< Apostolska dela 26 >

1 Potem je Agripa rekel Pavlu: »Dovoljeno ti je, da se zagovarjaš.« Nató je Pavel iztegnil svojo roko in se zagovarjal:
ସେଥିରେ ଆଗ୍ରିପ୍ପା ପାଉଲଙ୍କୁ କହିଲେ, ତୁମ୍ଭକୁ ଆପଣା ସପକ୍ଷରେ କଥା କହିବା ନିମନ୍ତେ ଅନୁମତି ଦିଆଗଲା। ସେଥିରେ ପାଉଲ ହସ୍ତ ବିସ୍ତାର କରି ଆପଣା ପକ୍ଷ ସମର୍ଥନ କରିବାକୁ ଲାଗିଲେ,
2 »Imam se za srečnega, kralj Agripa, ker se bom danes pred teboj zagovarjal gledé vseh stvari, katere me Judje obtožujejo,
ହେ ରାଜନ ଆଗ୍ରିପ୍ପା, ଯିହୁଦୀମାନେ ମୋ ବିରୁଦ୍ଧରେ ଯେ ସମସ୍ତ ଅଭିଯୋଗ କରୁଅଛନ୍ତି, ସେ ସମ୍ବନ୍ଧରେ ମୁଁ ଯେ ଆଜି ଆପଣଙ୍କ ଛାମୁରେ ଆତ୍ମପକ୍ଷ ସମର୍ଥନ କରିବାକୁ ସୁଯୋଗ ପାଇଅଛି, ଏଥିପାଇଁ ମୁଁ ଆପଣାକୁ ସମୃଦ୍ଧିମାନ ମନେ କରୁଅଛି,
3 še posebej, ker te poznam, da si poznavalec vseh običajev in vprašanj, ki so med Judi, te zaradi tega rotim, da me potrpežljivo poslušaš.
ବିଶେଷରେ ଏହି କାରଣରୁ ଯେ, ଆପଣ ଯିହୁଦୀମାନଙ୍କ ମଧ୍ୟରେ ପ୍ରଚଳିତ ସମସ୍ତ ରୀତିନୀତି ଓ ମତାମତ ସମ୍ବନ୍ଧରେ ନିପୁଣ ଅଟନ୍ତି; ଏଥିପାଇଁ ଧୈର୍ଯ୍ୟ ଧରି ମୋହର କଥା ଶୁଣିବା ନିମନ୍ତେ ମୁଁ ଆପଣଙ୍କୁ ବିନତି କରୁଅଛି।
4 Moj življenjski slog od moje mladosti, ki je bila najprej med mojim lastnim narodom v Jeruzalemu, poznajo vsi Judje,
ଯୌବନକାଳାବଧି ଆଦ୍ୟରୁ ସ୍ୱଜାତି ମଧ୍ୟରେ ଓ ଯିରୂଶାଲମ ସହରରେ ମୋହର ଆଚାର-ବ୍ୟବହାର ଯିହୁଦୀମାନେ ସମସ୍ତେ ଜାଣନ୍ତି;
5 ki so me poznali od začetka, če bi [le] želeli pričevati, da sem po najstrožji ločini našega bogoslužja živel kot farizej.
ସେମାନେ ମୋତେ ପ୍ରଥମରୁ ଜାଣିଥିବାରୁ ଯଦି ଇଚ୍ଛା କରନ୍ତି, ତେବେ ସାକ୍ଷ୍ୟ ଦେଇ ପାରନ୍ତି ଯେ, ମୁଁ ଆମ୍ଭମାନଙ୍କ ଧର୍ମର ସର୍ବାପେକ୍ଷା କଠୋର ମତ ଅନୁସାରେ ଫାରୂଶୀ ହୋଇ ଜୀବନଯାପନ କଲି।
6 In sedaj stojim in sem sojen zaradi upanja o od Boga dani obljubi našim očetom.
ପୁଣି, ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ନିକଟରେ ଈଶ୍ବର ଯେଉଁ ପ୍ରତିଜ୍ଞା କରିଥିଲେ, ସେହି ପ୍ରତିଜ୍ଞାର ପ୍ରତ୍ୟାଶା ନିମନ୍ତେ ମୁଁ ବିଚାରିତ ହେବା ପାଇଁ ଏବେ ଠିଆ ହୋଇଅଛି।
7 K tej obljubi se naši dvanajsteri rodovi, ki dan in noč iskreno služijo Bogu, nadejajo, da se uresniči. Zaradi tega upanja, kralj Agripa, sem obtožen od Judov.
ଆମ୍ଭମାନଙ୍କ ବାର ଗୋଷ୍ଠୀ ସେହି ପ୍ରତିଜ୍ଞାର ଫଳ ପ୍ରାପ୍ତି ଆଶାରେ ଦିବାରାତ୍ର ଏକାଗ୍ର ଚିତ୍ତରେ ଈଶ୍ବରଙ୍କ ସେବା କରୁଅଛନ୍ତି। ହେ ରାଜନ, ସେହି ପ୍ରତ୍ୟାଶା ହେତୁ ମୁଁ ଯିହୁଦୀମାନଙ୍କ ଦ୍ୱାରା ଅଭିଯୁକ୍ତ ହେଉଅଛି।
8 Zakaj bi vam bila neverjetna misel, da bi Bog obujal mrtve?
ଈଶ୍ବର ଯେ ମୃତମାନଙ୍କୁ ଉଠାନ୍ତି, ତାହା କାହିଁକି ଆପଣମାନଙ୍କ ବିଚାରରେ ଅବିଶ୍ୱସ୍ତ ବୋଲି ବୋଧ ହୁଏ?
9 Jaz sem sam pri sebi resnično mislil, da moram mnoge stvari narediti nasprotno imenu Jezusa Nazarečana.
ନାଜରିତୀୟ ଯୀଶୁଙ୍କ ନାମ ବିରୁଦ୍ଧରେ ମୋହର ଅନେକ କାର୍ଯ୍ୟ କରିବା ଯେ କର୍ତ୍ତବ୍ୟ ଏହା ମୁଁ ନିଜେ ମନେ କରିଥିଲି।
10 Kar sem tudi počel v Jeruzalemu. In mnoge izmed svetih sem zapiral v ječo, ker sem prejel oblast od visokih duhovnikov. In ko so jih morili, sem dajal svoj glas zoper nje.
ଆଉ, ଯିରୂଶାଲମ ସହରରେ ମୁଁ ଏହା ମଧ୍ୟ କରିଥିଲି, ପ୍ରଧାନ ଯାଜକମାନଙ୍କଠାରୁ କ୍ଷମତା ପ୍ରାପ୍ତ ହୋଇ ସାଧୁମାନଙ୍କ ମଧ୍ୟରୁ ଅନେକଙ୍କୁ କାରାଗାରରେ ବନ୍ଦ କରିଥିଲି, ପୁଣି, ସେମାନଙ୍କ ପ୍ରାଣଦଣ୍ଡ ସମୟରେ ମୁଁ ମଧ୍ୟ ସେମାନଙ୍କ ବିରୁଦ୍ଧରେ ମୋହର ମତ ଦେଇଥିଲି,
11 In pogosto sem jih v vsaki sinagogi kaznoval ter jih silil k bogokletju in zoper njih sem bil silno besen. Preganjal sem jih celó v tujih mestih.
ଆଉ ସମସ୍ତ ସମାଜଗୃହରେ ଥରକୁଥର ସେମାନଙ୍କୁ ଶାସ୍ତି ଦେଇ ଯୀଶୁଙ୍କ ନିନ୍ଦା କରିବା ନିମନ୍ତେ ସେମାନଙ୍କୁ ବାଧ୍ୟ କରୁଥିଲି, ପୁଣି, ସେମାନଙ୍କ ବିରୁଦ୍ଧରେ ଅତ୍ୟନ୍ତ ଉନ୍ନତ ହୋଇ ବିଦେଶୀୟ ନଗରଗୁଡ଼ିକ ପର୍ଯ୍ୟନ୍ତ ସୁଧା ସେମାନଙ୍କୁ ତାଡ଼ନା କରୁଥିଲି।
12 Nakar, ko sem odšel v Damask, z oblastjo in pooblastilom od visokih duhovnikov,
ଏହି ଉଦ୍ଦେଶ୍ୟରେ ପ୍ରଧାନ ଯାଜକମାନଙ୍କଠାରୁ କ୍ଷମତା ଓ ଆଦେଶପତ୍ର ଘେନି ଦମ୍ମେଶକକୁ ଯାଉଥିବା ସମୟରେ,
13 sem sredi dneva, oh kralj, na poti videl svetlobo z neba, nad sijajem sonca, ki je svetilo naokoli mene in teh, ki so potovali z menoj.
ହେ ରାଜନ, ମଧ୍ୟାହ୍ନ କାଳରେ ପଥ ମଧ୍ୟରେ ଆକାଶରୁ ସୂର୍ଯ୍ୟଠାରୁ ଅଧିକ ତେଜୋମୟ ଆଲୋକ ମୋହର ଓ ମୋʼ ସହଯାତ୍ରୀମାନଙ୍କ ଚତୁଃଦିଗରେ ପ୍ରକାଶମାନ ହେବାର ଦେଖିଲି।
14 In ko smo vsi popadali na zemljo, sem zaslišal glas, ki mi je spregovoril in v hebrejskem jeziku rekel: ›Savel, Savel, zakaj me preganjaš? Zate je to težko, da se upiraš bodicam.‹
ଆମ୍ଭେମାନେ ସମସ୍ତେ ଭୂମିରେ ପଡ଼ିଯାଆନ୍ତେ, ମୁଁ ଏବ୍ରୀ ଭାଷାରେ ମୋ ପ୍ରତି ଏହି ବାଣୀ ଶୁଣିଲି, “ଶାଉଲ, ଶାଉଲ, କାହିଁକି ଆମ୍ଭକୁ ତାଡ଼ନା କରୁଅଛ? ପାଞ୍ଚଣ କଣ୍ଟାମୁନରେ ଗୋଇଠା ମାରିବା ତୁମ୍ଭ ପକ୍ଷରେ କଷ୍ଟକର।”
15 In rekel sem: ›Kdo si ti, Gospod?‹ In rekel je: ›Jaz sem Jezus, ki ga ti preganjaš.
ସେଥିରେ ମୁଁ କହିଲି, ପ୍ରଭୁ, ଆପଣ କିଏ? ତେଣୁ ପ୍ରଭୁ କହିଲେ “ଯେଉଁ ଯୀଶୁଙ୍କୁ ତୁମ୍ଭେ ତାଡ଼ନା କରୁଅଛ, ଆମ୍ଭେ ସେହି।
16 Toda vstani in stopi na svoja stopala, kajti prikazal sem se ti zaradi tega namena, da te naredim za služabnika in pričo tako o teh stvareh, ki si jih videl, kakor o teh stvareh, v katerih se ti bom prikazal,
କିନ୍ତୁ ଉଠ, ପାଦରେ ଭରା ଦେଇ ଠିଆ ହୁଅ, କାରଣ ଆମ୍ଭେ ତୁମ୍ଭକୁ ଆମ୍ଭର ସେବକ, ଆଉ ତୁମ୍ଭେ ଆମ୍ଭର ଯେଉଁ ଯେଉଁ ଦର୍ଶନ ପାଇଅଛ ଓ ପାଇବ, ସେହି ସମସ୍ତ ବିଷୟର ସାକ୍ଷୀସ୍ୱରୂପେ ମନୋନୀତ କରିବା ଉଦ୍ଦେଶ୍ୟରେ ତୁମ୍ଭକୁ ଦର୍ଶନ ଦେଇଅଛୁ।
17 in te reševal pred ljudmi ter pred pogani, h katerim te sedaj pošiljam,
ସ୍ୱଜାତି ଓ ଅଣଯିହୁଦୀମାନେ ଯେପରି ଅନ୍ଧକାରରୁ ଆଲୋକ ପ୍ରତି ଓ ଶୟତାନର ଶକ୍ତିରୁ ଈଶ୍ବରଙ୍କ ପ୍ରତି ଫେରନ୍ତି, ପୁଣି, ପାପ କ୍ଷମା ଓ ଆମ୍ଭଠାରେ ବିଶ୍ୱାସ ଦ୍ୱାରା ପବିତ୍ରୀକୃତ ଲୋକମାନଙ୍କ ମଧ୍ୟରେ ଅଧିକାରପ୍ରାପ୍ତ ହୁଅନ୍ତି,
18 da odpreš njihove oči in da jih obrneš od teme k svetlobi in od Satanove oblasti k Bogu, da bi lahko prejeli odpuščanje grehov in dediščino med temi, ki so posvečeni po veri, ki je v meni.‹
ସେଥିପାଇଁ ସେମାନଙ୍କ ଚକ୍ଷୁ ଉନ୍ମୋଚନ କରିବା ନିମନ୍ତେ ଆମ୍ଭେ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଉଅଛୁ, ଆଉ ଆମ୍ଭେ ତୁମ୍ଭକୁ ସେମାନଙ୍କଠାରୁ ରକ୍ଷା କରିବୁ।”
19 Nakar, oh kralj Agripa, nisem bil neposlušen nebeškemu videnju,
ଅତଏବ, ହେ ରାଜନ ଆଗ୍ରିପ୍ପା ମୁଁ ସେହି ସ୍ୱର୍ଗୀୟ ଦର୍ଶନର ଅବାଧ୍ୟ ହେଲି ନାହିଁ,
20 temveč sem se najprej pokazal tem iz Damaska in v Jeruzalemu in po vseh celotnih krajih Judeje in potem poganom, da bi se pokesali in se obrnili k Bogu in opravljali dela, primerna kesanju.
କିନ୍ତୁ ପ୍ରଥମେ ଦମ୍ମେଶକର ଓ ଯିରୂଶାଲମ ସହରର ଲୋକମାନଙ୍କ ନିକଟରେ, ପରେ ଯିହୂଦିୟା ପ୍ରଦେଶର ସମସ୍ତ ଅଞ୍ଚଳରେ, ପୁଣି, ଅଣଯିହୁଦୀମାନଙ୍କ ନିକଟରେ ମଧ୍ୟ ପ୍ରଚାର କରିବାକୁ ଲାଗିଲି, ଯେପରି ସେମାନେ ମନ-ପରିବର୍ତ୍ତନ କରି ଈଶ୍ବରଙ୍କ ପ୍ରତି ଫେରିଆସନ୍ତି ଓ ମନ-ପରିବର୍ତ୍ତନର ଉପଯୁକ୍ତ କାର୍ଯ୍ୟ କରନ୍ତି।
21 Zaradi teh razlogov so me v templju Judje zgrabili in me poskušali ubiti.
ଏହି କାରଣରୁ କେତେକ ଯିହୁଦୀମାନେ ମନ୍ଦିର ମଧ୍ୟରେ ମୋତେ ଧରି ବଧ କରିବାକୁ ଚେଷ୍ଟା କରୁଥିଲେ।
22 Ker sem torej dobil pomoč od Boga, sem nadaljeval do današnjega dne in pričeval tako malim kakor velikim in nisem govoril nobenih drugih besed kakor te, ki so jih govorili preroki in Mojzes, da naj bi se zgodile,
ଅତଏବ, ଈଶ୍ବରଙ୍କଠାରୁ ସାହାଯ୍ୟ ପ୍ରାପ୍ତ ହୋଇ ମୁଁ ଆଜି ପର୍ଯ୍ୟନ୍ତ “କ୍ଷୁଦ୍ର ଓ ମହାନ” ସମସ୍ତଙ୍କ ନିକଟରେ ସାକ୍ଷ୍ୟ ଦେଇ ଆସୁଅଛି, ପୁଣି, ଭାବବାଦୀମାନେ ଓ ମୋଶା ଯାହା ଯାହା ଘଟିବ ବୋଲି କହିଅଛନ୍ତି, ସେହିସବୁ ଛଡ଼ା ଆଉ କିଛି କହୁ ନାହିଁ,
23 da naj bi Kristus trpel in da naj bi bil on prvi, ki bi vstal od mrtvih in bi naznanil svetlobo ljudem ter poganom.«
ଅର୍ଥାତ୍‍ ଖ୍ରୀଷ୍ଟ ନିଶ୍ଚୟ ଦୁଃଖଭୋଗ କରି ପୁଣି, ପ୍ରଥମେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥିତ ହୋଇ ସ୍ୱଜାତି ଓ ଅଣଯିହୁଦୀମାନଙ୍କ ନିକଟରେ ଆଲୋକ ପ୍ରକାଶ କରିବେ।
24 In ko se je tako zagovarjal, je Fest z močnim glasom rekel: »Pavel, izgubil si pamet. Mnogo učenja te je naredilo norega.«
ଏହି ପ୍ରକାରେ ସେ ଅାତ୍ମପକ୍ଷ ସମର୍ଥନ କରୁଥିବା ସମୟରେ ଫେଷ୍ଟସ୍ ଉଚ୍ଚସ୍ୱରରେ କହିଲେ, ପାଉଲ, ତୁମ୍ଭେ ପାଗଳ; ବହୁ ବିଦ୍ୟା ତୁମ୍ଭକୁ ପାଗଳ କରୁଅଛି।
25 Vendar je ta odvrnil: »Nisem zmešan, najplemenitejši Fest, temveč govorim besede resnice in treznosti.
କିନ୍ତୁ ପାଉଲ କହିଲେ, ହେ ମହାମହିମ ଫେଷ୍ଟସ୍, ମୁଁ ପାଗଳ ନୁହେଁ, ମାତ୍ର ସତ୍ୟ ଓ ସ୍ଥିର ବୁଦ୍ଧିର ବାକ୍ୟ ବ୍ୟକ୍ତ କରୁଅଛି।
26 Kajti kralj, pred katerim tudi sam pogumno govorim, ve o teh stvareh, kajti prepričan sem, da nobena teh stvari pred njim ni skrita, kajti ta stvar se ni zgodila v zakotju.
ରାଜା ତ ଏସମସ୍ତ ବିଷୟ ଜାଣନ୍ତି, ଆଉ ମୁଁ ତାହାଙ୍କ ଛାମୁରେ ମଧ୍ୟ ସାହସରେ କଥା କହୁଅଛି, କାରଣ ଏହି ସମସ୍ତ ବିଷୟର କୌଣସି କଥା ତାଙ୍କର ଅଜଣା ନାହିଁ ବୋଲି ମୋହର ବିଶ୍ୱାସ; ଏହା ତ ଗୋପନରେ କରା ହୋଇ ନାହିଁ।
27 Kralj Agripa, verjameš prerokom? Vem, da verjameš.«
ହେ ରାଜନ ଆଗ୍ରିପ୍ପା, ଆପଣ କଅଣ ଭାବବାଦୀମାନଙ୍କୁ ବିଶ୍ୱାସ କରନ୍ତି? ଆପଣ ବିଶ୍ୱାସ କରନ୍ତି ବୋଲି ମୁଁ ଜାଣେ।
28 Potem je Agripa rekel Pavlu: »Skoraj me pregovoriš, da postanem kristjan.«
ସେଥିରେ ଆଗ୍ରିପ୍ପା ପାଉଲଙ୍କୁ କହିଲେ, ଅଳ୍ପ କଥାରେ ତ ତୁମ୍ଭେ ଆମ୍ଭକୁ ଖ୍ରୀଷ୍ଟିୟାନ କରିପାର ବୋଲି ମନେ କରୁଅଛ।
29 In Pavel je rekel: »Bog daj, da ne bi bil samo ti, temveč tudi vsi, ki so me danes slišali, tako skoraj, kakor povsem tako kakor jaz, toda brez teh vezi.«
ପାଉଲ କହିଲେ, ଅଳ୍ପରେ ହେଉ କି ବହୁତରେ ହେଉ, କେବଳ ଆପଣ ନୁହଁନ୍ତି, ମାତ୍ର ଯେତେ ଲୋକ ଆଜି ମୋହର କଥା ଶୁଣୁଅଛନ୍ତି, ଯେପରି ସେମାନେ ସମସ୍ତେ ସୁଦ୍ଧା ଏହି ବନ୍ଧନ ବିନା ମୋହରି ପରି ହୁଅନ୍ତି, ଏହା ମୁଁ ଈଶ୍ବରଙ୍କ ନିକଟରେ ପ୍ରାର୍ଥନା କରୁଅଛି।
30 In ko je tako govoril, so vstali kralj in voditelj in Bereníka in vsi, ki so sedeli z njimi.
ସେଥିରେ ରାଜା, ଶାସନକର୍ତ୍ତା, ବର୍ଣ୍ଣୀକୀ ଓ ସେମାନଙ୍କ ସହିତ ବସିଥିବା ବ୍ୟକ୍ତିମାନେ ଉଠିଯାଇ,
31 In ko so odšli proč, so se med seboj pogovarjali, rekoč: »Ta človek ne dela nič vrednega smrti ali ujetništva.«
ଅନ୍ତର ହୋଇ ପରସ୍ପର କଥାବାର୍ତ୍ତା କରୁ କରୁ କହିଲେ, ଏହି ଲୋକ ମୃତ୍ୟୁ କି ବନ୍ଧନ ଯୋଗ୍ୟ କୌଣସି କର୍ମ କରି ନାହିଁ।
32 Potem je Agripa rekel Festu: »Tega človeka bi lahko izpustili na prostost, če se ne bi skliceval na cesarja.«
ଆଉ ଆଗ୍ରିପ୍ପା ଫେଷ୍ଟସ୍‌ଙ୍କୁ କହିଲେ, ଏହି ଲୋକ ଯଦି କାଇସରଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରି ନ ଥାଆନ୍ତା, ତେବେ ମୁକ୍ତ କରାଯାଇ ପାରିଥାଆନ୍ତା।

< Apostolska dela 26 >