< ରୋମୀୟ 8 >

1 ଅତଏବ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛନ୍ତି, ସେମାନଙ୍କ ପ୍ରତି ବର୍ତ୍ତମାନ କୌଣସି ଦଣ୍ଡାଜ୍ଞା ନାହିଁ।
There is, therefore, now no condemnation for those who are in union with Christ Jesus;
2 କାରଣ ଜୀବନଦାୟକ ଆତ୍ମା ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ତୁମ୍ଭକୁ ପାପ ଓ ମୃତ୍ୟୁଦାୟକ ବ୍ୟବସ୍ଥାରୁ ମୁକ୍ତ କରିଅଛି।
for through your union with Christ Jesus, the Law of the life-giving Spirit has set you free from the Law of sin and death.
3 ଯେଣୁ ଶରୀର ସକାଶେ ଦୁର୍ବଳ ହେବାରୁ ବ୍ୟବସ୍ଥା ଯାହା ସାଧନ କରିପାରିଲା ନାହିଁ, ତାହା ଈଶ୍ବର ଆପଣା ପୁତ୍ରଙ୍କୁ ପାପମୟ ଶରୀରର ସାଦୃଶ୍ୟରେ ପାପ ବିନାଶ ନିମନ୍ତେ ପ୍ରେରଣ କରି ଶରୀରରେ ପାପକୁ ଦଣ୍ଡାଜ୍ଞା ଦେବା ଦ୍ୱାରା କଲେ,
What Law could not do, in so far as our earthly nature weakened its action, God did, by sending his own Son, with a nature resembling our sinful nature, to atone for sin. He condemned sin in that earthly nature,
4 ଯେପରି ଆମ୍ଭେମାନେ ଶାରୀରିକ ଭାବାନୁସାରେ ଆଚରଣ ନ କରି ଆତ୍ମିକ ଭାବାନୁସାରେ ଆଚରଣ କରିଥାଉ, ଆମ୍ଭମାନଙ୍କଠାରେ ବ୍ୟବସ୍ଥାର ଧର୍ମବିଧି ସଫଳ ହୁଏ।
so that the requirements of the Law might be satisfied in us who live now in obedience, not to our earthly nature, but to the Spirit.
5 କାରଣ ଯେଉଁମାନେ ଶାରୀରିକମନା, ସେମାନେ ଶାରୀରିକ ବିଷୟରେ ମନୋଯୋଗ କରନ୍ତି, କିନ୍ତୁ ଯେଉଁମାନେ ଆତ୍ମିକମନା, ସେମାନେ ଆତ୍ମିକ ବିଷୟରେ ମନୋଯୋଗ କରନ୍ତି।
They who follow their earthly nature are earthly-minded, while they who follow the Spirit are spiritually minded.
6 କାରଣ ଶାରୀରିକ ମନ ମୃତ୍ୟୁଜନକ, କିନ୍ତୁ ଆତ୍ମିକ ମନ ଜୀବନ ଓ ଶାନ୍ତିଦାୟକ;
To be earthly-minded means death, to be spiritually minded means life and peace;
7 ଯେଣୁ ଶାରୀରିକ ମନ ଈଶ୍ବରଙ୍କ ବିରୁଦ୍ଧରେ ଶତ୍ରୁତା; କାରଣ ତାହା ଈଶ୍ବରଙ୍କ ବ୍ୟବସ୍ଥାର ବଶୀଭୂତ ନୁହେଁ, ପୁଣି, ବଶୀଭୂତ ହେବା ଅସମ୍ଭବ;
because to be earthly-minded is to be an enemy to God, for such a mind does not submit to the Law of God, nor indeed can it do so.
8 ଯେଉଁମାନେ ଶରୀରର ବଶରେ ଅଛନ୍ତି, ସେମାନେ ଈଶ୍ବରଙ୍କର ସନ୍ତୋଷପାତ୍ର ହୋଇପାରନ୍ତି ନାହିଁ।
They who are earthly cannot please God.
9 କିନ୍ତୁ ଈଶ୍ବରଙ୍କ ଆତ୍ମା ଯଦି ତୁମ୍ଭମାନଙ୍କଠାରେ ବାସ କରନ୍ତି, ତାହାହେଲେ ତୁମ୍ଭେମାନେ ଶରୀରର ବଶରେ ନାହଁ, ମାତ୍ର ଆତ୍ମାଙ୍କ ବଶରେ ଅଛ। ଯଦି କେହି ଖ୍ରୀଷ୍ଟଙ୍କ ଆତ୍ମା ପାଇ ନ ଥାଏ, ତେବେ ସେ ତାହାଙ୍କର ନୁହେଁ।
You, however, are not earthly but spiritual, since the Spirit of God lives within you. Unless a person has the Spirit of Christ, they do not belong to Christ;
10 କିନ୍ତୁ ଯଦି ଖ୍ରୀଷ୍ଟ ତୁମ୍ଭମାନଙ୍କଠାରେ ଥାଆନ୍ତି, ତାହାହେଲେ ଶରୀର ପାପ ହେତୁ ମୃତ ଅଟେ, ମାତ୍ର ଆତ୍ମା ଧାର୍ମିକତା ହେତୁ ଜୀବିତ ଅଟେ।
but, if Christ is within you, then, though the body is dead as a consequence of sin, the spirit is life as a consequence of righteousness.
11 ଆଉ ଯେ ମୃତମାନଙ୍କ ମଧ୍ୟରୁ ଯୀଶୁଙ୍କୁ ଉଠାଇଲେ, ତାହାଙ୍କର ଆତ୍ମା ଯଦି ତୁମ୍ଭମାନଙ୍କଠାରେ ବାସ କରନ୍ତି, ତେବେ ଯେ ମୃତମାନଙ୍କ ମଧ୍ୟରୁ ଖ୍ରୀଷ୍ଟ ଯୀଶୁଙ୍କୁ ଉଠାଇଲେ, ସେ ତୁମ୍ଭମାନଙ୍କଠାରେ ବାସ କରୁଥିବା ଆପଣା ଆତ୍ମାଙ୍କ ଦ୍ୱାରା ତୁମ୍ଭମାନଙ୍କ ମର୍ତ୍ତ୍ୟ ଶରୀରକୁ ମଧ୍ୟ ଜୀବିତ କରିବେ।
And, if the Spirit of him who raised Jesus from the dead lives within you, he who raised Christ Jesus from the dead will give life even to your mortal bodies, through his Spirit living within you.
12 ଅତଏବ, ହେ ଭାଇମାନେ, ଆମ୍ଭେମାନେ ଋଣୀ, କିନ୍ତୁ ଶାରୀରିକ ଭାବାନୁସାରେ ଜୀବନଯାପନ କରିବାକୁ ଶରୀର ନିକଟରେ ନୁହେଁ;
So then, friends, we owe nothing to our earthly nature, that we should live in obedience to it.
13 କାରଣ ଯଦି ଶାରୀରିକ ଭାବାନୁସାରେ ତୁମ୍ଭେମାନେ ଜୀବନଯାପନ କର, ତେବେ ଅବଶ୍ୟ ମରିବ, କିନ୍ତୁ ଯଦି ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ଶରୀରର କର୍ମସବୁକୁ ବିନାଶ କର, ତେବେ ଜୀବିତ ହେବ।
If you live in obedience to your earthly nature, you will inevitably die; but if, by the power of the Spirit, you put an end to the evil habits of the body, you will live.
14 ଯେଣୁ ଯେତେ ଲୋକ ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ଚାଳିତ ହୁଅନ୍ତି, ସେମାନେ ଈଶ୍ବରଙ୍କ ସନ୍ତାନ।
All who are guided by the Spirit of God are children of God.
15 କାରଣ ତୁମ୍ଭେମାନେ ପୁନର୍ବାର ଭୟ କରିବା ନିମନ୍ତେ ଦାସତ୍ୱର ଆତ୍ମା ପାଇ ନାହଁ, କିନ୍ତୁ ପୁତ୍ରତ୍ୱର ଆତ୍ମା ପାଇଅଛ; ତଦ୍ୱାରା ଆମ୍ଭେମାନେ ଆବ୍ବା, ପିତଃ ବୋଲି ଡାକିଥାଉ।
For you did not receive the spirit of a slave, to fill you once more with fear, but the spirit of a child by adoption, which leads us to cry “Abba, our Father.”
16 ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନ ବୋଲି ସେହି ପବିତ୍ର ଆତ୍ମା ସ୍ୱୟଂ ଆମ୍ଭମାନଙ୍କ ଆତ୍ମା ସହିତ ସାକ୍ଷ୍ୟ ପ୍ରଦାନ କରନ୍ତି,
The Spirit himself unites with our spirits in bearing witness to our being God’s children,
17 ଆଉ ଯଦି ସନ୍ତାନ, ତେବେ ଉତ୍ତରାଧିକାରୀ, ଅର୍ଥାତ୍‍ ଯଦି ଖ୍ରୀଷ୍ଟଙ୍କ ସହିତ ଗୌରବାନ୍ୱିତ ମଧ୍ୟ ହେବା ନିମନ୍ତେ ଆମ୍ଭେମାନେ ତାହାଙ୍କ ସାଙ୍ଗରେ ଦୁଃଖଭୋଗ କରୁ, ତେବେ ଈଶ୍ବରଙ୍କ ଉତ୍ତରାଧିକାରୀ ଓ ଖ୍ରୀଷ୍ଟଙ୍କ ସହ ଉତ୍ତରାଧିକାରୀ ଅଟୁ।
and if children, then heirs – heirs of God, and joint heirs with Christ, since we share Christ’s sufferings in order that we may also share his glory.
18 କାରଣ ମୋʼ ବିଚାରରେ, ଯେଉଁ ଗୌରବ ଆମ୍ଭମାନଙ୍କ ପ୍ରତି ପ୍ରକାଶିତ ହେବ, ତାହା ତୁଳନାରେ ଏହି ବର୍ତ୍ତମାନ କାଳର ଦୁଃଖଭୋଗ କିଛି ହିଁ ନୁହେଁ।
I do not count the sufferings of our present life worthy of mention when compared with the glory that is to be revealed and bestowed on us.
19 ଯେଣୁ ସୃଷ୍ଟିର ଏକାନ୍ତ ଆକାଂକ୍ଷା ଈଶ୍ବରଙ୍କ ସନ୍ତାନମାନଙ୍କର ପ୍ରକାଶ ନିମନ୍ତେ ଅପେକ୍ଷା କରୁଅଛି।
All nature awaits with eager expectation the appearing of the sons of God.
20 କାରଣ ସୃଷ୍ଟି ଅସାରତାର ବଶୀଭୂତ ହେଲା, ତାହାର ନିଜ ଇଚ୍ଛାରୁ ନୁହେଁ, କିନ୍ତୁ ଯେ ତାହାକୁ ବଶୀଭୂତ କଲେ, ତାହାଙ୍କ ଇଚ୍ଛାରୁ;
For nature was made subject to imperfection – not by its own choice, but owing to him who made it so –
21 ଆଉ ତାହା ଭରସାଯୁକ୍ତ ହୋଇ ବଶୀଭୂତ ହେଲା, ଯେଣୁ ସୃଷ୍ଟି ନିଜେ ମଧ୍ୟ ଈଶ୍ବରଙ୍କ ସନ୍ତାନମାନଙ୍କ ଗୌରବମୟ ଅବସ୍ଥା ସମ୍ବନ୍ଧୀୟ ସ୍ୱାଧୀନତା ପ୍ରାପ୍ତି ନିମନ୍ତେ କ୍ଷୟର ଦାସତ୍ୱରୁ ମୁକ୍ତ ହେବ।
yet not without the hope that some day nature, also, will be set free from enslavement to decay, and will attain to the freedom which will mark the glory of the children of God.
22 କାରଣ ସମସ୍ତ ସୃଷ୍ଟି ଯେ ଆଜି ପର୍ଯ୍ୟନ୍ତ ଏକସଙ୍ଗରେ ଆର୍ତ୍ତନାଦ କରୁଅଛି ଓ ପ୍ରସବ ବେଦନାରେ ବ୍ୟଥିତ ହେଉଅଛି, ଏହା ଆମ୍ଭେମାନେ ଜାଣୁ।
We know, indeed, that all nature alike has been groaning in the pains of labour to this very hour.
23 ଆଉ କେବଳ ତାହା ନୁହେଁ, କିନ୍ତୁ ପ୍ରଥମ ଫଳ ସ୍ୱରୂପେ ଆତ୍ମାଙ୍କୁ ପାଇଅଛୁ ଯେ ଆମ୍ଭେମାନେ, ଆମ୍ଭେମାନେ ନିଜେ ନିଜେ ମଧ୍ୟ ପୁତ୍ରତ୍ୱ, ଅର୍ଥାତ୍‍ ଆପଣା ଆପଣା ଶରୀରର ମୁକ୍ତି ନିମନ୍ତେ ଅପେକ୍ଷା କରୁ କରୁ ଆପଣା ଆପଣା ଅନ୍ତରରେ ଆର୍ତ୍ତନାଦ କରୁଅଛୁ।
And not nature only; but we ourselves also, though we have already a first gift of the Spirit – we ourselves are inwardly groaning, while we eagerly await our full adoption as sons – the redemption of our bodies.
24 କାରଣ ଭରସାରେ ଆମ୍ଭେମାନେ ପରିତ୍ରାଣ ପାଇଅଛୁ; କିନ୍ତୁ ଦୃଷ୍ଟିଗୋଚର ଯେଉଁ ଭରସା, ତାହା ଭରସା ନୁହେଁ, ଯେଣୁ ଯାହା ଜଣେ ଦେଖୁଅଛି, ସେଥିନିମନ୍ତେ ସେ କାହିଁକି ଆଉ ଭରସା କରିବ?
By our hope we were saved. But the thing hoped for is no longer an object of hope when it is before our eyes; for who hopes for what is before his eyes?
25 କିନ୍ତୁ ଆମ୍ଭେମାନେ ଯାହା ଦେଖୁ ନାହୁଁ, ଯଦି ତାହା ନିମନ୍ତେ ଭରସା କରୁ, ତାହାହେଲେ ଧୈର୍ଯ୍ୟ ସହକାରେ ତାହାର ଅପେକ୍ଷାରେ ଥାଉ।
But when we hope for what is not before our eyes, then we wait for it with patience.
26 ଆଉ, ସେହି ପ୍ରକାରେ ପବିତ୍ର ଆତ୍ମା ମଧ୍ୟ ଆମ୍ଭମାନଙ୍କ ଦୁର୍ବଳତାରେ ସାହାଯ୍ୟ କରନ୍ତି; କାରଣ କଅଣ ପ୍ରାର୍ଥନା କରିବା ଉଚିତ, ତାହା ଆମ୍ଭେମାନେ ଜାଣୁ ନାହୁଁ, କିନ୍ତୁ ଆତ୍ମା ସ୍ୱୟଂ ଅକଥନୀୟ ଆର୍ତ୍ତନାଦରେ ଆମ୍ଭମାନଙ୍କ ନିମନ୍ତେ ନିବେଦନ କରନ୍ତି;
So, also, the Spirit supports us in our weakness. We do not even know how to pray as we should; but the Spirit himself pleads for us in sighs that can find no utterance.
27 ପୁଣି, ଯେ ଆମ୍ଭମାନଙ୍କ ହୃଦୟ ଅନୁସନ୍ଧାନ କରନ୍ତି, ସେ ପବିତ୍ର ଆତ୍ମାଙ୍କ ଭାବ କଅଣ, ତାହା ମଧ୍ୟ ଜାଣନ୍ତି, କାରଣ ସେ ଈଶ୍ବରଙ୍କ ଇଚ୍ଛାନୁସାରେ ସାଧୁମାନଙ୍କ ନିମନ୍ତେ ନିବେଦନ କରନ୍ତି।
Yet he who searches all our hearts knows what the Spirit’s meaning is, because the pleadings of the Spirit for Christ’s people are in accordance with his will.
28 ଯେଉଁମାନେ ଈଶ୍ବରଙ୍କୁ ପ୍ରେମ କରନ୍ତି, ଯେଉଁମାନେ ତାହାଙ୍କ ସଂକଳ୍ପ ଅନୁସାରେ ଆହୂତ ହୋଇଅଛନ୍ତି, ଈଶ୍ବର ଯେ ସମସ୍ତ ବିଷୟରେ ସେମାନଙ୍କର ମଙ୍ଗଳ ସାଧନ କରନ୍ତି, ଏହା ଆମ୍ଭେମାନେ ଜାଣୁ।
But we do know that God causes all things to work together for the good of those who love him – those who have received the call in accordance with his purpose.
29 କାରଣ ଯେଉଁମାନଙ୍କୁ ସେ ପୂର୍ବରୁ ଜାଣିଥିଲେ, ସେମାନଙ୍କୁ ତାହାଙ୍କ ପୁତ୍ରଙ୍କ ପ୍ରତିମୂର୍ତ୍ତିର ଅନୁରୂପ ହେବା ନିମନ୍ତେ ସେ ପୂର୍ବରୁ ନିରୂପଣ ମଧ୍ୟ କରିଥିଲେ, ଯେପରି ସେ ଅନେକ ଭ୍ରାତାଙ୍କ ମଧ୍ୟରେ ଅଗ୍ରଜ ହୁଅନ୍ତି।
For those whom God chose from the first he also destined from the first to be transformed into likeness to his Son, so that his Son might be the eldest among many brothers and sisters.
30 ଆଉ, ଯେଉଁମାନଙ୍କୁ ସେ ପୂର୍ବରୁ ନିରୂପଣ କରିଥିଲେ, ସେମାନଙ୍କୁ ସେ ମଧ୍ୟ ଆହ୍ୱାନ କଲେ, ପୁଣି, ଯେଉଁମାନଙ୍କୁ ସେ ଆହ୍ୱାନ କଲେ, ସେମାନଙ୍କୁ ସେ ମଧ୍ୟ ଧାର୍ମିକ ବୋଲି ଗଣିଲେ, ଆଉ ଯେଉଁମାନଙ୍କୁ ସେ ଧାର୍ମିକ ବୋଲି ଗଣିଲେ, ସେମାନଙ୍କୁ ସେ ମଧ୍ୟ ଗୌରବାନ୍ୱିତ କଲେ।
And those whom God destined for this he also called; and those whom he called he also pronounced righteous; and those whom he pronounced righteous he also brought to glory.
31 ତେବେ ଏସମସ୍ତ ଦୃଷ୍ଟିରେ ଆମ୍ଭେମାନେ କଅଣ କହିବା? ଯଦି ଈଶ୍ବର ଆମ୍ଭମାନଙ୍କ ସପକ୍ଷ, ତେବେ ଆମ୍ଭମାନଙ୍କ ବିପକ୍ଷ କିଏ?
What are we to say, then, in the light of all this? If God is on our side, who can there be against us?
32 ଯେ ଆପଣା ପୁତ୍ରଙ୍କୁ ସୁଦ୍ଧା ରକ୍ଷା କଲେ ନାହିଁ, ମାତ୍ର ଆମ୍ଭ ସମସ୍ତଙ୍କ ନିମନ୍ତେ ତାହାଙ୍କୁ ସମର୍ପଣ କଲେ, ସେ କିପରି ତାହାଙ୍କ ସହିତ ମଧ୍ୟ ସମସ୍ତ ବିଷୟ ଆମ୍ଭମାନଙ୍କୁ ଅନୁଗ୍ରହରେ ଦାନ ନ କରିବେ?
God did not withhold his own Son, but gave him up on behalf of us all; will he not, then, with him, freely give us all things?
33 ଈଶ୍ବରଙ୍କ ମନୋନୀତ ଲୋକମାନଙ୍କ ବିରୁଦ୍ଧରେ କିଏ ଅଭିଯୋଗ କରିବ? ଈଶ୍ବର ତ ସେମାନଙ୍କୁ ଧାର୍ମିକ ବୋଲି ଗଣନା କରନ୍ତି।
Who will bring a charge against any of God’s people? He who pronounces them righteous is God!
34 କିଏ ଦଣ୍ଡାଜ୍ଞା ଦେବ? ଖ୍ରୀଷ୍ଟ ଯୀଶୁ ତ ମୃତ୍ୟୁଭୋଗ କଲେ, ବରଂ ସେ ଉତ୍ଥାପିତ ହେଲେ, ସେ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଅଛନ୍ତି, ସେ ମଧ୍ୟ ଆମ୍ଭମାନଙ୍କ ନିମନ୍ତେ ନିବେଦନ କରୁଅଛନ୍ତି।
Who is there to condemn them? He who died for us is Christ Jesus! – or, rather, it was he who was raised from the dead, and who is now at God’s right hand and is even pleading on our behalf!
35 ଖ୍ରୀଷ୍ଟଙ୍କ ପ୍ରେମରୁ କିଏ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରିବ? କି କ୍ଳେଶ, କି ସଙ୍କଟ, କି ତାଡ଼ନା, କି ଦୁର୍ଭିକ୍ଷ, କି ଉଲଗ୍ନତା, କି ବିପଦ, କି ଖଡ୍ଗ?
Who is there to separate us from the love of the Christ? Will trouble, or difficulty, or persecution, or hunger, or nakedness, or danger, or the sword?
36 ଯେପରି ଲେଖାଅଛି, “ତୁମ୍ଭ ନିମନ୍ତେ ଆମ୍ଭେମାନେ ସମସ୍ତ ଦିନ ନିହତ ହେଉଅଛୁ; ଆମ୍ଭେମାନେ ବଧଯୋଗ୍ୟ ମେଷ ପରି ଗଣିତ ହୋଇଅଛୁ।”
Scripture says – “For your sake we are being killed all the day long, We are regarded as sheep to be slaughtered.”
37 ତଥାପି ଯେ ଆମ୍ଭମାନଙ୍କୁ ପ୍ରେମ କଲେ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଏହି ସମସ୍ତ ବିଷୟରେ ସର୍ବତୋଭାବେ ବିଜୟୀ ଅଟୁ।
Yet amid all these things we more than conquer through him who loved us!
38 କାରଣ ମୃତ୍ୟୁ କି ଜୀବନ, ଦୂତ କି କର୍ତ୍ତାପଣ, ବର୍ତ୍ତମାନ କି ଭବିଷ୍ୟତ କି ପରାକ୍ରମ,
For I am persuaded that neither death, nor life, nor angels, nor archangels, nor the present, nor the future, nor any powers,
39 ଉଚ୍ଚସ୍ଥ ବିଷୟ କି ନୀଚସ୍ଥ ବିଷୟ କି ଅନ୍ୟ କୌଣସି ସୃଷ୍ଟ ବସ୍ତୁ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ପ୍ରକାଶିତ ଈଶ୍ବରଙ୍କ ପ୍ରେମରୁ ଯେ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରିପାରିବ ନାହିଁ, ଏହା ମୁଁ ନିଶ୍ଚୟ ଜାଣେ।
nor height, nor depth, nor any other created thing, will be able to separate us from the love of God revealed in Christ Jesus, our Lord!

< ରୋମୀୟ 8 >