< ପ୍ରକାଶିତ 6 >

1 ତହୁଁ ମୁଁ ମେଷଶାବକଙ୍କୁ ସପ୍ତ ମୁଦ୍ରା ମଧ୍ୟରୁ ପ୍ରଥମ ମୁଦ୍ରା ଭାଙ୍ଗିବାର ଦେଖିଲି, ଆଉ ଚାରି ପ୍ରାଣୀଙ୍କ ମଧ୍ୟରୁ ଜଣକୁ ବଜ୍ର ପରି ସ୍ୱରରେ ଏହା କହୁଥିବା ଶୁଣିଲି, ଆସ।
Then I saw the Lamb break one of the seven seals, and I heard one of the four creatures crying with a voice like thunder – “Come.”
2 ସେଥିରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ ଗୋଟିଏ ଶୁକ୍ଳବର୍ଣ୍ଣ ଅଶ୍ୱ, ପୁଣି, ତାହାର ଆରୋହୀଙ୍କ ହସ୍ତରେ ଗୋଟିଏ ଧନୁ; ତାହାଙ୍କୁ ଏକ ମୁକୁଟ ଦିଆ ହେଲା, ଆଉ ସେ ବିଜୟୀ ହୋଇ ଜୟ କରିବାକୁ ବାହାରିଗଲେ।
And in my vision I saw a white horse. Its rider held a bow, and he was given a crown, and he went out conquering and to conquer.
3 ମେଷଶାବକ ଯେତେବେଳେ ଦ୍ୱିତୀୟ ମୁଦ୍ରା ଭାଙ୍ଗିଲେ, ସେତେବେଳେ ମୁଁ ଦ୍ୱିତୀୟ ପ୍ରାଣୀଙ୍କୁ ଏହା କହୁଥିବା ଶୁଣିଲି, ଆସ।
When the Lamb broke the second seal, I heard the second creature crying – “Come.”
4 ସେଥିରେ ଆଉ ଗୋଟିଏ ଅଶ୍ୱ ବାହାରି ଆସିଲା, ତାହା ଲୋହିତବର୍ଣ୍ଣ; ଲୋକେ ଯେପରି ପରସ୍ପରକୁ ହତ୍ୟା କରନ୍ତି, ଏଥିନିମନ୍ତେ ପୃଥିବୀରୁ ଶାନ୍ତି ଦୂର କରିବା ନିମନ୍ତେ ତାହାର ଆରୋହୀକୁ କ୍ଷମତା ଦିଆଗଲା, ପୁଣି, ତାହାକୁ ଗୋଟିଏ ବୃହତ୍ ଖଡ୍ଗ ଦିଆଗଲା।
Then there went out another horse, a red horse, and to its rider was given the power to deprive the earth of peace, so that people should kill one another; and he was given a great sword.
5 ମେଷଶାବକ ଯେତେବେଳେ ତୃତୀୟ ମୁଦ୍ରା ଭାଙ୍ଗିଲେ, ସେତେବେଳେ ମୁଁ ତୃତୀୟ ପ୍ରାଣୀଙ୍କୁ ଏହା କହୁଥିବା ଶୁଣିଲି, ଆସ ଏବଂ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ଗୋଟିଏ କଳା ରଙ୍ଗର ଅଶ୍ୱ, ପୁଣି, ତାହାର ଆରୋହୀର ହସ୍ତରେ ଗୋଟିଏ ତରାଜୁ।
When the Lamb broke the third seal, I heard the third creature crying – “Come.” And in my vision I saw a black horse. Its rider held scales in his hand.
6 ଆଉ ମୁଁ ଚାରି ପ୍ରାଣୀଙ୍କ ମଧ୍ୟରୁ ନିର୍ଗତ ହେଲା ପରି ଏହି ସ୍ୱର ଶୁଣିଲି, ଟଙ୍କାକୁ ସେରେ ଗହମ ଓ ଟଙ୍କାକୁ ତିନି ସେର ଯବ ହେବ, କିନ୍ତୁ ତୁମ୍ଭେ ତୈଳ ଓ ଦ୍ରାକ୍ଷାରସ କ୍ଷତି କର ନାହିଁ।
And I heard what seemed to be a voice, coming from among the four creatures, crying – “A quart of wheat for a silver coin, and three quarts of barley for a silver coin! But do not harm the oil and the wine.”
7 ମେଷଶାବକ ଯେତେବେଳେ ଚତୁର୍ଥ ମୁଦ୍ରା ଭାଙ୍ଗିଲେ, ସେତେବେଳେ ମୁଁ ଚତୁର୍ଥ ପ୍ରାଣୀଙ୍କୁ ଏହା କହୁଥିବା ଶୁଣିଲି, ଆସ।
When the Lamb broke the fourth seal, I heard the voice of the fourth creature crying – “Come.”
8 ସେଥିରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ଗୋଟିଏ ପାଣ୍ଡୁ‌ ବର୍ଣ୍ଣ ଅଶ୍ୱ, ତାହାର ଆରୋହୀ ନାମ ମୃତ୍ୟୁ, ପୁଣି, ପାତାଳ ତାହାର ପଶ୍ଚାଦ୍‍ଗମନ କରୁଥିଲା; ଖଡ୍ଗ, ଦୁର୍ଭିକ୍ଷ, ମହାମାରୀ ଓ ପୃଥିବୀର ବନ୍ୟ-ପଶୁମାନଙ୍କ ଦ୍ୱାରା ବିନାଶ କରିବାକୁ ପୃଥିବୀର ଚାରି ଭାଗ ଉପରେ ସେମାନଙ୍କୁ କ୍ଷମତା ଦିଆଗଲା। (Hadēs g86)
And in my vision I saw a grey horse. His rider’s name was Death, and Hades rode behind him; and power was given them over the fourth part of the earth, so that they might destroy with sword and famine and death, and by means of the wild Beasts of the earth. (Hadēs g86)
9 ମେଷଶାବକ ଯେତେବେଳେ ପଞ୍ଚମ ମୁଦ୍ରା ଭାଙ୍ଗିଲେ, ସେତେବେଳେ ଯେଉଁମାନେ ଈଶ୍ବରଙ୍କ ବାକ୍ୟ ସକାଶେ ଓ ସେମାନଙ୍କ ଦିଆଯାଇଥିବା ସାକ୍ଷ୍ୟ ସକାଶେ ହତ ହୋଇଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ମୁଁ ବେଦି ତଳେ ଦେଖିଲି।
When the Lamb opened the fifth seal, I saw under the altar the souls of those who had been killed for the sake of God’s message and for the testimony which they had borne.
10 ସେମାନେ ଉଚ୍ଚସ୍ୱରରେ ଡାକ ପକାଇ କହୁଥିଲେ, ହେ ପବିତ୍ର ଓ ସତ୍ୟ ପ୍ରଭୁ, ଆଉ କେତେ କାଳ ତୁମ୍ଭେ ବିଚାର ନ କରି ପୃଥିବୀନିବାସୀମାନଙ୍କଠାରୁ ଆମ୍ଭମାନଙ୍କ ରକ୍ତର ପରିଶୋଧ ନ ନେବ?
They cried in a loud voice – “How long, Sovereign Lord, holy and true, before you will give judgment and avenge our blood on all who are living on the earth?”
11 ସେଥିରେ ସେମାନଙ୍କର ପ୍ରତ୍ୟେକ ଜଣକୁ ଧଳା ବସ୍ତ୍ର ଦିଆଗଲା, ପୁଣି, ସେମାନଙ୍କର ଯେଉଁ ସହଦାସ ଓ ଭ୍ରାତୃଗଣ ସେମାନଙ୍କ ପରି ମଧ୍ୟ ବଧ କରାଯିବେ, ସେମାନଙ୍କ ସଂଖ୍ୟା ପୂର୍ଣ୍ଣ ନ ହେବା ଯାଏ ଆଉ କିଛି କାଳ ବିଶ୍ରାମ କରିବାକୁ ସେମାନଙ୍କୁ କୁହାଗଲା।
Then to each of them was given a white robe, and they were told to rest yet a little longer, until the number of their fellow servants and of their friends in Christ’s service who were about to be put to death, as they had been, should be complete.
12 ମେଷଶାବକ ଷଷ୍ଠ ମୁଦ୍ରା ଭାଙ୍ଗିବା ସମୟରେ ମୁଁ ଦେଖିଲି, ମହା ଭୂମିକମ୍ପ ହେଲା, ସୂର୍ଯ୍ୟ ଚଟବସ୍ତ୍ର ପରି କଳା ବର୍ଣ୍ଣ ଓ ଚନ୍ଦ୍ର ସମ୍ପୂର୍ଣ୍ଣ ରକ୍ତ ବର୍ଣ୍ଣ ପରି ହେଲା,
And I saw the Lamb break the sixth seal, and then there was a great earthquake. The sun became black, like sackcloth, and the moon, which was at its full, like blood.
13 ପ୍ରବଳ ବାୟୁ ଆଘାତରେ ଡିମ୍ବିରିବୃକ୍ଷରୁ ଯେପରି ଅପକ୍ୱ ଫଳସବୁ ପତିତ ହୁଏ, ସେହିପରି ଆକାଶର ନକ୍ଷତ୍ରସବୁ ପୃଥିବୀରେ ପତିତ ହେଲେ,
The stars of the heavens fell to the earth, as when a fig tree, shaken by a strong wind, drops its unripe fruit.
14 ଆକାଶମଣ୍ଡଳ ଚର୍ମପୁସ୍ତକ ଗୁଡ଼ା ହେଲା ପରି ଗୁଡ଼ା ହୋଇ ଦୂରୀଭୂତ ହେଲା, ପୁଣି, ପର୍ବତ ଓ ଦ୍ୱୀପ ସମସ୍ତ ସ୍ଥାନାନ୍ତରିତ ହେଲେ।
The heavens disappeared like a scroll when it is rolled up, and every mountain and island was moved from its place.
15 ଆଉ ପୃଥିବୀର ରାଜାମାନେ, ପାତ୍ର-ମନ୍ତ୍ରୀମାନେ, ପ୍ରଧାନ ସେନାପତି ଓ ଧନୀମାନେ, ବଳବାନ ଲୋକମାନେ ଏବଂ ପରାଧୀନ ଓ ସ୍ୱାଧୀନ ଲୋକ ସମସ୍ତେ ଗୁହା ଓ ପର୍ବତମାଳାର ଶୈଳମାନଙ୍କ ମଧ୍ୟରେ ଆପଣା ଆପଣାକୁ ଲୁଚାଇଲେ,
Then all the kings of the earth, and the princes, and the generals, and the rich, and the powerful, and every slave and free person, hid themselves in the caves and under the rocks of the mountains;
16 ପୁଣି, ସେମାନେ ପର୍ବତ ଓ ଶୈଳମାନଙ୍କୁ କହିଲେ, ଆମ୍ଭମାନଙ୍କ ଉପରେ ପଡ଼ି ସିଂହାସନ ଉପବିଷ୍ଟ ବ୍ୟକ୍ତିଙ୍କ ଛାମୁରୁ ଓ ମେଷଶାବକଙ୍କ କ୍ରୋଧରୁ ଆମ୍ଭମାନଙ୍କୁ ଲୁଚାଇ ରଖ,
and they are crying to the mountains and the rocks – “Fall on us, and hide us from the eyes of him who is seated on the throne, and from the wrath of the Lamb,
17 କାରଣ ସେମାନଙ୍କ କ୍ରୋଧର ମହାଦିନ ଉପସ୍ଥିତ ହୋଇଅଛି ଆଉ କିଏ ଠିଆ ହୋଇପାରେ?
for the great day of their wrath is come, and who can stand to meet it?”

< ପ୍ରକାଶିତ 6 >