< Waamuzi 20 >

1 Ndipo watu wote wa Israeli wakatoka kama mtu mmoja, toka Dani mpaka Beer-sheba, pamoja na nchi ya Gileadi; nao wakakusanyika mbele za Bwana huko Mispa.
ଏଥିଉତ୍ତାରେ ଦାନ୍‍ଠାରୁ ବେର୍‍ଶେବା ପର୍ଯ୍ୟନ୍ତ ଓ ଗିଲୀୟଦ ଦେଶ ପର୍ଯ୍ୟନ୍ତ ଇସ୍ରାଏଲ-ସନ୍ତାନଗଣ ସମସ୍ତେ ବାହାର ହେଲେ ଓ ସମଗ୍ର ମଣ୍ଡଳୀ ଏକ ମନୁଷ୍ୟ ପରି ମିସ୍ପାରେ ସଦାପ୍ରଭୁଙ୍କ ସାକ୍ଷାତରେ ଏକତ୍ରିତ ହେଲେ।
2 Viongozi wa watu wote, wa kabila zote za Israeli, wakachukua nafasi zao kwenye kusanyiko la watu wa Mungu-watu 400, 000 waendao kwa miguu, ambao walikuwa tayari kupigana na upanga.
ପରମେଶ୍ୱରଙ୍କ ଲୋକଗଣର ସେହି ସମାଜରେ ଇସ୍ରାଏଲର ସମୁଦାୟ ବଂଶୀୟ ଲୋକଙ୍କ ପ୍ରଧାନବର୍ଗ ଓ ଚାରି ଲକ୍ଷ ଖଡ୍ଗଧାରୀ ପଦାତିକ ଉପସ୍ଥିତ ହେଲେ।
3 Basi wana wa Benyamini waliposikia kwamba watu wa Israeli walikuwa wamepanda Mispa. Wana wa Israeli wakasema, “Tuambieni ni kwa namna gani huu uovu umefanyika.”
(ତହୁଁ ଇସ୍ରାଏଲ-ସନ୍ତାନଗଣ ଯେ ମିସ୍ପାକୁ ଯାଇଅଛନ୍ତି, ଏହା ବିନ୍ୟାମୀନୀୟ ସନ୍ତାନଗଣ ଶୁଣିଲେ)। ଇସ୍ରାଏଲ-ସନ୍ତାନଗଣ ପଚାରିଲେ, “ଏହି ଦୁଷ୍ଟତା କିପ୍ରକାରେ ହେଲା? ତାହା ଆମ୍ଭମାନଙ୍କୁ କୁହ।”
4 Mlawi, mume wa mwanamke aliyeuawa, akajibu, Nilikuja Gibea katika nchi ya Benyamini, mimi na suria wangu, ili tulale.
ତହିଁରେ ସେହି ହତ ସ୍ତ୍ରୀର ଲେବୀୟ ଉପପତି ଉତ୍ତର ଦେଇ କହିଲା, “ମୁଁ ଓ ମୋର ଉପପତ୍ନୀ ରାତ୍ରି କ୍ଷେପଣ ନିମନ୍ତେ ବିନ୍ୟାମୀନ୍‍ର ଅଧିକାରସ୍ଥ ଗିବୀୟାକୁ ଆସିଥିଲୁ।
5 Wakati wa usiku, viongozi wa Gibea walinishambulia, wakizunguka nyumba na wakakusudia kuniua. Walimkamata na kumbaka suria wangu, naye akafa.
ପୁଣି ଗିବୀୟାର ଲୋକମାନେ ମୋʼ ବିରୁଦ୍ଧରେ ଉଠି ରାତ୍ରିରେ ଗୃହ ଚତୁର୍ଦ୍ଦିଗରେ ମୋତେ ଘେରିଲେ; ମୋତେ ସେମାନେ ବଧ କରିବାକୁ ବିଚାର କଲେ, ପୁଣି ମୋର ଉପପତ୍ନୀକୁ ବଳାତ୍କାର କଲେ, ତହିଁରେ ସେ ମଲା।
6 Nilimchukua suria wangu na kumkata mwili wake vipande vipande, na kuweka katika kila nchi ya urithi wa Israeli, kwa sababu wamefanya uovu huo na upumbavu katika Israeli.
ତହୁଁ ମୁଁ ନିଜ ଉପପତ୍ନୀକୁ ନେଇ ଖଣ୍ଡ ଖଣ୍ଡ କରି ଇସ୍ରାଏଲର ଅଧିକାରସ୍ଥ ପ୍ରଦେଶର ସର୍ବତ୍ର ପଠାଇଲି; କାରଣ ସେମାନେ ଇସ୍ରାଏଲ ମଧ୍ୟରେ ଦୁଷ୍ଟତା ଓ ମୂଢ଼ତାର କର୍ମ କରିଅଛନ୍ତି।
7 Sasa, ninyi Waisraeli wote, toeni maneno na ushauri wenu hapa.”
ଦେଖ, ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେ ସମସ୍ତେ ଏ ବିଷୟରେ ଆପଣା ଆପଣା ମତ ଓ ମନ୍ତ୍ରଣା ଦିଅ।”
8 Watu wote wakaondoka pamoja kama mtu mmoja, wakasema, Hakuna hata mmoja wetu atakayeenda hemani kwake, wala hakuna hata mmoja wetu atakayerudi nyumbani kwake.
ତହିଁରେ ସମସ୍ତେ ଏକ ଲୋକ ପରି ଉଠି କହିଲେ, “ଆମ୍ଭେମାନେ କେହି ଆପଣା ତମ୍ବୁକୁ ଯିବୁ ନାହିଁ, କିଅବା ଆମ୍ଭେମାନେ କେହି ଆପଣା ଘରକୁ ଫେରିବୁ ନାହିଁ।
9 Lakini sasa hivi ndivyo tutakavyoifanyia Gibea tutaishambulia kama kura inavyotuongoza.
ମାତ୍ର ଗିବୀୟା ପ୍ରତି ଏବେ ଆମ୍ଭେମାନେ ଏହି କଥା କରିବୁ; ଗୁଲିବାଣ୍ଟ କ୍ରମେ ତାହା ବିରୁଦ୍ଧରେ ଯିବୁ;
10 Tutachukua watu kumi katika mia moja katika makabila yote ya Israeli, na mia moja katika elfu, na elfu moja katika elfu kumi, kuwapa chakula kwa ajili ya watu hawa, ili waweze kufika Gibea katika Benyamini, watawaadhibu kwa uovu wao waliofanya katika Israeli.
ପୁଣି ଲୋକମାନଙ୍କ ନିମନ୍ତେ ଖାଦ୍ୟଦ୍ରବ୍ୟ ଆଣିବା ପାଇଁ ଆମ୍ଭେମାନେ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ ଶହକେ ଦଶ ଜଣ, ହଜାରକେ ଏକ ଶହ ଜଣ, ଦଶ ହଜାରରେ ଏକ ହଜାର ଜଣ ଲେଖାଏଁ ନେବୁ, ତହିଁରେ ଲୋକମାନେ ବିନ୍ୟାମୀନ୍‍ର ଅଧିକାରସ୍ଥ ଗିବୀୟାକୁ ଆସିଲେ, ସେମାନେ ଇସ୍ରାଏଲ ମଧ୍ୟରେ ଯେସମସ୍ତ ମୂଢ଼ତାର କର୍ମ କରିଅଛନ୍ତି, ତଦନୁସାରେ ସେମାନଙ୍କୁ ପ୍ରତିଫଳ ଦେବେ।”
11 Basi askari wote wa Israeli wakakusanyika juu ya mji, kama mtu mmoja.
ଏହିରୂପେ ଇସ୍ରାଏଲୀୟ ସମସ୍ତ ଲୋକ ଏକ ମନୁଷ୍ୟ ପରି ଯୁକ୍ତ ହୋଇ ସେହି ନଗର ବିରୁଦ୍ଧରେ ଏକତ୍ରିତ ହେଲେ।
12 Makabila ya Israeli waliwatuma watu kwa kabila lote la Benyamini, wakisema, “Uovu huu uliofanywa kati yenu ni nini?
ଏଥିଉତ୍ତାରେ ଇସ୍ରାଏଲ ବଂଶ ବିନ୍ୟାମୀନ୍‍ର ସମୁଦାୟ ବଂଶ ନିକଟକୁ ଲୋକ ପଠାଇ କହିଲେ, “ତୁମ୍ଭମାନଙ୍କ ମଧ୍ୟରେ ଏ କି ଦୁଷ୍ଟତା ଘଟିଅଛି?
13 Kwa hiyo, tupeni watu hao waovu wa Gibea, tupate kuwaua, na hivyo tutaondoa kabisa uovu huu kutoka kwa Israeli.” Lakini Wabenyamini hawakusikiliza sauti ya ndugu zao, watu wa Israeli,
ଏବେ ତୁମ୍ଭେମାନେ ସେହି ଗିବୀୟାର ଦୁଷ୍ଟ ଲୋକମାନଙ୍କୁ ସମର୍ପଣ କର, ତହିଁରେ ଆମ୍ଭେମାନେ ସେମାନଙ୍କୁ ବଧ କରି ଇସ୍ରାଏଲ ମଧ୍ୟରୁ ଦୁଷ୍ଟତା ଦୂର କରିବା।” ମାତ୍ର ବିନ୍ୟାମୀନ୍ ଆପଣା ଭ୍ରାତା ଇସ୍ରାଏଲ-ସନ୍ତାନଗଣର ରବ ଶୁଣିବାକୁ ସମ୍ମତ ହେଲେ ନାହିଁ।
14 Ndipo wana wa Benyamini wakakusanyika kutoka mijini kwenda Gibea, wakajiandaa kupigana na wana wa Israeli.
ପୁଣି ଇସ୍ରାଏଲ-ସନ୍ତାନଗଣ ସଙ୍ଗେ ଯୁଦ୍ଧ କରିବା ପାଇଁ ବିନ୍ୟାମୀନ୍-ସନ୍ତାନଗଣ ନଗରମାନରୁ ବାହାରି ଗିବୀୟାକୁ ଯାଇ ଏକତ୍ରିତ ହେଲେ।
15 Watu wa Benyamini wakakusanya kutoka miji yao ili kupigana siku ile, askari elfu ishirini na sita waliopangwa kupigana na upanga. Walakini, kuna watu mia saba waliochaguliwa kutoka kwa wenyeji wa Gibea.
ସେହି ଦିନ ନଗରମାନରୁ ଆସିଥିବା ବିନ୍ୟାମୀନ୍-ସନ୍ତାନଗଣର ଛବିଶ ହଜାର ଖଡ୍ଗଧାରୀ ଲୋକ ଗଣିତ ହେଲେ, ଏହାଛଡ଼ା ଗିବୀୟା ନିବାସୀ ଲୋକମାନଙ୍କର ସାତ ଶହ ବଛା ଲୋକ ଗଣିତ ହେଲେ।
16 Miongoni mwa askari wote hawa walikuwa watu mia saba waliochaguliwa ambao walikuwa wenye shoto. Kila mmoja wao angeweza kupiga unywele kwa mawe na asikose.
ଏହି ଲୋକସମୂହ ମଧ୍ୟରେ ସାତ ଶହ ବଛା ଲୋକ ବାଁହାତିଆ ଥିଲେ; ସେମାନେ ପ୍ରତ୍ୟେକେ ବଣା ନ ହୋଇ ଏକ କେଶକୁ ହିଁ ଲକ୍ଷ୍ୟ କରି ଛାଟିଣୀ ମାରି ପାରନ୍ତି।
17 Watu wa Israeli, bila kuhesabu namba kutoka kwa Benyamini, walikuwa na watu 400, 000 waliokuwa wamejifunza kupigana na upanga. Wote hawa walikuwa watu wa vita.
ବିନ୍ୟାମୀନ୍ ଛଡ଼ା ଇସ୍ରାଏଲର ଖଡ୍ଗଧାରୀ ଚାରି ଲକ୍ଷ ଲୋକ ଗଣିତ ହେଲେ; ଏସମସ୍ତେ ଯୋଦ୍ଧା।
18 Watu wa Israeli waliondoka, wakaenda Betheli, wakaomba ushauri kutoka kwa Mungu. Wakauliza, “Ni nani kwanza atakayewaangamiza watu wa Benyamini kwa ajili yetu?” Bwana akasema, “Yuda atashambulia kwanza.”
ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଉଠି ବେଥେଲ୍‍କୁ ଯାଇ ପରମେଶ୍ୱରଙ୍କ ନିକଟରେ ପଚାରି କହିଲେ; “ବିନ୍ୟାମୀନ୍-ସନ୍ତାନଗଣ ସହିତ ଯୁଦ୍ଧ କରିବା ପାଇଁ ଆମ୍ଭମାନଙ୍କ ପକ୍ଷରୁ ପ୍ରଥମେ କିଏ ଯିବ?” ସଦାପ୍ରଭୁ କହିଲେ, “ଯିହୁଦା ପ୍ରଥମେ ଯିବ।”
19 Watu wa Israeli waliamka asubuhi na wakahamisha kambi yao karibu na Gibea.
ତହିଁରେ ଇସ୍ରାଏଲ-ସନ୍ତାନଗଣ ପ୍ରଭାତରେ ଉଠି ଗିବୀୟା ବିରୁଦ୍ଧରେ ଛାଉଣି ସ୍ଥାପନ କଲେ।
20 Watu wa Israeli walikwenda kupigana na Benyamini. Wakaweka nafasi zao za vita dhidi yao huko Gibea.
ପୁଣି ଇସ୍ରାଏଲୀୟ ଲୋକମାନେ ବିନ୍ୟାମୀନ୍ ସଙ୍ଗେ ଯୁଦ୍ଧ କରିବାକୁ ବାହାରିଲେ ଓ ଇସ୍ରାଏଲୀୟ ଲୋକମାନେ ଗିବୀୟା ନିକଟରେ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ ସଜାଇଲେ।
21 Watu wa Benyamini wakatoka Gibea, nao wakawaua watu elfu ishirini na mbili wa jeshi la Israeli siku ile.
ତହିଁରେ ବିନ୍ୟାମୀନ୍-ସନ୍ତାନଗଣ ଗିବୀୟାରୁ ବାହାରି ସେହି ଦିନ ଇସ୍ରାଏଲ ମଧ୍ୟରୁ ବାଇଶ ହଜାର ଲୋକଙ୍କୁ ସଂହାର କରି ଭୂମିରେ ନିପାତ କଲେ।
22 Wana wa Israeli walijitia nguvu wenyewe, na wakaunda mstari wa vita mahali pale walipokwisha kuchukua nafasi siku ya kwanza.
ତହିଁ ଉତ୍ତାରେ ଇସ୍ରାଏଲୀୟ ଲୋକମାନେ ଆପଣାମାନଙ୍କୁ ଆଶ୍ୱାସ ଦେଇ ପ୍ରଥମ ଦିନ ଯେଉଁ ସ୍ଥାନରେ ଆପଣାମାନଙ୍କୁ ସଜାଇଥିଲେ, ପୁନର୍ବାର ସେହି ସ୍ଥାନରେ ଯୁଦ୍ଧ ସଜାଇଲେ।
23 Na wana wa Israeli wakaenda, wakalia mbele za Bwana hata jioni. Walitaka mwongozo kutoka kwa Bwana “Je, tunapaswa kwenda tena kupigana na ndugu zetu, watu wa Benyamini?” Naye Bwana akasema, “Wapigeni!”
ପୁଣି ଇସ୍ରାଏଲ-ସନ୍ତାନଗଣ ଉଠିଯାଇ ସନ୍ଧ୍ୟା ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସମ୍ମୁଖରେ ରୋଦନ କଲେ; ପୁଣି ସେମାନେ ସଦାପ୍ରଭୁଙ୍କୁ ପଚାରି କହିଲେ, “ଆମ୍ଭେ କି ଆପଣା ଭାଇ ବିନ୍ୟାମୀନ୍-ସନ୍ତାନଗଣ ସହିତ ଯୁଦ୍ଧ କରିବାକୁ ନିକଟବର୍ତ୍ତୀ ହେବା?” ତହିଁରେ ସଦାପ୍ରଭୁ କହିଲେ, “ତାହା ବିରୁଦ୍ଧରେ ଯାଅ।”
24 Basi watu wa Israeli wakapigana na askari wa Benyamini siku ya pili.
ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଦ୍ୱିତୀୟ ଦିନ ବିନ୍ୟାମୀନ୍-ସନ୍ତାନଗଣ ବିରୁଦ୍ଧରେ ଯୁଦ୍ଧ କରିବାକୁ ନିକଟବର୍ତ୍ତୀ ହେଲେ।
25 Siku ya pili, Benyamini alitoka kupigana nao kutoka Gibea, nao wakawaua watu wa Israeli elfu kumi na nane. Wote walikuwa watu ambao walijifunza kupigana na upanga.
ପୁଣି ବିନ୍ୟାମୀନ୍ ସେହି ଦ୍ୱିତୀୟ ଦିନ ସେମାନଙ୍କ ବିରୁଦ୍ଧରେ ଗିବୀୟାରୁ ବାହାରି ଇସ୍ରାଏଲ-ସନ୍ତାନଗଣର ଅଠର ହଜାର ଲୋକଙ୍କୁ ପୁନର୍ବାର ସଂହାର କରି ଭୂମିରେ ନିପାତ କଲେ; ଏସମସ୍ତେ ଖଡ୍ଗଧାରୀ ଥିଲେ।
26 Basi askari wote wa Israeli na watu wote wakaenda Betheli, wakalia, wakakaa mbele za Bwana; nao wakafunga siku hiyo hata jioni, wakatoa sadaka za kuteketezwa na sadaka za amani mbele za Bwana.
ତେବେ ସମସ୍ତ ଇସ୍ରାଏଲ ସନ୍ତାନ ଓ ସମସ୍ତ ଲୋକ ଉଠି ବେଥେଲ୍‍କୁ ଯାଇ ରୋଦନ କଲେ ଓ ସଦାପ୍ରଭୁଙ୍କ ସମ୍ମୁଖରେ ବସି ସେଦିନ ସନ୍ଧ୍ୟା ପର୍ଯ୍ୟନ୍ତ ଉପବାସ କଲେ ଓ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।
27 Wana wa Israeli wakamwomba Bwana, - kwa sababu ya sanduku la agano la Mungu lilikuwapo siku hizo;
ସେହି ସମୟରେ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ସେଠାରେ ଥିଲା, ପୁଣି ହାରୋଣର ପୌତ୍ର, ଇଲୀୟାସରର ପୁତ୍ର ପୀନହସ୍‍ ସେହି ସମୟରେ ତହିଁ ସମ୍ମୁଖରେ ଠିଆ ହେବା ବ୍ୟକ୍ତି ଥିଲା।
28 na Finehasi, mwana wa Eleazari, mwana wa Haruni, aliyekuwa akihudumia mbele ya sanduku siku hizo. “Je twende vitani tena dhidi ya watu wa Benyamini, ndugu zetu, au tuache?” Bwana akasema, “Wapigeni, kwa maana kesho nitawasaidia kuwashinda.
ଏହେତୁ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କୁ ପଚାରି କହିଲେ, “ଆମ୍ଭେ ଆପଣା ଭାଇ ବିନ୍ୟାମୀନ୍-ସନ୍ତାନଗଣ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଏବେ ହେଁ କି ପୁନର୍ବାର ଯିବା, ଅବା କ୍ଷାନ୍ତ ହେବା?” ସଦାପ୍ରଭୁ କହିଲେ, ଯାଅ; “ଆମ୍ଭେ କାଲି ତୁମ୍ଭ ହସ୍ତରେ ତାହାକୁ ସମର୍ପଣ କରିବା।”
29 Basi Israeli akaweka watu mahali pa siri karibu na Gibea.
ତହୁଁ ଇସ୍ରାଏଲ ଗିବୀୟାର ଚତୁର୍ଦ୍ଦିଗରେ ଲୋକ ଛକି ବସାଇ ରଖିଲା।
30 Watu wa Israeli wakapigana na wana wa Benyamini kwa siku ya tatu, nao wakajenga vita vyao juu ya Gibea, kama walivyotangulia.
ଏଥିଉତ୍ତାରେ ତୃତୀୟ ଦିନ ଇସ୍ରାଏଲ-ସନ୍ତାନଗଣ ବିନ୍ୟାମୀନ୍-ସନ୍ତାନଗଣ ବିରୁଦ୍ଧରେ ଉଠିଗଲେ ଓ ପୂର୍ବ ପରି ଗିବୀୟା ନିକଟରେ ଆପଣାମାନଙ୍କୁ ସଜାଇଲେ।
31 Watu wa Benyamini wakaenda kupigana na watu, nao wakachukuliwa mbali na mji. Walianza kuua baadhi ya watu. Kulikuwa na watu thelathini wa Israeli ambao walikufa katika mashamba na barabara. Njia moja ilienda Betheli, na nyingine ikaenda Gibea.
ତହୁଁ ବିନ୍ୟାମୀନ୍-ସନ୍ତାନଗଣ ସେହି ଲୋକମାନଙ୍କ ବିରୁଦ୍ଧରେ ଯାଇ ନଗରଠାରୁ ଦୂରକୁ ଆକର୍ଷିତ ହେଲେ; ପୁଣି ପୂର୍ବ ସମୟ ପରି ଲୋକମାନଙ୍କୁ ଆଘାତ ଓ ବଧ କରିବାକୁ ଲାଗିଲେ; ଆଉ ବେଥେଲ୍‍ ଆଡ଼େ ଓ କ୍ଷେତ୍ର ଦେଇ ଗିବୀୟା ଆଡ଼େ ଯିବା ଦୁଇ ସଡ଼କରେ ସେମାନେ ଊଣାଧିକ ଇସ୍ରାଏଲୀୟ ତିରିଶ ଲୋକଙ୍କୁ ବଧ କଲେ।
32 Ndipo wana wa Benyamini wakasema, “Wameshindwa na wanatukimbia, kama hapo awali.” Lakini askari wa Israeli wakasema, “Hebu tukimbie na kuwavuta mbali na mji hadi barabarani.”
ତହୁଁ ବିନ୍ୟାମୀନ୍-ସନ୍ତାନମାନେ କହିଲେ, “ଏମାନେ ତ ପୂର୍ବ ପରି ଆମ୍ଭମାନଙ୍କ ସମ୍ମୁଖରେ ପରାସ୍ତ ହେଉଅଛନ୍ତି।” ମାତ୍ର ଇସ୍ରାଏଲ-ସନ୍ତାନଗଣ କହିଲେ, “ଆମ୍ଭେମାନେ ପଳାଇ ନଗରରୁ ସଡ଼କକୁ ସେମାନଙ୍କୁ ଆକର୍ଷଣ କରିନେଉ।”
33 Watu wote wa Israeli waliondoka kutoka mahali pao na wakajipanga kwa vita huko Baal-Tamari. Basi askari wa Israeli waliokuwa wakijificha mahali pa siri walikimbia kutoka Maare-Geba.
ତହୁଁ ଇସ୍ରାଏଲ ଲୋକ ସମସ୍ତେ ଆପଣା ଆପଣା ସ୍ଥାନରୁ ଉଠି ବାଲ୍‍ତାମରରେ ଆପଣାମାନଙ୍କୁ ସଜାଇଲେ; ଏଥିମଧ୍ୟରେ ଇସ୍ରାଏଲର ଛକି ବସିବା ଲୋକମାନେ ଗିବୀୟାସ୍ଥ ଆପଣା ଆପଣା ସ୍ଥାନରୁ ଏକାବେଳେ ଉଠି ଆସିଲେ।
34 Wakatoka juu ya Gibea watu kumi elfu waliochaguliwa kutoka Israeli yote, na vita vilikuwa kali, lakini Wabenjamini hawakujua kwamba msiba ulikuwa karibu nao.
ତହୁଁ ଇସ୍ରାଏଲୀୟ ସମସ୍ତ ଲୋକଙ୍କ ମଧ୍ୟରୁ ଦଶ ହଜାର ବଛା ଲୋକ ଗିବୀୟା ନିକଟକୁ ଆସନ୍ତେ, ଭାରୀ ଯୁଦ୍ଧ ହେଲା; ମାତ୍ର ଅମଙ୍ଗଳ ଆସି ଯେ ସେମାନଙ୍କ ଉପରେ ପଡ଼ିଲାଣି, ଏହା ସେମାନେ ଜାଣିଲେ ନାହିଁ।
35 Bwana akamshinda Benyamini mbele ya Israeli. Siku hiyo, askari wa Israeli waliwauawa watu wa Benyamini 25, 100. Wote hawa waliokufa walikuwa wale waliokuwa wamejifunza kupigana na upanga.
ସେତେବେଳେ ସଦାପ୍ରଭୁ ଇସ୍ରାଏଲ ସମ୍ମୁଖରେ ବିନ୍ୟାମୀନ୍‍କୁ ଆଘାତ କଲେ; ତହିଁରେ ଇସ୍ରାଏଲ-ସନ୍ତାନଗଣ ସେହି ଦିନ ବିନ୍ୟାମୀନ୍‍ର ପଚିଶ ହଜାର ଏକ ଶହ ଲୋକ ବଧ କଲେ; ଏସମସ୍ତେ ଖଡ୍ଗଧାରୀ ଥିଲେ।
36 Basi askari wa Benyamini waliona wameshindwa. Wana wa Israeli walikuwa wametoa ardhi kwa Benyamini, kwa kuwa walikuwa wakihesabu watu waliowaweka katika nafasi zilizofichwa nje ya Gibea.
ଏହିରୂପେ ବିନ୍ୟାମୀନ୍-ସନ୍ତାନଗଣ ଆପଣାମାନଙ୍କୁ ପରାସ୍ତ ହେବାର ଦେଖିଲେ; କାରଣ ଇସ୍ରାଏଲୀୟ ଲୋକମାନେ ଗିବୀୟାରେ ଛକି ବସାଇଥିବା ଲୋକମାନଙ୍କ ଉପରେ ନିର୍ଭର ରଖି ବିନ୍ୟାମୀନ୍‍କୁ ସ୍ଥାନ ଛାଡ଼ିଦେଲେ।
37 Ndipo watu waliokuwa wameficha wakainuka na haraka na wakamkimbia Gibea. Nao wakauawa kila mtu aliyeishi mjini kwa upanga wao.
ଏଥିମଧ୍ୟରେ ଛକି ବସିବା ଲୋକମାନେ ଶୀଘ୍ର ମାଡ଼ି ଆସି ଗିବୀୟା ଆକ୍ରମଣ କଲେ; ପୁଣି ଛକି ବସିବା ଲୋକମାନେ ଆସି ଖଡ୍ଗଧାରରେ ସମସ୍ତ ନଗର ଆଘାତ କଲେ।
38 Ishara iliyopangwa kati ya askari wa Israeli na watu waliojificha kwa siri itakuwa wingu kubwa la moshi litatokea nje ya mji.
ଆଉ ସେହି ଛକି ବସିବା ଲୋକମାନେ ଯେପରି ନଗରରୁ ବୃହତ ଧୂମ-ମେଘ ଉଠାଇବେ; ଇସ୍ରାଏଲୀୟ ଲୋକଙ୍କ ସହିତ ସେମାନଙ୍କର ଏହି ଚିହ୍ନ ସ୍ଥିର ହୋଇଥିଲା।
39 Ishara ilipokuja askari wa Israeli wakageuka kutoka kwenye vita. Basi Benyamini wakaanza kushambulia na wakawaua watu wa Israeli thelathini, wakasema, “Hakika wanapigwa mbele yetu, kama katika vita vya kwanza.”
ଏହେତୁ ଇସ୍ରାଏଲୀୟ ଲୋକମାନେ ଯୁଦ୍ଧ ବେଳେ ମୁଖ ଫେରାଇଲେ, ତହୁଁ ବିନ୍ୟାମୀନ୍ ଇସ୍ରାଏଲର ଲୋକମାନଙ୍କୁ ଆଘାତ କରି ଊଣାଧିକ ତିରିଶ ଜଣଙ୍କୁ ବଧ କଲେ; କାରଣ ସେମାନେ କହିଲେ, ପ୍ରଥମ ଯୁଦ୍ଧରେ ଯେପରି, ଏବେ ମଧ୍ୟ ସେପରି, ନିଶ୍ଚୟ ଏମାନେ ଆମ୍ଭମାନଙ୍କ ସମ୍ମୁଖରେ ପରାସ୍ତ ହେଉଅଛନ୍ତି।
40 Lakini wakati nguzo ya moshi ilipoanza kuinuka nje ya mji, Wabenjamini waligeuka na kuona moshi ukitanda mbinguni kutoka mji mzima.
ମାତ୍ର ଯେତେବେଳେ ନଗରରୁ ସ୍ତମ୍ଭାକାରରେ ଧୂମ-ମେଘ ଉଠିବାକୁ ଲାଗିଲା, ସେତେବେଳେ ବିନ୍ୟାମୀନୀୟ ଲୋକମାନେ ପଛକୁ ଅନାଇଲେ, ଆଉ ଦେଖ, ସମୁଦାୟ ନଗରର ଧୂମ ଆକାଶକୁ ଉଠୁଅଛି।
41 Ndipo watu wa Israeli wakawageuka. Wana wa Benyamini waliogopa, kwa sababu waliona kwamba maafa yaliwajia.
ତହୁଁ ଇସ୍ରାଏଲୀୟ ଲୋକମାନେ ନେଉଟିଲେ, ପୁଣି ବିନ୍ୟାମୀନୀୟ ଲୋକମାନେ ଅବାକ୍ ହେଲେ; କାରଣ ସେମାନେ ଆପଣାମାନଙ୍କ ଉପରେ ଅମଙ୍ଗଳ ଆସି ପଡ଼ିଲା ବୋଲି ଦେଖିଲେ।
42 Basi wakakimbia kutoka kwa wana wa Israeli, kuelekea njia ya jangwani. Lakini vita viliwapata. Askari wa Israeli walitoka mijini na wakawaua pale waliposimama.
ଏଣୁ ସେମାନେ ଇସ୍ରାଏଲୀୟ ଲୋକମାନଙ୍କ ସମ୍ମୁଖରୁ ପ୍ରାନ୍ତର-ପଥ ଆଡ଼େ ଫେରିଲେ; ମାତ୍ର ଯୁଦ୍ଧ ସେମାନଙ୍କ ପଛେ ପଛେ ଲାଗି ରହିଲା; ପୁଣି ନଗରମାନରୁ ଆସିଥିବା ଲୋକମାନେ ସେମାନଙ୍କୁ ପଥ ମଧ୍ୟରେ ସଂହାର କଲେ।
43 Waliwalzungukia wana wa Benjamini na wakawafuata. Nao wakawakanyaga huko Noha, wakawaua mpaka upande wa mashariki wa Gibea.
ସେମାନେ ବିନ୍ୟାମୀନୀୟ ଲୋକମାନଙ୍କୁ ଚାରିଆଡ଼ୁ ଘେରିଲେ ଓ ସେମାନଙ୍କୁ ଗୋଡ଼ାଇ ସେମାନଙ୍କ ବିଶ୍ରାମ ସ୍ଥାନରେ ସୂର୍ଯ୍ୟୋଦୟ ଆଡ଼େ ଗିବୀୟା ସମ୍ମୁଖସ୍ଥ ସ୍ଥାନ ପର୍ଯ୍ୟନ୍ତ ସେମାନଙ୍କୁ ଭୂମିରେ ଦଳି ପକାଇଲେ।
44 Kutoka kabila la Benyamini, watu kumi na nane elfu walikufa, wote walikuwa wanaume waliojulikana katika vita.
ତହିଁରେ ବିନ୍ୟାମୀନ୍‍ର ଅଠର ହଜାର ଲୋକ ହତ ହେଲେ; ସେସମସ୍ତେ ବୀର ଥିଲେ।
45 Wakageuka na kukimbia kuelekea jangwani hadi mwamba wa Rimoni. Waisraeli waliuawa zaidi ya elfu tano kati yao barabarani. Waliendelea kuwafuata, wakifuata kwa njia kuu kwenda Gidomu, na huko waliuawa elfu mbili zaidi.
ଏଉତ୍ତାରେ ସେମାନେ ଫେରି ପ୍ରାନ୍ତର ଆଡ଼େ ରିମ୍ମୋନ୍‍ ଶୈଳକୁ ପଳାଇଲେ; ତହୁଁ ଏମାନେ ସଡ଼କରେ ପାଞ୍ଚ ହଜାର ଲୋକଙ୍କୁ ଗୋଟାଇ ସାଉଣ୍ଟି ମାରିଲେ; ପୁଣି ଗିଦୀୟୋମ୍‍ ପର୍ଯ୍ୟନ୍ତ ସେମାନଙ୍କ ପଛେ ଲାଗି ରହି ସେମାନଙ୍କର ଦୁଇ ହଜାର ଲୋକଙ୍କୁ ବଧ କଲେ।
46 Askari wote wa Benyamini walioshuka siku hiyo walikuwa watu ishirini na tano waliokuwa wamejifunza kupigana kwa upanga; wote walikuwa wanajulikana katika vita.
ଏହିରୂପେ ସେହି ଦିନ ବିନ୍ୟାମୀନ୍‍ର ଖଡ୍ଗଧାରୀ ପଚିଶ ହଜାର ଲୋକ ହତ ହେଲେ; ସେସମସ୍ତେ ବୀର ଥିଲେ।
47 Lakini watu mia sita wakageuka na kukimbilia jangwani, kuelekea mwamba wa Rimoni. Wakakaa katika mwamba wa Rimoni kwa muda wa miezi minne.
ମାତ୍ର ଛଅ ଶହ ଲୋକ ନେଉଟି ପ୍ରାନ୍ତର ଆଡ଼େ ରିମ୍ମୋନ୍‍ ଶୈଳକୁ ପଳାଇଲେ ଓ ରିମ୍ମୋନ୍‍ ଶୈଳରେ ଚାରି ମାସ ରହିଲେ।
48 Askari wa Israeli waliwarudia watu wa Benyamini na wakawashinda na kuwaua-mji mzima, ng'ombe, na kila kitu walichopata. Pia walichoma moto kila mji katika njia yao.
ଏଥିଉତ୍ତାରେ ଇସ୍ରାଏଲୀୟ ଲୋକମାନେ ବିନ୍ୟାମୀନ୍-ସନ୍ତାନଗଣର ବିରୁଦ୍ଧରେ ଫେରି ସମୁଦାୟ ନଗର ଓ ପଶୁ ଓ ଯାହା କିଛି ପାଇଲେ, ସେସବୁକୁ ଖଡ୍ଗଧାରରେ ଆଘାତ କଲେ; ଆହୁରି ସେମାନେ ଯେତେ ନଗର ପାଇଲେ, ସେସବୁରେ ଅଗ୍ନି ଲଗାଇଲେ।

< Waamuzi 20 >