< ଗୀତସଂହିତା 43 >

1 ହେ ପରମେଶ୍ୱର, ମୋହର ବିଚାର କର ଓ ଅଧାର୍ମିକ ଗୋଷ୍ଠୀ ବିରୁଦ୍ଧରେ ମୋହର ଗୁହାରି ନିଷ୍ପତ୍ତି କର; ପ୍ରବଞ୍ଚକ ଓ ଅନ୍ୟାୟକାରୀ ମନୁଷ୍ୟଠାରୁ ମୋତେ ଉଦ୍ଧାର କର।
Right me, defend my cause against a pitiless people. From the crafty and crooked, O God, deliver me.
2 କାରଣ ତୁମ୍ଭେ ହିଁ ମୋହର ବଳଦାତା ପରମେଶ୍ୱର ଅଟ; ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରିଅଛ? ମୁଁ କାହିଁକି ଶତ୍ରୁର ଦୌରାତ୍ମ୍ୟ ସକାଶୁ ଶୋକ କରି ବୁଲୁଅଛି?
For you are God my protector: why have you cast me off? Why must I walk so sadly, so hard pressed by the foe?
3 ତୁମ୍ଭର ଦୀପ୍ତି ଓ ତୁମ୍ଭର ସତ୍ୟତା ପଠାଅ; ତାହା ମୋହର ପଥଦର୍ଶକ ହେଉ; ତାହା ତୁମ୍ଭ ପବିତ୍ର ପର୍ବତରେ ଓ ତୁମ୍ଭ ଆବାସରେ ମୋତେ ପ୍ରବେଶ କରାଉ।
Send forth your light and your truth, let them be my guides: to your holy hill let them bring me, to the place where you live.
4 ତହିଁରେ ମୁଁ ପରମେଶ୍ୱରଙ୍କ ବେଦି ନିକଟକୁ ଓ ମୋହର ପରମାନନ୍ଦଜନକ ପରମେଶ୍ୱରଙ୍କ ନିକଟକୁ ଯିବି; ଆଉ, ହେ ପରମେଶ୍ୱର, ମୋହର ପରମେଶ୍ୱର, ମୁଁ ବୀଣା ଯନ୍ତ୍ରରେ ତୁମ୍ଭର ପ୍ରଶଂସା କରିବି।
Then will I go to God’s altar, to God my rejoicing; and with joy on the lyre I will praise you, O God, my God.
5 ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ ହେଉଅଛ? ଓ ତୁମ୍ଭେ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛ? ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି, ସେ ମୋʼ ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ୱର ଅଟନ୍ତି।
Why am I downcast? Why this moaning within me? Hope in God; for yet will I praise him, my help, my God.

< ଗୀତସଂହିତା 43 >