< ଗୀତସଂହିତା 6 >

1 ପ୍ରଧାନ ବାଦ୍ୟକର ନିମନ୍ତେ, ତାରଯୁକ୍ତ ଯନ୍ତ୍ରରେ ଶିମିନୀତ୍‍ ସ୍ୱରରେ ଦାଉଦଙ୍କର ଗୀତ। ହେ ସଦାପ୍ରଭୋ, ତୁମ୍ଭ କ୍ରୋଧରେ ମୋତେ ଅନୁଯୋଗ କର ନାହିଁ, କିଅବା ତୁମ୍ଭ ପ୍ରଚଣ୍ଡ ବିରକ୍ତିରେ ମୋତେ ଶାସନ କର ନାହିଁ।
For the leader; with instrumental music on the sheminith. A psalm of David. Rebuke me not, Lord, in your anger, punish me not in your wrath.
2 ହେ ସଦାପ୍ରଭୋ, ମୋତେ ଦୟା କର; କାରଣ ମୁଁ ଶୁଷ୍କ ହୋଇ ଯାଇଅଛି; ହେ ସଦାପ୍ରଭୋ, ମୋତେ ସୁସ୍ଥ କର; କାରଣ ମୋʼ ର ଅସ୍ଥିସବୁ ବ୍ୟାକୁଳ ହେଉଅଛି।
Lord, be gracious to me in my weakness. Heal me Lord, for racked is my body;
3 ମୋହର ପ୍ରାଣ ମଧ୍ୟ ଅତ୍ୟନ୍ତ ବ୍ୟାକୁଳ ହେଉଅଛି; ପୁଣି, ତୁମ୍ଭେ, ହେ ସଦାପ୍ରଭୋ, ଆଉ କେତେ କାଳ?
all of me utterly racked. Why do you wait so long, Lord?
4 ହେ ସଦାପ୍ରଭୋ, ଫେର, ମୋʼ ପ୍ରାଣକୁ ଉଦ୍ଧାର କର; ଆପଣା ସ୍ନେହପୂର୍ଣ୍ଣ କରୁଣା ସକାଶୁ ମୋତେ ପରିତ୍ରାଣ କର।
Turn, Lord, rescue me; save me, because of your love.
5 କାରଣ ମରଣାବସ୍ଥାରେ ତୁମ୍ଭ ବିଷୟକ କୌଣସି ସ୍ମରଣ ନ ଥାଏ; ପାତାଳରେ କିଏ ତୁମ୍ଭକୁ ଧନ୍ୟବାଦ ଦେବ? (Sheol h7585)
For in death none can call you to mind; in Sheol who can praise you? (Sheol h7585)
6 ମୁଁ ଆପଣା କାତରୋକ୍ତିରେ କ୍ଳାନ୍ତ ହୋଇଅଛି; ପ୍ରତି ରାତ୍ରି ମୁଁ ଆପଣା ଶଯ୍ୟା ଭସାଏ, ମୁଁ ଲୋତକରେ ଆପଣା ବିଛଣା ତିନ୍ତାଏ।
I am so weary of sighing. All the night I make my bed swim, and wet my couch with my tears.
7 ଦୁଃଖ ସକାଶୁ ମୋର ଚକ୍ଷୁ କ୍ଷୀଣ ହୋଇଯାଏ; ମୋହର ସକଳ ବିପକ୍ଷଙ୍କ ସକାଶୁ ତାହା ଜୀର୍ଣ୍ଣ ହୋଇଯାଏ।
My eyes swollen with grief; from weeping caused by my foes.
8 ହେ ଅଧର୍ମାଚାରୀ ସମସ୍ତେ, ମୋହର ନିକଟରୁ ଦୂର ହୁଅ; କାରଣ ସଦାପ୍ରଭୁ ମୋʼ ରୋଦନର ରବ ଶୁଣିଅଛନ୍ତି।
Begone, workers of wrong, for the Lord has heard my loud weeping,
9 ସଦାପ୍ରଭୁ ମୋହର ନିବେଦନ ଶୁଣିଅଛନ୍ତି; ସଦାପ୍ରଭୁ ମୋହର ପ୍ରାର୍ଥନା ଗ୍ରହଣ କରିବେ।
the Lord has heard my entreaty, the Lord accepts my prayer.
10 ମୋହର ଶତ୍ରୁ ସମସ୍ତେ ଲଜ୍ଜିତ ଓ ଅତ୍ୟନ୍ତ ବ୍ୟାକୁଳ ହେବେ; ସେମାନେ ଫେରିଯିବେ, ସେମାନେ ହଠାତ୍‍ ଲଜ୍ଜିତ ହେବେ।
My foes will be stricken with terror, brought to shame and dismay in a moment.

< ଗୀତସଂହିତା 6 >