< ଗୀତସଂହିତା 47 >

1 ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ। ହେ ସର୍ବଗୋଷ୍ଠୀୟମାନେ, କରତାଳି ଦିଅ; ଆନନ୍ଦ-ସ୍ୱରରେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର।
For the leader. Of the Korahites. A psalm. Clap your hands, all you peoples: shout to God in ringing cries.
2 କାରଣ ସର୍ବୋପରିସ୍ଥ ସଦାପ୍ରଭୁ ଭୟଙ୍କର ଅଟନ୍ତି; ସେ ସମୁଦାୟ ପୃଥିବୀ ଉପରେ ମହାନ ରାଜା।
For the Lord is most high and dread, a great king over all the earth.
3 ସେ ଗୋଷ୍ଠୀସମୂହକୁ ଆମ୍ଭମାନଙ୍କର ବଶୀଭୂତ କରିବେ ଓ ଦେଶୀୟଗଣକୁ ଆମ୍ଭମାନଙ୍କର ପଦତଳସ୍ଥ କରିବେ।
He subdues the peoples under us, the nations under our feet;
4 ସେ ଆମ୍ଭମାନଙ୍କ ନିମନ୍ତେ ଆମ୍ଭମାନଙ୍କ ଅଧିକାର ମନୋନୀତ କରିବେ, ତାହା ହିଁ ତାହାଙ୍କ ପ୍ରିୟପାତ୍ର ଯାକୁବର ଗୌରବ ସ୍ୱରୂପ। (ସେଲା)
he chooses our heritage for us, the glory of Jacob whom he loves. (Selah)
5 ପରମେଶ୍ୱର ଜୟଧ୍ୱନିରେ, ସଦାପ୍ରଭୁ ତୂରୀଧ୍ୱନିରେ ଊର୍ଦ୍ଧ୍ୱକୁ ବିଜେ କରିଅଛନ୍ତି।
God is gone up with a shout, the Lord with the sound of a trumpet.
6 ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର, ପ୍ରଶଂସା ଗାନ କର; ଆମ୍ଭମାନଙ୍କ ରାଜାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର, ପ୍ରଶଂସା ଗାନ କର।
Sing praise to our God, sing praises: sing praise to our king, sing praises.
7 କାରଣ ପରମେଶ୍ୱର ସମୁଦାୟ ପୃଥିବୀର ରାଜା ଅଟନ୍ତି; ତୁମ୍ଭେମାନେ ପ୍ରବୋଧଜନକ ପ୍ରଶଂସା ଗାନ କର।
For king of all earth is he: praise God in a skilful song.
8 ପରମେଶ୍ୱର ଗୋଷ୍ଠୀବର୍ଗ ଉପରେ ରାଜତ୍ୱ କରନ୍ତି; ପରମେଶ୍ୱର ଆପଣା ପବିତ୍ର ସିଂହାସନରେ ଉପବିଷ୍ଟ।
God is king over all the nations, God sits on his holy throne.
9 ଅବ୍ରହାମର ପରମେଶ୍ୱରଙ୍କ ଲୋକ ହେବା ନିମନ୍ତେ ଗୋଷ୍ଠୀୟମାନଙ୍କର ଅଧିପତିଗଣ ଏକତ୍ରିତ ହୋଇଅଛନ୍ତି। କାରଣ ପୃଥିବୀର ଢାଲସବୁ ପରମେଶ୍ୱରଙ୍କର; ସେ ଅତିଶୟ ଉନ୍ନତ ଅଟନ୍ତି।
Princes of nations gather with the people of Abraham’s God: for the shields of the earth are God’s; greatly exalted is he.

< ଗୀତସଂହିତା 47 >