑ד מַחְשְׁבֹ֥ות לִ֝בֹּ֗ו לְדֹ֣ר וָדֹֽר׃
12 ସଦାପ୍ରଭୁ ଯେଉଁ ଗୋଷ୍ଠୀର ପରମେଶ୍ୱର, ସେ ଧନ୍ୟ; ସେ ଯେଉଁ ଲୋକମାନଙ୍କୁ ଆପଣା ଅଧିକାରାର୍ଥେ ମନୋନୀତ କରିଅଛନ୍ତି, ସେମାନେ ଧନ୍ୟ।
אַשְׁרֵ֣י הַ֭גֹּוי אֲשֶׁר־יְהוָ֣ה אֱלֹהָ֑יו הָעָ֓ם ׀ בָּחַ֖ר לְנַחֲלָ֣ה לֹֽו׃
13 ସଦାପ୍ରଭୁ ସ୍ୱର୍ଗରୁ ଦୃଷ୍ଟିପାତ କରନ୍ତି; ସେ ସମସ୍ତ ଲୋକମାନଙ୍କୁ ନିରୀକ୍ଷଣ କରନ୍ତି;
מִ֭שָּׁמַיִם הִבִּ֣יט יְהוָ֑ה רָ֝אָ֗ה אֶֽת־כָּל־בְּנֵ֥י הָאָדָֽם׃
14 ସେ ଆପଣା ନିବାସ-ସ୍ଥାନରୁ ପୃଥିବୀନିବାସୀ ସମସ୍ତଙ୍କ ଉପରେ ଦୃଷ୍ଟିପାତ କରନ୍ତି;
מִֽמְּכֹון־שִׁבְתֹּ֥ו הִשְׁגִּ֑יחַ אֶ֖ל כָּל־יֹשְׁבֵ֣י הָאָֽרֶץ׃
15 ସେ ସମସ୍ତଙ୍କର ହୃଦୟ ଗଢ଼ନ୍ତି, ସେ ସେମାନଙ୍କର କର୍ମସବୁ ନିରୀକ୍ଷଣ କରନ୍ତି।
הַיֹּצֵ֣ר יַ֣חַד לִבָּ֑ם הַ֝מֵּבִ֗ין אֶל־כָּל־מַעֲשֵׂיהֶֽם׃
16 କୌଣସି ରାଜା ଅପାର ସୈନ୍ୟ ଦ୍ୱାରା ଉଦ୍ଧାର ପାଏ ନାହିଁ; କୌଣସି ବୀର ମହାଶକ୍ତି ଦ୍ୱାରା ଉଦ୍ଧାର ପାଏ ନାହିଁ।
אֵֽין־הַ֭מֶּלֶךְ נֹושָׁ֣ע בְּרָב־חָ֑יִל גִּ֝בֹּ֗ור לֹֽא־יִנָּצֵ֥ל בְּרָב־כֹּֽחַ׃
17 ରକ୍ଷାର୍ଥେ ଅଶ୍ୱ ମିଥ୍ୟା; କିଅବା ସେ ଆପଣା ମହାବଳ ଦ୍ୱାରା କାହାକୁ ରକ୍ଷା କରି ପାରିବ ନାହିଁ।
שֶׁ֣קֶר הַ֭סּוּס לִתְשׁוּעָ֑ה וּבְרֹ֥ב חֵ֝ילֹ֗ו לֹ֣א יְמַלֵּֽט׃
18 ଦେଖ, ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କ ଦୟାରେ ଭରସା ରଖନ୍ତି,
הִנֵּ֤ה עֵ֣ין יְ֭הוָה אֶל־יְרֵאָ֑יו לַֽמְיַחֲלִ֥ים לְחַסְדֹּֽו׃
19 ସେମାନଙ୍କ ପ୍ରାଣ ମୃତ୍ୟୁୁରୁ ରକ୍ଷା କରିବା ପାଇଁ ଓ ଦୁର୍ଭିକ୍ଷ ସମୟରେ ସେମାନଙ୍କୁ ବଞ୍ଚାଇବା ପାଇଁ ସେମାନଙ୍କ ଉପରେ ତାହାଙ୍କର ଦୃଷ୍ଟି ଥାଏ।
לְהַצִּ֣יל מִמָּ֣וֶת נַפְשָׁ֑ם וּ֝לְחַיֹּותָ֗ם בָּרָעָֽב׃
20 ଆମ୍ଭମାନଙ୍କ ପ୍ରାଣ ସଦାପ୍ରଭୁଙ୍କ ଅପେକ୍ଷାରେ ରହିଅଛି; ସେ ଆମ୍ଭମାନଙ୍କର ସହାୟ ଓ ଆମ୍ଭମାନଙ୍କର ଢାଲ।
נַ֭פְשֵׁנוּ חִכְּתָ֣ה לַֽיהוָ֑ה עֶזְרֵ֖נוּ וּמָגִנֵּ֣נוּ הֽוּא׃
21 ଆମ୍ଭମାନଙ୍କ ଅନ୍ତଃକରଣ ତାହାଙ୍କଠାରେ ଆନନ୍ଦ କରିବ, କାରଣ ଆମ୍ଭେମାନେ ତାହାଙ୍କ ପବିତ୍ର ନାମରେ ବିଶ୍ୱାସ କରିଅଛୁ।
כִּי־בֹ֭ו יִשְׂמַ֣ח לִבֵּ֑נוּ כִּ֤י בְשֵׁ֖ם קָדְשֹׁ֣ו בָטָֽחְנוּ׃
22 ହେ ସଦାପ୍ରଭୋ, ତୁମ୍ଭଠାରେ ଆମ୍ଭେମାନେ ଭରସା କରିଥିବା ପ୍ରମାଣେ ଆମ୍ଭମାନଙ୍କ ପ୍ରତି ତୁମ୍ଭର ଦୟା ବର୍ତ୍ତୁ।
יְהִֽי־חַסְדְּךָ֣ יְהוָ֣ה עָלֵ֑ינוּ כַּ֝אֲשֶׁ֗ר יִחַ֥לְנוּ לָֽךְ׃

< ଗୀତସଂହିତା 33 >