< ଗୀତସଂହିତା 70 >

1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ; ସ୍ମରଣୋପାୟ। ହେ ପରମେଶ୍ୱର, ମୋତେ ଉଦ୍ଧାର କରିବା ପାଇଁ ସତ୍ୱର ହୁଅ; ହେ ସଦାପ୍ରଭୋ, ମୋହର ସାହାଯ୍ୟ କରିବା ପାଇଁ ସତ୍ୱର ହୁଅ।
For the leader. Of David. For commemoration. Quickly, God, deliver me, hasten to help me, Lord.
2 ମୋହର ପ୍ରାଣ ଅନ୍ୱେଷଣକାରୀମାନେ ଲଜ୍ଜିତ ଓ ହତାଶ ହେଉନ୍ତୁ; ମୋʼ କ୍ଷତିରେ ସନ୍ତୁଷ୍ଟ ଲୋକମାନେ ପଛକୁ ଫେରିଯାଇ ଅପମାନିତ ହେଉନ୍ତୁ।
May those who are seeking my life, be ashamed and confounded.
3 ଯେଉଁମାନେ “ହଁ, ହଁ” ବୋଲି କହନ୍ତି, ସେମାନେ ଆପଣା ଆପଣା ଲଜ୍ଜା ସକାଶୁ ଫେରି ଯାଉନ୍ତୁ।
May those who delight in my hurt be defeated and brought to dishonour.
4 ଯେଉଁମାନେ ତୁମ୍ଭର ଅନ୍ୱେଷଣ କରନ୍ତି, ସେସମସ୍ତେ ତୁମ୍ଭଠାରେ ଉଲ୍ଲସିତ ଓ ଆନନ୍ଦିତ ହେଉନ୍ତୁ; ପୁଣି, ଯେଉଁମାନେ ତୁମ୍ଭ ପରିତ୍ରାଣକୁ ସ୍ନେହ କରନ୍ତି, ସେମାନେ “ପରମେଶ୍ୱର ମହିମାନ୍ୱିତ ହେଉନ୍ତୁ” ବୋଲି ନିରନ୍ତର କହୁନ୍ତୁ,
But may all who seek after you rejoice and be glad in you. May all who love your salvation say, ‘Glory to God,’ evermore.
5 ମାତ୍ର ମୁଁ ଦରିଦ୍ର ଓ ଦୀନହୀନ; ହେ ପରମେଶ୍ୱର, ମୋʼ ପକ୍ଷରେ ସତ୍ୱର ହୁଅ; ତୁମ୍ଭେ ମୋହର ସହାୟ ଓ ଉଦ୍ଧାରକର୍ତ୍ତା ଅଟ; ହେ ସଦାପ୍ରଭୋ, ବିଳମ୍ବ କର ନାହିଁ।
I am weak and needy: make haste, God, to me. You are my help and deliverer; Lord, don’t delay.

< ଗୀତସଂହିତା 70 >