< ଗୀତସଂହିତା 42 >

1 ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ମସ୍କୀଲ୍‍ (ପ୍ରବୋଧନ)। ହରିଣୀ ଯେପରି ଜଳସ୍ରୋତ ପାଇଁ ଧକାଏ, ସେହିପରି ହେ ପରମେଶ୍ୱର, ମୋʼ ପ୍ରାଣ ତୁମ୍ଭ ପାଇଁ ଧକାଏ।
For the leader. A maskil of the Korahites. Like the hart which longs for brooks of water, I long for you, God.
2 ପରମେଶ୍ୱରଙ୍କ ନିମନ୍ତେ, ଜୀବିତ ପରମେଶ୍ୱରଙ୍କ ନିମନ୍ତେ ମୋʼ ପ୍ରାଣ ତୃଷିତ; ମୁଁ କେବେ ଆସି ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେବି?
I thirst for God, for my living God. When shall I enter in, and see the face of God?
3 ମୋହର ଲୋତକ ଦିବାରାତ୍ର ମୋହର ଭକ୍ଷ୍ୟ ହୋଇଅଛି, କାରଣ ଲୋକମାନେ ନିତ୍ୟ ମୋତେ କହନ୍ତି, “ତୁମ୍ଭର ପରମେଶ୍ୱର କାହାନ୍ତି?”
My tears have been my food by day and by night; for they say to me all the day long, ‘Where is your God?’
4 ମୁଁ କିପରି ଲୋକସମୂହ ସହିତ ଯାତ୍ରା କଲି, ପୁଣି, ଆନନ୍ଦ ଓ ପ୍ରଶଂସାଧ୍ୱନି ସହିତ ପର୍ବପାଳନକାରୀ ଜନତାକୁ ପରମେଶ୍ୱରଙ୍କ ଗୃହକୁ ଘେନିଗଲି, ଏହି କଥାସବୁ ସ୍ମରଣ କରି ମୁଁ ଆପଣା ପ୍ରାଣ ଆପଣା ଅନ୍ତରରେ ଢାଳି ଦେଉଅଛି।
My heart floods with sorrow, as I call to mind: how I used to pass on with the throng, at their head, to the house of God, with glad shouts and giving of thanks, in the throng who kept festival.
5 ହେ ମୋହର ପ୍ରାଣ, ତୁ କାହିଁକି ଶୋକାକୁଳ ହେଉଅଛୁ? ତୁ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛୁ? ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ତାହାଙ୍କ ପ୍ରସନ୍ନତାର ସାହାଯ୍ୟ ସକାଶୁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି।
Why am I downcast? Why this moaning within me? Hope in God; for yet will I praise him, my help, my God.
6 ହେ ମୋହର ପରମେଶ୍ୱର, ମୋହର ପ୍ରାଣ ମୋʼ ଅନ୍ତରରେ ଶୋକାକୁଳ ହେଉଅଛି; ଏଥିପାଇଁ ମୁଁ ଯର୍ଦ୍ଦନ ଦେଶରୁ, ପୁଣି, ହର୍ମୋଣ ଓ ମିତ୍‍ସୀୟର ପର୍ବତରୁ ତୁମ୍ଭକୁ ସ୍ମରଣ କରୁଅଛି।
I am sunk in my misery; I will therefore call you to mind from the land of Jordan and Hermon, the mountain Mizar.
7 ତୁମ୍ଭ ନିର୍ଝର ସମୂହର ଶବ୍ଦରେ ଏକ ଗଭୀର ଅନ୍ୟ ଗଭୀରକୁ ଡାକଇ, ତୁମ୍ଭର ଢେଉ ଓ ତରଙ୍ଗସବୁ ମୋʼ ଉପରେ ଯାଇଅଛି।
Flood is calling to flood at the noise of your cataracts; all your waves and your breakers have passed over me.
8 ତଥାପି ସଦାପ୍ରଭୁ ଦିନ ବେଳେ ଆପଣା ସ୍ନେହପୂର୍ଣ୍ଣ କରୁଣା ଆଜ୍ଞା କରିବେ, ପୁଣି, ରାତ୍ରିକାଳେ ତାହାଙ୍କ ଗୁଣଗାନ ଓ ଆମ୍ଭ ଜୀବନଦାତା ପରମେଶ୍ୱରଙ୍କ ପ୍ରତି ପ୍ରାର୍ଥନା ମୋହର ସଙ୍ଗୀ ହେବ।
In the day I cry to the Lord to summon his kindness; and the song that I sing in the night is a prayer to the living God.
9 ମୁଁ ଆପଣା ଶୈଳ ସ୍ୱରୂପ ପରମେଶ୍ୱରଙ୍କୁ କହିବି, “ତୁମ୍ଭେ କାହିଁକି ମୋତେ ପାସୋରିଅଛ? ମୁଁ କାହିଁକି ଶତ୍ରୁର ଦୌରାତ୍ମ୍ୟ ହେତୁ ଶୋକ କରି ବୁଲୁଅଛି?”
I say to God my rock, ‘Why have you forgotten me? Why must I walk so sadly, so hard pressed by the foe?’
10 ମୋʼ ଅସ୍ଥିରେ ଖଡ୍ଗ ପରି ମୋʼ ବିପକ୍ଷଗଣ ମୋତେ ତିରସ୍କାର କରନ୍ତି; କାରଣ ସେମାନେ ନିତ୍ୟ ମୋତେ କହନ୍ତି, ତୁମ୍ଭର ପରମେଶ୍ୱର କାହାନ୍ତି?
It pierces me to the heart to hear the enemy’s taunts, as all the day long they say to me, ‘Where is your God?’
11 ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ ହେଉଅଛ? ପୁଣି, ତୁମ୍ଭେ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛ? ତୁମ୍ଭେ ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି, ସେ ମୋʼ ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ୱର ଅଟନ୍ତି।
Why am I downcast? Why this moaning within me? Hope in God; for yet will I praise him, my help, my God.

< ଗୀତସଂହିତା 42 >