< ଗୀତସଂହିତା 4 >

1 ତାରଯୁକ୍ତ ଯନ୍ତ୍ରରେ ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ହେ ମୋହର ଧର୍ମସ୍ୱରୂପ ପରମେଶ୍ୱର, ମୁଁ ଡାକିଲେ ମୋତେ ଉତ୍ତର ଦିଅ; ସଙ୍କଟରେ ଥିବା ସମୟରେ ତୁମ୍ଭେ ମୋତେ ପ୍ରଶସ୍ତ ସ୍ଥାନ ଦେଇଅଛ; ମୋତେ ଦୟା କର ଓ ମୋହର ପ୍ରାର୍ଥନା ଶୁଣ।
For the leader, with stringed instruments. A psalm of David. Answer my cry, God, my defender. Often from straits you have brought me to spacious places. So now show me your favour and hear my prayer.
2 ହେ ମନୁଷ୍ୟ-ସନ୍ତାନଗଣ, କେତେ କାଳ ମୋହର ଗୌରବ ଅପମାନରେ ପରିଣତ ହେବ? କେତେ କାଳ ତୁମ୍ଭେମାନେ ଅସାରତାକୁ ସ୍ନେହ କରିବ ଓ ମିଥ୍ୟାର ଅନ୍ୱେଷଣ କରିବ? (ସେଲା)
How long, you proud people, will my honour be stained by the slanders you love, and the lies that you follow? (Selah)
3 ମାତ୍ର ସଦାପ୍ରଭୁ ଆପଣା ପାଇଁ ସଦ୍‍ଭକ୍ତ ଲୋକକୁ ପୃଥକ କରି ରଖିଅଛନ୍ତି, ଏହା ଜ୍ଞାତ ହୁଅ; ମୁଁ ସଦାପ୍ରଭୁଙ୍କୁ ଡାକିଲେ, ସେ ଶୁଣିବେ।
See! The Lord has shown me his wonderful kindness: the Lord hears, when I call to him.
4 ଭୀତ ହୁଅ ଓ ପାପ କର ନାହିଁ; ତୁମ୍ଭେମାନେ ଶଯ୍ୟା ଉପରେ ମନେ ମନେ କଥା କହି ନୀରବ ହୁଅ। (ସେଲା)
Sin not in your anger: but speak in your heart on your bed, and be still. (Selah)
5 ଧର୍ମବଳି ଉତ୍ସର୍ଗ କର ଓ ସଦାପ୍ରଭୁଙ୍କଠାରେ ବିଶ୍ୱାସ କର।
Offer true sacrifice, trust in the Lord.
6 ଅନେକେ କହନ୍ତି, “କିଏ ଆମ୍ଭମାନଙ୍କୁ ମଙ୍ଗଳ ଦେଖାଇବ?” ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରତି ଆପଣା ମୁଖର ତେଜ ପ୍ରକାଶ କର।
Many are longing for fortune to smile. Lift upon us the light of your face.
7 ତୁମ୍ଭେ ମୋʼ ଅନ୍ତଃକରଣରେ ଆନନ୍ଦ ଦେଇଅଛ, ତାହା ସେମାନଙ୍କ ଶସ୍ୟ ଓ ଦ୍ରାକ୍ଷାରସ ବୃଦ୍ଧିକାଳର ଆନନ୍ଦ ଅପେକ୍ଷା ଅଧିକ।
You have put in my heart, Lord, a deeper joy than was theirs who had corn and wine in abundance.
8 ମୁଁ ଶାନ୍ତିରେ ଶୟନ କରିବି ଓ ନିଦ୍ରା ଯିବି; କାରଣ ହେ ସଦାପ୍ରଭୋ, କେବଳ ତୁମ୍ଭେ ମୋତେ ନିରାପଦରେ ବାସ କରାଉଅଛ।
So in peace I will lie down and sleep; for you, Lord, keep me safe.

< ଗୀତସଂହିତା 4 >