< 1 Samuel 12 >

1 E disse Samuel a todo Israel: Eis que, eu ouvi vossa voz em todas as coisas que me haveis dito, e vos pus rei.
ଏଥିଉତ୍ତାରେ ଶାମୁୟେଲ ସମସ୍ତ ଇସ୍ରାଏଲଙ୍କୁ କହିଲେ, “ଦେଖ, ତୁମ୍ଭେମାନେ ମୋତେ ଯାହା ଯାହା କହିଲ, ମୁଁ ତୁମ୍ଭମାନଙ୍କର ସେହି ରବ ଶୁଣିଲି ଓ ତୁମ୍ଭମାନଙ୍କ ଉପରେ ଏକ ଜଣକୁ ରାଜା କଲି।
2 Agora, pois, eis que vosso rei vai diante de vós. Eu sou já velho e grisalho: mas meus filhos estão convosco, e eu andei diante de vós desde minha juventude até este dia.
ଆଉ ଏବେ ଦେଖ, ରାଜା ତୁମ୍ଭମାନଙ୍କ ସମ୍ମୁଖରେ ଗମନାଗମନ କରୁଅଛନ୍ତି; ପୁଣି, ମୁଁ ବୃଦ୍ଧ ଓ ପକ୍ୱକେଶ ହୋଇଅଛି; ଆଉ ଦେଖ, ମୋହର ପୁତ୍ରମାନେ ତୁମ୍ଭମାନଙ୍କ ସଙ୍ଗରେ ଅଛନ୍ତି, ପୁଣି, ମୁଁ ଯୌବନାକାଳାବଧି ଆଜି ପର୍ଯ୍ୟନ୍ତ ତୁମ୍ଭମାନଙ୍କ ସମ୍ମୁଖରେ ଗମନାଗମନ କରିଅଛି।
3 Aqui estou; testemunhai contra mim diante do SENHOR e diante de seu ungido, se tomei o boi de alguém, ou se tomei o asno de alguém, ou se caluniei a alguém, ou se oprimi a alguém, ou se de alguém tomei suborno pelo qual tenha coberto meus olhos; e eu vos restituirei.
ଦେଖ, ମୁଁ ଏଠାରେ ଅଛି; ସଦାପ୍ରଭୁଙ୍କ ସମ୍ମୁଖରେ ଓ ତାହାଙ୍କ ଅଭିଷିକ୍ତଙ୍କ ସମ୍ମୁଖରେ, ମୋହର ବିରୁଦ୍ଧରେ ସାକ୍ଷ୍ୟ ଦିଅ; ମୁଁ କାହାର ଗୋରୁ ନେଇଅଛି? ଅବା ମୁଁ କାହାର ଗଧ ନେଇଅଛି? ଅବା ମୁଁ କାହାର ଅନ୍ୟାୟ କରିଅଛି? ମୁଁ କାହା ପ୍ରତି ଉପଦ୍ରବ କରିଅଛି? କିଅବା ମୁଁ ଆପଣା ଚକ୍ଷୁକୁ ଅନ୍ଧ କରିବା ପାଇଁ କାହା ହସ୍ତରୁ ଲାଞ୍ଚ ନେଇଅଛି? ମୁଁ ତୁମ୍ଭମାନଙ୍କୁ ତାହା ଫେରାଇ ଦେବି।”
4 Então disseram: Nunca nos caluniaste, nem oprimi, nem tomaste algo da mão de nenhum homem.
ତହିଁରେ ସେମାନେ କହିଲେ, “ତୁମ୍ଭେ ଆମ୍ଭମାନଙ୍କର ଅନ୍ୟାୟ କରି ନାହଁ, କି ଆମ୍ଭମାନଙ୍କ ପ୍ରତି ଉପଦ୍ରବ କରି ନାହଁ, କିଅବା ତୁମ୍ଭେ କୌଣସି ଲୋକ ହସ୍ତରୁ କିଛି ନେଇ ନାହଁ।”
5 E ele lhes disse: o SENHOR é testemunha contra vós, e seu ungido também é testemunha neste dia, que não achastes em minha mão coisa nenhuma. E eles responderam: Assim é.
ତେଣୁ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ମୋହର ହସ୍ତରେ କୌଣସି ଦ୍ରବ୍ୟ ପାଇଲ ନାହିଁ, “ଏଥିରେ ଆଜି ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷୀ ଅଛନ୍ତି ଓ ତାହାଙ୍କର ଅଭିଷିକ୍ତ ବ୍ୟକ୍ତି ସାକ୍ଷୀ ଅଛନ୍ତି;” ତହିଁରେ ସେମାନେ କହିଲେ, “ସାକ୍ଷୀ ଅଛନ୍ତି।”
6 Então Samuel disse ao povo: o SENHOR é quem fez a Moisés e a Arão, e que tirou a vossos pais da terra do Egito.
ତହୁଁ ଶାମୁୟେଲ ଲୋକମାନଙ୍କୁ କହିଲେ, “ସେହି ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ ନିଯୁକ୍ତ କରିଥିଲେ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ମିସର ଦେଶରୁ ବାହାର କରି ଆଣିଥିଲେ।
7 Agora, pois, aguardai, e eu queixarei de vós diante do SENHOR de todas as justiças do SENHOR, que fez convosco e com vossos pais.
ଏହେତୁ ତୁମ୍ଭେମାନେ ଏହିକ୍ଷଣେ ଛିଡ଼ା ହୁଅ, ତୁମ୍ଭମାନଙ୍କ ପ୍ରତି ଓ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ପ୍ରତି ସଦାପ୍ରଭୁଙ୍କର କୃତ ସମସ୍ତ ଧର୍ମକର୍ମ ବିଷୟ ମୁଁ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କ ସହିତ ବିବେଚନା କରିବି।
8 Depois que Jacó entrou em Egito e vossos pais clamaram ao SENHOR, o SENHOR enviou a Moisés e a Arão, os quais tiraram a vossos pais do Egito, e os fizeram habitar neste lugar.
ଯାକୁବ ମିସରକୁ ଆସିଲା ଉତ୍ତାରେ ଯେତେବେଳେ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ, ସେତେବେଳେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ ପଠାଇଲେ; ତହିଁରେ ସେମାନେ ମିସରରୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ବାହାର କରି ଆଣିଲେ ଓ ଏହି ସ୍ଥାନରେ ସେମାନଙ୍କୁ ବାସ କରାଇଲେ।
9 E esqueceram ao SENHOR seu Deus, e ele os vendeu na mão de Sísera capitão do exército de Hazor, e na mão dos filisteus, e na mão do rei de Moabe, os quais lhes fizeram guerra.
ମାତ୍ର ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କୁ ପାସୋରନ୍ତେ, ସେ ହାସୋରର ସେନାପତି ସୀଷରାର ହସ୍ତରେ ଓ ପଲେଷ୍ଟୀୟମାନଙ୍କ ହସ୍ତରେ ଓ ମୋୟାବର ରାଜା ହସ୍ତରେ ସେମାନଙ୍କୁ ବିକ୍ରୟ କଲେ ଓ ସେମାନେ ସେମାନଙ୍କ ସହିତ ଯୁଦ୍ଧ କଲେ।
10 E eles clamaram ao SENHOR, e disseram: Pecamos, porque deixamos ao SENHOR, e servimos aos baalins e a Astarote: livra-nos, pois, agora da mão de nossos inimigos, e te serviremos.
ସେତେବେଳେ ସେମାନେ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରି କହିଲେ, ‘ଆମ୍ଭେମାନେ ପାପ କରିଅଛୁ, ଯେହେତୁ ଆମ୍ଭେମାନେ ସଦାପ୍ରଭୁଙ୍କୁ ତ୍ୟାଗ କରି ବାଲ୍‍ ଦେବଗଣର ଓ ଅଷ୍ଟାରୋତ୍‍ ଦେବୀଗଣର ପୂଜା କରିଅଛୁ; ମାତ୍ର ଏବେ ଆମ୍ଭମାନଙ୍କ ଶତ୍ରୁଗଣ ହସ୍ତରୁ ଆମ୍ଭମାନଙ୍କୁ ରକ୍ଷା କର, ତହିଁରେ ଆମ୍ଭେମାନେ ତୁମ୍ଭର ସେବା କରିବା।’
11 Então o SENHOR enviou a Jerubaal, e a Bedã, e a Jefté, e a Samuel, e vos livrou da mão de vossos inimigos ao redor, e habitastes seguros.
ଏଥିଉତ୍ତାରେ ସଦାପ୍ରଭୁ ଯିରୁବ୍ବାଲ୍‍‍କୁ ଓ ବଦାନକୁ ଓ ଯିପ୍ତହକୁ ଓ ଶାମୁୟେଲଙ୍କୁ ପଠାଇ ତୁମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ରକ୍ଷା କଲେ, ତହିଁରେ ତୁମ୍ଭେମାନେ ନିର୍ଭୟରେ ବାସ କଲ।
12 E havendo visto que Naás rei dos filhos de Amom vinha contra vós, me dissestes: Não, mas sim rei reinará sobre nós; sendo vosso rei o SENHOR vosso Deus.
ଏଥିଉତ୍ତାରେ ଯେତେବେଳେ ତୁମ୍ଭେମାନେ ଦେଖିଲ ଯେ, ଅମ୍ମୋନ-ସନ୍ତାନଗଣର ରାଜା ନାହଶ୍‍ ତୁମ୍ଭମାନଙ୍କ ପ୍ରତିକୂଳରେ ବାହାର ହୋଇ ଆସୁଅଛି, ସେତେବେଳେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କର ରାଜା ଥିଲେ ହେଁ ତୁମ୍ଭେମାନେ ମୋତେ କହିଲ; ‘ନାହିଁ, ମାତ୍ର ଜଣେ ରାଜା ଆମ୍ଭମାନଙ୍କ ଉପରେ ରାଜତ୍ୱ କରିବ।’
13 Agora, pois, vede aqui vosso rei que haveis escolhido, o qual pedistes; já vedes que o SENHOR pôs sobre vós rei.
ଏହେତୁ ତୁମ୍ଭେମାନେ ଯାହାକୁ ମନୋନୀତ କଲ ଓ ତୁମ୍ଭେମାନେ ଯାହା ପାଇଁ ପ୍ରାର୍ଥନା କଲ, ତୁମ୍ଭମାନଙ୍କର ସେହି ରାଜାଙ୍କୁ ଏବେ ଦେଖ; ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଏକ ରାଜା ନିଯୁକ୍ତ କଲେ।
14 Se temerdes ao SENHOR e o servirdes, e ouvirdes sua voz, e não fordes rebeldes à palavra do SENHOR, tanto vós como o rei que rainha sobre vós, seguireis ao SENHOR vosso Deus.
ଯେବେ ତୁମ୍ଭେମାନେ ସଦାପ୍ରଭୁଙ୍କୁ ଭୟ କରିବ ଓ ତାହାଙ୍କର ସେବା କରିବ ଓ ତାହାଙ୍କ ରବ ଶୁଣିବ ଓ ସଦାପ୍ରଭୁଙ୍କ ଆଜ୍ଞାର ବିଦ୍ରୋହାଚରଣ ନ କରିବ, ପୁଣି, ତୁମ୍ଭେମାନେ ଓ ମଧ୍ୟ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱକାରୀ ରାଜା, ଉଭୟ ଯେବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଅନୁବର୍ତ୍ତୀ ହେବ, ତେବେ ଭଲ;
15 Mas se não ouvirdes a voz do SENHOR, e se fordes rebeldes às palavras do SENHOR, a mão do SENHOR será contra vós como contra vossos pais.
ମାତ୍ର ଯେବେ ତୁମ୍ଭେମାନେ ସଦାପ୍ରଭୁଙ୍କ ରବ ନ ଶୁଣିବ ଓ ସଦାପ୍ରଭୁଙ୍କ ଆଜ୍ଞାର ବିଦ୍ରୋହାଚରଣ କରିବ, ତେବେ ସଦାପ୍ରଭୁଙ୍କ ହସ୍ତ ଯେପରି ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପ୍ରତିକୂଳରେ ଥିଲା, ସେପରି ତୁମ୍ଭମାନଙ୍କ ପ୍ରତିକୂଳରେ ହେବ।
16 Esperai ainda agora, e olhai esta grande coisa que o SENHOR fará diante de vossos olhos.
ଏହେତୁ ଏବେ ତୁମ୍ଭେମାନେ ଛିଡ଼ା ହୁଅ ଓ ସଦାପ୍ରଭୁ ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ମହତ କର୍ମ କରିବେ, ତାହା ଦେଖ।
17 Não é agora a colheita dos trigos? Eu clamarei ao SENHOR, e ele dará trovões e chuva; para que conheçais e vejais que é grande vossa maldade que tendes feito aos olhos do SENHOR, pedindo-vos rei.
ଆଜି କି ଗହମ କାଟିବା ସମୟ ନୁହେଁ? ସଦାପ୍ରଭୁ ଯେପରି ମେଘ ଗର୍ଜ୍ଜନ ଓ ବୃଷ୍ଟି ପଠାଇବେ, ଏଥିପାଇଁ ମୁଁ ତାହାଙ୍କୁ ଡାକିବି; ତହିଁରେ ତୁମ୍ଭେମାନେ ଆପଣାମାନଙ୍କ ପାଇଁ ରାଜା ମାଗି ସଦାପ୍ରଭୁଙ୍କ ଦୃଷ୍ଟିରେ ଯେଉଁ ମନ୍ଦତା କରିଅଛ, ତାହା ଯେ ବଡ଼, ଏହା ତୁମ୍ଭେମାନେ ଜାଣିବ ଓ ଦେଖିବ।”
18 E Samuel clamou ao SENHOR; e o SENHOR deu trovões e chuva naquele dia; e todo o povo temeu em grande maneira ao SENHOR e a Samuel.
ଏଥିରେ ଶାମୁୟେଲ ସଦାପ୍ରଭୁଙ୍କୁ ଡ଼ାକିଲେ, ପୁଣି, ସଦାପ୍ରଭୁ ସେହି ଦିନ ମେଘ ଗର୍ଜ୍ଜନ ଓ ବୃଷ୍ଟି ପଠାଇଲେ; ତହିଁରେ ସମସ୍ତ ଲୋକ ସଦାପ୍ରଭୁଙ୍କୁ ଓ ଶାମୁୟେଲଙ୍କୁ ଅତ୍ୟନ୍ତ ଭୟ କଲେ।
19 Então disse todo o povo a Samuel: Roga por teus servos ao SENHOR teu Deus, que não morramos: porque a todos os nossos pecados acrescentamos este mal de pedir rei para nós.
ପୁଣି, ସମସ୍ତ ଲୋକ ଶାମୁୟେଲଙ୍କୁ କହିଲେ, “ଆମ୍ଭେମାନେ ଯେପରି ନ ମରୁ, ଏଥିପାଇଁ ତୁମ୍ଭେ ଆପଣା ଦାସମାନଙ୍କ ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କର; କାରଣ ଆମ୍ଭେମାନେ ଆପଣାମାନଙ୍କର ସବୁ ପାପ ଉପରେ ଆପଣାମାନଙ୍କ ପାଇଁ ରାଜା ମାଗି ମନ୍ଦତା ବୃଦ୍ଧି କରିଅଛୁ।”
20 E Samuel respondeu ao povo: Não temais: vós cometestes todo este mal; mas com tudo isso não vos desvieis de seguir ao SENHOR, mas sim servi ao SENHOR com todo o vosso coração:
ଏଥିରେ ଶାମୁୟେଲ ଲୋକମାନଙ୍କୁ କହିଲେ, “ଭୟ ନ କର; ତୁମ୍ଭେମାନେ ଏହି ସମସ୍ତ ମନ୍ଦତା କରିଅଛ, ପ୍ରମାଣ; ତଥାପି ସଦାପ୍ରଭୁଙ୍କ ପଶ୍ଚାଦ୍‍ଗମନରୁ ବିମୁଖ ନ ହୁଅ, ମାତ୍ର ଆପଣାମାନଙ୍କ ସମସ୍ତ ଅନ୍ତଃକରଣ ସହିତ ସଦାପ୍ରଭୁଙ୍କର ସେବା କର;
21 Não vos desvieis a fim de seguir as vaidades que não aproveitam nem livram, porque são vaidades.
ପୁଣି, ତୁମ୍ଭେମାନେ ବିପଥଗାମୀ ନ ହୁଅ; ଯଦି ହୁଅ, ତେବେ ତୁମ୍ଭେମାନେ ଅବସ୍ତୁସକଳର ଅନୁଗାମୀ ହେବ; ସେମାନେ ଉପକାର କି ରକ୍ଷା କରିବାକୁ ଅସମର୍ଥ, ଯେହେତୁ ସେମାନେ ଅବସ୍ତୁ।
22 Pois o SENHOR não desamparará a seu povo por seu grande nome: porque o SENHOR quis fazer-vos povo seu.
ସଦାପ୍ରଭୁ ଆପଣା ମହାନାମ ସକାଶୁ ଆପଣା ଲୋକମାନଙ୍କୁ ତ୍ୟାଗ କରିବେ ନାହିଁ; କାରଣ ତୁମ୍ଭମାନଙ୍କୁ ଆପଣା ଲୋକ କରିବା ପାଇଁ ସଦାପ୍ରଭୁ ସନ୍ତୁଷ୍ଟ ହୋଇଅଛନ୍ତି।
23 Assim que, longe seja de mim que peque eu contra o SENHOR cessando de rogar por vós; antes eu vos ensinarei pelo caminho bom e direito.
ଆହୁରି ମୁଁ ଯେ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବାରୁ ନିବୃତ୍ତ ହୋଇ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିବି, ଏହା ଦୂରେ ଥାଉ; ମାତ୍ର ମୁଁ ତୁମ୍ଭମାନଙ୍କୁ ଉତ୍ତମ ଓ ସରଳ ପଥ ବିଷୟ ଶିକ୍ଷା କରାଇବି।
24 Somente temei ao SENHOR, e servi-o de verdade com todo vosso coração, porque considerai quão grandes coisas fez convosco.
କେବଳ ସଦାପ୍ରଭୁଙ୍କୁ ଭୟ କର, ପୁଣି, ସତ୍ୟ ରୂପେ ସମସ୍ତ ଅନ୍ତଃକରଣ ସହିତ ତାହାଙ୍କର ସେବା କର; କାରଣ ଦେଖ, ସେ ତୁମ୍ଭମାନଙ୍କ ନିମନ୍ତେ କିପରି ମହତ କର୍ମମାନ କରିଅଛନ୍ତି।
25 Mas se perseverardes em fazer mal, vós e vosso rei perecereis.
ମାତ୍ର ଯେବେ ତୁମ୍ଭେମାନେ ନିତାନ୍ତ ମନ୍ଦ ଆଚରଣ କରିବ, ତେବେ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ରାଜା ଉଭୟ ବିନଷ୍ଟ ହେବ।”

< 1 Samuel 12 >