< ଗୀତସଂହିତା 79 >

1 ଆସଫର ଗୀତ। ହେ ପରମେଶ୍ୱର, ଅନ୍ୟ ଦେଶୀୟମାନେ ତୁମ୍ଭ ଅଧିକାରରେ ପ୍ରବେଶ କରିଅଛନ୍ତି; ସେମାନେ ତୁମ୍ଭର ପବିତ୍ର ମନ୍ଦିର ଅଶୁଚି କରିଅଛନ୍ତି; ସେମାନେ ଯିରୂଶାଲମକୁ କାନ୍ଥଡ଼ାର ଢିପି କରିଅଛନ୍ତି।
A psalm of Asaph. Heathen, O God, have come into your land, defiling your holy temple, and laying Jerusalem in ruins.
2 ସେମାନେ ତୁମ୍ଭ ଦାସଗଣର ଶବ ଭକ୍ଷ୍ୟ ନିମନ୍ତେ ଖେଚର ପକ୍ଷୀଗଣକୁ ଦେଇଅଛନ୍ତି, ତୁମ୍ଭ ସଦ୍‍ଭକ୍ତମାନଙ୍କ ମାଂସ ଭୂଚର ପଶୁଗଣକୁ ଦେଇଅଛନ୍ତି।
They have given the bodies of your dead servants to the birds of the air to devour, and the flesh of your faithful to the beasts of the field.
3 ସେମାନଙ୍କର ରକ୍ତ ଯିରୂଶାଲମର ଚତୁର୍ଦ୍ଦିଗରେ ସେମାନେ ଜଳ ପରି ଢାଳିଅଛନ୍ତି ଓ ସେମାନଙ୍କୁ କବର ଦେବା ପାଇଁ କେହି ନ ଥିଲା।
Round about Jerusalem they have poured out their blood like water; and there was no one to bury them.
4 ଆମ୍ଭେମାନେ ପ୍ରତିବାସୀଗଣ ନିକଟରେ ନିନ୍ଦାର ବିଷୟ, ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କ ନିକଟରେ ଟାହୁଲି ଓ ପରିହାସର ପାତ୍ର ହୋଇଅଛୁ।
On every side our neighbours revile us and mock us and jeer at us.
5 ହେ ସଦାପ୍ରଭୋ, କେତେ କାଳ? ତୁମ୍ଭେ କି ସଦାକାଳ କ୍ରୁଦ୍ଧ ହେବ? ତୁମ୍ଭର ଅନ୍ତର୍ଜ୍ୱାଳା କି ଅଗ୍ନି ପରି ଜ୍ୱଳିବ?
How long will you be angry, O Lord? Will your jealousy burn like fire forever?
6 ଯେଉଁ ଅନ୍ୟ ଦେଶୀୟମାନେ ତୁମ୍ଭଙ୍କୁ ଜାଣନ୍ତି ନାହିଁ ଓ ଯେଉଁ ରାଜ୍ୟସମୂହ ତୁମ୍ଭ ନାମରେ ପ୍ରାର୍ଥନା କରନ୍ତି ନାହିଁ, ସେମାନଙ୍କ ଉପରେ ଆପଣା କୋପ ଢାଳିଦିଅ।
Pour out your wrath on the nations that don’t know you, on the kingdoms that do not call on your name.
7 କାରଣ ସେମାନେ ଯାକୁବକୁ ଗ୍ରାସ କରିଅଛନ୍ତି ଓ ତାହାର ବାସସ୍ଥାନ ଉଜାଡ଼ କରିଅଛନ୍ତି।
For Jacob they devoured, they have desolated his home.
8 ଆମ୍ଭମାନଙ୍କ ପୂର୍ବପୁରୁଷଗଣର ଅପରାଧ ଆମ୍ଭମାନଙ୍କ ପ୍ରତିକୂଳରେ ସ୍ମରଣ କର ନାହିଁ; ତୁମ୍ଭର କରୁଣା ଶୀଘ୍ର ଆମ୍ଭମାନଙ୍କର ସମ୍ମୁଖବର୍ତ୍ତୀ ହେଉ। କାରଣ ଆମ୍ଭେମାନେ ଅତି କ୍ଷୀଣ ହୋଇଅଛୁ।
Do not remember against us our ancestors’ sins; O meet us soon with your pity, for utterly weak are we.
9 ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ତୁମ୍ଭ ନାମର ଗୌରବ ସକାଶେ ଆମ୍ଭମାନଙ୍କର ସାହାଯ୍ୟ କର ଓ ଆପଣା ନାମ ସକାଶେ ଆମ୍ଭମାନଙ୍କୁ ଉଦ୍ଧାର କର ଓ ଆମ୍ଭମାନଙ୍କ ପାପସବୁ ମାର୍ଜନା କର।
Help us, O God our saviour, for the renown of your name: for your reputation deliver us and cover over our sins.
10 ଅନ୍ୟ ଦେଶୀୟମାନେ କାହିଁକି କହିବେ, ସେମାନଙ୍କର ପରମେଶ୍ୱର କାହାନ୍ତି? ତୁମ୍ଭ ଦାସଗଣର ଯେଉଁ ରକ୍ତ ପାତିତ ହୋଇଅଛି, ତହିଁର ପ୍ରତିଫଳ ଆମ୍ଭମାନଙ୍କ ସାକ୍ଷାତରେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ପ୍ରକାଶିତ ହେଉ।
Why should the nations say, ‘Where is their God?’ Let revenge for the outpoured blood of your servants be shown on the heathen before our eyes.
11 ବନ୍ଦୀର ହାହାକାର ତୁମ୍ଭ ଛାମୁରେ ଉପସ୍ଥିତ ହେଉ; ତୁମ୍ଭ ପରାକ୍ରମର ମହତ୍ତ୍ୱାନୁସାରେ ମରଣାର୍ଥେ ନିରୂପିତ ଲୋକମାନଙ୍କୁ ରକ୍ଷା କର।
May the groans of the prisoner come before you; free the children of death by your mighty arm.
12 ପୁଣି, ହେ ପ୍ରଭୋ, ଆମ୍ଭମାନଙ୍କ ପ୍ରତିବାସୀଗଣ ତୁମ୍ଭଙ୍କୁ ଯେଉଁ ନିନ୍ଦା କରିଅଛନ୍ତି, ସେହି ନିନ୍ଦାର ସାତ ଗୁଣ ପ୍ରତିଫଳ ସେମାନଙ୍କ କ୍ରୋଡ଼ରେ ଦିଅ।
Pay our neighbours back sevenfold for the scorn they have heaped upon you, O Lord.
13 ତହିଁରେ ତୁମ୍ଭର ଲୋକ ଓ ତୁମ୍ଭ ଚରାସ୍ଥାନର ମେଷ ଯେ ଆମ୍ଭେମାନେ, ଆମ୍ଭେମାନେ ସଦାକାଳ ତୁମ୍ଭର ଧନ୍ୟବାଦ କରିବା; ଆମ୍ଭେମାନେ ସମସ୍ତ ପିଢ଼ି ପ୍ରତି ତୁମ୍ଭର ପ୍ରଶଂସା ପ୍ରକାଶ କରିବା।
Then we, your people, the flock of your pasture, will give thanks to you for evermore, and tell your praise to all generations.

< ଗୀତସଂହିତା 79 >