< Ezekieli 21 >

1 Neno la Bwana likanijia kusema:
ଏଥିଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
2 “Mwanadamu, uelekeze uso wako juu ya Yerusalemu na uhubiri dhidi ya mahali patakatifu. Tabiri dhidi ya nchi ya Israeli
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଯିରୂଶାଲମ ପ୍ରତି ଆପଣା ମୁଖ ରଖ, ପବିତ୍ର ସ୍ଥାନ ସମୂହର ପ୍ରତି ଆପଣା ବାକ୍ୟ ବର୍ଷଣ କର ଓ ଇସ୍ରାଏଲ ଦେଶ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର,
3 uiambie: ‘Hili ndilo Bwana asemalo: Mimi niko kinyume nawe. Nitautoa upanga wangu kwenye ala yake na kumkatilia mbali mwenye haki na mwovu.
ଆଉ, ଇସ୍ରାଏଲ ଦେଶକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ଆମ୍ଭେ ଆପଣା ଖଡ୍ଗ କୋଷରୁ ବାହାର କରି ତୁମ୍ଭ ମଧ୍ୟରୁ ଧାର୍ମିକ ଓ ଦୁଷ୍ଟକୁ ବଧ କରିବା।
4 Kwa sababu nitamkatilia mbali mwenye haki na mwovu, upanga wangu utakuwa wazi dhidi ya kila mmoja kuanzia kusini mpaka kaskazini.
ଆମ୍ଭେ ତୁମ୍ଭ ମଧ୍ୟରୁ ଧାର୍ମିକ ଓ ଦୁଷ୍ଟକୁ ବଧ କରିବା, ଏଥିପାଇଁ ଆମ୍ଭର ଖଡ୍ଗ କୋଷରୁ ବାହାରି ଦକ୍ଷିଣଠାରୁ ଉତ୍ତର ପର୍ଯ୍ୟନ୍ତ ସମସ୍ତ ପ୍ରାଣୀର ବିରୁଦ୍ଧରେ ଯିବ;
5 Ndipo watu wote watajua ya kuwa Mimi Bwana nimeutoa upanga wangu kwenye ala yake, nao hautarudi humo tena.’
ତହିଁରେ ସମସ୍ତ ପ୍ରାଣୀ ଜାଣିବେ ଯେ, ଆମ୍ଭେ ସଦାପ୍ରଭୁ ଆପଣା ଖଡ୍ଗ କୋଷରୁ ବାହାର କରିଅଛୁ; ତାହା ଆଉ ଫେରିବ ନାହିଁ।
6 “Kwa hiyo lia kwa uchungu, mwanadamu! Lia kwa uchungu mbele yao kwa moyo uliopondeka na kwa huzuni nyingi.
ଏହେତୁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଦୀର୍ଘ ନିଃଶ୍ୱାସ ଛାଡ଼; ତୁମ୍ଭେ ଆପଣା କଟି ଭାଙ୍ଗି ମନସ୍ତାପପୂର୍ବକ ସେମାନଙ୍କ ସାକ୍ଷାତରେ ଦୀର୍ଘ ନିଃଶ୍ୱାସ ଛାଡ଼ିବ।
7 Nao watakapokuuliza, ‘Kwa nini unalia kwa uchungu?’ Utasema hivi, ‘Kwa sababu ya habari zinazokuja. Kila moyo utayeyuka na kila mkono utalegea, kila roho itazimia na kila goti litalegea kama maji.’ Habari hizo zinakuja! Hakika zitatokea, asema Bwana Mwenyezi.”
ଆଉ, ‘ତୁମ୍ଭେ କାହିଁକି ଦୀର୍ଘ ନିଃଶ୍ୱାସ ଛାଡ଼ୁଅଛ?’ ଏ କଥା ଯଦି ସେମାନେ ତୁମ୍ଭକୁ ପଚାରିବେ, ତେବେ ତୁମ୍ଭେ କହିବ, ‘ସମ୍ବାଦ ସକାଶେ, କାରଣ ତାହା ଆସୁଅଛି; ତହିଁରେ ପ୍ରତ୍ୟେକ ହୃଦୟ ତରଳି ଯିବ ଓ ସକଳ ହସ୍ତ ଦୁର୍ବଳ ହେବ, ପ୍ରତ୍ୟେକ ମନ କ୍ଳାନ୍ତ ହେବ ଓ ସମସ୍ତ ଆଣ୍ଠୁ ଜଳ ପରି ହେବ; ଦେଖ, ତାହା ଆସୁଅଛି ଓ ତାହା ସିଦ୍ଧ ହେବ,’” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
8 Neno la Bwana likanijia, kusema:
ଏଥିଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
9 “Mwanadamu, tabiri na useme, ‘Hili ndilo Bwana asemalo: “‘Upanga, upanga, ulionolewa na kusuguliwa:
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ, ସଦାପ୍ରଭୁ ଏହି କଥା କହନ୍ତି; କୁହ, ଖଡ୍ଗ, ଖଡ୍ଗ, ତାହା ଶାଣିତ ଓ ମଧ୍ୟ ମାର୍ଜିତ ହୋଇଅଛି;
10 umenolewa kwa ajili ya mauaji, umesuguliwa ili ungʼae kama umeme wa radi! “‘Je, tuifurahie fimbo ya utawala ya mwanangu Yuda? Upanga unaidharau kila fimbo ya namna hiyo.
ହତ୍ୟା କରିବା ନିମନ୍ତେ ତାହା ଶାଣିତ ହୋଇଅଛି, ବିଜୁଳି ପରି ହେବା ପାଇଁ ତାହା ମାର୍ଜିତ ହୋଇଅଛି; ତେବେ ଆମ୍ଭେମାନେ କି ଆମୋଦ ପ୍ରମୋଦ କରିବା? ଆମ୍ଭ ପୁତ୍ରର ରାଜଦଣ୍ଡ ଯାବତୀୟ କାଷ୍ଠକୁ ତୁଚ୍ଛ କରେ।
11 “‘Upanga umewekwa tayari ili kusuguliwa, ili upate kushikwa mkononi, umenolewa na kusuguliwa, umewekwa tayari kwa mkono wa muuaji.
ପୁଣି, ହାତରେ ଧରାଯିବା ନିମନ୍ତେ ତାହା ମାର୍ଜିତ ହେବା ପାଇଁ ଦିଆଯାଇଅଛି; ହନ୍ତାର ହସ୍ତରେ ଦେବା ନିମନ୍ତେ ଖଡ୍ଗ ଶାଣିତ ଓ ମାର୍ଜିତ ହୋଇଅଛି।
12 Piga kelele na uomboleze, ee mwanadamu, kwa kuwa upanga u dhidi ya watu wangu; u dhidi ya wakuu wote wa Israeli. Wametolewa wauawe kwa upanga pamoja na watu wangu. Kwa hiyo pigapiga kifua chako.
ହେ ମନୁଷ୍ୟ-ସନ୍ତାନ, କ୍ରନ୍ଦନ ଓ ହାହାକାର କର; କାରଣ ତାହା ଆମ୍ଭର ଲୋକମାନଙ୍କ ବିରୁଦ୍ଧରେ, ଇସ୍ରାଏଲର ସମସ୍ତ ଅଧିପତିଗଣର ବିରୁଦ୍ଧରେ ଉପସ୍ଥିତ ହୋଇଅଛି; ସେମାନେ ଆମ୍ଭ ଲୋକମାନଙ୍କ ସହିତ ଖଡ୍ଗରେ ସମର୍ପିତ ହୋଇଅଛନ୍ତି, ଏଣୁ ତୁମ୍ଭେ ଆପଣା ଊରୁ ଦେଶରେ ଆଘାତ କର।
13 “‘Kwa maana upanga huu umejaribiwa na kuhakikishwa, itakuwaje basi fimbo ya ufalme ya Yuda inayoudharau kama haitakuwepo tena, bali itakuwa imeondolewa kabisa? asema Bwana Mwenyezi.’
କାରଣ ପରୀକ୍ଷା ଗୋଟିଏ ଅଛି, ପୁଣି, ସେହି ତୁଚ୍ଛକାରୀ ରାଜଦଣ୍ଡ ଆଉ ନ ରହେ, ତେବେ ତହିଁରେ ହିଁ କି? ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
14 “Hivyo basi, mwanadamu, tabiri na ukapige makofi. Upanga wako na upige mara mbili, naam, hata mara tatu. Ni upanga wa kuchinja, upanga wa mauaji makuu, ukiwashambulia kutoka kila upande.
ଏହେତୁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ଓ ତୁମ୍ଭ ଦୁଇ ହସ୍ତ ଏକତ୍ର ମାର; ସେହି ଖଡ୍ଗ, ଆହତ ଲୋକମାନଙ୍କର ଖଡ୍ଗ ଦୁଇଗୁଣ, ତିନିଗୁଣ ହେଉ; ତାହା ଆହତ ମହତ ଲୋକର ଖଡ୍ଗ, ତାହା ସେମାନଙ୍କ ଭିତର କୋଠରିରେ ପ୍ରବେଶ କରେ।
15 Ili mioyo ipate kuyeyuka na wanaouawa wawe wengi, nimeweka upanga wa kuchinja kwenye malango yao yote. Lo! Umetengenezwa umetemete kama umeme wa radi, umeshikwa kwa ajili ya kuua.
ସେମାନଙ୍କର ଅନ୍ତଃକରଣ ଯେପରି ତରଳି ଯାଏ ଓ ସେମାନଙ୍କର ଅନେକ ବିଘ୍ନ ଜନ୍ମେ, ଏଥିପାଇଁ ଆମ୍ଭେ ସେମାନଙ୍କର ସକଳ ନଗର-ଦ୍ୱାର ବିରୁଦ୍ଧରେ ଖଡ୍ଗର ଅଗ୍ରଭାଗ ରଖିଅଛୁ; ଆଃ! ତାହା ବିଜୁଳି ତୁଲ୍ୟ ନିର୍ମିତ, ହତ୍ୟା କରିବା ନିମନ୍ତେ ତାହା ତୀକ୍ଷ୍ଣ କରାଯାଇଅଛି।
16 Ee upanga, kata upande wa kuume, kisha upande wa kushoto, mahali popote makali yako yatakapoelekezwa.
ତୁମ୍ଭେ ଆପଣାକୁ ଏକତ୍ର କର, ଡାହାଣକୁ ଯାଅ, ଆପଣାକୁ ସଜାଇ ବାମ ପ୍ରତି ଯାଅ; ଯେକୌଣସି ପ୍ରତି ତୁମ୍ଭର ମୁଖ ରଖାଯାଇଅଛି (ଆପଣାକୁ ପ୍ରସ୍ତୁତ କର)।
17 Mimi nami nitapiga makofi, nayo ghadhabu yangu itapungua. Mimi Bwana nimesema.”
ଆମ୍ଭେ ମଧ୍ୟ ଆପଣାର ଦୁଇ ହସ୍ତ ଏକତ୍ର ମାରିବା ଓ ଆମ୍ଭେ ଆପଣା କୋପକୁ ତୃପ୍ତ କରାଇବା,” ଆମ୍ଭେ ସଦାପ୍ରଭୁ ଏହା କହିଅଛୁ।
18 Neno la Bwana likanijia kusema:
ପୁନର୍ବାର ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
19 “Mwanadamu, weka alama njia mbili ambazo upanga wa mfalme wa Babeli utapitia, njia hizo zikianzia katika nchi hiyo hiyo. Weka kibao pale ambapo njia zinagawanyika kuelekea mjini.
“ହେ ମନୁଷ୍ୟ-ସନ୍ତାନ, ବାବିଲ ରାଜାର ଖଡ୍ଗ ଆସିବା ପାଇଁ ତୁମ୍ଭେ ଆହୁରି ଦୁଇ ପଥ ନିରୂପଣ କର; ସେ ଦୁଇ ପଥ ଏକ ଦେଶରୁ ଆସିବ; ଆଉ, ତୁମ୍ଭେ ଏକ ସ୍ଥାନ ଚିହ୍ନିତ କର, ନଗରଗାମୀ ପଥ ମୁଣ୍ଡରେ ଚିହ୍ନିତ କର।
20 Weka alama njia moja kwa ajili ya upanga upate kuja dhidi ya Raba ya Waamoni na nyingine upate kuja dhidi ya Yuda na Yerusalemu iliyozungushiwa ngome.
ଅମ୍ମୋନ-ସନ୍ତାନଗଣର ରବ୍ବାକୁ ଓ ପ୍ରାଚୀର-ବେଷ୍ଟିତ ଯିରୂଶାଲମସ୍ଥ ଯିହୁଦାକୁ ଖଡ୍ଗ ଆସିବା ନିମନ୍ତେ ତୁମ୍ଭେ ପଥ ପ୍ରସ୍ତୁତ କର।
21 Kwa kuwa mfalme wa Babeli sasa amesimama katika njia panda, katika makutano ya njia mbili, akipiga ramli: anapiga kura kwa kutumia mishale, anataka shauri kwa sanamu zake, anachunguza maini ya wanyama.
କାରଣ ବାବିଲ ରାଜା ମନ୍ତ୍ର ପାଠ କରିବା ନିମନ୍ତେ ଦୁଇ ପଥର ସଙ୍ଗମ ସ୍ଥାନରେ, ଅର୍ଥାତ୍‍, ଦୁଇ ପଥର ମୁଣ୍ଡରେ ଠିଆ ହେଲା; ସେ ତୀରସବୁ ଏଣେତେଣେ ହଲାଇଲା, ସେ ଠାକୁରମାନଙ୍କୁ ମନ୍ତ୍ରଣା ପଚାରିଲା, ସେ ଯକୃତ ନିରୀକ୍ଷଣ କଲା।
22 Upande wake wa kuume inakuja kura ya Yerusalemu, ambapo ataweka vyombo vya kuvunjia boma, ili kuamrisha mauaji, kupiga ukelele wa vita, kuweka vyombo vya kuvunjia boma kwenye malango, kuweka jeshi kuzunguka na kufanya uzingiraji.
ତାହାର ଦକ୍ଷିଣ ହସ୍ତରେ ଯିରୂଶାଲମ ନାମରେ, ଅର୍ଥାତ୍‍, ସେହି ସ୍ଥାନରେ ପ୍ରାଚୀର-ଭେଦକ ଯନ୍ତ୍ର ସ୍ଥାପନ କରିବାକୁ, ବଧଆଜ୍ଞା ଦେବାକୁ, ଉଚ୍ଚସ୍ୱରରେ ସିଂହନାଦ କରିବାକୁ, ନଗରର ଦ୍ୱାରସମୂହର ବିରୁଦ୍ଧରେ ପ୍ରାଚୀର-ଭେଦକ ଯନ୍ତ୍ର ସ୍ଥାପନ କରିବାକୁ, ବନ୍ଧ ବାନ୍ଧିବାକୁ ଓ ଦୁର୍ଗ ନିର୍ମାଣ କରିବାକୁ ଯିରୂଶାଲମର ନାମରେ ମନ୍ତ୍ର ଉଠିଲା।
23 Itakuwa kama kupiga ramli kwa uongo kwa wale watu ambao wameapa kumtii yeye. Lakini mfalme wa Babeli atawakumbusha juu ya uovu wao na kuwachukua mateka.
ମାତ୍ର ସେମାନଙ୍କ ପ୍ରତି, ଅର୍ଥାତ୍‍, ଯେଉଁମାନେ ଥରକୁଥର ସେମାନଙ୍କ ନିକଟରେ ଶପଥ କରିଅଛନ୍ତି, ସେମାନଙ୍କ ଦୃଷ୍ଟିରେ ତାହା ମିଥ୍ୟା ବୋଧ ହେବ; ତଥାପି ସେମାନେ ଯେପରି ଧରାଯିବେ, ଏଥିପାଇଁ ସେ ସେମାନଙ୍କର ଅଧର୍ମ ସ୍ମରଣରେ ଆଣିବେ।
24 “Kwa hiyo hili ndilo Bwana Mwenyezi asemalo: ‘Kwa sababu enyi watu mmekumbusha uovu wenu kwa kuasi waziwazi, mkidhihirisha dhambi zenu katika yale yote mfanyayo, kwa kuwa mmefanya jambo hili, mtachukuliwa mateka.
ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭମାନଙ୍କର ଆଜ୍ଞା-ଲଙ୍ଘନସବୁ ଅନାବୃତ ହେବାରେ ତୁମ୍ଭେମାନେ ଆପଣାମାନଙ୍କର ଅଧର୍ମ ସ୍ମରଣ କରାଇଅଛ, ଏଥିପାଇଁ ତୁମ୍ଭମାନଙ୍କର ସକଳ କ୍ରିୟାରେ ତୁମ୍ଭମାନଙ୍କର ପାପ ପ୍ରକାଶ ପାଏ; ତୁମ୍ଭେମାନେ ସ୍ମରଣରେ ଆସିବାରୁ ତୁମ୍ଭେମାନେ ହସ୍ତରେ ଧରାଯିବ।
25 “‘Ee mtawala kafiri na mwovu wa Israeli, ambaye siku yako imewadia, ambaye wakati wako wa adhabu umefikia kilele chake,
ପୁଣି, ହେ ଆହତ ଦୁଷ୍ଟ ଇସ୍ରାଏଲୀୟ ଅଧିପତି, ଅନ୍ତିମ ଅପରାଧ ସମୟରେ ତୁମ୍ଭର ଦିନ ଉପସ୍ଥିତ ହୋଇଅଛି;
26 hili ndilo Bwana Mwenyezi asemalo: Vua kilemba, ondoa taji. Kwa kuwa mambo hayatakuwa kama yalivyokuwa. Aliye mnyonge atakwezwa na aliyekwezwa atashushwa.
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଶିରୋଭୂଷଣ ଦୂର କର, ରାଜମୁକୁଟ କାଢ଼ି ପକାଅ; ଏହା ସେହିପରି ଆଉ ରହିବ ନାହିଁ; ଯାହା ନୀଚ, ତାହାକୁ ଉଚ୍ଚ କର ଓ ଯାହା ଉଚ୍ଚ, ତାହାକୁ ନୀଚ କର।
27 Mahame! Mahame! Nitaufanya mji kuwa mahame! Hautajengwa upya mpaka aje yule ambaye ndiye mwenye haki nao; yeye ndiye nitakayempa.’
ଆମ୍ଭେ ତାହା ଓଲଟାଇ ପକାଇବା, ଓଲଟାଇ ପକାଇବା, ଓଲଟାଇ ପକାଇବା; ଯେ ଅଧିକାରୀ ଅଟନ୍ତି, ସେ ନ ଆସିବା ପର୍ଯ୍ୟନ୍ତ ଏହା ମଧ୍ୟ ଆଉ ରହିବ ନାହିଁ, ତହୁଁ ଆମ୍ଭେ ତାହାଙ୍କୁ ଏହା ଦେବା।
28 “Nawe, mwanadamu, tabiri na useme, ‘Hili ndilo Bwana Mwenyezi asemalo kuhusu Waamoni na matukano yao. “‘Upanga, upanga, umefutwa kwa ajili ya kuua, umesuguliwa ili kuangamiza na unametameta kama umeme wa radi!
ପୁଣି ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ, ପ୍ରଭୁ, ସଦାପ୍ରଭୁ ଅମ୍ମୋନ-ସନ୍ତାନଗଣ ବିଷୟରେ ଓ ସେମାନଙ୍କ ଅପମାନ ବିଷୟରେ ଏହି କଥା କହନ୍ତି; ତୁମ୍ଭେ କୁହ, ଅନ୍ତିମ ଅଧର୍ମ ସମୟରେ ଯେଉଁମାନଙ୍କର ଦିନ ଉପସ୍ଥିତ ହୋଇଅଛି, ଏପରି ଆହତ ଦୁଷ୍ଟ ଲୋକମାନଙ୍କର ଗ୍ରୀବା ଉପରେ ତୁମ୍ଭକୁ ଥୋଇବା ନିମନ୍ତେ ଲୋକମାନେ ତୁମ୍ଭ ପାଇଁ ଅସାର ଦର୍ଶନ ପାଇଲେ ହେଁ ଓ ତୁମ୍ଭ ନିକଟରେ ମିଥ୍ୟା ମନ୍ତ୍ର ପାଠ କଲେ ହେଁ,
29 Wakati wakitoa maono ya uongo kwa ajili yako, wanapobashiri uongo kwa ajili yako, wanakuweka wewe kwenye shingo za watu wapotovu, wale walio waovu, wale ambao siku yao imewadia, wakati wa adhabu yao ya mwisho.
ଖଡ୍ଗ, ଖଡ୍ଗ ନିଷ୍କୋଷ ହୋଇଅଛି, ହତ୍ୟା ଓ ଗ୍ରାସ କରିବା ନିମନ୍ତେ ତାହା ଯେପରି ବିଦ୍ୟୁତ୍ ପରି ହେବ, ଏଥିପାଇଁ ତାହା ମାର୍ଜିତ ହୋଇଅଛି।
30 Urudishe upanga kwenye ala yake! Katika mahali ulipoumbiwa, katika nchi ya baba zako, huko nitakuhukumu.
ତାକୁ ପୁନର୍ବାର ତାହାର କୋଷକୁ ଫେରାଇ ଆଣ। ତୁମ୍ଭେ ଯେଉଁ ସ୍ଥାନରେ ସୃଷ୍ଟ ହୋଇଥିଲ ଓ ଯେଉଁ ଦେଶରେ ତୁମ୍ଭେ ଜନ୍ମ ହୋଇଥିଲ, ସେଠାରେ ଆମ୍ଭେ ତୁମ୍ଭର ବିଚାର କରିବା।
31 Nitamwaga ghadhabu yangu juu yako na kupuliza moto wa hasira yangu dhidi yako; nitakutia mikononi mwa watu wakatili, watu stadi katika kuangamiza.
ଆଉ, ଆମ୍ଭେ ତୁମ୍ଭ ଉପରେ ଆପଣା କ୍ରୋଧ ଢାଳିବା; ଆମ୍ଭେ ତୁମ୍ଭ ଉପରେ ଆପଣା କୋପରୂପ ଅଗ୍ନି ଫୁଙ୍କିବା; ପୁଣି, ଆମ୍ଭେ ପଶୁବତ୍‍ ଓ ବିନାଶ କରିବାକୁ ନିପୁଣ ଲୋକମାନଙ୍କ ହସ୍ତରେ ତୁମ୍ଭକୁ ସମର୍ପଣ କରିବା।
32 Mtakuwa kuni za kuwashia moto, damu yenu itamwagwa katika nchi yenu, wala hamtakumbukwa tena; kwa maana Mimi Bwana nimesema.’”
ତୁମ୍ଭେ ଅଗ୍ନି ପାଇଁ ଜାଳ ସ୍ୱରୂପ ହେବ; ତୁମ୍ଭର ରକ୍ତ ଦେଶ ମଧ୍ୟରେ ପତିତ ହେବ; ତୁମ୍ଭେ ଆଉ ସ୍ମୃତିପଥରେ ଆସିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ଏହା କହିଅଛୁ।”

< Ezekieli 21 >