< 1 Samweli 17 >

1 Wakati huu Wafilisti wakakusanya majeshi yao kwa ajili ya vita, nao wakakusanyika huko Soko katika Yuda. Wakapiga kambi huko Efes-Damimu, kati ya Soko na Azeka.
ଏଥିଉତ୍ତାରେ ପଲେଷ୍ଟୀୟମାନେ ଯୁଦ୍ଧ କରିବାକୁ ଆପଣାମାନଙ୍କ ସୈନ୍ୟସାମନ୍ତ ସଂଗ୍ରହ କଲେ, ଆଉ ସେମାନେ ଯିହୁଦାର ଅଧିକାରସ୍ଥ ସୋଖୋରେ ସଂଗୃହୀତ ହୋଇ ସୋଖୋ ଓ ଅସେକା ମଧ୍ୟରେ ଏଫସ୍‍-ଦମ୍ମୀମରେ ଛାଉଣି ସ୍ଥାପନ କଲେ।
2 Sauli na Waisraeli wakakusanyika na kupiga kambi katika Bonde la Ela na kupanga jeshi ili kupigana vita na Wafilisti.
ପୁଣି, ଶାଉଲ ଓ ଇସ୍ରାଏଲ ଲୋକମାନେ ସଂଗୃହୀତ ହୋଇ ଏଲା ତଳଭୂମିରେ ଛାଉଣି ସ୍ଥାପନ କଲେ ଓ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ସୈନ୍ୟ ସଜାଇଲେ।
3 Wafilisti wakawa katika kilima kimoja na Waisraeli katika kilima kingine, hilo bonde likiwa kati yao.
ତହିଁରେ ପଲେଷ୍ଟୀୟମାନେ ପର୍ବତର ଏକ ଦିଗରେ ଓ ଇସ୍ରାଏଲୀୟମାନେ ପର୍ବତର ଅନ୍ୟ ଦିଗରେ ଠିଆ ହେଲେ; ପୁଣି, ଉଭୟଙ୍କ ମଧ୍ୟରେ ଉପତ୍ୟକା ଥିଲା।
4 Shujaa aliyeitwa Goliathi, aliyetoka Gathi, akajitokeza kutoka kambi ya Wafilisti. Alikuwa na urefu dhiraa sita na shibiri moja.
ଏଥିରେ ଗାଥ୍‍ ନିବାସୀ ଗଲୀୟାତ ନାମକ ଏକ ମଲ୍ଲଯୋଦ୍ଧା ପଲେଷ୍ଟୀୟମାନଙ୍କ ଛାଉଣିରୁ ବାହାର ହେଲା, ସେ ସାଢ଼େ ଛଅ ହାତ ଉଚ୍ଚ।
5 Alikuwa na chapeo ya shaba kichwani mwake, na alivaa dirii ya shaba kifuani mwake yenye uzito wa shekeli elfu tano.
ପୁଣି, ତାହାର ମସ୍ତକରେ ପିତ୍ତଳର ଟୋପର ଥିଲା ଓ ସେ ମାଛକାତି ତୁଲ୍ୟ ସାଞ୍ଜୁଆରେ ସଜ୍ଜିତ ଥିଲା ଓ ସେହି ସାଞ୍ଜୁଆ ପାଞ୍ଚ ସହସ୍ର ଶେକଲ ପରିମିତ ପିତ୍ତଳର ଥିଲା।
6 Miguuni mwake alivaa mabamba ya shaba, na alikuwa na mkuki wa shaba mgongoni mwake.
ତାହାର ପାଦ ପିତ୍ତଳ-ପତ୍ରରେ ଆବୃତ ଓ ତାହାର କାନ୍ଧରେ ପିତ୍ତଳର ଶଲ୍ୟ ଥିଲା।
7 Mpini wa huo mkuki ulikuwa kama mti wa mfumaji, na ncha ya chuma yake ilikuwa na uzito wa shekeli mia sita. Mbeba ngao wake alitangulia mbele yake.
ତାହାର ବର୍ଚ୍ଛାର ଦଣ୍ଡ ତନ୍ତୀର ନରାଜ ତୁଲ୍ୟ ଓ ତାହାର ବର୍ଚ୍ଛାର ଫଳକର ପରିମାଣ ଛଅ ଶହ ଶେକଲ ଲୁହା ଥିଲା; ପୁଣି, ତାହା ଆଗେ ଆଗେ ତାହାର ଢାଲବାହକ ଚାଲିଲା।
8 Goliathi alisimama na kuwapigia kelele majeshi ya Israeli, akisema, “Kwa nini mmetoka kupanga vita? Je, mimi si Mfilisti, na ninyi ni watumishi wa Sauli? Chagueni mtu na anishukie mimi.
ଆଉ ସେ ଛିଡ଼ା ହୋଇ ଇସ୍ରାଏଲର ସୈନ୍ୟଶ୍ରେଣୀ ଆଡ଼େ ଡାକି ସେମାନଙ୍କୁ କହିଲା, “ତୁମ୍ଭେମାନେ କାହିଁକି ଯୁଦ୍ଧ ସାଜିବା ପାଇଁ ବାହାର ହୋଇ ଆସିଅଛ? ମୁଁ କି ସେହି ପଲେଷ୍ଟୀୟ ଲୋକ ନୁହେଁ? ଓ ତୁମ୍ଭେମାନେ କି ଶାଉଲର ଦାସ ନୁହଁ? ତୁମ୍ଭେମାନେ ଆପଣାମାନଙ୍କ ପାଇଁ ଜଣେ ଲୋକ ମନୋନୀତ କର ଓ ସେ ମୋହର କତିକି ଓହ୍ଲାଇ ଆସୁ।
9 Kama anaweza kupigana nami na kuniua, tutakuwa chini yenu; lakini kama nikimshinda na kumuua, ninyi mtakuwa chini yetu na mtatutumikia.”
ସେ ଯେବେ ମୋʼ ସଙ୍ଗେ ଯୁଦ୍ଧ କରି ପାରିବ ଓ ମୋତେ ବଧ କରିବ, ତେବେ ଆମ୍ଭେମାନେ ତୁମ୍ଭମାନଙ୍କର ଦାସ ହେବୁ; ମାତ୍ର ଯେବେ ମୁଁ ତାହାକୁ ପାରିବି ଓ ବଧ କରିବି, ତେବେ ତୁମ୍ଭେମାନେ ଆମ୍ଭମାନଙ୍କର ଦାସ ହେବ ଓ ଆମ୍ଭମାନଙ୍କର ଦାସ୍ୟକର୍ମ କରିବ।”
10 Kisha yule Mfilisti akasema, “Siku hii ya leo nayatukana majeshi ya Israeli! Nipeni mtu tupigane.”
ଆହୁରି ସେ ପଲେଷ୍ଟୀୟ କହିଲା, “ଆଜି ମୁଁ ଇସ୍ରାଏଲର ସୈନ୍ୟଶ୍ରେଣୀକୁ ତୁଚ୍ଛ କରୁଅଛି; ମୋତେ ଜଣେ ଲୋକ ଦିଅ, ଆମ୍ଭେମାନେ ପରସ୍ପର ଯୁଦ୍ଧ କରିବୁ।”
11 Kwa kusikia maneno ya Wafilisti, Sauli na Waisraeli wote wakafadhaika na kuogopa.
ପୁଣି, ଶାଉଲ ଓ ସମୁଦାୟ ଇସ୍ରାଏଲ ସେହି ପଲେଷ୍ଟୀୟର ଏହି ସକଳ କଥା ଶୁଣନ୍ତେ, ସେମାନେ ହତାଶ ହେଲେ ଓ ଅତିଶୟ ଭୟ କଲେ।
12 Basi Daudi alikuwa mwana wa Mwefrathi jina lake Yese aliyekuwa ametoka Bethlehemu ya Yuda. Yese alikuwa na wana wanane, naye wakati wa Sauli alikuwa mzee tena wa umri mkubwa.
ଦାଉଦ ବେଥଲିହିମ ଯିହୁଦା ନିବାସୀ ଏକ ଇଫ୍ରାଥୀୟ ପୁରୁଷର ପୁତ୍ର ଥିଲେ, ତାହାର ନାମ ଯିଶୀ; ତାହାର ଆଠ ପୁତ୍ର ଥିଲେ; ପୁଣି, ଶାଉଲଙ୍କ ସମୟରେ ସେ ପୁରୁଷ ବୃଦ୍ଧ ଓ ଲୋକମାନଙ୍କ ମଧ୍ୟରେ ଗତବୟସ୍କ ବୋଲି ଗଣିତ ଥିଲା।
13 Wana wakubwa watatu wa Yese walikuwa wamefuatana na Sauli vitani: Mzaliwa wa kwanza alikuwa Eliabu, wa pili Abinadabu, na wa tatu Shama.
ଯିଶୀର ତିନି ବଡ଼ ପୁତ୍ର ଶାଉଲଙ୍କର ପଶ୍ଚାତ୍‍ ଯୁଦ୍ଧକୁ ଯାଇଥିଲେ; ପୁଣି, ଯୁଦ୍ଧକୁ ଯାଇଥିବା ତାହାର ତିନି ପୁତ୍ର ମଧ୍ୟରେ ଜ୍ୟେଷ୍ଠର ନାମ ଇଲୀୟାବ୍‍ ଓ ଦ୍ୱିତୀୟର ନାମ ଅବୀନାଦବ ଓ ତୃତୀୟର ନାମ ଶମ୍ମ, ଆଉ ଦାଉଦ କନିଷ୍ଠ ଥିଲେ।
14 Daudi ndiye alikuwa mdogo wa wote. Hao wakubwa watatu wakamfuata Sauli,
କେବଳ ବଡ଼ ତିନି ଜଣ ଶାଉଲଙ୍କର ଅନୁଗାମୀ ହୋଇଥିଲେ।
15 lakini Daudi alikuwa akienda kwa Sauli na kurudi ili kuchunga kondoo wa baba yake huko Bethlehemu.
ମାତ୍ର ଦାଉଦ ଆପଣା ପିତାର ମେଷପଲ ଚରାଇବା ନିମନ୍ତେ ଶାଉଲଙ୍କ ନିକଟରୁ ବେଥଲିହିମକୁ ଯାʼଆସ କରୁଥାଆନ୍ତି।
16 Kwa siku arobaini huyo Mfilisti alikuwa akija mbele kila siku asubuhi na jioni na kujionyesha.
ପୁଣି, ସେହି ପଲେଷ୍ଟୀୟ ଲୋକ ଚାଳିଶ ଦିନ ପର୍ଯ୍ୟନ୍ତ ପ୍ରାତଃକାଳରେ ଓ ସନ୍ଧ୍ୟାକାଳରେ ନିକଟକୁ ଆସି ଆପଣାକୁ ଦେଖାଉଥାଏ।
17 Wakati huo Yese akamwambia mwanawe Daudi, “Chukua hii efa ya bisi na hii mikate kumi kwa ajili ya ndugu zako uwapelekee upesi kambini mwao.
ଏହି ସମୟରେ ଯିଶୀ ଆପଣାର ପୁତ୍ର ଦାଉଦଙ୍କୁ କହିଲା, “ଆପଣା ଭାଇମାନଙ୍କ ପାଇଁ ଏହି ଭଜାଶସ୍ୟରୁ ଏକ ଐଫା ଓ ଏହି ଦଶଟା ରୁଟି ନିଅ ଓ ଛାଉଣିକୁ ଆପଣା ଭାଇମାନଙ୍କ ନିକଟକୁ ଶୀଘ୍ର ଘେନିଯାଅ।
18 Chukua pamoja na hizi jibini kumi kwa jemadari wa kikosi chao. Ujue hali ya ndugu zako na uniletee taarifa za uhakika kutoka kwao.
ପୁଣି, ଏହି ଦଶ ଖଣ୍ଡ ଛେନାଚକ୍ତି ସେମାନଙ୍କର ସହସ୍ରପତି ନିକଟକୁ ଘେନିଯାଅ ଓ ତୁମ୍ଭ ଭାଇମାନଙ୍କର କୁଶଳବାର୍ତ୍ତା ପଚାରି ସେମାନଙ୍କର କୌଣସି ଚିହ୍ନ ଆଣ।
19 Wao wako pamoja na Sauli na watu wote wa Israeli huko kwenye Bonde la Ela, wakipigana na Wafilisti.”
ଏହି ସମୟରେ ଶାଉଲ ଓ ସେମାନେ ଓ ସମସ୍ତ ଇସ୍ରାଏଲ ଲୋକ ଏଲା ତଳଭୂମିରେ ଥାଇ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କରୁଥିଲେ।”
20 Asubuhi na mapema Daudi akaondoka, akaliacha kundi la kondoo pamoja na mchungaji, akapakia vitu vile na kuondoka, kama vile Yese alivyokuwa amemwagiza. Akafika kambini wakati jeshi lilikuwa likitoka kwenda kwenye sehemu yake ya kupigania, huku wakipiga kelele za vita.
ଏଉତ୍ତାରେ ଦାଉଦ ପ୍ରଭାତରେ ଉଠି ଜଣେ ରଖୁଆଳ ହସ୍ତରେ ମେଷପଲ ଛାଡ଼ି ଯିଶୀର ଆଜ୍ଞାନୁସାରେ ସେସବୁ ଦ୍ରବ୍ୟ ନେଇ ଗମନ କଲେ; ପୁଣି, ସୈନ୍ୟଗଣ ବାହାରି ଯୁଦ୍ଧ ନିମନ୍ତେ ମହାନାଦ କରିବା ସମୟରେ ସେ ଶଗଡ଼ବନ୍ଦି ସ୍ଥାନରେ ଉପସ୍ଥିତ ହେଲେ।
21 Israeli na Wafilisti walikuwa wakipanga safu zao wakitazamana.
ତହୁଁ ଇସ୍ରାଏଲ ଓ ପଲେଷ୍ଟୀୟମାନେ ଯୁଦ୍ଧ ସଜାଇଲେ ଓ ସୈନ୍ୟଶ୍ରେଣୀ ପରସ୍ପର ସମ୍ମୁଖାସମ୍ମୁଖୀ ହେଲେ।
22 Daudi akaacha vile vitu vyake kwa mtunza vifaa, akakimbilia katika safu za vita na kuwasalimu ndugu zake.
ପୁଣି, ଦାଉଦ ସାମଗ୍ରୀରକ୍ଷକ ହସ୍ତରେ ଆପଣା ସାମଗ୍ରୀ ରଖି ସୈନ୍ୟଶ୍ରେଣୀ ମଧ୍ୟକୁ ଦୌଡ଼ିଆସି ଆପଣା ଭାଇମାନଙ୍କୁ କୁଶଳବାର୍ତ୍ତା ପଚାରିଲା।
23 Alipokuwa akisema nao, Goliathi, yule Mfilisti shujaa kutoka Gathi, akajitokeza mbele ya safu zake na kupiga ile kelele yake ya kawaida ya matukano, naye Daudi akayasikia.
ସେ ସେମାନଙ୍କ ସଙ୍ଗେ କଥାବାର୍ତ୍ତା କରୁଥିବା ସମୟରେ, ଦେଖ, ଗାଥ୍‍ ନିବାସୀ ପଲେଷ୍ଟୀୟ ଗଲୀୟାତ ନାମକ ମଲ୍ଲଯୋଦ୍ଧା ପଲେଷ୍ଟୀୟ ସୈନ୍ୟଶ୍ରେଣୀ ମଧ୍ୟରୁ ଉଠି ଆସି ପୂର୍ବ ପରି କଥା କହିଲା; ପୁଣି, ଦାଉଦ ତାହା ଶୁଣିଲେ।
24 Waisraeli walipomwona yule mtu, wote wakamkimbia kwa woga mkuu.
ମାତ୍ର ଇସ୍ରାଏଲ ଲୋକ ସମସ୍ତେ ସେହି ପୁରୁଷକୁ ଦେଖି ତାହା ସମ୍ମୁଖରୁ ପଳାଇଲେ ଓ ଅତିଶୟ ଭୀତ ହେଲେ।
25 Basi Waisraeli walikuwa wakisema, “Je, mnaona jinsi mtu huyu anavyoendelea kujitokeza. Hujitokeza ili kutukana Israeli. Mfalme atatoa utajiri mwingi kwa yule mtu atakayemuua. Pia atamwoza binti yake na atasamehe jamaa ya baba yake kulipa kodi katika Israeli.”
ତହୁଁ ଇସ୍ରାଏଲ ଲୋକମାନେ କହିଲେ, “ଏହି ଯେ ଲୋକ ଉଠି ଆସିଅଛି, ଏହାକୁ କʼଣ ତୁମ୍ଭେମାନେ ଦେଖିଲ? ନିଶ୍ଚୟ ଇସ୍ରାଏଲକୁ ତୁଚ୍ଛ କରିବା ପାଇଁ ସେ ଉଠି ଆସିଅଛି; ପୁଣି, ଏହାକୁ ଯେଉଁ ଲୋକ ବଧ କରିବ, ରାଜା ତାହାକୁ ବହୁତ ଧନରେ ଧନବାନ କରିବେ ଓ ତାହାକୁ ଆପଣା କନ୍ୟା ଦେବେ, ଆଉ ଇସ୍ରାଏଲ ମଧ୍ୟରେ ତାହାର ପିତୃଗୃହକୁ କରମୁକ୍ତ କରିବେ।”
26 Daudi akauliza watu waliokuwa wamesimama karibu naye, “Je, atafanyiwa nini mtu atakayemuua huyu Mfilisti na kuondoa aibu hii katika Israeli? Ni nani huyu Mfilisti asiyetahiriwa hata atukane majeshi ya Mungu aliye hai?”
ସେତେବେଳେ ଦାଉଦ ଆପଣା ନିକଟରେ ଠିଆ ହୋଇଥିବା ଲୋକମାନଙ୍କୁ ପଚାରିଲେ, “ଯେଉଁ ଜନ ଏହି ପଲେଷ୍ଟୀୟକୁ ବଧ କରି ଇସ୍ରାଏଲର ଅପମାନ ଦୂର କରିବ, ତାହା ପ୍ରତି କʼଣ କରାଯିବ? କାରଣ, ଏହି ଅସୁନ୍ନତ ପଲେଷ୍ଟୀୟ କିଏ ଯେ, ସେ ଜୀବିତ ପରମେଶ୍ୱରଙ୍କ ସୈନ୍ୟଶ୍ରେଣୀକୁ ତୁଚ୍ଛ କରିବ?”
27 Wakarudia yale yaliyokuwa yamesemwa na kumwambia kuwa, “Hili ndilo atakalotendewa mtu yule atakayemuua.”
ତହିଁରେ ଲୋକମାନେ ପୂର୍ବ ପରି ଉତ୍ତର ଦେଇ କହିଲେ, ଯେ ତାହାକୁ ବଧ କରିବ, ତାହା ପ୍ରତି ଉପରୋକ୍ତ ପ୍ରକାରେ କରାଯିବ।
28 Eliabu nduguye mkubwa Daudi alipomsikia akizungumza na watu hasira ikawaka juu yake akamuuliza, “Kwa nini umeteremka kuja hapa? Nao wale kondoo wachache kule nyikani umewaacha na nani? Ninajua jinsi ulivyo na kiburi na jinsi moyo wako ulivyo mwovu; umekuja hapa kutazama vita tu.”
ସେ ଲୋକମାନଙ୍କୁ କହିବା ବେଳେ ତାଙ୍କର ଜ୍ୟେଷ୍ଠ ଭ୍ରାତା ଇଲୀୟାବ୍‍ ଶୁଣିଲା; ତହିଁରେ ଇଲୀୟାବ୍‍ର କ୍ରୋଧ ଦାଉଦଙ୍କ ଉପରେ ପ୍ରଜ୍ୱଳିତ ହେଲା, ଆଉ ସେ କହିଲା, “ତୁ କାହିଁକି ଏଠିକି ଆସିଲୁ? ପ୍ରାନ୍ତରରେ ତୁ ସେ ମେଣ୍ଢା କେତୋଟି କାହା ପାଖରେ ଛାଡ଼ିଲୁ? ମୁଁ ତୋʼ ଗର୍ବ ଓ ତୋʼ ମନର ଦୁଷ୍ଟତା ଜାଣେ; କାରଣ ତୁ ଯୁଦ୍ଧ ଦେଖିବା ପାଇଁ ଆସିଅଛୁ।”
29 Daudi akasema, “Sasa nimefanya nini? Je, siwezi hata kuongea.”
ଏଥିରେ ଦାଉଦ କହିଲେ, “ମୁଁ ଏବେ କଅଣ କଲି? ଏଥିରେ କି କୌଣସି କାରଣ ନାହିଁ?”
30 Daudi akamgeukia mtu mwingine na kumuuliza jambo lilo hilo, nao watu wakamjibu vilevile kama mwanzo.
ପୁଣି, ସେ ତାହା ପାଖରୁ ଫେରି ଅନ୍ୟ ଲୋକ ଆଡ଼କୁ ଗଲେ ଓ ପୂର୍ବ ପରି କହିଲେ; ତହିଁରେ ଲୋକମାନେ ପୁନର୍ବାର ପୂର୍ବ ପରି ଉତ୍ତର ଦେଲେ।
31 Lile Daudi alilosema likasikiwa na kuelezwa kwa Sauli, naye Sauli akatuma aitwe.
ଦାଉଦଙ୍କର ଏହିସବୁ କଥା ଶୁଣାଯାʼନ୍ତେ, ଲୋକମାନେ ଶାଉଲଙ୍କ ସମ୍ମୁଖରେ ତାହା କହିଲେ, ତେଣୁ ସେ ତାଙ୍କୁ ଡକାଇଲେ।
32 Daudi akamwambia Sauli, “Mtu yeyote asife moyo kwa habari ya huyu Mfilisti; mtumishi wako atakwenda kupigana naye.”
ଏଥିରେ ଦାଉଦ ଶାଉଲଙ୍କୁ କହିଲେ, “ତାହା ସକାଶୁ କାହାରି ହୃଦୟ ନିରାଶ ନ ହେଉ; ଆପଣଙ୍କ ଦାସ ଯାଇ ସେହି ପଲେଷ୍ଟୀୟ ସଙ୍ଗେ ଯୁଦ୍ଧ କରିବ।”
33 Sauli akamjibu Daudi, “Wewe hutaweza kwenda kupigana dhidi ya huyu Mfilisti; wewe ni kijana tu, naye amekuwa mtu wa vita tangu ujana wake.”
ତହିଁରେ ଶାଉଲ ଦାଉଦଙ୍କୁ କହିଲେ, “ତୁମ୍ଭେ ସେହି ପଲେଷ୍ଟୀୟ ବିରୁଦ୍ଧରେ ଯାଇ ତାହା ସଙ୍ଗେ ଯୁଦ୍ଧ କରି ପାରିବ ନାହିଁ; କାରଣ ତୁମ୍ଭେ ତ ଯୁବା, ମାତ୍ର ସେ ଯୌବନାବଧି ଯୋଦ୍ଧା।”
34 Lakini Daudi akamwambia Sauli, “Mtumishi wako amekuwa akichunga kondoo wa baba yake. Wakati simba au dubu alikuja na kuchukua kondoo kutoka kundi,
ତହୁଁ ଦାଉଦ ଶାଉଲଙ୍କୁ କହିଲେ, “ଆପଣଙ୍କ ଦାସ ଆପଣା ପିତାର ମେଷ ଚରାଉଥାଏ; ପୁଣି, କୌଣସି ସମୟରେ ଗୋଟିଏ ସିଂହ କି ଗୋଟିଏ ଭାଲୁ ଆସି ପଲ ମଧ୍ୟରୁ ଛୁଆ ଘେନିଗଲେ,
35 nilifuatia, nikampiga na nikampokonya kondoo kwenye kinywa chake. Aliponigeukia, nilimkamata nywele zake, nikampiga na kumuua.
ମୁଁ ତାହା ପଛେ ଗୋଡ଼ାଇ ତାକୁ ମାରି ତାʼ ମୁଖରୁ ଛୁଆକୁ ରକ୍ଷା କରେ; ପୁଣି, ସେ ମୋʼ ଉପରକୁ ଉଠିଲେ, ମୁଁ ତାହାର ଦାଢ଼ି ଧରି ତାହାକୁ ମାରି ବଧ କରେ।
36 Mtumishi wako ameshaua simba na dubu pia; huyu Mfilisti asiyetahiriwa atakuwa kama mmoja wa hao, kwa sababu ameyatukana majeshi ya Mungu aliye hai.
ଆପଣଙ୍କ ଦାସ ସିଂହ ଓ ଭାଲୁ ଉଭୟ ବଧ କରିଅଛି; ପୁଣି, ଏହି ଅସୁନ୍ନତ ପଲେଷ୍ଟୀୟ ସେମାନଙ୍କର ଗୋଟିକ ପରି ହେବ, କାରଣ ସେ ଜୀବିତ ପରମେଶ୍ୱରଙ୍କ ସୈନ୍ୟଶ୍ରେଣୀକୁ ତୁଚ୍ଛ କରିଅଛି।”
37 Bwana ambaye aliniokoa toka katika makucha ya simba na makucha ya dubu ataniokoa kutoka mikono ya huyu Mfilisti.” Sauli akamwambia Daudi, “Nenda, naye Bwana na awe pamoja nawe.”
ଆହୁରି ଦାଉଦ କହିଲେ, “ଯେଉଁ ସଦାପ୍ରଭୁ ସିଂହ ହାତରୁ ଓ ଭାଲୁ ହାତରୁ ମୋତେ ରକ୍ଷା କରିଅଛନ୍ତି; ସେ ଏହି ପଲେଷ୍ଟୀୟ ହାତରୁ ମୋତେ ରକ୍ଷା କରିବେ।” ଏଥିରେ ଶାଉଲ ଦାଉଦଙ୍କୁ କହିଲେ, “ଯାଅ, ସଦାପ୍ରଭୁ ତୁମ୍ଭର ସଙ୍ଗୀ ହେବେ।”
38 Ndipo Sauli akamvika Daudi silaha zake mwenyewe za vita. Akamvika dirii na chapeo ya shaba kichwani mwake.
ତହୁଁ ଶାଉଲ ଦାଉଦଙ୍କୁ ଆପଣା ବସ୍ତ୍ର ପିନ୍ଧାଇ ତାଙ୍କର ମସ୍ତକରେ ପିତ୍ତଳ ଟୋପର ଦେଇ ତାଙ୍କୁ ସାଞ୍ଜୁଆ ପିନ୍ଧାଇଲେ।
39 Daudi akajifunga upanga juu ya hayo mavazi na kujaribu kutembea kwa sababu alikuwa hana uzoefu navyo. Daudi akamwambia Sauli, “Siwezi kwenda nikiwa nimevaa hivi, kwa sababu sina uzoefu navyo.” Hivyo akavivua.
ପୁଣି, ଦାଉଦ ଆପଣା ବସ୍ତ୍ର ଉପରେ ଖଡ୍ଗ ବାନ୍ଧି ଚାଲିବାକୁ ଚେଷ୍ଟା କଲେ; କାରଣ ସେ ତାହା ପରଖ କରି ନ ଥିଲେ। ଆଉ ଦାଉଦ ଶାଉଲଙ୍କୁ କହିଲେ, “ମୁଁ ଏହି ବେଶରେ ଯାଇ ନ ପାରେ, କାରଣ ମୁଁ ସେସବୁ ପରଖ କରି ନାହିଁ।” ଏଣୁ ଦାଉଦ ତାହା କାଢ଼ି ରଖିଲେ।
40 Kisha akachukua fimbo yake mkononi, akachagua mawe laini matano kutoka kwenye kijito, akayaweka kwenye kifuko ndani ya mfuko wake wa kichungaji, akiwa na kombeo yake mkononi mwake, akamkaribia yule Mfilisti.
ପୁଣି, ସେ ଆପଣା ଯଷ୍ଟି ହାତରେ ଘେନି ନଦୀରୁ ପାଞ୍ଚୋଟି ଚିକ୍କଣ ପଥର ବାଛିଲେ ଓ ଆପଣା ପାଖରେ ମେଷପାଳକର ଯେଉଁ ଝୁଲି ଥିଲା, ସେହି ଝୁଲିରେ ତାହା ରଖିଲେ; ଆଉ ସେ ହାତରେ ଆପଣା ଛାଟିଣୀ ଧରି ସେହି ପଲେଷ୍ଟୀୟ ନିକଟକୁ ଗଲେ।
41 Wakati ule ule, yule Mfilisti, akiwa na mbeba ngao wake mbele yake, akaendelea kujongea karibu na Daudi.
ଏଥିରେ ପଲେଷ୍ଟୀୟ ଅଗ୍ରସର ହୋଇ ଦାଉଦଙ୍କର ସନ୍ନିକଟ ହେଲା ଓ ତାହାର ଢାଲବାହକ ତାହାର ଆଗେ ଆଗେ ଚାଲିଲା।
42 Mfilisti akamwangalia Daudi kote na kumwona kuwa ni kijana tu, mwekundu na mzuri wa kupendeza, naye akamdharau.
ତହୁଁ ପଲେଷ୍ଟୀୟ ଚାରିଆଡ଼କୁ ଅନାଇ ଦାଉଦଙ୍କୁ ଦେଖି ତୁଚ୍ଛଜ୍ଞାନ କଲା, କାରଣ ସେ ଯୁବା ଓ ଈଷତ୍‍ ରକ୍ତବର୍ଣ୍ଣ ଓ ସୁନ୍ଦର-ବଦନ ଥିଲେ।
43 Akamwambia Daudi, “Je, mimi ni mbwa, hata unanijia na fimbo?” Yule Mfilisti akamlaani Daudi kwa miungu yake.
ପୁଣି, ସେହି ପଲେଷ୍ଟୀୟ ଦାଉଦଙ୍କୁ କହିଲା, “ମୁଁ କି କୁକ୍କୁର, ଯେ ତୁ ଯଷ୍ଟି ନେଇ ମୋʼ ପାଖକୁ ଆସିଛୁ?” ତହିଁରେ ପଲେଷ୍ଟୀୟ ଆପଣା ଦେବତାମାନଙ୍କ ନାମରେ ଦାଉଦଙ୍କୁ ଶାପ ଦେଲା।
44 Tena Mfilisti akamwambia, “Njoo hapa, nami nitawapa ndege wa angani na wanyama wa mwituni nyama yako.”
ଆଉ ସେହି ପଲେଷ୍ଟୀୟ ଦାଉଦଙ୍କୁ କହିଲା, “ମୋʼ କତିକି ଆ, ମୁଁ ତୋର ମାଂସ ଆକାଶ-ପକ୍ଷୀ ଓ ବିଲ-ପଶୁମାନଙ୍କୁ ଦେବି।”
45 Daudi akamwambia yule Mfilisti. “Wewe unanijia na upanga, mkuki na fumo, lakini mimi ninakujia kwa jina la Bwana Mwenye Nguvu Zote, Mungu wa majeshi ya Israeli, ambaye wewe umemtukana.
ତେବେ ଦାଉଦ ପଲେଷ୍ଟୀୟକୁ କହିଲେ, “ତୁମ୍ଭେ ଖଡ୍ଗ ଘେନି, ବର୍ଚ୍ଛା ଘେନି ଓ ଶଲ୍ୟ ଘେନି ମୋʼ କତିକି ଆସିଅଛ; ମାତ୍ର ତୁମ୍ଭେ ଯାହାଙ୍କୁ ତୁଚ୍ଛ କରିଅଛ, ସେହି ଇସ୍ରାଏଲ ସୈନ୍ୟଶ୍ରେଣୀର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ତୁମ୍ଭ ନିକଟକୁ ମୁଁ ଆସୁଅଛି।
46 Siku hii leo Bwana atakutia mkononi mwangu, nami nitakupiga na kukukata kichwa chako. Leo nitawapa ndege wa angani na wanyama wa nchi mizoga ya jeshi la Wafilisti, nayo dunia yote itajua kuwa yuko Mungu katika Israeli.
ଆଜି ଦିନ ସଦାପ୍ରଭୁ ତୁମ୍ଭକୁ ମୋʼ ହସ୍ତରେ ସମର୍ପି ଦେବେ; ଏଣୁ ମୁଁ ତୁମ୍ଭକୁ ଆଘାତ କରି ତୁମ୍ଭଠାରୁ ତୁମ୍ଭ ମସ୍ତକ ଅଲଗା କରିବି; ପୁଣି, ମୁଁ ଆଜି ପଲେଷ୍ଟୀୟମାନଙ୍କ ସୈନ୍ୟଗଣର ଶବ ଆକାଶ-ପକ୍ଷୀଗଣକୁ ଓ ପୃଥିବୀସ୍ଥ ବନ-ପଶୁମାନଙ୍କୁ ଦେବି; ତହିଁରେ ଇସ୍ରାଏଲ ମଧ୍ୟରେ ଏକ ପରମେଶ୍ୱର ଅଛନ୍ତି ବୋଲି ସମୁଦାୟ ଜଗତ ଜାଣିବେ।
47 Wale wote waliokusanyika hapa watajua kuwa Bwana haokoi kwa upanga wala kwa mkuki; kwa kuwa vita ni vya Bwana, naye atawatia wote mikononi mwetu.”
ଆଉ ଏହି ସମସ୍ତ ସମାଜ ଜାଣିବେ ଯେ, ସଦାପ୍ରଭୁ ଖଡ୍ଗ ଓ ବର୍ଚ୍ଛା ଦ୍ୱାରା ଉଦ୍ଧାର କରନ୍ତି ନାହିଁ; କାରଣ ଏହି ଯୁଦ୍ଧ ସଦାପ୍ରଭୁଙ୍କର ଓ ସେ ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିବେ।”
48 Yule Mfilisti aliposogea karibu ili kumshambulia, Daudi akaenda mbio kuelekea safu ya vita kukutana naye.
ଏଉତ୍ତାରେ ସେହି ପଲେଷ୍ଟୀୟ ଉଠି ଦାଉଦଙ୍କ ସଙ୍ଗେ ଭେଟିବାକୁ ଆସି ନିକଟବର୍ତ୍ତୀ ହୁଅନ୍ତେ, ଦାଉଦ ଶୀଘ୍ର ସେହି ପଲେଷ୍ଟୀୟ ସହିତ ଭେଟିବାକୁ ସୈନ୍ୟଶ୍ରେଣୀ ଆଡ଼େ ଦୌଡ଼ିଲେ।
49 Daudi akatia mkono wake mfukoni na kuchukua jiwe, akalirusha kwa kombeo, nalo likampiga yule Mfilisti kwenye paji la uso. Lile jiwe likaingia kipajini mwa uso, akaanguka chini kifudifudi.
ପୁଣି, ଦାଉଦ ଆପଣା ଝୁଲିରେ ହାତ ପୂରାଇ ତହିଁରୁ ଗୋଟିଏ ପଥର କାଢ଼ି ଛାଟିଣୀରେ ମାରି ସେହି ପଲେଷ୍ଟୀୟର କପାଳକୁ ଆଘାତ କଲେ; ତହିଁରେ ସେ ପଥର ତାହା କପାଳରେ ପଶିଯାʼନ୍ତେ, ସେ ମୁହଁ ମାଡ଼ି ଭୂମିରେ ପଡ଼ିଲା।
50 Basi Daudi akamshinda huyo Mfilisti kwa kombeo na jiwe; bila kuwa na upanga mikononi mwake akampiga huyo Mfilisti na kumuua.
ଏହି ପ୍ରକାରେ ଦାଉଦ ଛାଟିଣୀ ଓ ପଥର ଦ୍ୱାରା ସେହି ପଲେଷ୍ଟୀୟ ଉପରେ ଜୟଲାଭ କଲେ ଓ ପଲେଷ୍ଟୀୟକୁ ଆଘାତ କରି ବଧ କଲେ, ମାତ୍ର ଦାଉଦଙ୍କ ହସ୍ତରେ ଖଡ୍ଗ ନ ଥିଲା।
51 Daudi akakimbia na kusimama juu yake. Akaushika upanga wa huyo Mfilisti na kuuvuta toka kwenye ala yake. Baada ya kumuua, akakata kichwa chake kwa ule upanga. Wafilisti walipoona kuwa shujaa wao amekufa, wakageuka na kukimbia.
ତହୁଁ ଦାଉଦ ଦୌଡ଼ିଯାଇ ସେହି ପଲେଷ୍ଟୀୟ ଉପରେ ଠିଆ ହେଲେ ଓ ତାହାର ଖଡ୍ଗ ଧରି ଖାପରୁ କାଢ଼ି ତାହାକୁ ବଧ କଲେ ଓ ତଦ୍ଦ୍ୱାରା ତାହାର ମସ୍ତକ ଛେଦନ କଲେ। ଆଉ ପଲେଷ୍ଟୀୟମାନେ ଆପଣାମାନଙ୍କ ବୀରକୁ ମୃତ ଦେଖି ପଳାଇଲେ।
52 Ndipo watu wa Israeli na Yuda wakainuka kwenda mbele wakipiga kelele na kufuatia Wafilisti mpaka kwenye ingilio la Gathi kwenye malango ya Ekroni. Maiti zao zilitawanyika kando ya barabara ya Shaaraimu hadi Gathi na Ekroni.
ତହୁଁ ଇସ୍ରାଏଲ ଓ ଯିହୁଦାର ଲୋକମାନେ ଉଠି ଜୟଧ୍ୱନି କଲେ ଓ ଗାଥ୍‍ ନଗର ସନ୍ନିକଟ ଓ ଇକ୍ରୋଣ ଦ୍ୱାର ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କ ପଛେ ପଛେ ଗୋଡ଼ାଇଲେ। ତହିଁରେ ପଲେଷ୍ଟୀୟମାନଙ୍କ ହତ ଲୋକମାନେ ଶାରୟିମ୍‍ ପଥରେ ଗାଥ୍‍ ଓ ଇକ୍ରୋଣ ପର୍ଯ୍ୟନ୍ତ ପଡ଼ିଲେ।
53 Waisraeli waliporudi kutoka kuwafukuza Wafilisti, waliteka nyara kutoka kambi yao.
ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ପଲେଷ୍ଟୀୟମାନଙ୍କ ପଛେ ପଛେ ଗୋଡ଼ାଇବାରୁ ନେଉଟି ଆସି ସେମାନଙ୍କ ଛାଉଣି ଲୁଟ କଲେ।
54 Daudi akachukua kichwa cha yule Mfilisti na kukileta Yerusalemu, naye akaweka silaha za huyo Mfilisti katika hema lake mwenyewe.
ପୁଣି, ଦାଉଦ ସେହି ପଲେଷ୍ଟୀୟର ମସ୍ତକ ନେଇ ଯିରୂଶାଲମକୁ ଆଣିଲେ; ମାତ୍ର ତାହାର ସଜ୍ଜା ଆପଣା ତମ୍ବୁରେ ରଖିଲେ।
55 Sauli alipomwona Daudi anakwenda kukabiliana na huyo Mfilisti, alimwambia Abneri, jemadari wa jeshi, “Abneri, yule kijana ni mwana wa nani?” Abneri akajibu, “Hakika kama uishivyo, ee mfalme, mimi sifahamu.”
ସେହି ପଲେଷ୍ଟୀୟ ବିରୁଦ୍ଧରେ ଦାଉଦଙ୍କୁ ବାହାରିବାର ଦେଖି ଶାଉଲ ସୈନ୍ୟର ସେନାପତି ଅବ୍‍ନରକୁ କହିଲେ; “ଅବ୍‍ନର, ଏ ଯୁବା କାହାର ପୁଅ?” ଅବ୍‍ନର କହିଲା, “ହେ ମହାରାଜ, ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ କହୁଛି, ମୁଁ କହି ପାରିବି ନାହିଁ।”
56 Mfalme akasema, “Uliza huyu kijana ni mwana wa nani.”
ତହିଁରେ ରାଜା କହିଲେ, “ପଚାର, ଏ ଭେଣ୍ଡିଆଟି କାହାର ପୁଅ?”
57 Mara Daudi aliporudi kutoka kumuua huyo Mfilisti, Abneri akamchukua na kumleta mbele ya Sauli. Daudi alikuwa bado anakishikilia kichwa cha yule Mfilisti.
ଆଉ ଦାଉଦ ପଲେଷ୍ଟୀୟକୁ ବଧ କରି ପଲେଷ୍ଟୀୟର ମସ୍ତକ ହସ୍ତରେ ଧରି ଫେରି ଆସିବା ବେଳେ ଅବ୍‍ନର ତାଙ୍କୁ ନେଇ ଶାଉଲଙ୍କ ସମ୍ମୁଖକୁ ଆଣିଲା।
58 Sauli akamuuliza, “Kijana, wewe ni mwana wa nani?” Daudi akasema, “Mimi ni mwana wa mtumishi wako Yese wa Bethlehemu.”
ତହୁଁ ଶାଉଲ ତାଙ୍କୁ ପଚାରିଲେ, “ହେ ଯୁବକ, ତୁମ୍ଭେ କାହାର ପୁଅ?” ଦାଉଦ ଉତ୍ତର ଦେଲେ, “ମୁଁ ଆପଣଙ୍କ ଦାସ ବେଥଲିହିମୀୟ ଯିଶୀର ପୁଅ।”

< 1 Samweli 17 >