< ଯିଖରୀୟ 6 >

1 ଏଉତ୍ତାରେ ମୁଁ ପୁନର୍ବାର ମୁଁ ଊର୍ଦ୍ଧ୍ୱକୁ ଦୃଷ୍ଟି କଲି, ଆଉ ଦେଖ, ଦୁଇ ପର୍ବତ ମଧ୍ୟରୁ ଚାରିଗୋଟି ରଥ ନିର୍ଗତ ହେଲା ସେହି ପର୍ବତ ପିତ୍ତଳମୟ ଥିଲା।
Again I looked up, and saw four chariots come from between two mountains. The mountains were mountains of bronze.
2 ପ୍ରଥମ ରଥରେ ରକ୍ତବର୍ଣ୍ଣ ଅଶ୍ୱଗଣ ଓ ଦ୍ୱିତୀୟ ରଥରେ କୃଷ୍ଣବର୍ଣ୍ଣ ଅଶ୍ୱଗଣ।
The first chariot had red horses. The second chariot had black horses,
3 ଆଉ, ତୃତୀୟ ରଥରେ ଶ୍ୱେତବର୍ଣ୍ଣ ଅଶ୍ୱଗଣ, ପୁଣି ଚତୁର୍ଥ ରଥରେ ବିନ୍ଦୁଚିତ୍ରିତ ପାଣ୍ଡୁରବର୍ଣ୍ଣ ଅଶ୍ୱଗଣ ଥିଲେ।
the third chariot white horses, and the fourth chariot dappled horses.
4 ସେତେବେଳେ ଯେଉଁ ଦୂତ ମୋʼ ସଙ୍ଗେ କଥା କହୁଥିଲେ, ମୁଁ ତାଙ୍କୁ ଉତ୍ତର କରି କହିଲି, “ହେ ମହାଶୟ, ଏସବୁ କଅଣ?”
Then I said to the messenger who talked with me, ‘What are these, my lord?’
5 ତହିଁରେ ସେ ଦୂତ ମୋତେ ଉତ୍ତର କରି କହିଲେ, “ଏମାନେ ସ୍ୱର୍ଗର ଚାରି ବାୟୁ, ଏମାନେ ସମୁଦାୟ ପୃଥିବୀର ପ୍ରଭୁଙ୍କ ଛାମୁରେ ଉଭା ଥାଇ ସେଠାରୁ ନିର୍ଗତ ହେଉଅଛନ୍ତି।
The messenger answered me, ‘These are the four winds of heaven going out after standing before the Lord of all the earth.
6 ଯେଉଁ ରଥରେ କୃଷ୍ଣବର୍ଣ୍ଣ ଅଶ୍ୱଗଣ ଅଛନ୍ତି, ତାହା ଉତ୍ତର ଦେଶ ଆଡ଼େ ଗମନ କରୁଅଛି; ଶ୍ଵେତବର୍ଣ୍ଣ ଅଶ୍ୱଗଣ ପଶ୍ଚିମ ଦେଶ ଆଡ଼େ ଗଲେ; ଆଉ, ବିନ୍ଦୁଚିତ୍ରିତ ଅଶ୍ୱଗଣ ଦକ୍ଷିଣ ଦେଶ ଆଡ଼େ ଗମନ କଲେ।
The black horses are going toward the north country and the white toward the west and the dappled toward the south country.’
7 ପୁଣି, ପାଣ୍ଡୁରବର୍ଣ୍ଣ ଅଶ୍ୱଗଣ ବାହାରିଲେ ଓ ପୃଥିବୀର ଏଣେତେଣେ ଗମନାଗମନ କରିବା ପାଇଁ ଅନୁମତି ଚାହିଁଲେ;” ତହିଁରେ ସେ କହିଲେ, “ତୁମ୍ଭେମାନେ ଏଠାରୁ ଯାଅ, ପୃଥିବୀର ଏଣେତେଣେ ଗମନାଗମନ କର,” ତହୁଁ ସେମାନେ ପୃଥିବୀର ଏଣେତେଣେ ଗମନାଗମନ କଲେ।
The strong horses came out, and were impatient to patrol the earth. So he said, ‘Go, patrol the earth,’ and they did so.
8 ସେତେବେଳେ ସେ ମୋତେ ଡାକି କହିଲେ, “ଦେଖ, ଯେଉଁମାନେ ଉତ୍ତର ଦେଶ ଆଡ଼େ ଗମନ କରୁଅଛନ୍ତି, ସେମାନେ ଉତ୍ତର ଦେଶରେ ଆମ୍ଭର ଆତ୍ମାଙ୍କ ଇଚ୍ଛାନୁସାରେ କାର୍ଯ୍ୟ କରିଅଛନ୍ତି।”
Then he cried out to me, ‘The horses that went to the north country will quiet my spirit in the north country.’
9 ଏଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,
Now this message of the Lord came to me:
10 “ନିର୍ବାସିତ ଲୋକମାନଙ୍କଠାରୁ, ଅର୍ଥାତ୍‍, ହିଲ୍‍ଦୟ, ଟୋବୀୟ ଓ ଯିଦୟୀୟଠାରୁ ଦାନ ଗ୍ରହଣ କର; ଆଉ, ସେମାନେ ଯେଉଁ ସଫନୀୟର ପୁତ୍ର ଯୋଶୀୟର ଗୃହକୁ ବାବିଲଠାରୁ ଆସିଅଛନ୍ତି, ତୁମ୍ଭେ ସେହି ଗୃହକୁ ଯାଅ।
Take the gifts from the exiles Heldai, Tobijah and Jedaiah who have come from Babylon and go at once to Josiah the son of Zephaniah.
11 ହଁ, ସେମାନଙ୍କଠାରୁ ରୂପା ଓ ସୁନା ଗ୍ରହଣ କର ଓ ମୁକୁଟମାନ ନିର୍ମାଣ କରି ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକଙ୍କ ମସ୍ତକରେ ଦିଅ।
Take their silver and gold and make a crown and set it on the head of the high priest, Joshua son of Jehozadak.
12 ପୁଣି, ତାଙ୍କୁ କୁହ, ‘ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଶାଖା ନାମରେ ବିଖ୍ୟାତ ପୁରୁଷଙ୍କୁ ଦେଖ ସେ ଆପଣା ସ୍ଥାନରୁ ବଢ଼ି ଉଠିବେ ଓ ସେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ!
Tell him: ‘Thus says the Lord of hosts: Behold, the man whose name is the Branch. He will branch out from his place and rebuild the temple of the Lord.
13 ହଁ, ସେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ ଓ ସେ ମହିମାପ୍ରାପ୍ତ ହେବେ, ଆଉ ଆପଣା ସିଂହାସନରେ ବସି ରାଜତ୍ୱ କରିବେ ଓ ସେ ଆପଣା ସିଂହାସନରେ ବସି ଯାଜକ ହେବେ; ଆଉ, ସେ ଉଭୟ ମଧ୍ୟରେ ଶାନ୍ତିର ବୁଝାବଣା ହେବ।’
He will rebuild the temple and will sit and rule upon his throne, receiving the honour due to a king. A priest will stand by his throne and they will work together in peace and harmony.
14 ପୁଣି, ସଦାପ୍ରଭୁଙ୍କ ମନ୍ଦିରରେ ଏହି ମୁକୁଟମାନ ହେଲେମର ଓ ଟୋବୀୟର ଓ ଯିଦୟୀୟର, ଆଉ ସଫନୀୟର ପୁତ୍ର ହେନର ସ୍ମରଣାର୍ଥେ ରହିବ।
The crown will be a memorial in the temple of the Lord for Heldai and Tobijah and Jedaiah, and Josiah the son of Zephaniah.
15 ଆଉ, ଯେଉଁମାନେ ଦୂରରେ ଅଛନ୍ତି, ସେମାନେ ଆସି ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ, ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ମୋତେ ତୁମ୍ଭମାନଙ୍କ ନିକଟକୁ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେମାନେ ଜାଣିବ ପୁଣି, ତୁମ୍ଭେମାନେ ଯଦି ଯତ୍ନପୂର୍ବକ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କରିବ, ତେବେ ଏହା ଘଟିବ।”
People from far away will come and build in the temple of the Lord and you will know that the Lord of hosts has sent me to you. This will happen if you diligently obey the voice of the Lord your God.’

< ଯିଖରୀୟ 6 >