< ଗୀତସଂହିତା 69 >

1 ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍‍ ସ୍ୱରରେ ଦାଉଦଙ୍କର ଗୀତ। ହେ ପରମେଶ୍ୱର, ମୋତେ ପରିତ୍ରାଣ କର; କାରଣ ମୋʼ ବେକ ପର୍ଯ୍ୟନ୍ତ ଜଳରାଶି ଆସିଅଛି।
For the leader. On shoshannim. Of David. Save me, O God; for the waters are threatening my life.
2 ମୁଁ ଗଭୀର ପଙ୍କରେ ବୁଡ଼ି ଯାଉଅଛି, ମୋହର ଛିଡ଼ା ହେବାର ସ୍ଥାନ ନାହିଁ; ମୁଁ ଗଭୀର ଜଳରାଶିରେ ଉପସ୍ଥିତ ହୋଇଅଛି, ପ୍ଲାବନ ମୋʼ ଉପର ଦେଇ ଯାଉଅଛି।
I am sunk in depths of mire, where ground there is none. I am come into deep deep waters, the flood overwhelms me.
3 ମୁଁ ଡାକୁ ଡାକୁ କ୍ଳାନ୍ତ ହୁଏ; ମୋହର କଣ୍ଠ ଶୁଷ୍କ ହୋଇଅଛି; ମୁଁ ପରମେଶ୍ୱରଙ୍କର ଅପେକ୍ଷା କରୁ କରୁ ମୋହର ଚକ୍ଷୁ ନିସ୍ତେଜ ହୁଏ।
I am weary of crying, my throat is parched, my eyes are wasted with waiting for God.
4 ଅକାରଣରେ ମୋତେ ଘୃଣା କରିବା ଲୋକେ ମୋʼ ମସ୍ତକର କେଶଠାରୁ ଅନେକ; ଯେଉଁମାନେ ଅନ୍ୟାୟରେ ମୋହର ଶତ୍ରୁ ହୋଇ ମୋତେ ଉଚ୍ଛିନ୍ନ କରିବାକୁ ଇଚ୍ଛା କରନ୍ତି, ସେମାନେ ବଳବାନ; ତେଣୁ ମୁଁ ଯାହା ଅପହରଣ କଲି ନାହିଁ, ତାହା ଫେରାଇ ଦେଲି।
More than the hairs of my head are those who wantonly hate me. More than my bones in number are those who are falsely my foes. That which I never robbed, how am I then to restore?
5 ହେ ପରମେଶ୍ୱର, ତୁମ୍ଭେ ମୋହର ମୂଢ଼ତା ଜାଣୁଅଛ; ଆଉ, ମୋହର ପାପସବୁ ତୁମ୍ଭଠାରୁ ଗୁପ୍ତ ନୁହେଁ।
O God, you know my folly, my guilt is not hidden from you.
6 ହେ ପ୍ରଭୋ, ସୈନ୍ୟାଧିପତି ସଦାପ୍ରଭୋ, ତୁମ୍ଭର ଅନୁସରଣକାରୀମାନେ ମୋʼ ଦେଇ ଲଜ୍ଜିତ ନ ହେଉନ୍ତୁ; ହେ ଇସ୍ରାଏଲର ପରମେଶ୍ୱର, ତୁମ୍ଭର ଅନ୍ୱେଷଣକାରୀମାନେ ମୋʼ ଦେଇ ଅପମାନିତ ନ ହେଉନ୍ତୁ।
Through me let not any be shamed, who wait for you, Lord God of hosts. Through me let not those be confounded who seek you, O God of Israel.
7 କାରଣ ତୁମ୍ଭ ସକାଶୁ ମୁଁ ନିନ୍ଦା ସହ୍ୟ କରିଅଛି। ଲଜ୍ଜା ମୋʼ ମୁଖ ଆଚ୍ଛାଦନ କରିଅଛି।
It’s in your cause that I have borne taunts, and my face has been covered with shame;
8 ମୁଁ ଆପଣା ଭ୍ରାତୃଗଣ ପ୍ରତି ଅଜଣା ଓ ମାତୃସନ୍ତାନଗଣ ପ୍ରତି ବିଦେଶୀ ହୋଇଅଛି।
I became to my kindred a foreigner, to my mother’s sons a stranger.
9 କାରଣ ତୁମ୍ଭ ଗୃହବିଷୟକ ଉଦ୍‍ଯୋଗ ମୋତେ ଗ୍ରାସ କରିଅଛି। ପୁଣି, ତୁମ୍ଭଙ୍କୁ ନିନ୍ଦା କରିବା ଲୋକମାନଙ୍କ ନିନ୍ଦା ମୋʼ ଉପରେ ପଡ଼ିଅଛି।
It was zeal for your house that consumed me, and the insults they hurled at you fell upon me.
10 ମୁଁ ରୋଦନ କଲେ ଓ ଉପବାସ ଦ୍ୱାରା ଆପଣା ପ୍ରାଣକୁ କ୍ଳେଶ ଦେଲେ, ତାହା ମୋʼ ନିନ୍ଦାର ବିଷୟ ହେଲା।
When I chastened myself with fasting, they took occasion to taunt me.
11 ମୁଁ ଚଟବସ୍ତ୍ରକୁ ଆପଣାର ପରିଧେୟ କଲେ, ସେମାନଙ୍କ ନିକଟରେ ପ୍ରବାଦ ସ୍ୱରୂପ ହେଲି।
When I put on a garment of sackcloth, they made me the theme of a taunt-song.
12 ନଗର-ଦ୍ୱାରରେ ବସିବା ଲୋକମାନେ ମୋʼ ବିଷୟରେ ଗଳ୍ପ କରନ୍ତି ଓ ମୁଁ ମତ୍ତ ଲୋକମାନଙ୍କର ଗୀତ ସ୍ୱରୂପ ହୋଇଅଛି।
Those who sit in the gate make sport of me in the music of drunken songs.
13 ମାତ୍ର ହେ ସଦାପ୍ରଭୋ, ଗ୍ରାହ୍ୟ ସମୟରେ ମୋହର ପ୍ରାର୍ଥନା ତୁମ୍ଭଠାରେ ଅଛି; ହେ ପରମେଶ୍ୱର, ତୁମ୍ଭ ଦୟାର ବାହୁଲ୍ୟରେ, ତୁମ୍ଭ ପରିତ୍ରାଣର ସତ୍ୟତାନୁସାରେ ମୋତେ ଉତ୍ତର ଦିଅ।
But I pray to you, Lord, for a time of favour. In your great love answer me; with your loyal help, save me
14 ପଙ୍କରୁ ମୋତେ ଉଦ୍ଧାର କର ଓ ମୋତେ ମଗ୍ନ ହେବାକୁ ଦିଅ ନାହିଁ; ମୁଁ ଆପଣା ଘୃଣାକାରୀମାନଙ୍କଠାରୁ ଓ ଗଭୀର ଜଳରାଶିରୁ ଉଦ୍ଧାର ପ୍ରାପ୍ତ ହୁଏ।
from sinking down in the mire. Lift me out of the deep deep waters,
15 ଜଳପ୍ଲାବନ ମୋତେ ମଗ୍ନ ନ କରୁ, କିଅବା ଗଭୀର ଜଳ ମୋତେ ଗ୍ରାସ ନ କରୁ; ପୁଣି, ଗର୍ତ୍ତ ମୋʼ ଉପରେ ଆପଣା ମୁଖ ବନ୍ଦ ନ କରୁ।
that the rushing flood may not drown me, that the deep may not swallow me up, nor the pit close her mouth upon me.
16 ହେ ସଦାପ୍ରଭୋ, ମୋତେ ଉତ୍ତର ଦିଅ; କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଉତ୍ତମ; ତୁମ୍ଭ କୃପାର ବାହୁଲ୍ୟାନୁସାରେ ମୋʼ ପ୍ରତି ଫେର।
Answer me, Lord, in your gracious kindness, turn to me in your great compassion.
17 ଆଉ, ତୁମ୍ଭ ଦାସଠାରୁ ଆପଣା ମୁଖ ଲୁଚାଅ ନାହିଁ; କାରଣ ମୁଁ ସଙ୍କଟରେ ଅଛି; ଶୀଘ୍ର ମୋତେ ଉତ୍ତର ଦିଅ।
Hide not your face from your servant, for I am in trouble; O answer me speedily.
18 ମୋʼ ପ୍ରାଣର ନିକଟବର୍ତ୍ତୀ ହୋଇ ତାହାକୁ ମୁକ୍ତ କର; ମୋʼ ଶତ୍ରୁଗଣ ସକାଶୁ ମୋତେ ମୂଲ୍ୟରେ ମୁକ୍ତ କର।
Draw near to me, redeem me; because of my enemies, ransom me.
19 ତୁମ୍ଭେ ମୋହର ନିନ୍ଦା ଓ ମୋହର ଲଜ୍ଜା ଓ ମୋହର ଅପମାନ ଜାଣୁଅଛ; ମୋହର ବିପକ୍ଷ ସମସ୍ତେ ତୁମ୍ଭ ସମ୍ମୁଖରେ ଅଛନ୍ତି।
You know how I am insulted; in your sight are all my foes.
20 ନିନ୍ଦା ମୋହର ହୃଦୟ ଭଗ୍ନ କରିଅଛି ଓ ମୁଁ ସମ୍ପୂର୍ଣ୍ଣ ଭାରାକ୍ରାନ୍ତ ହୋଇଅଛି; ପୁଣି, କେହି ଦୟା କରିବ ବୋଲି ମୁଁ ଅପେକ୍ଷା କଲି, ମାତ୍ର କେହି ନ ଥିଲା ଓ ସାନ୍ତ୍ୱନାକାରୀମାନଙ୍କର ଅପେକ୍ଷା କଲି, ମାତ୍ର କାହାକୁ ପାଇଲି ନାହିଁ।
Insult has broken my heart, past cure are my shame and confusion. For pity I looked – there was none! And for comforters, but I found none.
21 ଆହୁରି, ସେମାନେ ଖାଦ୍ୟ ନିମନ୍ତେ ମୋତେ ବିଷମୟ ଦ୍ରବ୍ୟ ଦେଲେ ଓ ମୋହର ତୃଷା ସମୟରେ ପାନ କରିବା ପାଇଁ ମୋତେ ଅମ୍ଳରସ ଦେଲେ।
Poison they gave me for food, and to slake my thirst they gave vinegar.
22 ସେମାନଙ୍କ ମେଜ ସେମାନଙ୍କ ସମ୍ମୁଖରେ ଫାନ୍ଦ ସ୍ୱରୂପ ଓ ସେମାନେ ଶାନ୍ତିରେ ଥିବା ବେଳେ ତାହା ସେମାନଙ୍କର ଫାଶ ସ୍ୱରୂପ ହେଉ।
May their table, outspread, be a trap to them, and their peace-offerings be a snare.
23 ସେମାନେ ଯେପରି ଦେଖି ନ ପାରିବେ, ଏଥିପାଇଁ ସେମାନଙ୍କର ଚକ୍ଷୁ ଅନ୍ଧାରଗ୍ରସ୍ତ ହେଉ ଓ ସେମାନଙ୍କ କଟିଦେଶକୁ ନିତ୍ୟ କମ୍ପଯୁକ୍ତ କର।
May their eyes be darkened and blind, make them shake without ceasing.
24 ତୁମ୍ଭେ ସେମାନଙ୍କ ଉପରେ ଆପଣା କ୍ରୋଧ ଢାଳିଦିଅ ଓ ତୁମ୍ଭ କ୍ରୋଧର ପ୍ରଚଣ୍ଡତା ସେମାନଙ୍କୁ ଧରୁ।
Pour your indignation upon them, let your burning wrath overtake them.
25 ସେମାନଙ୍କର ବସତି ସ୍ଥାନ ଶୂନ୍ୟ ହେଉ; ସେମାନଙ୍କ ତମ୍ବୁରେ କେହି ବାସ ନ କରୁ।
May their camp be a desolation, in their tents be there none to live.
26 କାରଣ ସେମାନେ ତୁମ୍ଭର ପ୍ରହାରିତ ବ୍ୟକ୍ତିଙ୍କୁ ତାଡ଼ନା କରନ୍ତି ଓ ତୁମ୍ଭ ଆହତ ଲୋକମାନଙ୍କ ଦୁଃଖ ବର୍ଣ୍ଣନା କରନ୍ତି।
For those whom you struck, they persecute, and those whom you wounded, they pain yet more.
27 ସେମାନଙ୍କ ଅପରାଧରେ ଅପରାଧ ଯୋଗ କର ଓ ସେମାନେ ତୁମ୍ଭ ଧାର୍ମିକତାର ଅଂଶୀ ନ ହେଉନ୍ତୁ।
Charge them with sin upon sin, may they not be acquitted by you.
28 ଜୀବନ-ପୁସ୍ତକରୁ ସେମାନଙ୍କ ନାମ ଲୁପ୍ତ ହେଉ ଓ ଧାର୍ମିକମାନଙ୍କ ସହିତ ଲେଖା ନ ଯାଉ।
From the book of life be they blotted, may their names not be written with the righteous.
29 ମାତ୍ର ମୁଁ ଦୁଃଖୀ ଓ ଶୋକାକୁଳ ଅଟେ; ହେ ପରମେଶ୍ୱର, ତୁମ୍ଭର ପରିତ୍ରାଣ ମୋତେ ଉଚ୍ଚରେ ସ୍ଥାପନ କରୁ।
Lift me, O God, by your help above my pain and misery.
30 ମୁଁ ଗୀତରେ ପରମେଶ୍ୱରଙ୍କ ନାମର ପ୍ରଶଂସା କରିବି ଓ ଧନ୍ୟବାଦ ଦେଇ ତାହାଙ୍କର ଗୌରବ କରିବି।
Then will I praise God in song and magnify him with thanksgiving,
31 ପୁଣି, ତାହା ଗୋରୁ ଅବା ଶୃଙ୍ଗ ଓ ଖୁରାଯୁକ୍ତ ବୃଷ ଅପେକ୍ଷା ସଦାପ୍ରଭୁଙ୍କର ତୁଷ୍ଟିକର ହେବ।
which shall please the Lord better than ox, or than bullock with horns and hoofs.
32 ନମ୍ର ଲୋକମାନେ ତାହା ଦେଖି ଆନନ୍ଦିତ ଅଛନ୍ତି; ହେ ପରମେଶ୍ୱରଙ୍କ ଅନ୍ୱେଷଣକାରୀଗଣ, ତୁମ୍ଭମାନଙ୍କ ଅନ୍ତଃକରଣ ସଜୀବ ହେଉ।
The oppressed shall rejoice at the sight. You who seek after God, let your heart revive.
33 କାରଣ ସଦାପ୍ରଭୁ ଦୀନହୀନମାନଙ୍କ କଥା ଶୁଣନ୍ତି ଓ ଆପଣା ବନ୍ଦୀମାନଙ୍କୁ ତୁଚ୍ଛ କରନ୍ତି ନାହିଁ।
For the Lord listens to the poor, he does not despise his prisoners.
34 ଆକାଶ ଓ ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥସକଳ ଜଙ୍ଗମ ତାହାଙ୍କର ପ୍ରଶଂସା କରନ୍ତୁ।
Let the heavens and the earth sing his praises, the seas, and all creatures that move in them.
35 କାରଣ ପରମେଶ୍ୱର ସିୟୋନକୁ ପରିତ୍ରାଣ କରିବେ ଓ ଯିହୁଦାର ନଗରସବୁ ନିର୍ମାଣ କରିବେ; ପୁଣି, ଲୋକମାନେ ସେଠାରେ ବାସ କରି ତାହା ଅଧିକାର କରିବେ।
For God will bring help to Zion, and build up the cities of Judah, his people shall live there in possession.
36 ଆହୁରି, ତାହାଙ୍କ ଦାସମାନଙ୍କ ବଂଶ ତାହା ଭୋଗ କରିବେ; ଆଉ, ତାହାଙ୍କ ନାମର ସ୍ନେହକାରୀଗଣ ତହିଁ ମଧ୍ୟରେ ବାସ କରିବେ।
His servants’ children shall have it for heritage, and those who love him shall live therein.

< ଗୀତସଂହିତା 69 >